Revised Common Lectionary (Semicontinuous)
ଅବ୍ରହାମ, ତୁମ୍ଭର ପୁତ୍ରକୁ ହତ୍ୟାକର
22 ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!”
ଏବଂ ଅବ୍ରହାମ କହିଲେ, “ହଁ!”
2 ଏହା ପରେ ପରମେଶ୍ୱର କହିଲେ, “ତୁମ୍ଭର ପୁତ୍ରକୁ ମୋରିୟାକୁ ନିଅ। ମୋରିୟାରେ ତୁମ୍ଭର ଏକ ମାତ୍ର ସ୍ନେହର ପୁତ୍ର ଇସ୍ହାକକୁ ମୋ’ ନିମନ୍ତେ ହୋମାର୍ଥେ ବଳିଦାନ କର। ମୁଁ ଯେଉଁ ପର୍ବତକୁ କହିବି ସେହି ପର୍ବତକୁ ନେଇ ସେଠାରେ ହୋମବଳି କର।”
3 ପ୍ରଭାତରେ ଅବ୍ରହାମ ଉଠିଲେ ଏବଂ ତାଙ୍କର ଗଧକୁ ସଜାଇଲେ। ଅବ୍ରହାମ ତାଙ୍କର ପୁତ୍ର ଇସ୍ହାକ ଏବଂ ଦୁଇଜଣ ଦାସଙ୍କୁ ତାଙ୍କ ସହିତରେ ନେଲେ। ଅବ୍ରହାମ ହୋମବଳି ନିମନ୍ତେ କାଠ କାଟି ପରମେଶ୍ୱର କହିଥିବା ସ୍ଥାନକୁ ନେଇଗଲେ। 4 ତୃତୀୟ ଦିନର ଯାତ୍ରା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଦୂର ସ୍ଥାନକୁ ଦେଖିଲେ, ଯେଉଁଠାକୁ ସେ ଯାଉଥିଲେ। 5 ଏହା ପରେ ଅବ୍ରହାମ ତାଙ୍କର ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଗଧ ସହ ଏହିଠାରେ ଅପେକ୍ଷା କର। ମୁଁ ମୋର ପୁତ୍ରକୁ ନେଇ ସେହି ସ୍ଥାନକୁ ଉପାସନା ପାଇଁ ଯାଉଛି। କିଛି ସମୟ ପରେ ଆମ୍ଭେ ତୁମ୍ଭ ନିକଟକୁ ଫେରି ଆସିବୁ।”
6 ଅବ୍ରହାମ ତାଙ୍କ ପୁତ୍ରର କାନ୍ଧରେ ହୋମବଳି ନିମନ୍ତେ କାଠ ରଖିଲେ ଏବଂ ନିଜେ ଏକ ସ୍ୱତନ୍ତ୍ର ଛୁରୀ ଏବଂ ନିଆଁ ନେଇ ଗଲେ। ଏହା ପରେ ଦୁଇଜଣ ଏକତ୍ର ହୋଇଗଲେ।
7 ଇସ୍ହାକ ତାଙ୍କର ପିତା ଅବ୍ରହାମଙ୍କୁ କହିଲେ, “ପିତା!”
ଅବ୍ରହାମ ଉତ୍ତର ଦେଲେ, “ହଁ, ମୋର ପୁତ୍ର।”
ଇସ୍ହାକ କହିଲେ, “ଆମ୍ଭର ହୋମବଳି ନିମନ୍ତେ କାଠ ଓ ନିଆଁ ଅଛି, କିନ୍ତୁ ଯେଉଁ ମେଷକୁ ଉତ୍ସର୍ଗ କରାଯିବ ତାହା କେଉଁଠାରେ?”
8 ଅବ୍ରହାମ ଉତ୍ତର ଦେଲେ, “ହେ ମୋର ପୁତ୍ର, ପରମେଶ୍ୱର ନିଜେ ଉତ୍ସର୍ଗ ପାଇଁ ସେହି ମେଷ ଯୋଗାଇବେ।”
ତେଣୁ ଇସ୍ହାକ ଓ ଅବ୍ରହାମ ଏକତ୍ର ସେଇ ସ୍ଥାନକୁ ଗ୍ଭଲିଲେ। 9 ପରମେଶ୍ୱର କହିଥିବା ସ୍ଥାନକୁ ସେମାନେ ଆସିଲେ। ସେଠାରେ ଅବ୍ରହାମ ଏକ ଯଜ୍ଞବେଦି ସ୍ଥାପନ କଲେ ଏବଂ ତାହା ଉପରେ କାଠ ସଜାଡ଼ିଲେ। ଏହା ପରେ ଅବ୍ରହାମ ଇସ୍ହାକକୁ ବାନ୍ଧି ଯଜ୍ଞବେଦିର କାଠ ଉପରେ ଶୁଆଇ ଦେଲେ। 10 ଏହା ପରେ ଅବ୍ରହାମ ତାଙ୍କର ଛୁରୀ ଆଣିଲେ ଏବଂ ଇସ୍ହାକକୁ ହତ୍ୟା କରିବା ପାଇଁ ପ୍ରସ୍ତୁତ ହେଲେ।
11 କିନ୍ତୁ ଏହା ପରେ ସଦାପ୍ରଭୁଙ୍କର ଦୂତ ସ୍ୱର୍ଗରୁ ଅବ୍ରହାମଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ!”
ଅବ୍ରହାମ ଉତ୍ତର ଦେଲେ, “ହଁ ପ୍ରଭୁ!”
12 ସଦାପ୍ରଭୁଙ୍କର ଦୂତ ଅବ୍ରହାମଙ୍କୁ କହିଲେ, “ତୁମ୍ଭର ପୁତ୍ରକୁ ହତ୍ୟା କର ନାହିଁ କି କିଛି ଆଘାତ କର ନାହିଁ। ବର୍ତ୍ତମାନ ମୁଁ ଦେଖି ପାରୁଛି ଯେ, ତୁମ୍ଭେ ପରମେଶ୍ୱରଙ୍କୁ ସମ୍ମାନ କରୁଛ ଏବଂ ତାଙ୍କର ଆଜ୍ଞା ମାନି ଚଳୁଛ। କାରଣ ତୁମ୍ଭେ ତୁମ୍ଭର ଏକମାତ୍ର ପୁତ୍ରକୁ ମୋ’ ସକାଶେ ଉତ୍ସର୍ଗ କରିବାକୁ କୁଣ୍ଠାବୋଧ କରି ନାହଁ।”
13 ଏହା ପରେ ଅବ୍ରହାମ ନିରୀକ୍ଷଣ କଲେ ଓ ଏକ ଅଣ୍ଡିରା ମେଷ ଦେଖିଲେ, ତା'ର ଶିଙ୍ଗ ବୁଦାରେ ଚ୍ଛନ୍ଦି ହୋଇଥିଲା। ତେଣୁ ଅବ୍ରହାମ ସେହି ଅଣ୍ଡିରା ମେଷକୁ ଆଣି ହତ୍ୟା କଲେ ଓ ତାହାକୁ ନିଜପୁତ୍ର ବଦଳରେ ହୋମବଳିରେ ଉତ୍ସର୍ଗ କଲେ। 14 ତେଣୁ ଅବ୍ରହାମ ସେହି ସ୍ଥାନର ନାମ ଦେଲେ, “ଯିହୋବାଃ-ଯିରି”[a] ଏପରିକି ଆଜି ମଧ୍ୟ ଲୋକମାନେ କୁହନ୍ତି, “ପର୍ବତରେ ସଦାପ୍ରଭୁ ପ୍ରଦାନ କରନ୍ତି।”
ଦାଉଦଙ୍କର ଗୀତ
13 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ?
ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ?
କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ?
2 କେତେକାଳ ମୁଁ ଏଭଳି ବଲୁଥିବି, ଯଦି ତୁମ୍ଭେ ମୋତେ ଭୁଲି ଯାଇଥିବ?
କେତେକାଳ ପର୍ଯ୍ୟନ୍ତ ଏହି ଦୁଃଖକୁ ମୁଁ ହୃଦୟରେ ବୋହି ଗ୍ଭଲିବି?
କେତେକାଳ ପର୍ଯ୍ୟନ୍ତ ମୋର ଶତ୍ରୁ ମୋ’ ଉପରେ ବିଜୟ ଲାଭ କରିବ?
3 ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋତେ ଥରେ ଗ୍ଭହଁ, ମୋର ପ୍ରଶ୍ନର ଉତ୍ତର ଦିଅ।
ମୋତେ ଜାଣିବାକୁ ଦିଅ, ନଚେତ୍ ମୁଁ ଜୀବନ ହରାଇବି।
4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।”
ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି।
5 ହେ ସଦାପ୍ରଭୁ, ତୁମ୍ଭେ ମୋତେ ସାହାଯ୍ୟ କରିବ ବୋଲି, ମୁଁ ତୁମ୍ଭ ଉପରେ ଭରସା ରଖିଛି।
ତୁମ୍ଭେ ମୋତେ ଉଦ୍ଧାର କରି ମୋତେ ଖୁସୀ କରାଅ।
6 ମୁଁ ସଦାସର୍ବଦା ସଦାପ୍ରଭୁଙ୍କ ଉଦ୍ଧେଶ୍ୟରେ ଏହି ଖୁସୀର ଗୀତ ଗାନ କରିବି।
କାରଣ ସେ ମୋ’ ପ୍ରତି ସଦୟ ହୋଇ ଅଶେଷ ଉପକାର କରିଛନ୍ତି।
12 କିନ୍ତୁ ପାପ ଯେପରି ତୁମ୍ଭମାନଙ୍କର ଶରୀରକୁ ରାଜତ୍ୱ ନ କରୁ। ତୁମ୍ଭମାନଙ୍କର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ତୁମ୍ଭେମାନେ ଯେପରି ଶାସିତ ନ ହୁଅ। 13 ପାପର ସେବା କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗଗୁଡ଼ିକକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ୟବହାର କର ନାହିଁ। ତା’ ପରିବର୍ତ୍ତେ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗଗୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ୱରଙ୍କଠାରେ ସମର୍ପଣ କର। 14 ପାପ ତୁମ୍ଭମାନଙ୍କର ସ୍ୱାମୀ ହେବ ନାହିଁ। କାରଣ ତୁମ୍ଭେମାନେ ବ୍ୟବସ୍ଥାର ବନ୍ଧନରେ ନୁହଁ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କ ଅନୁଗ୍ରହରେ ଜୀବିତ ଅଛ।
ଧାର୍ମିକତାର ଦାସ
15 ତା'ହେଲେ ଆମ୍ଭେ କ’ଣ କରିବା ଉଚିତ୍? ଆମ୍ଭେ ବ୍ୟବସ୍ଥାର ଅଧୀନ ନୋହୁଁ, କିନ୍ତୁ ଅନୁଗ୍ରହର ଅଧୀନ ବୋଲି କ’ଣ ପାପ କରି ଗ୍ଭଲିଥିବା? ଅବଶ୍ୟ ନୁହେଁ! 16 ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ। 17 ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ, ପାପ ତୁମ୍ଭମାନଙ୍କୁ ନିୟନ୍ତ୍ରଣ କରି ରଖିଥିଲା। କିନ୍ତୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅ, ଯେ ତୁମ୍ଭମାନଙ୍କୁ ଯାହା ଶିକ୍ଷା ଦିଆଗଲା ତାହା ତୁମ୍ଭେମାନେ ସମସ୍ତ ହୃଦୟର ସହିତ ପାଳନ କଲ। 18 ତୁମ୍ଭମାନଙ୍କୁ ପାପରୁ ମୁକ୍ତ କରାହେଲା ଓ ଏବେ ତୁମ୍ଭେମାନେ ଧାର୍ମିକତାର ଦାସ ହୋଇଛ। 19 ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦେଇ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହୋଇଥିବା କାରଣରୁ ମୁଁ ଏହିଭଳି ବୁଝାଉଛି। ଅତୀତରେ ତୁମ୍ଭେମାନେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହେବାକୁ ଓ ମନ୍ଦ କର୍ମରେ ନିଯୁକ୍ତ କରିଥିଲ। ଫଳ ସ୍ୱରୂପ ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲ। ଠିକ୍ ସେହିଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତେବେ ତୁମ୍ଭେମାନେ କେବଳ ପରମେଶ୍ୱରଙ୍କ ପାଇଁ ବଞ୍ଚିବ।
20 ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ ଓ ଯାହା ଉତ୍ତମ ତାହା ତୁମ୍ଭମାନଙ୍କୁ ନିୟନ୍ତ୍ରିତ କରି ନ ଥିଲା। 21 ତୁମ୍ଭେମାନେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭେମାନେ ସେଭଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କ’ଣ ତୁମ୍ଭମାନଙ୍କୁ ସାହାଯ୍ୟ କଲା? ନା, ସେ କର୍ମ ଗୁଡ଼ିକ କେବଳ ଆଧ୍ୟାତ୍ମିକ ମୃତ୍ୟୁ ଆଣିଥାଏ। 22 କିନ୍ତୁ ଏବେ ତୁମ୍ଭେମାନେ ପାପରୁ ମୁକ୍ତ। ତୁମ୍ଭେମାନେ ଏବେ ପରମେଶ୍ୱରଙ୍କର ଦାସ ଓ ଏହା କେବଳ ପରମେଶ୍ୱରଙ୍କ ପାଇଁ ତୁମ୍ଭମାନଙ୍କୁ ଜୀବନ ଆଣି ଦେବ। ତା'ପରେ ତୁମ୍ଭେମାନେ ସଦାକାଳ ପାଇଁ ଅନନ୍ତ ଜୀବନ ପାଇବ। 23 ପାପର ସ୍ୱାଭାବିକ ପରିଣତି ମୃତ୍ୟୁ। କିନ୍ତୁ ପରମେଶ୍ୱରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତାରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
ତୁମ୍ଭକୁ ଗ୍ରହଣ କରିଥିବା ଲୋକମାନଙ୍କୁ ପରମେଶ୍ୱର ଆଶୀର୍ବାଦ କରନ୍ତୁ
(ମାର୍କ 9:41)
40 “ଯେଉଁ ଲୋକ ତୁମ୍ଭକୁ ସ୍ୱୀକାର କରେ, ସେ ମୋତେ ମଧ୍ୟ ସ୍ୱୀକାର କରେ, ଯେଉଁ ଲୋକ ମୋତେ ସ୍ୱୀକାର କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କକୁ ମଧ୍ୟ ସ୍ୱୀକାର କରେ। 41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟଦ୍ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟଦ୍ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ। 42 “ଯଦି କେହି ଲୋକ ମୋର ଏହି ଛୋଟ ଓ ସରଳ ଶିଷ୍ୟମାନଙ୍କ ମଧ୍ୟରୁ କାହାରିକୁ ମୋର ଶିଷ୍ୟ ବୋଲି କହି ସାହାଯ୍ୟ କରେ, ତେବେ ସେ ନିଶ୍ଚୟ ତା'ର ପୁରସ୍କାର ପାଇବ। ସେ ଯଦି ମୋ’ ଶିଷ୍ୟମାନଙ୍କୁ କାହାକୁ କେବଳ ଗିନାଏ ଥଣ୍ଡା ପାଣି ଦେଇଥାଏ, ତଥାପି ସେ ତା'ର ପୁରସ୍କାର ପାଇବ।”
2010 by World Bible Translation Center