Revised Common Lectionary (Semicontinuous)
ନୂନ୍
105 ସଦାପ୍ରଭୁ, ତୁମ୍ଭର ବାକ୍ୟ ମୋର ପାଦ ପାଇଁ ବତୀ ସଦୃଶ,
ଓ ମୋର ପଥ ପାଇଁ ଆଲୋକ ଅଟେ।
106 ତୁମ୍ଭର ବିଗ୍ଭର ଉତ୍ତମ
ଏବଂ ମୁଁ ତାହା ସବୁ ମାନିବା ପାଇଁ ଶପଥ କରେ।
107 ହେ ସଦାପ୍ରଭୁ, ମୁଁ ବହୁତ ଯନ୍ତ୍ରଣା ଭୋଗି ଅଛି।
ଦୟାପୂର୍ବକ ମୋତେ ନିର୍ଦ୍ଦେଶ ଦିଅ ଓ ମୋତେ ଆଉଥରେ ବଞ୍ଚିବାକୁ ଦିଅ।
108 ସଦାପ୍ରଭୁ, ମୋର ପ୍ରଶଂସା ଗ୍ରହଣ କର।
ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
109 ମୋ’ ଜୀବନ ବିପଦପୂର୍ଣ୍ଣ ସବୁବେଳେ ଥାଏ,
କିନ୍ତୁ ମୁଁ ଏବେ ପର୍ଯ୍ୟନ୍ତ କଦାପି ତୁମ୍ଭ ଶିକ୍ଷା ପଥରୁ ନିବୃତ୍ତ ହୋଇ ନାହିଁ।
110 ଦୁଷ୍ଟ ଲୋକମାନେ ସର୍ବଦା ମୋତେ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି।
କିନ୍ତୁ ମୁଁ ତୁମ୍ଭର ନିର୍ଦ୍ଦେଶ କେବେ ଅବମାନନା କରି ନାହିଁ।
111 ସଦାପ୍ରଭୁ, ମୁଁ ତୁମ୍ଭର ନିୟମକୁ ସବୁଦିନ ଦେଖାଇବାକୁ ଉପହାର ଆକାରରେ ଗ୍ରହଣ କରିଅଛି।
ଏହା ମୋତେ ବହୁ ଆନନ୍ଦ ଦିଏ।
112 ତୁମ୍ଭର ନିୟମସବୁ ମାନିବା ପାଇଁ ମୁଁ ଆପଣା ମନକୁ ପ୍ରବର୍ତ୍ତାଇଛି,
ତାହା ମୋର ପୁରସ୍କାର ହେବ।
ଯିହୂଦା ଓ ଯିରୁଶାଲମ ପ୍ରତି ପରମେଶ୍ୱରଙ୍କର ବାର୍ତ୍ତା
2 ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।
2 ଶେଷ ଦିନରେ ଏହା ହିଁ ଘଟିବ।
ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ।
ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ।
ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।
3 ବହୁ ଲୋକ ସେଠାକୁ ଯିବେ।
ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା।
ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା।
ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ।
ଆମ୍ଭେମାନେ ତାହା ଅନୁସରଣ କରିବା।”
ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ
ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
4 ତା'ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ।
ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ।
ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ।
ସେମାନେ ଖଡ଼୍ଗରେ ଲଙ୍ଗଳର ଲୁହା ତିଆରି କରିବେ,
ବର୍ଚ୍ଛାରେ ଦାଆ ତିଆରି କରିବେ।
ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ।
ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।
ଯୀଶୁଙ୍କ ଶିକ୍ଷା ଲୋକଙ୍କର ବିଗ୍ଭର କରିବ
44 ତା'ପରେ ଯୀଶୁ ଚିତ୍କାର କରି କହିଲେ, “ମୋ'ଠାରେ ଯେଉଁ ଲୋକ ବିଶ୍ୱାସ ରଖେ, ସେ ପ୍ରକୃତରେ ମୋ'ଠାରେ ନୁହେଁ ମାତ୍ର ଯେ ମୋତେ ପଠାଇଛନ୍ତି, ତାହାଙ୍କଠାରେ ବିଶ୍ୱାସ ରଖେ। 45 ମୋତେ ଯେଉଁ ଲୋକ ଦେଖେ, ସେ ପ୍ରକୃତରେ ମୋର ପ୍ରେରଣ କର୍ତ୍ତାଙ୍କୁ ଦେଖେ। 46 ମୁଁ ଆଲୋକ ଓ ମୁଁ ଏ ଜଗତକୁ ଆସିଛି। ମୋର ଆସିବାର କାରଣ, ମୋ'ଠାରେ ବିଶ୍ୱାସ ରଖିଥିବା ପ୍ରତ୍ୟେକ ଲୋକ କେବେ ଅନ୍ଧକାରରେ ରହିବ ନାହିଁ।
47 “ମୁଁ ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। ମାତ୍ର ମୁଁ ଏ ଜଗତର ଲୋକଙ୍କୁ ଉଦ୍ଧାର କରିବା ଉଦ୍ଦେଶ୍ୟରେ ଆସିଛି। ଯେଉଁମାନେ ମୋ’ ଶିକ୍ଷା ଶୁଣନ୍ତି କିନ୍ତୁ ତାହା ଅମାନ୍ୟ କରନ୍ତି ମୁଁ ସେହି ଲୋକମାନଙ୍କର ବିଗ୍ଭର କରିବା ପାଇଁ ଆସି ନାହିଁ। 48 ଜଣେ ବିଗ୍ଭରକ ଅଛନ୍ତି। ଯିଏ ବିଗ୍ଭର କରିବେ କି, କେଉଁ ଲୋକ ମୋତେ ବିଶ୍ୱାସ କରୁ ନାହିଁ ଓ ମୋ’ କଥା ଗ୍ରହଣ କରୁ ନାହିଁ। ମୁଁ ଯେଉଁ ଉପଦେଶ ଶିକ୍ଷା ଦେଇଛି, ତାହା ଦ୍ୱାରା ସେହି ଲୋକ ଶେଷ ଦିନରେ ବିଗ୍ଭର ହେବ। 49 ଏହାର କାରଣ ହେଉଛି, ମୁଁ ଯାହା ଶିକ୍ଷା ଦେଇଛି ତାହା ମୋର ନୁହେଁ। ମୋର ପ୍ରେରଣକର୍ତ୍ତା ପରମପିତା ମୋତେ କ'ଣ କହିବାକୁ ଓ କ'ଣ ଉପଦେଶ ଦେବାକୁ ପଡ଼ିବ ତାହା କହିଛନ୍ତି। 50 ମୁଁ, ଜାଣେ, ମୋ’ ପରମପିତା ଯାହା ଆଦେଶ ଦିଅନ୍ତି, ସେହିଠାରୁ ଅନନ୍ତ ଜୀବନ ଆସେ। ତେଣୁ ମୁଁ ଯାହା କହିଛି, ତାହା କହିବା ପାଇଁ ମୋତେ ପରମପିତା କହିଛନ୍ତି।”
2010 by World Bible Translation Center