Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 65:8-13

ଯେଉଁସବୁ ଅ‌ଦ୍‌ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି।
    ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ।
    ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
ତୁମ୍ଭେ ପୃଥିବୀର ଯତ୍ନ ନିଅ।
    ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ।
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର।
    ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ।
    ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ।
ତୁମ୍ଭେ ପୃଥିବୀର ମାଟିକୁ ନରମ କର।
    ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ।
    ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି।
    ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି।
    ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।

ଆଦିପୁସ୍ତକ 30:25-36

ଯାକୁବ ଲାବନକୁ ଫାନ୍ଦରେ ପକାଇଲେ

25 ରାହେଲ ଯୋଷେଫକୁ ଜନ୍ମ ଦେବା ପରେ, ଯାକୁବ ଲାବନକୁ କହିଲେ, “ଏବେ ମୋତେ ମୋର ନିଜ ଦେଶକୁ ଯିବାକୁ ଦିଅ। 26 ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।”

27 ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି। 28 ମୋତେ କହିବାକୁ ଦିଅ, ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍। ଏବଂ ତାହା ମୁଁ ତୁମ୍ଭକୁ ଦେବି।”

29 ଯାକୁବ ଉତ୍ତର ଦେଲେ, “ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ବହୁ ଯତ୍ନ ନେଇଅଛି। 30 ଯେତେବେଳେ ମୁଁ ଆସିଲି ତୁମ୍ଭର ଖୁବ୍ କମ୍ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମୋ’ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମୋର ନିଜ ପରିବାରକୁ ଯୋଗାଇବା ପାଇଁ ସମୟ ଆସିଛି।”

31 ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?”

ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। 32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ। 33 ଭବିଷ୍ୟତରେ ଯେତେବେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣି ପାରିବ। ଯଦି ତୁମ୍ଭେ ମୋର ମେଷପଲ ଦେଖିବାକୁ ଆସି ପାରିବ। ତୁମ୍ଭେ ମୋର ପଲକୁ ଦେଖି ପାର। ଅର୍ଥାତ୍ ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଛଡ଼ା ଓ ମେଷଗଣ ମଧ୍ୟରେ କୃଷ୍ଣବର୍ଣ୍ଣ ମେଷ ବ୍ୟତୀତ ଯେତେ ଥିବେ ତାହା ମୋହର ଚୌର୍ଯ୍ୟରୂପେ ଗଣ୍ୟ ହେବ।”

34 ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।” 35 ସେହି ଦିନ ଲାବନ ବିନ୍ଦୁଚିହ୍ନିତ ଛାଗଳମାନଙ୍କୁ ଲୁଗ୍ଭଇ ଦେଲେ। ଏବଂ ଚିତ୍ରବିଚିତ୍ର ଛାଗ ସବୁକୁ ଲୁଗ୍ଭଇ ଦେଲେ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମେଷଗଣକୁ ସେ ତା'ର ପୁତ୍ରମାନଙ୍କୁ ଯତ୍ନ ନେବାକୁ ଦେଲେ। 36 ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନି ଦିନ ରାସ୍ତା ଦୂରର ଏକ ସ୍ଥାନକୁ ନେଇଗଲେ। ଯାକୁବ ଅନ୍ୟ ସମସ୍ତ ଛାଡ଼ି ଯାଇଥିବା ପଶୁମାନଙ୍କର ଯତ୍ନ ନେଲେ।

ଯାକୁବଙ୍କ ପତ୍ର 3:13-18

ପ୍ରକୃତ ଜ୍ଞାନ

13 ତୁମ୍ଭମାନଙ୍କ ଭିତରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି? ତା'ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦେଖାଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ୍। ଜ୍ଞାନୀ ଲୋକ ଗର୍ବ କରେ ନାହିଁ। 14 ଯଦି ତୁମ୍ଭେ ନିହାତି ସ୍ୱାର୍ଥପର ଓ ତୁମ୍ଭ ହୃଦୟରେ ଈର୍ଷାଭାବ ଅଛି, ତା'ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କେବଳ ମିଛ, ଏବଂ ତାହା ସତ୍ୟକୁ ଘୋଡ଼ାଇ ଦିଏ। 15 ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି। 16 ଯେଉଁଠାରେ ଈର୍ଷାଭାବ ଓ ସ୍ୱାର୍ଥପର ମନୋଭାବ ଅଛି, ସେହିଠାରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦେଖାଯାଏ। 17 କିନ୍ତୁ ପରମେଶ୍ୱରଙ୍କଠାରୁ ଆସିଥିବା “ଜ୍ଞାନ” ଏହିପରି: ପ୍ରଥମରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟରେ ପଡ଼ିଛନ୍ତି, ଏହି ଜ୍ଞାନ ସେମାନଙ୍କୁ ସାହାଯ୍ୟ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ। 18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center