Revised Common Lectionary (Semicontinuous)
8 ଯେଉଁସବୁ ଅଦ୍ଭୂତ କାର୍ଯ୍ୟ ତୁମ୍ଭେ କର, ତାହା ଦେଖି ସମଗ୍ର ପୃଥିବୀର ଲୋକମାନେ ଭୟରେ ଛିଡ଼ା ହୋଇଯାଆନ୍ତି।
ତୁମ୍ଭେ ପୂର୍ବରୁ ପଶ୍ଚିମ ପର୍ଯ୍ୟନ୍ତ ସମସ୍ତ ଲୋକଙ୍କୁ ଆନନ୍ଦରେ ଗୀତ ଗାନ କରାଅ।
ସୂର୍ଯ୍ୟୋଦୟ ଓ ସୂର୍ଯ୍ୟାସ୍ତ ଆମ୍ଭମାନଙ୍କୁ ଖୁସୀ କରେ।
9 ତୁମ୍ଭେ ପୃଥିବୀର ଯତ୍ନ ନିଅ।
ତୁମ୍ଭେ ପୃଥିବୀରେ ବର୍ଷା କରାଇ ଭୂମିକୁ ବହୁତ ଉର୍ବର କରାଅ।
ହେ ପରମେଶ୍ୱର, ତୁମ୍ଭେ ଝରଣାରେ ଜଳ ସୃଷ୍ଟି କର।
ତୁମ୍ଭେ ଶସ୍ୟକ୍ଷେତ୍ରମାନ ବଢ଼ାଇ ଥାଅ।
10 ତୁମ୍ଭେ କୃଷିକ୍ଷେତ୍ରକୁ ଯଥେଷ୍ଟ ପରିମାଣରେ ବୃଷ୍ଟି ପଠାଅ।
ତୁମ୍ଭେ ଲଙ୍ଗଳ ଗାରକୁ ଶୋଷିଲ।
ତୁମ୍ଭେ ପୃଥିବୀର ମାଟିକୁ ନରମ କର।
ତୁମ୍ଭେ ପୃଥିବୀରେ ଶସ୍ୟକ୍ଷେତ୍ରକୁ ବୃଦ୍ଧି କରାଅ।
11 ତୁମ୍ଭେ ପ୍ରତ୍ୟେକ ନୂତନ ବର୍ଷରେ ଉତ୍ତମ ଶସ୍ୟଅମଳ କରାଅ।
ଉତ୍ତମ ଶସ୍ୟରେ ଶଗଡ଼ ଭରିଦିଅ।
12 ମରୁଭୂମି ଓ ପର୍ବତଗୁଡ଼ିକୁ ତୁମ୍ଭେ ସବୁଜ ଘାସରେ ଆଚ୍ଛାଦିତ କର।
13 ଗ୍ଭରଣଭୂମି ସବୁ ମେଷପଲରେ ପୁରି ଉଠନ୍ତି।
ଉପତ୍ୟକା ସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି।
ପ୍ରତ୍ୟେକେ ଆନନ୍ଦରେ ଗୀତ ଗାଆନ୍ତି ଓ ଜୟଧ୍ୱନି କରନ୍ତି।
37 ଯାକୁବ ଲିବ୍ନୀ, ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବକ୍କଳ କାଢ଼ି କାଠର ଶୁକ୍ଳ ରେଖା ବାହାର କଲେ। 38 ଏହା ପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବକ୍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲେ। ତେଣୁ ଜଳପାନ କରିବା ସମୟରେ ସେମାନେ ଫଳବତୀ ହେଲେ। 39 ପୁଣି ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମେଷ ଛୁଆମାନ ଜନ୍ମ କଲେ।
40 ଯାକୁବ ସେହି ଚିତ୍ରବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ କଲେ। ପୁଣି ଲାବନ ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲେ। ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲେ। 41 ଯେତେବେଳେ ବଳିଷ୍ଠ ପଶୁଗଣ ସଙ୍ଗମ କରନ୍ତି, ସେ ଜଳକୁଣ୍ଡ ମଧ୍ୟରେ ସେମାନଙ୍କର ଆଖିର ସମ୍ମୁଖରେ ସେହି ଶାଖାଗୁଡ଼ିକ ରଖିଲେ। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲେ ନାହିଁ। 42 ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ। 43 ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ
10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। 12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। 13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।
14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। 15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। 16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। 17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖଡ଼୍ଗ ଗ୍ରହଣ କର, ସେହି ଖଡ଼୍ଗ ହେଉଛି ପରମେଶ୍ୱରଙ୍କ ଉପଦେଶ। 18 ଆତ୍ମାଙ୍କ ସାହାଯ୍ୟରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ୱରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।
2010 by World Bible Translation Center