Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 17:1-7

ଦାଉଦଙ୍କର ପ୍ରାର୍ଥନା

17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
    ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
    ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
    ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
    ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ।
    ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
    ତୁମ୍ଭର ଆଦେଶ ମାନିବାକୁ।
ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
    ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
    ତେଣୁ ବର୍ତ୍ତମାନ ମୋର କଥା ଶୁଣ।
ପରମେଶ୍ୱର ତୁମ୍ଭର ଅ‌ଦ୍‌ଭୂତ କରୁଣା ଦେଖାଅ
    ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
    ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
    ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।

ଗୀତସଂହିତା 17:15

15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
    ଓ ହେ ସଦାପ୍ରଭୁ, ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 14:1-2

ଇସ୍ରାଏଲ ଗୃହକୁ ଫେରିବ

14 ଭବିଷ୍ୟତରେ ସଦାପ୍ରଭୁ ପୁନର୍ବାର ଯାକୁବକୁ ପ୍ରେମ କରିବେ। ସେ ପୁଣି ଇସ୍ରାଏଲ ଲୋକଙ୍କୁ ମନୋନୀତ କରିବେ। ସେହି ସମୟରେ ସେମାନଙ୍କୁ ସେମାନଙ୍କ ଦେଇ ଫେରାଇ ଦେବେ। ତା'ପରେ ବିଦେଶୀମାନେ ସେମାନଙ୍କ ସହିତ ସଂଯୁକ୍ତ ହେବେ। ଉଭୟେ ଯାକୁବଙ୍କ ପ୍ରତି ଆକୃଷ୍ଟ ହେବେ। ବିଦେଶୀମାନେ ଇସ୍ରାଏଲର ଲୋକଙ୍କୁ ତାଙ୍କ ଦେଶରେ ସ୍ଥାପନ କରିବେ। ଅନ୍ୟ ଗୋଷ୍ଠୀର ପୁରୁଷ ଓ ନାରୀମାନେ ଇସ୍ରାଏଲର କ୍ରୀତଦାସ ହେବେ, କାରଣ ଅତୀତରେ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଦାସଦାସୀ କରିଥିଲେ। ମାତ୍ର ବର୍ତ୍ତମାନ ଇସ୍ରାଏଲ ସେମାନଙ୍କୁ ପରାସ୍ତ କରିବ ଓ ସେମାନଙ୍କୁ ଶାସନ କରିବ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:10-15

ଫିଲି‌ପ୍‌ପୀୟ ଖ୍ରୀଷ୍ଟିୟାନମାନଙ୍କୁ ପାଉଲଙ୍କ ଧନ୍ୟବାଦ

10 ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତିତ ହୋଇଥିବାରୁ ମୁଁ ପ୍ରଭୁଙ୍କଠାରେ ଆନନ୍ଦିତ। ତୁମ୍ଭେମାନେ ମୋ’ ବିଷୟରେ ଚିନ୍ତା କରୁଥିଲ, କିନ୍ତୁ ତାହା ଦେଖାଇବା ପାଇଁ ସୁଯୋଗ ପାଇ ନ ଥିଲ। 11 ମୁଁ ଏପରି କହିବାର କାରଣ ନୁହେଁ ଯେ ମୁଁ କୌଣସି ବିଷୟ ଗ୍ଭହୁଁଛି। କାରଣ ମୋରବର୍ତ୍ତମାନ ଯାହା ଅଛି ଏବଂ ଯାହା ମୋ’ ପାଇଁ ଘଟୁଛି, ସେଥିରେ ସନ୍ତୁଷ୍ଟ ରହିବାକୁ ମୁଁ ଶିଖିଛି। 12 ଅଭାବରେ ମୁଁ ଚଳିବା ଜାଣିଛି। ପ୍ରଚୁରତାରେ କିପରି ରହିବାକୁ ହୁଏ, ତାହା ମଧ୍ୟ ମୁଁ ଜାଣେ। ପ୍ରତ୍ୟେକ ସମୟରେ ଓ ପ୍ରତ୍ୟେକ ଘଟଣାରେ ଆନନ୍ଦିତ ହେବାର ରହସ୍ୟ ମୁଁ ଜାଣେ। ଯେତେବେଳେ ମୋର ଖାଇବା ପାଇଁ ଯଥେଷ୍ଟ ଥାଏ କିଅବା ଯେତେବେଳେ ଯଥେଷ୍ଟ ନ ଥାଏ, ଯେତେବେଳେ ମୋର ପ୍ରଚୁର ଥାଏ ବା ଯେତେବେଳେ ମୋର ଅଭାବ ଥାଏ, ସେତେବେଳେ କିପରି ଆନନ୍ଦିତ ହୋଇପାରିବି, ତାହା ମୁଁ ଜାଣେ। 13 ଖ୍ରୀଷ୍ଟଙ୍କଠାରୁ ମୋତେ ଶକ୍ତି, ପ୍ରଦତ୍ତ ହୋଇଥିବାରୁ, ତାଙ୍କ ମାଧ୍ୟମରେ ମୁଁ ସବୁକିଛି କରିବାକୁ ସକ୍ଷମ।

14 କିନ୍ତୁ ମୋର ସାହାଯ୍ୟ ଦରକାର ଥିଲାବେଳେ, ତୁମ୍ଭେମାନେ ମୋତେ ସାହାଯ୍ୟ କରି ଭଲ କରିଛ। 15 ମୁଁ ଯେତେବେଳେ ସେଠାରେ ସୁସମାଗ୍ଭର ପ୍ରଗ୍ଭର ଆରମ୍ଭ କଲି, ସେତେବେଳେ ତୁମ୍ଭେ ଫିଲି‌ପ୍‌ପୀବାସୀ, ତାହା ମନେ ରଖିଛ। ମୁଁ ଯେତେବେଳେ ମାକିଦନିଆ ଛାଡ଼ିଲି, ସେତେବେଳେ କେବଳ ତୁମ୍ଭର ମଣ୍ଡଳୀ ମୋତେ ସାହାଯ୍ୟ ଦେଇଥିଲା।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center