Revised Common Lectionary (Semicontinuous)
ଦାଉଦଙ୍କର ପ୍ରାର୍ଥନା
17 ହେ ସଦାପ୍ରଭୁ, ମୋର ପ୍ରାର୍ଥନା ଥରେ ଶୁଣ ଓ ମୋତେ ନ୍ୟାୟ ପ୍ରଦାନ କର।
ମୁଁ ତୁମ୍ଭକୁ ଉଚ୍ଚ ସ୍ୱରରେ ଡାକୁ ଅଛି।
ଯେହେତୁ ମୁଁ ନିଷ୍କପଟ, ତେଣୁ ଯାହା ମୁଁ କହୁଛି,
ଦୟାକରି ମୋର ପ୍ରାର୍ଥନାକୁ ଗ୍ରହଣ କର।
2 ତୁମ୍ଭେ ନିଶ୍ଚୟ ମୋ’ ବିଷୟରେ ଉଚିତ୍ ନ୍ୟାୟ ପ୍ରଦର୍ଶନ କରିବ,
ତୁମ୍ଭେ ନିଶ୍ଚୟ ସତ୍ୟକୁ ଦେଖୁଅଛ।
3 ତୁମ୍ଭେ ମୋର ହୃଦୟର ଅନ୍ତଃସ୍ଥଳକୁ ଭଲ ଭାବରେ ଜାଣ।
ତୁମ୍ଭେ ସାରାରାତ୍ରି ମୋ’ ସହିତ ଥିଲ।
ତୁମ୍ଭେ ମୋତେ ପ୍ରଶ୍ନ କରିଛ ଏବଂ ମୋ'ଠାରେ କିଛି ଭୁଲ ଦେଖି ନାହଁ।
ମୁଁ କିଛି ମନ୍ଦ ଯୋଜନା କରେ ନାହିଁ।
4 ମୁଁ ଯଥାସାଧ୍ୟ ଚେଷ୍ଟା କରିଛି
ତୁମ୍ଭର ଆଦେଶ ମାନିବାକୁ।
5 ମୁଁ ତୁମ୍ଭର ମାର୍ଗ ଅନୁସରଣ କରୁଅଛି।
ମୋର ପାଦ ସେହି ପଥରୁ କେବେ ବିଚ୍ୟୁତ ହେବ ନାହିଁ।
6 ମୁଁ ଯେତେବେଳେ ତୁମ୍ଭକୁ ଡାକେ, ହେ ପ୍ରଭୁ ତୁମ୍ଭେ ମୋତେ ଉତ୍ତର ଦିଅ।
ତେଣୁ ବର୍ତ୍ତମାନ ମୋର କଥା ଶୁଣ।
7 ପରମେଶ୍ୱର ତୁମ୍ଭର ଅଦ୍ଭୂତ କରୁଣା ଦେଖାଅ
ଏବଂ ଯେଉଁମାନେ ତୁମ୍ଭଠାରେ ନିର୍ଭର କରନ୍ତି ସେମାନଙ୍କୁ ଉଦ୍ଧାର କର।
ସେମାନଙ୍କର ପ୍ରତିପକ୍ଷମାନଙ୍କୁ ପରାସ୍ତ କରିବା ପାଇଁ, ତୁମ୍ଭେ ତୁମ୍ଭର ମହାନ ଶକ୍ତି ବ୍ୟବହାର କର।
ତେଣୁ ଏହି ପ୍ରାର୍ଥନାଟିକୁ ଗ୍ରହଣ କର।
ଏହା ଜଣକର ପ୍ରାର୍ଥନା ଯିଏ ତୁମ୍ଭଠାରେ ଆଶ୍ରୟ ନେଇଛି ଏବଂ ଯିଏ ତୁମ୍ଭର ଅନୁସରଣକାରୀ ଅଟେ।
15 ମୁଁ ନ୍ୟାୟ ପାଇଁ ଏସବୁ ପ୍ରାର୍ଥନା କରୁଛି।
ତେଣୁ ମୁଁ ନିଶ୍ଚୟ ତୁମ୍ଭର ମୁଖ ଦର୍ଶନ କରିବି
ଓ ହେ ସଦାପ୍ରଭୁ, ତୁମ୍ଭକୁ ଦର୍ଶନ କରି ଅତ୍ୟନ୍ତ ତୃପ୍ତ ହେବି।
3 ଯାକୁବଙ୍କ ଭାଇ ଏଷୌ ସେୟୀର ଅଞ୍ଚଳରେ ବାସ କରୁଥିଲେ। ସେ ଅଞ୍ଚଳ ଥିଲା ଇଦୋମର ପର୍ବତମୟ ଦେଶ। ଯାକୁବ ଏଷୌ ନିକଟକୁ ଦୂତ ପଠାଇଲେ। 4 ଯାକୁବ ଦୂତମାନଙ୍କୁ କହିଲେ, “ଏହି କଥା ମୋର ଜ୍ୟେଷ୍ଠ ଭ୍ରାତା ଏଷୌଙ୍କୁ କୁହ, ‘ତୁମ୍ଭର ଦାସ ଯାକୁବ କହିଲା, ଏହି ଦିନଗୁଡ଼ିକ ମୁଁ ଲାବନ ସହିତ ବାସ କରିଛି। 5 ମୋର ଗାଈଗୁଡ଼ିକ, ଗର୍ଦ୍ଦଭଗୁଡ଼ିକ, ପଶୁଗଣ, ମନୁଷ୍ୟଗଣ, ସେବକ ଓ ସେବିକାଗଣ ଅଛନ୍ତି। ମୁନିବ, ମୁଁ ଅନୁଗ୍ରହ ପାଇବା ନିମନ୍ତେ ଏହି ଦୂତଗଣଙ୍କୁ ପଠାଉଛି। ଦୟାକରି ସେମାନଙ୍କୁ ଗ୍ରହଣ କର।’”
6 ଦୂତଗଣ ଯାକୁବଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ତୁମ୍ଭର ଭାଇ ଏଷୌ ନିକଟକୁ ଗଲୁ। ସେ ତୁମ୍ଭକୁ ଭେଟିବାକୁ ଆସୁଛନ୍ତି ଓ ତାଙ୍କ ସହିତ 400 ଲୋକ ଅଛନ୍ତି।”
7 ସେହି ବାର୍ତ୍ତା ଯାକୁବଙ୍କୁ ଭୟଭୀତ କଲା। ସେ ତାଙ୍କ ସହିତ ଥିବା ଲୋକମାନଙ୍କୁ ଦୁଇ ଦଳରେ ବିଭକ୍ତ କଲେ। ଗୋମେଷାଦି ଆଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କଲେ। 8 ଯାକୁବ ଚିନ୍ତା କଲେ, “ଯଦି ଏଷୌ ଆସି ଗୋଟିଏ ଦଳକୁ ବିନାଶ କରେ, ତେବେ ଅନ୍ୟ ଦଳ ଦୌଡ଼ିଯାଇ ଜୀବନ ରକ୍ଷା କରିବେ।”
9 ସେତେବେଳେ ଯାକୁବ କହିଲେ, “ହେ ମୋର ପିତା ଅବ୍ରହାମଙ୍କର ପରମେଶ୍ୱର! ମୋର ପିତା ଇସ୍ହାକର ପରମେଶ୍ୱର! ହେ ସଦାପ୍ରଭୁ ତୁମ୍ଭେ ମୋତେ କହିଲ, ମୋର ଜନ୍ମିତ ସ୍ଥାନକୁ ଫେରିଯିବା ପାଇଁ। ତୁମ୍ଭେ ମୋର ସହାୟ ହେବ। 10 ତୁମ୍ଭେ ମୋତେ ଦୟା ଦେଖାଇ ଆସିଅଛ। ତୁମ୍ଭେ ମୋର ବହୁତ ମଙ୍ଗଳ କରିଅଛ। ମୁଁ ସେ କୌଣସି ବିଷୟ ପାଇଁ ଯୋଗ୍ୟ ନୁହେଁ। ମୁଁ ଯେତେବେଳେ ପ୍ରଥମ ଥର ଯର୍ଦ୍ଦନ ନଦୀ ପାରି ହେଲି, କେବଳ ଏ ବାଡ଼ି ଛଡ଼ା ମୋର କିଛି ନ ଥିଲା। କିନ୍ତୁ ବର୍ତ୍ତମାନ ମୋର ପରିବାର, ଜୀବଜନ୍ତୁ ଏତେ ବେଶୀ ଯେ ଦୁଇଟା ଶିବିର ହୋଇପାରେ। 11 ମୁଁ ବିନତି କରୁଅଛି କୃପାକରି ମୋତେ ମୋର ଭାଇଠାରୁ ରକ୍ଷା କର। ମୋତେ ଏଷୌଠାରୁ ରକ୍ଷା କର। ମୁଁ ତାଙ୍କୁ ଭୟ କରୁଛି। ମୁଁ ଭୟ କରୁଛି ଯେ ସେ ଆମ୍ଭ ସମସ୍ତଙ୍କୁ ହତ୍ୟା କରିବ। ଏପରିକି ମା’ ଓ ତାଙ୍କ ପିଲାମାନଙ୍କୁ ମଧ୍ୟ। 12 ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଲ, ‘ମୁଁ ତୁମ୍ଭଙ୍କୁ ସାହାଯ୍ୟ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କେହି ଗଣି ପାରିବେ ନାହିଁ।’”
13 ଯାକୁବ ରାତିରେ ସେହି ସ୍ଥାନରେ ରହିଲେ, ତାଙ୍କର ଭାଇ ଏଷୌକୁ କିଛି ଉପହାର ଦେବା ପାଇଁ ଯାକୁବ ପ୍ରସ୍ତୁତ ହେଲେ। 14 ଯାକୁବ ଦୁଇଶହ ମାଈଛେଳି ଓ କୋଡ଼ିଏଟି ଛେଳି, ଦୁଇଶହ ମାଈମେଣ୍ଢା ଓ କୋଡ଼ିଏଟି ଅଣ୍ଡିରା ମେଣ୍ଢା ଦେବାକୁ ସ୍ଥିର କଲେ। 15 ଯାକୁବ ସବତ୍ସା ଦୁଗ୍ଧବତୀ ତିରିଶ୍ ମାଈଓଟ, ଗ୍ଭଳିଶ୍ ଗାଈ, ଦଶ ବୃଷ, କୋଡ଼ିଏ ଗଧ ଓ ଦଶ ଗୋଟି ବାଛୁରି ପ୍ରସ୍ତୁତ କଲେ। 16 ଯାକୁବ ପଲସବୁ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମର୍ପଣ କରି ସେମାନଙ୍କୁ ଆଜ୍ଞା ଦେଲେ, “ତୁମ୍ଭେମାନେ ମୋର ଆଗେ ଆଗେ ଯାଅ। ପୁଣି ମଝିରେ ମଝିରେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।” 17 ଯାକୁବ ଏହି ଆଦେଶ ତାଙ୍କର ଦାସମାନଙ୍କୁ ଦେଲେ। ପ୍ରଥମ ଦଳର ଦାସକୁ ଯାକୁବ କହିଲେ, “ଯେତେବେଳେ ଏଷୌ, ମୋର ଭାଇ ତୁମ୍ଭ ପାଖକୁ ଆସି ପଗ୍ଭରେ, ‘ତୁମ୍ଭେ କାହାର ଦାସ? ତୁମ୍ଭେ କେଉଁଠାକୁ ଯାଉଛ? ଏହି ପଶୁଗୁଡ଼ିକ କାହାର?’ 18 ତା'ପରେ ତୁମ୍ଭେ ଉତ୍ତର ଦେବ, ଏହି ପଶୁଗୁଡ଼ିକ ତୁମ୍ଭ ଦାସ ଯାକୁବର, ମୋର ମୁନିବ ଯାକୁବ ତୁମ୍ଭକୁ ଏହା ଉପହାର ଦେଇଛନ୍ତି। ଏବଂ ଯାକୁବ ମଧ୍ୟ ଆମ ପଛେ ପଛେ ଆସୁଛନ୍ତି।”’
19 ଯାକୁବ ଏହିପରି କହିବାକୁ ତାଙ୍କର ଦ୍ୱିତୀୟ ଦଳର ଦାସ ଓ ତୃତୀୟ ଦଳର ଦାସ ଏବଂ ସମସ୍ତ ଦାସଙ୍କୁ ଏହିପରି କହିଲେ। ସେ କହିଲେ, “ତୁମ୍ଭେ ସମସ୍ତେ ଏହିପରି କହିବ ଯେତେବେଳେ ଏଷୌକୁ ତୁମ୍ଭେମାନେ ଭେଟିବ। 20 ତୁମ୍ଭେମାନେ କହିବ, ‘ଏହିସବୁ ତୁମ୍ଭ ପାଇଁ ଉପହାର ଅଟେ। ଏବଂ ତୁମ୍ଭର ଦାସ ଯାକୁବ ତୁମ୍ଭ ପଛରେ ଆସୁଛନ୍ତି।’”
ଯାକୁବ ଭାବିଲେ, “ଯଦି ମୁଁ ଏହି ଲୋକମାନଙ୍କୁ ଉପହାର ଦେଇ ଆଗରେ ପଠାଇ ଦିଏ, ହୋଇପାରେ ଏଷୌ ମୋତେ କ୍ଷମା ଦେଇପାରେ ଏବଂ ମୋତେ ଗ୍ରହଣ କରିପାରେ।” 21 ତେଣୁ ଯାକୁବ ଉପହାରଗୁଡ଼ିକ ଏଷୌ ନିକଟକୁ ପଠାଇ ଦେଲେ। କିନ୍ତୁ ଯାକୁବ ରାତ୍ରିରେ ସେହି ଛାଉଣିରେ ରହିଲେ।
37 ଲୋକମାନେ ଏପ୍ରକାର କଥା ଶୁଣି ବହୁତ ଦୁଃଖିତ ହେଲେ। ସେମାନେ ପିତର ଓ ଅନ୍ୟ ପ୍ରେରିତମାନଙ୍କୁ ପଗ୍ଭରିଲେ, “ଭାଇମାନେ, ଆମ୍ଭେ କ’ଣ କରିବା?”
38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। 39 ଏହି ପ୍ରତିଜ୍ଞା ତୁମ୍ଭମାନଙ୍କ ପାଇଁ ଦିଆଯାଇଛି। ଆହୁରି ମଧ୍ୟ ଏହା ତୁମ୍ଭର ପିଲାମାନଙ୍କ ପାଇଁ ଓ ଯେଉଁମାନେ ବହୁତ ଦୂରରେ ଅଛନ୍ତି ସେମାନଙ୍କ ପାଇଁ ଦିଆଯାଇଛି। ଯେଉଁମାନଙ୍କୁ ଈଶ୍ୱର ଆମ୍ଭମାନଙ୍କ ପ୍ରଭୁ, ଡାକନ୍ତି ସେ ସମସ୍ତଙ୍କ ପାଇଁ ଏହି ପ୍ରତିଜ୍ଞା ଦିଆଯାଇଛି।”
40 ପିତର ସେମାନଙ୍କୁ ଚେତନା ଦେଇ କହିଲେ, “ବର୍ତ୍ତମାନ ଏହି ମନ୍ଦ ଲୋକମାନଙ୍କଠାରୁ ନିଜକୁ ରକ୍ଷାକର।” 41 ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।
ବିଶ୍ୱାସୀମାନଙ୍କର ପରସ୍ପର ସହଭାଗିତା
42 ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ। 43 ପ୍ରେରିତମାନେ ବହୁତ ଶକ୍ତିଶାଳୀ ଓ ବହୁତ ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ କରୁଥିଲେ। ପ୍ରତ୍ୟେକ ଲୋକର ଈଶ୍ୱରଙ୍କ ପ୍ରତି ଅତି ଭକ୍ତି ଥିଲା। 44 ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। 45 ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ। 46 ପ୍ରତିଦିନ ସେମାନେ ଏକାଠି ହୋଇ ଉପାସନା ମନ୍ଦିରରେ ପରସ୍ପରକୁ ଭେଟୁଥିଲେ। ସେ ସମସ୍ତଙ୍କର ଲକ୍ଷ୍ୟ ଏକ ଥିଲା। ସେମାନେ ସେମାନଙ୍କ ଘରେ ଏକତ୍ର ଖାଉଥିଲେ, ଏବଂ ଆନନ୍ଦପୂର୍ଣ୍ଣ ହୃଦୟରେ ପରସ୍ପରକୁ ଏଥିର ଅଂଶୀ କରାଉଥିଲେ। 47 ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ।
2010 by World Bible Translation Center