Revised Common Lectionary (Semicontinuous)
ସ୍ୱପ୍ନ ବିଳାଷୀ ଯୋଷେଫ
37 ଯାକୁବ କିଣାନ ଦେଶରେ ବାସ କଲେ, ଯେଉଁ ସ୍ଥାନରେ ତାଙ୍କର ପିତା ବାସ କରିଥିଲେ। 2 ଏହା ହେଉଛି ଯାକୁବଙ୍କ ପରିବାରର ଇତିହାସ।
ଯୋଷେଫଙ୍କୁ ଯେତେବେଳେ ସତରବର୍ଷ ହୋଇଥିଲା, ସେ ମେଣ୍ଢା ଓ ଛେଳି ଚରାଉଥିଲେ। ଯୋଷେଫ ଏହି କାର୍ଯ୍ୟ ତାଙ୍କ ଭାଇମାନଙ୍କ ସହିତ କରୁଥିଲେ। ସେ ତାଙ୍କ ପିତାଙ୍କ ସ୍ତ୍ରୀ ବିଲହା ଓ ସିଳ୍ପାର ପୁତ୍ରମାନଙ୍କର ସାହାଯ୍ୟକାରୀ ଥିଲେ। ଯୋଷେଫ ତାଙ୍କର ପିତାଙ୍କୁ ଭାଇମାନଙ୍କର କୁକର୍ମ ବିଷୟରେ ସବୁ ଜଣାଉଥିଲେ। 3 ଯୋଷେଫ ତାଙ୍କ ପିତା, ଯାକୁବଙ୍କର ବାର୍ଦ୍ଧକ୍ୟ ସମୟରେ ଜନ୍ମ ହୋଇଥିଲେ। ତେଣୁ ଯାକୁବ ଯୋଷେଫଙ୍କୁ ଅନ୍ୟ ପୁତ୍ରମାନଙ୍କଠାରୁ ଅଧିକ ଭଲ ପାଉଥିଲେ। ଯାକୁବ ଯୋଷେଫଙ୍କୁ ଏକ ବିଶେଷ ବସ୍ତ୍ର ବା ଅଙ୍ଗରଖା ଦେଇଥିଲେ। ଯାହା ନାନା ରଙ୍ଗରେ ବର୍ଣ୍ଣିତ ଥିଲା। 4 ଯୋଷେଫଙ୍କର ଭାଇମାନେ ଦେଖିଲେ ତାଙ୍କର ପିତା ସେମାନଙ୍କଠାରୁ ଯୋଷେଫକୁ ଅଧିକ ଭଲ ପାଉଛନ୍ତି। ତେଣୁ ସେମାନେ ଯୋଷେଫକୁ ଘୃଣା କଲେ ଓ ତା’ ସହିତ ସେମାନେ ଭଲଭାବରେ କଥାବାର୍ତ୍ତା କଲେ ନାହିଁ।
12 ଦିନେ ଯୋଷେଫଙ୍କର ଭାଇମାନେ ଶିଖିମକୁ ତାଙ୍କର ପିତାଙ୍କର ପଶୁ ପଲ ଚରାଇବାକୁ ଗଲେ। 13 ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଶିଖିମକୁ ଯାଅ। ତୁମ୍ଭର ଭାଇମାନେ ସେଠାରେ ମେଣ୍ଢା ଚରାଉଛନ୍ତି।”
ଯୋଷେଫ ଉତ୍ତର ଦେଲେ, “ମୁଁ ସେଠାକୁ ଯିବି।”
14 ଯୋଷେଫଙ୍କର ପିତା କହିଲେ, “ଯାଇ ଦେଖ ତୁମ୍ଭର ଭାଇମାନେ ଏବଂ ପଲ ସବୁ କିପରି ଅଛନ୍ତି।” ତା'ପରେ ଫେରି ଆସ ଏବଂ ମୋତେ କୁହ। ତେଣୁ ଯୋଷେଫଙ୍କର ପିତା ତାଙ୍କୁ ହିବ୍ରୋଣର ଶିଖିମ ଉପତ୍ୟକାକୁ ପଠାଇଲେ।
15 ଶିଖିମଠାରେ ଯୋଷେଫ ଏଣେ ତେଣେ କ୍ଷେତ୍ର ମଧ୍ୟରେ ବୁଲୁଥିବାର ଜଣେ ବ୍ୟକ୍ତି ଦେଖିଲେ। ସେହି ଲୋକଟି ପଗ୍ଭରିଲା, “ତୁମ୍ଭେ ଏଠାରେ କ’ଣ ଖୋଜୁଛ?”
16 ଯୋଷେଫ ଉତ୍ତର ଦେଲେ, “ମୁଁ ମୋର ଭାଇମାନଙ୍କୁ ଖୋଜୁଛି। ଦୟାକରି କହିବେ କି ସେମାନେ ପଶୁପଲଙ୍କ ସହିତ କେଉଁଠାରେ ଅଛନ୍ତି?”
17 ଏହା ପରେ ସେହି ଲୋକଟି କହିଲା। “ସେମାନେ ଏଠାରୁ ଗ୍ଭଲିଗଲେଣି। ସେମାନେ କହୁଥିବାର ମୁଁ ଶୁଣିଛି, ଆସ ଦୋଥନକୁ ଯିବା।” ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ ଅନୁସରଣ କରି ଦୋଥନରେ ଯାଇ ସେମାନଙ୍କୁ ସାକ୍ଷାତ କଲେ।
ଯୋଷେଫଙ୍କୁ କ୍ରୀତଦାସ ରୂପେ ବିକ୍ରୀ
18 ଯୋଷେଫଙ୍କର ଭାଇମାନେ ଦୂରରୁ ଦେଖିଲେ ଯେ, ସେ ଆସୁଛି। ଏବଂ ସେ ପହଞ୍ଚିବା ପୂର୍ବରୁ ସେମାନେ ତାକୁ ହତ୍ୟା କରିବାକୁ ଯୋଜନା କଲେ। 19 ଭାଇମାନେ ପରସ୍ପର କୁହା କୁହି ହେଲେ, “ହେଇ ଦେଖ, ସ୍ୱପ୍ନ ଦର୍ଶକ ଯୋଷେଫ ଆସୁଛି। 20 ଆସ ତାକୁ ହତ୍ୟାକରିବା ଏବଂ ଶୁଷ୍କ କୂଅରେ ପକାଇ ଦେବା। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା'ପରେ ଦେଖିବା ତା'ର ସ୍ୱପ୍ନର କ’ଣ ହେବ।”
21 କିନ୍ତୁ ରୁବେନ୍ ଏହା ଶୁଣିଲେ ସେ ଯୋଷେଫକୁ ସେମାନଙ୍କଠାରୁ ରକ୍ଷା କରିବାକୁ ଗ୍ଭହିଁଲେ। ରୁବେନ୍ କହିଲେ, “ତାକୁ ମାର ନାହିଁ। 22 କୌଣସି ରକ୍ତପାତ କର ନାହିଁ, ତାକୁ ଏକ ଜଙ୍ଗଲର ଶୁଷ୍କ କୂଅରେ ଫିଙ୍ଗିଦିଅ, କିନ୍ତୁ, ତୁମ୍ଭେମାନେ ନିଜେ ତାକୁ ଆଘାତ କର ନାହିଁ।” କାରଣ ତାକୁ ନ ମାରି ପିତାଙ୍କ ନିକଟକୁ ପଠାଇ ଦେବା ପାଇଁ ରୁବେନ୍ର ଯୋଜନା ଥିଲା। 23 ଯୋଷେଫ ତାଙ୍କ ଭାଇମାନଙ୍କ ପାଖକୁ ଆସିଲେ। ଏହା ପରେ ତାଙ୍କର ଭାଇମାନେ ତାଙ୍କୁ ଆକ୍ରମଣ କରି ତାଙ୍କର ସେହି ଲମ୍ବା ସୁନ୍ଦର ରଙ୍ଗ ବେରଙ୍ଗର ପୋଷାକକୁ ଚିରି ପକାଇଲେ। 24 ଏହା ପରେ ତାକୁ ଏକ ଶୁଖିଲା କୂଅ ମଧ୍ୟରେ ପକାଇ ଦେଲେ।
25 ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି। 26 ତେଣୁ ଯିହୁଦା ତା'ର ଭାଇମାନଙ୍କୁ କହିଲେ, “ଯଦି ଆମ୍ଭେ ଆମ୍ଭର ଭାଇକୁ ହତ୍ୟା କରି ତା'ର ମୃତ୍ୟୁକୁ ଲୁଗ୍ଭଇଲେ ଆମ୍ଭର ଲାଭ କ’ଣ? 27 ଆସ ଏହି ବଣିକମାନଙ୍କୁ ଆମ୍ଭେ ବିକ୍ରୀ କରିଦେବା। ସେ ଆମ୍ଭର ଭାଇ, ଆମ୍ଭର ନିଜର ରକ୍ତ ମାଂସ।” ତାଙ୍କର ଭାଇମାନେ ଏଥିରେ ରାଜି ହୋଇଗଲେ। 28 ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
16 ପରମେଶ୍ୱର ସେ ଦେଶରେ ଦୁର୍ଭିକ୍ଷ କରାଇଲେ।
ଲୋକମାନେ ଖାଦ୍ୟ ଖାଇବା ପାଇଁ ପାଇଲେ ନାହିଁ।
17 ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ[a] ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ।
ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।
18 ସେମାନେ ଯୋଷେଫଙ୍କର ପାଦରେ ବେଡ଼ି ପକାଇଲେ।
ସେମାନେ ଏକ ଲୁହାର କଡ଼ା ତା'ର ବେକରେ ପକାଇଲେ।
19 ଯୋଷେଫ କ୍ରୀତଦାସ ହୋଇ ରହିଲା ତା'ର ବାକ୍ୟ ସତ୍ୟ ହେବା ପର୍ଯ୍ୟନ୍ତ।
ସଦାପ୍ରଭୁଙ୍କର ବାକ୍ୟ ଯୋଷେଫ ଠିକ୍ କହୁଥିଲେ ବୋଲି ପ୍ରମାଣିତ କଲା।
20 ତେଣୁ ମିଶରର ରାଜା ଲୋକ ପଠାଇ ତାଙ୍କୁ ମୁକ୍ତ କଲେ।
ତେଣୁ ସେହି ଦେଶର ରାଜା ତାଙ୍କୁ କାରାଗାରରୁ ମୁକ୍ତ କଲେ।
21 ସେ ଯୋଷେଫକୁ ତାଙ୍କର ଗୃହର କର୍ତ୍ତାରୂପେ ନିରୂପିତ କଲେ।
ରାଜାଙ୍କର ପ୍ରତ୍ୟେକ ଜିନିଷର ଭାର ଯୋଷେଫ ନେଲେ।
22 ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ।
ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।
ପରମେଶ୍ୱରଙ୍କର ପ୍ରଶଂସା କର!
5 ବ୍ୟବସ୍ଥା ପାଳନ ଦ୍ୱାରା ଧାର୍ମିକ ହେବା ବିଷୟରେ ମୋଶା କହିଛନ୍ତି: “ଯେଉଁ ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ଜୀବନ ପାଇବା ପାଇଁ ଚେଷ୍ଟା କରେ, ସେ ନିଜର କାର୍ଯ୍ୟ ବ୍ୟବସ୍ଥା ଅନୁସାରେ କରିବା ଆବଶ୍ୟକ।”(A) 6 କିନ୍ତୁ ବିଶ୍ୱାସ ଦ୍ୱାରା ଧାର୍ମିକ ହେବା ବିଷୟରେ ଶାସ୍ତ୍ର ଏହିପରି କୁହେ: “ନିଜେ ନିଜକୁ ପଗ୍ଭର ନାହିଁ ଯେ ‘ସ୍ୱର୍ଗକୁ କିଏ ଯିବ?’” (ଅର୍ଥାତ୍ “କିଏ ସ୍ୱର୍ଗରୁ ଖ୍ରୀଷ୍ଟଙ୍କୁ ପୃଥିବୀକୁ ଆଣିବ?”) 7 “ଓ ଏପରି କୁହ ନାହିଁ ଯେ, ‘ପାତାଳକୁ କିଏ ଯିବ?’” (ଅର୍ଥାତ୍ “ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?”)
8 ଶାସ୍ତ୍ର କୁହେ: “ପରମେଶ୍ୱରଙ୍କ ଶିକ୍ଷା ତୁମ୍ଭ ପାଖରେ ଅଛି; ଏହା ତୁମ୍ଭ ମୁହଁରେ ଓ ତୁମ୍ଭ ହୃଦୟରେ ଅଛି।”(B) ଆମ୍ଭେ ଲୋକମାନଙ୍କୁ ଘୋଷଣା କରୁଥିବା ସେହି ଶିକ୍ଷାଟି ବିଶ୍ୱାସର ଶିକ୍ଷା ଅଟେ। 9 ଯଦି ତୁମ୍ଭେ ନିଜ ମୁହଁରେ କୁହ, “ଯୀଶୁ ପ୍ରଭୁ ଅଟନ୍ତି,” ଓ ତୁମ୍ଭର ମନ ବିଶ୍ୱାସ କରେ ଯେ, ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ଉଠାଇ ଆଣିଥିଲେ; ତେବେ ତୁମ୍ଭେ ଉଦ୍ଧାର ପାଇଯିବ। 10 ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।
11 ଶାସ୍ତ୍ର କୁହେ: “ଯିଏ ତାହାଙ୍କୁ (ଖ୍ରଷ୍ଟଙ୍କୁ) ବିଶ୍ୱାସ କରେ ସେ ଲଜ୍ଜିତ ହେବ ନାହିଁ।”(C) 12 ଏଠାରେ “ଯିଏ” ର ଅର୍ଥ ଯିହୂଦୀ ଓ ଅଣଯିହୂଦୀମାନଙ୍କ ଭିତରେ ଭେଦ ନ ଥିବା ସୂଗ୍ଭଏ। ସମସ୍ତ ଲୋକଙ୍କର ଜଣେ ପ୍ରଭୁ। ଯେଉଁ ଲୋକେ ତାହାଙ୍କୁ ବିଶ୍ୱାସ କରନ୍ତି, ପରମେଶ୍ୱର ସେମାନଙ୍କୁ ଅନେକ ଆଶୀର୍ବାଦ କରନ୍ତି। 13 ଶାସ୍ତ୍ର କୁହେ: “ପ୍ରଭୁଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ପରିତ୍ରାଣ ପାଇବ।”(D)
14 କିନ୍ତୁ ଲୋକେ ବିଶ୍ୱାସ କଲା ପରେ ହିଁ ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଡାକି ପାରିବେ। ତାହାଙ୍କ ବିଷୟରେ ଶୁଣି ସାରିଲା ପରେ ହିଁ, ଲୋକେ ତାହାଙ୍କ ବିଷୟରେ ବିଶ୍ୱାସ କରି ପାରିବେ। କିଏ ଜଣେ ସେମାନଙ୍କୁ କହିଲା ପରେ ହିଁ ଲୋକେ ତାହାଙ୍କ ବିଷୟରେ ଶୁଣି ପାରିବେ। 15 ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।”(E)
ହ୍ରଦ ଉପରେ ଯୀଶୁ ଗ୍ଭଲିଲେ
(ମାର୍କ 6:45-52; ଯୋହନ 6:16-21)
22 ତା'ପରେ ଯୀଶୁ ଶିଷ୍ୟମାନଙ୍କୁ ଡଙ୍ଗାରେ ଚଢ଼ି ହ୍ରଦର ଅପର ପାର୍ଶ୍ୱକୁ ଯିବାକୁ କହିଲେ। ଯୀଶୁ ନିଜେ ସେଠାକୁ ପରେ ଯିବେ ବୋଲି କହିଲେ। 23 ତା'ପରେ ଜମା ହୋଇଥିବା ଲୋକମାନଙ୍କୁ ବିଦାୟ କରି ସେ ପ୍ରାର୍ଥନା କରିବାକୁ ଏକାକୀ ପାହାଡ଼ ଉପରକୁ ଗଲେ। ସନ୍ଧ୍ୟା ହୋଇ ସାରିଥିଲା, ଯୀଶୁ ସେଠାରେ ଏକୁଟିଆ ଥିଲେ। 24 ସେତେବେଳକୁ ହ୍ରଦ ଭିତରେ ଡଙ୍ଗା ଅନେକ ଦୂରକୁ ଗ୍ଭଲିଯାଇଥିଲା। ଢେଉରେ ଧକ୍କା ଖାଇ ଡଙ୍ଗାଟି ଟଳମଳ ହେଉଥିଲା। ଖୁବ୍ ଜୋର୍ରେ ପ୍ରତିକୂଳ ପବନ ବହୁଥିଲା।
25 ଯୀଶୁ ହ୍ରଦ ଉପରେ ଗ୍ଭଲିକରି ରାତ୍ରିର ଚତୁର୍ଥ ପ୍ରହରରେ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। 26 ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସେମାନେ କୁହାକୁହି ହେଲେ, “ଏତ ଗୋଟିଏ ଭୂତ।” ସେମାନେ ଭୟରେ ଚିତ୍କାର କଲେ।
27 ସଙ୍ଗେ ସଙ୍ଗେ ଯୀଶୁ ସେମାନଙ୍କୁ କହିଲେ, “ସାହସ ଧର! ମୁଁ ପରା ଆସିଛି! ଭୟ କର ନାହିଁ।”
28 ପିତର କହିଲେ, “ପ୍ରଭୁ, ଏହା ଯଦି ତୁମ୍ଭେ, ତେବେ ମୋତେ ପାଣି ଉପରେ ଗ୍ଭଲି ତୁମ୍ଭ ନିକଟକୁ ଯିବାକୁ ଆଦେଶ ଦିଅ।”
29 ଯୀଶୁ କହିଲେ, “ଗ୍ଭଲି ଆସ।”
ପିତର ଡଙ୍ଗାରୁ ବାହାରକୁ ଆସିଲେ, ସେ ପାଣି ଉପରେ ଗ୍ଭଲି ଯୀଶୁଙ୍କ ଆଡ଼କୁ ଗଲେ। 30 ପିତର ଯୀଶୁଙ୍କ ଆଡ଼କୁ ପାଣି ଉପରେ ଗ୍ଭଲିକରି ଯାଉଥିବା ସମୟରେ ଜୋର୍ରେ ପବନ ବହୁଥିଲା, ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡ଼ି ଯିବାକୁ ଲାଗିଲେ। ସେ ପାଟି କରି ଡାକିଲେ, “ପ୍ରଭୁ, ମୋତେ ରକ୍ଷା କର।”
31 ଯୀଶୁ ସଙ୍ଗେ ସଙ୍ଗେ ତାହାଙ୍କ ପାଖରେ ପହଞ୍ଚି ତାହାଙ୍କୁ ଧରି ପକାଇଲେ। ସେ ପିତରଙ୍କୁ କହିଲେ, “ତୁମ୍ଭର ବିଶ୍ୱାସ ଅଳ୍ପ। ତୁମ୍ଭେ କାହିଁକି ସନ୍ଦେହ କଲ?”
32 ଯୀଶୁ ଓ ପିତର ଡଙ୍ଗା ଉପରକୁ ଆସିଯିବା ପରେ ପବନ ବନ୍ଦ ହୋଇଗଲା। 33 ଯେଉଁମାନେ ଡଙ୍ଗା ଉପରେ ଥିଲେ, ସେମାନେ ଯୀଶୁଙ୍କୁ ପ୍ରଣାମ କଲେ ଓ କହିଲେ, “ପ୍ରକୃତରେ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର।”
2010 by World Bible Translation Center