Revised Common Lectionary (Semicontinuous)
ଇସ୍ରାଏଲୀୟ ଲୋକମାନଙ୍କର ଅସୁବିଧା
8 ଏହା ପରେ ଜଣେ ନୂତନ ରାଜା ମିଶରରେ ରାଜତ୍ୱ କଲେ। ସେହି ରାଜା ଯୋଷେଫଙ୍କୁ ଜାଣି ନ ଥିଲେ। 9 ସେହି ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ ଦେଖ। ସେମାନଙ୍କର ସଂଖ୍ୟା ଆମ୍ଭମାନଙ୍କ ଅପେକ୍ଷା ଅଧିକ! ସେମାନେ ଆମ୍ଭମାନଙ୍କଠାରୁ ଅଧିକ ଶକ୍ତିଶାଳୀ! 10 ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି ସେଥିପାଇଁ ଆମ୍ଭମାନଙ୍କୁ ଯୋଜନା କରିବାକୁ ପଡ଼ିବ। ଯଦି ଯୁଦ୍ଧ ହୁଏ, ଇସ୍ରାଏଲୀୟମାନେ ଆମ୍ଭର ଶତ୍ରୁ ପକ୍ଷରେ ଯୋଗଦେଇ ପାରନ୍ତି। ତା'ପରେ ସେମାନେ ଆମ୍ଭମାନଙ୍କୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରି ପାରନ୍ତି।”
11 ମିଶରୀୟ ଲୋକମାନେ ସେମାନଙ୍କୁ କଠିନ ପରିଶ୍ରମ ଦ୍ୱାରା ଅବମାନିତ କରିବାକୁ ସ୍ଥିର କଲେ। ତେଣୁ ମିଶରୀୟମାନେ ସେମାନଙ୍କ ପାଇଁ କ୍ରୀତଦାସ ମୁନିବମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ପିଥୋମ୍ ଓ ରାମିଷେଷ୍ ନିର୍ମାଣ କଲେ, ଯେଉଁଠାରେ ଫାରୋ[a] ଖାଦ୍ୟ ଶସ୍ୟ ରଖୁଥିଲେ।
12 ମିଶରୀୟମାନେ ଇସ୍ରାଏଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସେମାନଙ୍କୁ ଯେତେ ଅଧିକ ପରିଶ୍ରମ କରାଇଲେ, ସେମାନଙ୍କର ସଂଖ୍ୟା ସେହିପରି ଅଧିକ ବ୍ୟାପିଲା। ଏହା ମିଶରୀୟ ଲୋକମାନଙ୍କର ଭୟର କାରଣ ହେଲା। 13 ତେଣୁ ମିଶରୀୟମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।
14 ମିଶରୀୟମାନେ ଇସ୍ରାଏଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସେମାନେ ସେମାନଙ୍କୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବାଧ୍ୟ କଲେ। ସେମାନଙ୍କୁ ମଧ୍ୟ ବିଲରେ କଠିନ ପରିଶ୍ରମ କରାଇଲେ। ସେମାନେ ପ୍ରତ୍ୟେକ କ୍ଷେତ୍ରରେ ସେମାନଙ୍କୁ ଅଧିକ ପରିଶ୍ରମ କରିବାକୁ ବାଧ୍ୟ କଲେ।
ଧାତ୍ରୀମାନେ ଯେକି ପରମେଶ୍ୱରଙ୍କୁ ଅନୁସରଣ କଲେ
15 ସେଠାରେ ଶିଫ୍ରା ଓ ପୂୟା ନାମକ ଦୁଇ ଜଣ ଏବ୍ରୀୟ ଧାତ୍ରୀ ଥିଲେ, ଯେଉଁମାନେ କି ଏବ୍ରୀୟା ସ୍ତ୍ରୀଲୋକମାନଙ୍କୁ ପିଲା ଜନ୍ମ କରିବାରେ ସାହାଯ୍ୟ କଲେ। ମିଶରର ରାଜା ଧାତ୍ରୀମାନଙ୍କୁ କହିଲେ, 16 “ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କର ପିଲା ଜନ୍ମ କରିବାରେ ସାହାଯ୍ୟ କରିବ, ପୁତ୍ର ସନ୍ତାନ ଥିଲେ ସେମାନଙ୍କୁ ମାରିଦେବ ଓ କନ୍ୟା ସନ୍ତାନ ହେଲେ ସେମାନଙ୍କୁ ଜୀବିତ ରଖିବ।”
17 ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନ ଥିଲେ। ସେମାନେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।
18 ମିଶରର ରାଜା ସେହି ଧାତ୍ରୀମାନଙ୍କୁ ଡକାଇ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏପରି କାହିଁକି କଲ? ତୁମ୍ଭେମାନେ କାହିଁକି ପୁତ୍ର ସନ୍ତାନମାନଙ୍କୁ ଜୀବିତ ରଖିଲ?”
19 ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିଶରୀୟ ସ୍ତ୍ରୀମାନଙ୍କଠାରୁ ବଳିଷ୍ଠା। ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରି ସାରିଥା’ନ୍ତି।” 20-21 ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସେମାନଙ୍କର ପରିବାରଗୁଡ଼ିକୁ ବଢ଼ାଇଲେ। କାରଣ ସେମାନେ ପରମେଶ୍ୱରଙ୍କୁ ଡରୁ ଥିଲେ।
ଇସ୍ରାଏଲୀୟମାନଙ୍କ ସଂଖ୍ୟା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା। 22 ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, “ଇସ୍ରାଏଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ୟା ସନ୍ତାନଗଣଙ୍କୁ ଜୀବିତ ରଖିପାର।”
ଶିଶୁ ମୋଶା
2 ଲେବୀ ବଂଶର ଜଣେ ଲୋକ ଥିଲେ। ଯିଏକି ସେହି ଲେବୀ ବଂଶର ଜଣେ କନ୍ୟାଙ୍କୁ ବିବାହ କଲେ। 2 ସେହି ସ୍ତ୍ରୀଲୋକ ଗର୍ଭବତୀ ହୋଇ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ତାଙ୍କ ମାତା ଦେଖିଲେ ତାଙ୍କର ସେହି ପୁତ୍ର ବହୁତ ସୁନ୍ଦର ହୋଇଛି। ତେଣୁ ସେ ତାକୁ ତିନି ମାସ କାଳ ଲୁଗ୍ଭଇ ରଖିଲେ। 3 ଯେତେବେଳେ ସେ (ସ୍ତ୍ରୀ) ତାକୁ ଦୀର୍ଘ ସମୟ ଲୁଗ୍ଭଇ ପାରିଲା ନାହିଁ, ସେ ଏକ ଟୋକେଇ ତିଆରି କରି ତେଲ ଓ ରାଳ ଲେପନ କଲା। ସେ ସେହି ବାଳକଟିକୁ ଟୋକେଇରେ ରଖିଲା ଏବଂ ନଦୀର ନଳବନ ମଝିରେ ରଖିଲା। 4 ସେହି ବାଳକର ଜଣେ ଭଉଣୀ ତାକୁ ଦୂରରୁ ଲକ୍ଷ୍ୟ କରୁଥିଲା। ପିଲାଟିର କ’ଣ ହେବ, ଏହା ଜାଣିବା ପାଇଁ ଲକ୍ଷ୍ୟ ରଖିଲା।
5 ଠିକ୍ ତା'ପରେ ଫାରୋଙ୍କର କନ୍ୟା ନଦୀକୁ ଗାଧୋଇବାକୁ ଗଲେ। ସେ ସେହି ନଳବନ ମଧ୍ୟରେ ଟୋକେଇଟିକୁ ପାଇଲେ। ତାଙ୍କର ଗ୍ଭକରାଣୀମାନେ ସେହି ନଦୀ କୂଳରେ ବୁଲୁଥିଲେ। ସେ ତାଙ୍କର ଜଣେ ଦାସୀକୁ ସେହି ପେଡ଼ିଟିକୁ ଆଣିବା ପାଇଁ କହିଲେ। 6 ରାଜାଙ୍କର କନ୍ୟା ଯେତେବେଳେ ସେହି ଟୋକେଇଟିକୁ ଖୋଲି ସେହି ଶିଶୁ ପୁତ୍ରକୁ ଦେଖିଲେ। ସେହି ଶିଶୁଟି କାନ୍ଦୁ ଥିଲା। ଏଥିପାଇଁ ସେ ତା’ ପାଇଁ ବହୁତ ଦୁଃଖ କଲେ। ସେ କହିଲେ, “ଏହି ପିଲାଟି ଏବ୍ରୀୟ ମଧ୍ୟରୁ ଜଣକର ଅଟେ।”
7 ତା'ପରେ ସେହି ଶିଶୁଟିର ଭଉଣୀ ରାଜକନ୍ୟାଙ୍କୁ ପଗ୍ଭରିଲା, “ମୁଁ ଯାଇ ଏହି ଶିଶୁଟିକୁ ତା'ର ସ୍ତନ୍ୟପାନ କରାଇବା ପାଇଁ ଜଣେ ଏବ୍ରୀୟା ଧାତ୍ରୀକି ଆଣିପାରେ କି?”
8 ରାଜାଙ୍କର କନ୍ୟା କହିଲେ, “ହଁ, ଦୟାକରି ଡାକ।”
ତେଣୁ ସେହି ବାଳିକାଟି ଯାଇ ତା'ର ମାକୁ ଡାକି ଆଣିଲା।
9 ରାଜାଙ୍କର ଝିଅ ସେହି ମା’ଟିକୁ କହିଲେ, “ଏହି ଶିଶୁଟିକୁ ନିଅ ଏବଂ ମୋ’ ପାଇଁ ତାକୁ ଲାଳନ ପାଳନ କର, ଏଥିପାଇଁ ମୁଁ ତୁମ୍ଭକୁ ପାରିଶ୍ରମିକ ଦେବି।”
ତେଣୁ ସେହି ସ୍ତ୍ରୀ ଲୋକଟି ଶିଶୁଟିକୁ ନେଲା ଏବଂ ତାକୁ ଲାଳନ ପାଳନ କଲା। 10 ସେହି ଶିଶୁଟି ବଢ଼ିବାକୁ ଲାଗିଲା ଏବଂ କିଛି ଦିନ ପରେ ସେହି ସ୍ତ୍ରୀ ଲୋକଟି ରାଜକନ୍ୟାକୁ ସେହି ଶିଶୁଟିକୁ ଫେରାଇ ଦେଲା। ରାଜକନ୍ୟା ସେହି ଶିଶୁଟିକୁ ନିଜର ସନ୍ତାନ ଭାବରେ ଗ୍ରହଣ କଲେ। ସେ ତା'ର ନାମ ମୋଶା ଦେଲେ, କାରଣ ସେ ଜଳରୁ ତାଙ୍କୁ ଉଦ୍ଧାର କରି ଆଣିଥିଲେ।
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।
124 ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ ତେବେ ଆମ୍ଭମାନଙ୍କ ପ୍ରତି କ’ଣ ହୋଇଥା’ନ୍ତା?
ଇସ୍ରାଏଲ ଆମ୍ଭମାନଙ୍କୁ ଉତ୍ତର ଦିଅ।
2 କ’ଣ ହୋଇଥା’ନ୍ତା ଆମ୍ଭମାନଙ୍କର ଯଦି ସଦାପ୍ରଭୁ ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥା’ନ୍ତେ।
ଯେତେବେଳେ ଆମ୍ଭ ପ୍ରତିପକ୍ଷଗଣ ଆମ୍ଭମାନଙ୍କୁ ଆକ୍ରମଣ କରିଥିଲେ?
3 ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ
ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ।
4 ଆମ୍ଭମାନଙ୍କ ଶତ୍ରୁ ସୈନ୍ୟମାନେ ଆମ୍ଭମାନଙ୍କୁ
ଜଳରାଶି ପରି ମଗ୍ନ କରିଥା’ନ୍ତେ।
ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା।
5 ଗର୍ଜୁଥିବା ଜଳରାଶି ଆମ୍ଭକୁ
ବୁଡ଼ାଇ ଦେଇଥା’ନ୍ତା।
6 ସଦାପ୍ରଭୁଙ୍କର ପ୍ରଶଂସା କର।
ସେ ଆମ୍ଭମାନଙ୍କୁ ସେମାନଙ୍କର ଦାନ୍ତର ଶିକାର ହେବାକୁ ଦେଇ ନାହାନ୍ତି।
7 ଆମ୍ଭେମାନେ ହେଉଛୁ ଜାଲରେ ପଡ଼ିଥିବା ଚଢ଼େଇମାନଙ୍କ ପରି, ଯେଉଁମାନେ ଜାଲରୁ ରକ୍ଷା ପାଇଥା’ନ୍ତି।
ତା'ପରେ ଜାଲ ଛିଣ୍ଡିଗଲା ଓ ଆମ୍ଭେମାନେ ରକ୍ଷା ପାଇଗଲୁ।
8 ଆମ୍ଭମାନଙ୍କର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସିଲା,
ଯିଏ ସ୍ୱର୍ଗ ଓ ପୃଥିବୀକୁ ନିର୍ମାଣ କଲେ।
ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର
12 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ। 2 ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।
3 ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର। 4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। 5 ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।
6 ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟଦ୍ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟଦ୍ବାଣୀ କରୁ। 7 ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। 8 ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା'ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା'ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା'ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।
ପିତର କହନ୍ତି ଯୀଶୁ ହେଉଛନ୍ତି ଖ୍ରୀଷ୍ଟ
(ମାର୍କ 8:27-30; ଲୂକ 9:18-21)
13 ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସିବା ପରେ ଶିଷ୍ୟମାନଙ୍କୁ କହିଲେ, “ମୁଁ ହେଉଛି ମନୁଷ୍ୟପୁତ୍ର[a] ମୁଁ କିଏ ବୋଲି ଲୋକେ ମୋ’ ବିଷୟରେ କ’ଣ କହୁଛନ୍ତି?”
14 ଶିଷ୍ୟମାନେ ଉତ୍ତର ଦେଲେ, “କେତେକ ଆପଣଙ୍କୁ ବାପ୍ତିଜକ ଯୋହନ ବୋଲି କହୁଛନ୍ତି ତ କେତେକ ଏଲିୟ[b] ବୋଲି କହୁଛନ୍ତି। ଅନ୍ୟମାନେ ଆପଣଙ୍କୁ ଯିରିମିୟ[c] ବା ଭବିଷ୍ୟଦ୍ବକ୍ତା[d]ମାନଙ୍କ ମଧ୍ୟରୁ ଜଣେ ବୋଲି କହୁଛନ୍ତି।”
15 ଯୀଶୁ କହିଲେ, “ମୁଁ କିଏ ବୋଲି ତୁମ୍ଭେ କ’ଣ କହୁଛ?”
16 ଶିମୋନ ପିତର ଉତ୍ତର ଦେଲେ, “ଆପଣ ହେଉଛନ୍ତି ଖ୍ରୀଷ୍ଟ, ଜୀବନ୍ତ ପରମେଶ୍ୱରଙ୍କ ପୁତ୍ର।”
17 ଉତ୍ତରରେ ଯୀଶୁ କହିଲେ, “ହେ ଶିମୋନ! ଯୂନସଙ୍କ ପୁତ୍ର! ତୁମ୍ଭେ ଧନ୍ୟ! ଏ କଥା ତୁମ୍ଭକୁ କୌଣସି ମଣିଷ ଶିଖାଇ ନାହିଁ। ମୋ’ ସ୍ୱର୍ଗୀୟ ପିତା ତୁମ୍ଭକୁ ଏ କଥା ଶିଖାଇଛନ୍ତି। 18 ମୁଁ ମଧ୍ୟ ତୁମ୍ଭକୁ କହି ରଖୁଛି ଯେ ତୁମ୍ଭେ ହେଉଛ ପିତର[e] ଏବଂ ମୁଁ ଏହି ପଥର ଉପରେ ମୋର ମଣ୍ଡଳୀ ତୋଳିବି। ମୃତ୍ୟୁଶକ୍ତି[f] ମୋର ମଣ୍ଡଳୀକୁ ପରାଜିତ କରିବାକୁ ସମର୍ଥ ହୋଇପାରିବ ନାହିଁ। 19 ସ୍ୱର୍ଗରାଜ୍ୟର ଗ୍ଭବିଗୁଡ଼ିକ ମୁଁ ତୁମ୍ଭକୁ ଦେବି। ତେଣୁ ଏ ପୃଥିବୀରେ ଯେତେବେଳେ ତୁମ୍ଭେ ନ୍ୟାୟବିଗ୍ଭର କରିବ, ସେହି ନ୍ୟାୟବିଗ୍ଭର ପରମେଶ୍ୱରଙ୍କର ନ୍ୟାୟବିଗ୍ଭର ହେବ। ଏ ପୃଥିବୀରେ ଯେତେବେଳେ ତୁମ୍ଭେ କ୍ଷମା ଦେବ, ସେହି କ୍ଷମା ପରମେଶ୍ୱରଙ୍କର କ୍ଷମା ହେବ।”
20 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସେ ଯେ ଖ୍ରୀଷ୍ଟ ଅଟନ୍ତି କାହାକୁ ନ କହିବା ପାଇଁ।”
2010 by World Bible Translation Center