Revised Common Lectionary (Semicontinuous)
105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
ତାଙ୍କର ନାମକୁ ଡାକ।
ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
ତାଙ୍କର ପ୍ରଗ୍ଭରିତ କର।
ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
3 ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
4 ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
5 ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
6 ତୁମ୍ଭେ ହେଉଛ ତାଙ୍କର ସେବକ,
ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
23 ଏହା ପରେ ଇସ୍ରାଏଲ ମିଶରକୁ ଆସିଲା।
କିନ୍ତୁ ଯାକୁବ ହାମ ଦେଶରେ ବାସ କଲା।
24 ସେ ତାଙ୍କର ଲୋକ ସଂଖ୍ୟା ବଢ଼ାଇଲେ।
ସେମାନେ ସେମାନଙ୍କର ଶତ୍ରୁଗଣଠାରୁ ଅଧିକ ଶକ୍ତିଶାଳୀ ହେଲେ।
25 ମିଶରୀୟମାନେ ତାଙ୍କର ଲୋକମାନଙ୍କୁ ଘୃଣା କରିବାକୁ ଲାଗିଲେ
ଏବଂ ତାଙ୍କର କ୍ରୀତଦାସଙ୍କ ବିରୁଦ୍ଧରେ ଯୋଜନା କଲେ।
26 ଏଣୁ ପରମେଶ୍ୱର ତାଙ୍କ ଦାସ ମୋଶା
ଏବଂ ମନୋନୀତ ଯାଜକ ହାରୋଣଙ୍କୁ ପଠାଇଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।
ପରମେଶ୍ୱରଙ୍କର ପ୍ରଶଂସା କର!
16 ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ। 17 ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧମଧୁପ୍ରବାହୀ ଦେଶକୁ ନେଇଯିବା।’
18 “ଇସ୍ରାଏଲର ପ୍ରାଚୀନଗଣ ତୁମ୍ଭର କଥା ଶୁଣିବେ। ପ୍ରାଚୀନବର୍ଗମାନଙ୍କ ସହିତ ମିଶରର ରାଜା ଫାରୋଙ୍କ ନିକଟକୁ ଯାଅ। ତୁମ୍ଭେମାନେ ତାଙ୍କୁ କହିବ, ‘ସଦାପ୍ରଭୁ ଏବ୍ରୀୟମାନଙ୍କର ପରମେଶ୍ୱର, ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି। ତେଣୁ ଆମ୍ଭେ ବିନୟ କରୁଅଛୁ, ତିନି ଦିନ ମରୁଭୂମି ମଧ୍ୟକୁ ଯାତ୍ରା କରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁମତି ଦିଅନ୍ତୁ।’
19 “କିନ୍ତୁ ଆମ୍ଭେ ଜାଣୁ ଯେ, ଅଦୃଶ୍ୟ ହାତର ଶକ୍ତି ବିନା ମିଶରର ରାଜାକୁ ଜବରଦସ୍ତ କରାଗଲେ ମଧ୍ୟ, ତୁମ୍ଭମାନଙ୍କୁ ଯିବାକୁ ଦେବ ନାହିଁ। 20 ତେଣୁ ଆମ୍ଭେ ଆପଣା ମହାନ ଶକ୍ତି ମିଶର ବିରୁଦ୍ଧରେ କାର୍ଯ୍ୟ କରାଇବା। ଆମ୍ଭେ ମିଶରରେ ଆଶ୍ଚର୍ଯ୍ୟ କର୍ମମାନ ଘଟାଇବା, ଏହା ଆମ୍ଭେ କରିବା ପରେ ସେ ତୁମ୍ଭମାନଙ୍କୁ ଯିବାକୁ ଦେବ। 21 ଆଉ ଆମ୍ଭେ ମିଶରୀୟ ଲୋକମାନଙ୍କ ସାକ୍ଷାତରେ ଏହି ଲୋକମାନଙ୍କୁ ଅନୁଗ୍ରହର ପାତ୍ର କରିବା, ତହିଁରେ ତୁମ୍ଭମାନଙ୍କର ଯାତ୍ରା ସମୟରେ ସେମାନେ ତୁମ୍ଭମାନଙ୍କୁ ଉପହାରମାନ ଦେବେ।
22 “ସମସ୍ତ ଇସ୍ରାଏଲୀୟ ସ୍ତ୍ରୀ ଆପଣା ପ୍ରତିବାସିନୀ ଓ ଆପଣା ଗୃହପ୍ରବାସିନୀ ସ୍ତ୍ରୀ ନିକଟରୁ ରୌପ୍ୟ, ଅଳଙ୍କାର ଓ ସ୍ୱର୍ଣ୍ଣ ଅଳଙ୍କାର ଓ ବସ୍ତ୍ର ମାଗି ନେଇଯିବ, ପୁଣି ତାହା ତୁମ୍ଭେମାନେ ଆପଣା ପୁତ୍ରକନ୍ୟାଙ୍କୁ ପିନ୍ଧାଇବ। ଏହିପରି ଭାବରେ ତୁମ୍ଭେମାନେ ମିଶରୀୟ ଲୋକମାନଙ୍କ ଦ୍ରବ୍ୟ ହରଣ କରିବ।”
7 ସଂସାରରେ ଏବେ ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତି କାମ କରୁଛି। କିନ୍ତୁ ଜଣେ ମାତ୍ର ଅଛନ୍ତି ଯିଏ, ମନ୍ଦ ବ୍ୟକ୍ତିର ଗୁପ୍ତ ଶକ୍ତିକୁ ଅଟକାଉଛନ୍ତି। ସେ ଦୃଶ୍ୟପଟରୁ ଦୂରେଇ ନ ଯିବା ପର୍ଯ୍ୟନ୍ତ ସେହି ଶକ୍ତିକୁ ପ୍ରତିରୋଧ କରୁଥିବେ, 8 ତା'ପରେ ଯାଇ ମନ୍ଦ ବ୍ୟକ୍ତି ପ୍ରକାଶିତ ହେବ। ପ୍ରଭୁ ଯୀଶୁ ସେହି ମନ୍ଦ ବ୍ୟକ୍ତିକୁ, ତାହାଙ୍କର ମୁଖରୁ ନିର୍ଗତ ହେଉଥିବା ନିଶ୍ୱାସ ଦ୍ୱାରା ନଷ୍ଟ କରିଦେବେ। ପ୍ରଭୁ ଯୀଶୁ ନିଜର ମହିମାମୟ ଆଗମନ ଦ୍ୱାରା ତାହାକୁ ବିନଷ୍ଟ କରିଦେବେ। ମନ୍ଦ ବ୍ୟକ୍ତି ଶୟତାନର ଶକ୍ତି ନେଇ ଆସିବ।
9 ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ୟ ଆଧାରିତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ, ଚିହ୍ନ ଓ ଅଦ୍ଭୂତ କାର୍ଯ୍ୟମାନ ଘଟାଇବ। 10 ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ। 11 ସତ୍ୟକୁ ଭଲ ପାଇବା ପାଇଁ ସେମାନେ ମନା କରିବାରୁ, ପରମେଶ୍ୱର ମଧ୍ୟ ସେମାନଙ୍କ ପାଖକୁ ସତ୍ୟଠାରୁ ଦୂରେଇ ନେଇ ଯିବା ଭଳି ଏକ ଶକ୍ତିକୁ ପଠାନ୍ତି। ଅସତ୍ୟକୁ ବିଶ୍ୱାସ କରିବା ଲାଗି ପରମେଶ୍ୱର ସେମାନଙ୍କ ପାଖକୁ ସେହି ଶକ୍ତି ପଠାନ୍ତି। 12 ଅତଏବ ଯେଉଁମାନେ ସତ୍ୟକୁ ବିଶ୍ୱାସ କରୁ ନାହାନ୍ତି, ସେମାନେ ଦୋଷୀ ବୋଲି ବିଗ୍ଭରିତ ହେବେ। ସେମାନେ ସତ୍ୟକୁ ମାନି ନାହାନ୍ତି ଓ ମନ୍ଦ କର୍ମ କରିବାରେ ଆନନ୍ଦ ପାଇଛନ୍ତି।
2010 by World Bible Translation Center