Revised Common Lectionary (Semicontinuous)
149 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାନ କର।
ତାଙ୍କ ଅନୁସରଣ କାରୀମାନଙ୍କ ଗହଣରେ ତାଙ୍କର ଗୁଣ ଗାନ କର।
2 ଇସ୍ରାଏଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର।
ସିୟୋନର ଲୋକମାନେ, ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
3 ସେହି ଲୋକମାନେ ତାଙ୍କୁ ନାଚି ନାଚି ପ୍ରଶଂସା କରନ୍ତୁ,
ଦାରା ଓ ବୀଣା ବାଦନ କରି।
4 ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି।
ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କ୍ରିୟାମାନ କରିଛନ୍ତି।
ସେ ସେମାନଙ୍କୁ ରକ୍ଷା କଲେ।
5 ପରମେଶ୍ୱରଙ୍କ ଅନୁସରଣକାରୀ ତୁମ୍ଭେମାନେ ଗୌରବରେ ଆନନ୍ଦ କର!
ଆପଣା ଶଯ୍ୟା ଉପରେ ମଧ୍ୟ ଆନନ୍ଦର ସହ ଗାନ କର।
6 ସେହି ଲୋକମାନେ ପରମେଶ୍ୱରଙ୍କ ପ୍ରଶଂସା ଉଚ୍ଚ ସ୍ୱରରେ କରନ୍ତୁ
ଏବଂ ସେମାନଙ୍କ ନିଜ ହସ୍ତରେ ନିଜର ଖଡ଼୍ଗମାନ ଧରନ୍ତୁ।
7 ସେମାନଙ୍କୁ ଅନ୍ୟ ଗୋଷ୍ଠୀୟମାନଙ୍କୁ ଦଣ୍ଡିତ କରିବାକୁ ଯାଆନ୍ତୁ।
ସେମାନଙ୍କୁ ଯିବାକୁ ଓ ଦଣ୍ଡ ଦେବାକୁ ଦିଅ।
8 ପରମେଶ୍ୱରଙ୍କର ଲୋକମାନେ ତାଙ୍କର ରାଜା
ଓ ପ୍ରଧାନବର୍ଗମାନଙ୍କୁ ଲୌହ କଡ଼ିରେ ବାନ୍ଧନ୍ତୁ।
9 ପରମେଶ୍ୱରଙ୍କ ଆଦେଶ ଅନୁସାରେ ତାଙ୍କ ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କୁ ଦଣ୍ଡ ଦେବେ।
ଏହା ପରମେଶ୍ୱରଙ୍କର ସମସ୍ତ ବିଶ୍ୱସ୍ତ ଅନୁସରଣକାରୀମାନଙ୍କୁ ସମ୍ମାନ ଆଣି ଦେବ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ମିଶରେ ଅନ୍ଧକାରାଚ୍ଛନ୍ନ ହେଲା
21 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭର ହସ୍ତ ଆକାଶ ଆଡ଼କୁ ଉଠାଅ। ତାହାହେଲେ ମିଶର ଦେଶ ଅନ୍ଧକାରରେ ଆଚ୍ଛାଦିତ ହେବ। ମିଶରୀୟମାନେ ଅନ୍ଧକାରରେ ଦରାଣ୍ଡି ହେବେ।”
22 ତେଣୁ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ତାଙ୍କର ହସ୍ତ ଆକାଶ ଆଡ଼କୁ ଉଠାଇଲେ। ତା'ପରେ ଅନ୍ଧକାର, ସାରା ମିଶର ଦେଶକୁ ଆଚ୍ଛାଦନ କଲା। ଏହି ଅନ୍ଧକାର ମିଶରରେ କ୍ରମାଗତ ତିନି ଦିନ ରହିଲା। 23 ଜଣେ ବ୍ୟକ୍ତି ଅନ୍ୟ ଜଣକୁ ଦେଖି ପାରିଲା ନାହିଁ। କେହି କୁଆଡ଼େ ଯାଇ ପାରିଲେ ନାହିଁ। କିନ୍ତୁ ଯେଉଁଠାରେ ଇସ୍ରାଏଲୀୟମାନେ ବାସ କରୁଥିଲେ ସେଠାରେ ଅନ୍ଧକାର ନ ଥିଲା।
24 ପୁନରାୟ ଫାରୋ ମୋଶାଙ୍କୁ ଡାକିଲେ ଏବଂ କହିଲେ, “ଯାଅ ସଦାପ୍ରଭୁଙ୍କର ଉପାସନା କର! ତୁମ୍ଭେ ତୁମ୍ଭର ପୁତ୍ରକନ୍ୟାମାନଙ୍କୁ ସାଙ୍ଗରେ ନେଇଯାଅ। କିନ୍ତୁ ତୁମ୍ଭର ମେଷଗୁଡ଼ିକୁ ଓ ଗୋରୁଗାଈଗୁଡ଼ିକ ନିଅ ନାହିଁ।”
25 ମୋଶା କହିଲେ, “ତୁମ୍ଭେ ନିଜେ ଆମ୍ଭମାନଙ୍କୁ, ଆମ୍ଭମାନଙ୍କର ପରମେଶ୍ୱରଙ୍କର ଉପାସନା ପାଇଁ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। 26 ହଁ, ସଦାପ୍ରଭୁଙ୍କ ଉପାସନା ପାଇଁ ଆମ୍ଭମାନଙ୍କର ପଶୁଗଣଙ୍କୁ ଆମ୍ଭମାନଙ୍କ ସହିତ ନେବୁ। ଏଠାରେ ଗୋଟିଏ ହେଲେ ଖୁରା ହିଁ ରହିବ ନାହିଁ। କାରଣ ଆମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ନିମନ୍ତେ ସେମାନଙ୍କ ମଧ୍ୟରୁ ବଳି ନେବାକୁ ହେବ। କ’ଣ ଦେଇ ସଦାପ୍ରଭୁଙ୍କର ଉପାସନା କରିବାକୁ ହେବ, ତାହା ଆମ୍ଭେମାନେ ସେଠାରେ ଉପସ୍ଥିତ ନ ହେଲେ ଜାଣି ପାରିବୁ ନାହିଁ। ତେଣୁ ଆମ୍ଭମାନଙ୍କର ଯାହାସବୁ ଅଛି ଆମ୍ଭମାନଙ୍କୁ ସେସମସ୍ତ ଦ୍ରବ୍ୟ ସଙ୍ଗରେ ନେଇ ଯିବାକୁ ହେବ।”
27 ସଦାପ୍ରଭୁ ଫାରୋଙ୍କର ହୃଦୟକୁ ପୁଣି କଠୋର କଲେ, ତେଣୁ ଫାରୋ ସେମାନଙ୍କୁ ଆଉ ଯିବାକୁ ଦେଲେ ନାହିଁ। 28 ଏହା ପରେ ଫାରୋ ମୋଶାଙ୍କୁ କହିଲେ, “ମୋ’ ନିକଟରୁ ଦୂର ହୁଅ। ମୁଁ ତୁମ୍ଭର ମୁଖ ଯେପରି ଆଉ ନ ଦେଖେ। ଯଦି ମୁଁ ତୁମ୍ଭକୁ ପୁଣି ଦେଖେ, ତୁମ୍ଭେ ମୃତ୍ୟୁବରଣ କରିବ।”
29 ଏହା ପରେ ମୋଶା ଫାରୋଙ୍କୁ କହିଲେ, “ତୁମ୍ଭେ ଗୋଟିଏ ଠିକ୍ କଥା କହିଛ, ମୁଁ ତୁମ୍ଭକୁ ଆଉ ଦେଖା କରିବାକୁ ଆସିବି ନାହିଁ।”
15 ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।”(A)
16 ମାତ୍ର ସମସ୍ତେ ସୁସମାଗ୍ଭରକୁ ଗ୍ରହଣ କରି ନାହାନ୍ତି। ଯିଶାଇୟ କହନ୍ତି: “ହେ ପ୍ରଭୁ, ଆମ୍ଭ ଉପଦେଶ ଗୁଡ଼ିକ କିଏ କ’ଣ ବିଶ୍ୱାସ କଲା?”(B) 17 ସୁସମାଗ୍ଭର ଶୁଣିଲେ ବିଶ୍ୱାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟରେ କହିଲେ ଲୋକେ ଶୁଣନ୍ତି।
18 କିନ୍ତୁ ମୁଁ ପଗ୍ଭରୁଛି: “କ’ଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି?” ହଁ ସେମାନେ ଶୁଣିଛନ୍ତି। ଶାସ୍ତ୍ର କୁହେ:
“ସେମାନଙ୍କର ସ୍ୱର ଜଗତର ସର୍ବତ୍ର ଖେଳିଗଲା।
ସେମାନଙ୍କ ବାକ୍ୟ ଜଗତର ପ୍ରାନ୍ତରର ଶେଷଭାଗ ପର୍ଯ୍ୟନ୍ତ ଖେଳିଗଲା।”(C)
19 ପୁନର୍ବାର ମୁଁ ପଗ୍ଭରୁଛି: “କ’ଣ ଇସ୍ରାଏଲର ଲୋକେ ବୁଝି ପାରି ନ ଥିଲେ?” ହଁ ସେମାନେ ବୁଝିଥିଲେ। ପ୍ରଥମେ ମୋଶା କହିଛନ୍ତି:
“ଜାତୀୟ ଚରିତ୍ର ନ ଥିବା ଲୋକଙ୍କ ଦ୍ୱାରା ମୁଁ ତୁମ୍ବ ଭିତରେ ଈର୍ଷା ଜାତ କରାଇବି।
ନିର୍ବୋଧ ଲୋକଙ୍କ ଦ୍ୱାରା ମୁଁ ତୁମ୍ଭ ଭିତରେ କ୍ରୋଧ ଜାତ କରାଇବି।”(D)
20 ଏହା ପରେ ଯିଶାଇୟ ନିର୍ଭୟ ହୋଇ କହନ୍ତି:
“ଯେଉଁ ଲୋକମାନେ ମୋତେ ଖୋଜୁ ନ ଥିଲେ
ସେମାନେ ପାଇଲେ।
ଯେଉଁମାନେ ଖୋଜି ନାହାନ୍ତି ସେମାନଙ୍କ ପାଇଁ ମୁଁ ନିଜକୁ ପ୍ରକାଶ କଲି।”(E)
21 କିନ୍ତୁ ଇସ୍ରାଏଲ ଲୋକଙ୍କ ବିଷୟରେ ପରମେଶ୍ୱର ଏହା କହନ୍ତି,
“ଆମ୍ଭେ ଏହି ଲୋକଙ୍କ ପାଇଁ ଦିନସାରା ଅପେକ୍ଷା କରିଥିଲେ ମଧ୍ୟ,
ସେମାନେ ଆମ୍ଭକୁ ମାନିଲେ ନାହିଁ ଓ ଅନୁସରଣ କଲେ ନାହିଁ।”(F)
2010 by World Bible Translation Center