Revised Common Lectionary (Semicontinuous)
ଅଫସର ମସ୍କୀଲ୍।
78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
4 ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
12 ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ
ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।
13 ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ
ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।
14 ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା
ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।
15 ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ
ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
16 ପରମେଶ୍ୱର ଶୈଳରୁ ଝର ବାହାର କରାଇଲେ
ଏବଂ ଏହାର ଜଳ ନଦୀପରି ବୋହିଲା।
17 ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇସ୍ରାଏଲର ଧର୍ମସ୍ୱରୂପ ଏହି କଥା କୁହନ୍ତି,
“ଆମ୍ଭେ ସଦାପ୍ରଭୁ, ତୁମ୍ଭର ପରମେଶ୍ୱର,
ତୁମ୍ଭର ମଙ୍ଗଳ ପାଇଁ ତୁମ୍ଭକୁ ଶିକ୍ଷା ଦେଉ
ଓ ତୁମ୍ଭକୁ ଉଚିତ୍ ମାର୍ଗରେ ଗମନ କରିବାକୁ ନିର୍ଦ୍ଦେଶ ଦେଉ।
18 ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥା’ନ୍ତ,
ତେବେ ତୁମ୍ଭର ଶାନ୍ତି ନଦୀତୁଲ୍ୟ
ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ତୁମ୍ଭ ନିକଟକୁ ଆସିଥା’ନ୍ତା।
19 ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥା’ନ୍ତ
ତେବେ ତୁମ୍ଭର ବଂଶ ବାଲୁକା ତୁଲ୍ୟ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ୟ ହୋଇଥା’ନ୍ତେ।
ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ
କିମ୍ବା ବିନଷ୍ଟ ହୋଇ ନ ଥା’ନ୍ତା।”
20 ହେ ମୋର ସନ୍ତାନଗଣ, ତୁମ୍ଭେମାନେ ବାବିଲରୁ ବାହାରି ଯାଅ,
କଲ୍ଦୀୟମାନଙ୍କ ମଧ୍ୟରୁ ପଳାୟନ କର;
ତୁମ୍ଭେମାନେ ଆନନ୍ଦ ଧ୍ୱନି କରି ଜଣାଅ,
ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ବିଖ୍ୟାତ କର;
ତୁମ୍ଭେମାନେ କୁହ,
“ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
21 ସଦାପ୍ରଭୁ ଯଦିଓ ମରୁଭୂମିରୁ ସେମାନଙ୍କୁ ନେଲେ, ସେମାନେ ତୃଷାର୍ତ୍ତ ହେଲେ ନାହିଁ।
ସେ ସେମାନଙ୍କ ପାଇଁ ଶୈଳରୁ ଜଳସ୍ରୋତ ବୁହାଇଲେ;
ଆଉ ମଧ୍ୟ ସେ ଶୈଳକୁ ବିଦୀର୍ଣ୍ଣ କଲେ
ଓ ତହିଁରୁ ଜଳ ନିର୍ଗତ ହେଲା।
ତୁମ୍ଭେ ବିଗ୍ଭରପତି ନୁହଁ
11 ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ। 12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ।
ପରମେଶ୍ୱର ତୁମ୍ଭ ଜୀବନର ଯୋଜନା କରନ୍ତୁ
13 ତୁମ୍ଭ ଭିତରେ କେହି କେହି କୁହନ୍ତି, “ଆମ୍ଭେ ଆଜି ବା କାଲି କୌଣସି ସହରକୁ ଯିବୁ। ଆମ୍ଭେ ସେଠାରେ ବର୍ଷେ ରହିବୁ ଓ ବ୍ୟବସାୟ କରି ଧନ ଅର୍ଜନ କରିବୁ।” ଶୁଣ! ଏହି ବିଷୟରେ ଚିନ୍ତା କର: 14 ତୁମ୍ଭେ ଜାଣି ନାହଁ, ଆସନ୍ତା କାଲି କ’ଣ ଘଟିବ! ତୁମ୍ଭ ଜୀବନଟି ଗୋଟିଏ କୁହୁଡ଼ି ତୁଲ୍ୟ। ତୁମ୍ଭେ ତାହାକୁ ଅଳ୍ପ ସମୟ ଧରି ଦେଖି ପାରିବ, ତା'ପରେ ସେ ଗ୍ଭଲିଯାଏ। 15 ଅତଏବ ତୁମ୍ଭେ କହିବା ଉଚିତ୍: “ଯଦି ପରମେଶ୍ୱରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।” 16 କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହି ପ୍ରକାର ଅହଂକାର କରିବା ଅନୁଚିତ୍ ଅଟେ।
2010 by World Bible Translation Center