Revised Common Lectionary (Semicontinuous)
ଅଫସର ମସ୍କୀଲ୍।
78 ହେ ମୋହର ଲୋକମାନେ, ତୁମ୍ଭେ ମୋର ଉପଦେଶକୁ ଶୁଣ।
ମୋହର ବାକ୍ୟକୁ କର୍ଣ୍ଣପାତ କର, ଯାହା ମୁଁ କହୁଅଛି।
2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି।
ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ଯାହାକି ବୁଝିବା ପାଇଁ କଷ୍ଟକର।
3 ଆମ୍ଭେ ଏହି ଗପ ଶୁଣିଅଛୁ ଏବଂ ଆମ୍ଭେ ସେମାନଙ୍କ ବିଷୟରେ ଭଲଭାବରେ ଜାଣିଛୁ।
ଯାହା ଆମ୍ଭମାନଙ୍କର ପିତା ଆମ୍ଭମାନଙ୍କୁ କହିଥିଲେ।
4 ଆମ୍ଭେମାନେ ସେମାନଙ୍କ ବଂଶଧରମାନଙ୍କୁ ଏହା ଲୁଗ୍ଭଇବୁ ନାହିଁ।
ସେମାନେ କାହିଁକି ସଦାପ୍ରଭୁଙ୍କୁ ପ୍ରଶଂସା କରିବା ଉଚିତ୍,
ଏହା ଆମ୍ଭେ ଆମ୍ଭର ଆସୁଥିବା ପିଢ଼ିକୁ କହିବୁ,
ଆମ୍ଭେ ତାହାଙ୍କ ଶକ୍ତି ଏବଂ ଆଶ୍ଚର୍ଯ୍ୟତା ଯାହା ସେ କଲେ ସେସବୁ ବିଷୟରେ ସେମାନଙ୍କୁ କହିବୁ।
12 ପରମେଶ୍ୱର ତାଙ୍କର ମହାନଶକ୍ତି ସିୟୋନ
ଓ ମିଶରରେ ତାଙ୍କର ପୂର୍ବପୁରୁଷମାନଙ୍କୁ ଦେଖାଇଥିଲେ।
13 ପରମେଶ୍ୱର ଲୋହିତ ସମୁଦ୍ରକୁ ବିଦୀର୍ଣ୍ଣ କରି ଲୋକମାନଙ୍କୁ ପାର କରାଇଥିଲେ
ଏବଂ ସେ ଦୁଇପାର୍ଶ୍ୱର ଜଳରାଶିକୁ କଠିନ କାନ୍ଥ ରୂପେ ବିଦ୍ୟମାନ କରାଇଲେ।
14 ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା
ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।
15 ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ
ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
16 ପରମେଶ୍ୱର ଶୈଳରୁ ଝର ବାହାର କରାଇଲେ
ଏବଂ ଏହାର ଜଳ ନଦୀପରି ବୋହିଲା।
ଯିହୋଶୂୟ ନୂତନ ଅଧିପତି
12 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯର୍ଦ୍ଦନ ନଦୀର ପୂର୍ବରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛୁ ତାହା ନିରୀକ୍ଷଣ କର। 13 ତାହା ତୁମ୍ଭେ ନିରୀକ୍ଷଣ କଲାପରେ, ହାରୋଣଙ୍କ ତୁଲ୍ୟ ତୁମ୍ଭେ ମଧ୍ୟ ତୁମ୍ଭ ପୂର୍ବପୁରୁଷଗଣ ନିକଟକୁ ଯିବ। 14 ମନେପକାଅ, ଯେତେବେଳେ ସୀନ ମରୁଭୂମିରେ ଲୋକମାନେ ଜଳ ପାଇଁ କ୍ରୋଧିତ ହେଲେ, ତୁମ୍ଭେ ଓ ହାରୋଣ ମୋର ଆଜ୍ଞା ଅମାନ୍ୟ କଲ। ତୁମ୍ଭେମାନେ ମୋର ପବିତ୍ରତାକୁ ଲୋକଙ୍କ ସମ୍ମୁଖରେ ସମ୍ମାନ କଲ ନାହିଁ।” (ଏହି ସୀନ୍ ମରୁଭୂମି କାଦେଶସ୍ଥ ମିରୀବାଃ-ଜଳ ମଧ୍ୟରେ ଘଟଣା କ୍ରମେ ହେବ।)
ଯିହୂଦୀ ନେତାମାନଙ୍କର ଯୀଶୁଙ୍କ କ୍ଷମତା ପ୍ରତି ସନ୍ଦେହ
(ମାଥିଉ 21:23-27; ଲୂକ 20:1-8)
27 ଯୀଶୁ ଓ ତାହଙ୍କ ଶିଷ୍ୟମାନେ ପୁଣି ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିର ଭିତରେ ବୁଲୁଥିଲେ। ପ୍ରଧାନଯାଜକ ଧର୍ମଶାସ୍ତ୍ରୀ ପ୍ରାଚୀନ ଓ ଯିହୂଦୀ ନେତାମାନେ ତାହାଙ୍କ ପାଖକୁ ଆସିଲେ। 28 ସେମାନେ ଯୀଶୁଙ୍କୁ କହିଲେ, “ଆମ୍ଭଙ୍କୁ କୁହ, କେଉଁ ଅଧିକାରରେ ତୁମ୍ଭେ ଏସବୁ କାମ କରୁଛ? ଏ ସବୁ କରିବାକୁ ତୁମ୍ଭକୁ କିଏ ଅଧିକାର ଦେଲା?”
29 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିବି। ମୋ’ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ, କେଉଁ ଅଧିକାରରେ ମୁଁ ଏସବୁ କାର୍ଯ୍ୟ କରୁଛି। 30 ମୋତେ କୁହ, ଯେତେବେଳେ ଯୋହନ ଲୋକମାନଙ୍କୁ ବାପ୍ତିସ୍ମ ଦେଉଥିଲେ, ତାହା ପରମେଶ୍ୱରଙ୍କଠାରୁ ଆସିଥିଲା ନା ମନୁଷ୍ୟଠାରୁ? ମୋର ପ୍ରଶ୍ନର ଉତ୍ତର ଦିଅ।”
31 ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସେମାନେ କୁହାକୁହି ହେଲେ, “ଆମ୍ଭେମାନେ ଯଦି କହିବା ଯେ, ‘ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା’, ତେବେ ଯୀଶୁ କହିବେ, ‘ତେବେ ତୁମ୍ଭେମାନେ ଯୋହନଙ୍କୁ କାହିଁକି ବିଶ୍ୱାସ କଲ ନାହିଁ?’ 32 କିନ୍ତୁ ଯଦି ଆମ୍ଭେମାନେ କହିବା, ‘ଯୋହନଙ୍କ ବାପ୍ତିସ୍ମ ମନୁଷ୍ୟଠାରୁ ଆସିଥିଲା, ତେବେ ଲୋକମାନେ ଆମ୍ଭ ଉପରେ ରାଗିଯିବେ।” ସେମାନେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ୱାସ କରୁଥିଲେ ଯେ, ଯୋହନ ପ୍ରକୃତରେ ଜଣେ ଭବିଷ୍ୟଦ୍ବକ୍ତା।
33 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ, “ଆମ୍ଭେମାନେ ଜାଣି ନାହୁଁ।”
ତେଣୁ ଯୀଶୁ ସେମାନଙ୍କୁ କହିଲେ, “ତା'ହେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ ଯେ, କେଉଁ ଅଧିକାରରେ ମୁଁ ଏ ସବୁ କାର୍ଯ୍ୟ କରୁଛି।”
2010 by World Bible Translation Center