Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 99

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଯାତ୍ରାପୁସ୍ତକ 31:1-11

ବତ୍ସଲେଲ ଓ ଅହଲୀୟାବ

31 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଯିହୁଦା ପରିବାରବର୍ଗର ଜଣେ ବ୍ୟକ୍ତିକୁ ବାଛି ଅଛୁ ଯିଏକି ଆମ୍ଭ ପାଇଁ ଏକ ବିଶେଷ କାର୍ଯ୍ୟ କରିବ। ସେ ହେଉଛି ହୂରର ପୌତ୍ର, ଉରିର ପୁତ୍ର ବତ୍ସଲେଲ। ଆମ୍ଭେ ପରମେଶ୍ୱରଙ୍କ ଆତ୍ମାରେ ବତ୍ସଲେଲକୁ ପୂର୍ଣ୍ଣ କଲୁ। ସମସ୍ତ କାରିଗରି କାର୍ଯ୍ୟ କରିବାକୁ ଆମ୍ଭେ ତାକୁ ସମସ୍ତ ପ୍ରକାର କୌଶଳ ଓ ଜ୍ଞାନ ଦେଇଅଛୁ। ବତ୍ସଲେଲ ଜଣେ ଉଚ୍ଚକୋଟୀର କର୍ମକାର ଏବଂ ସେ ସୁନା, ରୂପା ଓ ପିତ୍ତଳର କାରୁକାର୍ଯ୍ୟମାନ ଉତ୍ତମ ଭାବରେ କରିପାରୁ ଥିଲେ। ବତ୍ସଲେଲ ସୁନ୍ଦର ଗହଣାମାନ ତିଆରି କରିପାରୁଥିଲେ। ସେ ମଧ୍ୟ ସୁନ୍ଦର କାଠ କର୍ମମାନ କରିପାରୁ ଥିଲେ। ବତ୍ସଲେଲ ସର୍ବପ୍ରକାର କାର୍ଯ୍ୟରେ ନିପୁଣ ଥିଲେ। ଅହଲୀୟାବକୁ ସାହାଯ୍ୟ କରିବା ପାଇଁ ଆମ୍ଭେ ତାକୁ ବାଛିଅଛୁ। ସେ ହେଉଛି ଦାନ ପରିବାରବର୍ଗର ଅହୀଷାମକର ପୁତ୍ର। ଆମ୍ଭେ ତାଙ୍କୁ ଏବଂ ସମସ୍ତ ଜ୍ଞାନମନା ଲୋକମାନଙ୍କୁ ଜ୍ଞାନରେ ଭରପୁର କଲୁ। ଆମ୍ଭେ ସେମାନଙ୍କର ସମସ୍ତଙ୍କୁ କୌଶଳ ପ୍ରଦାନ କରିଅଛୁ ଏବଂ ସେମାନେ ଆମ୍ଭ ପାଇଁ କାର୍ଯ୍ୟ କରିବେ।

ସମାଗମ-ତମ୍ବୁ, ନିୟମ-ସିନ୍ଦୁକ,

ସିନ୍ଦୁକର ଆଚ୍ଛାଦକ,

ତା'ର ପାପାଛଦନ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ,

ମେଜ ଏବଂ ଏହା ଉପରିସ୍ଥ ସମସ୍ତ ବସ୍ତୁ,

ଶୁଦ୍ଧ ସୁବର୍ଣ୍ଣ ଦୀପ ଓ ତା'ର ସମସ୍ତ

ଧୂପ ଜାଳିବା ପାଇଁ ବେଦି,

ହୋମବଳି ବେଦି ଓ ତହିଁର ସମସ୍ତ ପାତ୍ର,

ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି,

10 ଯାଜକ ହାରୋଣ ନିମନ୍ତେ ବିଶେଷ ବସ୍ତ୍ର ସୁନ୍ଦର ଭାବରେ ସିଲାଇ କରାଯାଇଛି,

ହାରୋଣର ପୁତ୍ରମାନଙ୍କ ପାଇଁ ବିଶେଷ ବସ୍ତ୍ରମାନ ଯେତେବେଳେ ସେମାନେ ଯାଜକ କର୍ମ କରିବେ ସେତେବେଳେ ସେମାନେ ସେଗୁଡ଼ିକ ପରିଧାନ କରିବେ।

11 ପବିତ୍ର ସ୍ଥାନ ନିମନ୍ତେ ଅଭିଷେକାର୍ଥକ ତୈଳ ଓ ଧୂପ

ଏହି କର୍ମୀମାନେ କାର୍ଯ୍ୟମାନ ମୋର ଆଜ୍ଞା ଅନୁଯାୟୀ କରିବେ।”

ପିତରଙ୍କ ପ୍ରଥମ ପତ୍ର 5:1-5

ପରମେଶ୍ୱରଙ୍କ ମେଷପଲ

ତୁମ୍ଭ ଦଳରେ ଥିବା ପ୍ରାଚୀନମାନଙ୍କୁ ଏବେ ମୋର କିଛି କହିବାର ଅଛି। ମୁଁ ମଧ୍ୟ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ଯନ୍ତ୍ରଣା ନିଜ ଆଖିରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ୟତରେ ଦେଖାଇ ଦିଆଯିବ, ସେଥିରେ ମଧ୍ୟ ମୁଁ ଭାଗ ନେବି। ମୁଁ ତୁମ୍ଭକୁ ଅନୁରୋଧ କରେ ଯେ, ପରମେଶ୍ୱରଙ୍କ ଯେଉଁ ମେଷଗଣର ଦାୟିତ୍ୱରେ ତୁମ୍ଭେ ରହିଛ, ସେହି ମେଷ ସମୂହର ତୁମ୍ଭେ ଯତ୍ନ ନେବା ଉଚିତ୍। ସେମାନେ ପରମେଶ୍ୱରଙ୍କ ମେଷପଲ। ତୁମ୍ଭେ ବାଧ୍ୟବାଧକତାରେ ନୁହେଁ, ମାତ୍ର ସ୍ୱଇଚ୍ଛାରେ ପ୍ରତିପାଳନ କର। ପରମେଶ୍ୱର ତାହା ହିଁ ଗ୍ଭହାନ୍ତି। ତୁମ୍ଭେ ସେବା କରିବାରେ ଆନନ୍ଦ ପାଉଛ ବୋଲି ସେହିପରି କର, ଧନ ଲୋଭରେ ତାହା କର ନାହିଁ। ଯେଉଁମାନଙ୍କର ଦାୟିତ୍ୱ ତୁମ୍ଭେ ନେଇଛ, ସେମାନଙ୍କ ପ୍ରତି ନିଷ୍ଠୁର ହୁଅ ନାହିଁ। କିନ୍ତୁ ସେମାନଙ୍କ ନିକଟରେ ଆଦର୍ଶ ସ୍ୱରୂପ ହୁଅ। ଯେତେବେଳେ ମୁଖ୍ୟ ମେଷପାଳକ ଆସିବେ, ସେତେବେଳେ ତୁମ୍ଭେ ମୁକୁଟ ପାଇବ। ସେହି ମୁକୁଟଟି ଅତ୍ୟନ୍ତ ଗୌରବମୟ ହୋଇଥିବ ଓ ଏହା କେବେ ହେଲେ ନିଜର ସୌନ୍ଦର୍ଯ୍ୟ ହରାଇବ ନାହିଁ।

ଯୁବକଗଣ, ତୁମ୍ଭମାନଙ୍କୁ ମୋର କିଛି କଥା ମଧ୍ୟ କହିବାକୁ ଅଛି। ତୁମ୍ଭେ ବୟୋଜ୍ୟେଷ୍ଠମାନଙ୍କ କଥା ମାନିବା ଉଚିତ୍। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ୍।

“ପରମେଶ୍ୱର ଗର୍ବୀ ଲୋକଙ୍କ ବିରୁଦ୍ଧରେ ଉଠନ୍ତି,
    କିନ୍ତୁ ବିନମ୍ର ଲୋକଙ୍କୁ ଅନୁଗ୍ରହ କରନ୍ତି।”(A)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center