Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 99

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଯାତ୍ରାପୁସ୍ତକ 39:32-43

ମୋଶା ପବିତ୍ର ତମ୍ବୁକୁ ପରିଦର୍ଶନ କଲେ

32 ସମାଗମ-ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ଯ୍ୟ ଇସ୍ରାଏଲ ଲୋକମାନଙ୍କ ସମାପ୍ତ ହେଲା। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସେମାନେ ସମସ୍ତ କର୍ମ କଲେ। 33 ଏହା ପରେ ସେମାନେ ମୋଶାଙ୍କୁ ପବିତ୍ର ତମ୍ବୁ ଦେଖାଇଲେ। ଅର୍ଥାତ୍ ତମ୍ବୁ ଓ ତହିଁର ସକଳ ପାତ୍ର, ଘଣ୍ଟି ପଟା, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗୀ। 34 ନାଲି ରଙ୍ଗରେ ରଂଜିତ ମେଷ ଚର୍ମରେ ସୂକ୍ଷ୍ମ ଚର୍ମ ନିର୍ମିତ ତମ୍ବୁ ଆଚ୍ଛାଦକ ଏବଂ ପରଦା ତିଆରି କଲେ।

35 ନିୟମ-ସିନ୍ଦୁକ ଓ ତହିଁର ସାଙ୍ଗୀ ଓ ଆଚ୍ଛାଦକ ଆଣିଲେ। 36 ମେଜ, ତହିଁର ସକଳ ସାମଗ୍ରୀ ଓ ଦର୍ଶନୀୟ ରୋଟୀ। 37 ଶୁଦ୍ଧ ସୁବର୍ଣ୍ଣର ଦ୍ୱୀପ, ତହିଁରେ ଥିବା ସମସ୍ତ ସାମଗ୍ରୀ ଓ ଦୀପ ପାଇଁ ତୈଳ। ଦୀପବୃକ୍ଷ ତହିଁରେ ପ୍ରଦୀପ ଅର୍ଥାତ୍ ପ୍ରଦୀପାବଳୀ ଓ ତାହାର ସମସ୍ତ ଉପାଦାନ ଓ ଦୀପାର୍ଥକ ତୈଳ ଆଣିଲେ। 38 ସ୍ୱର୍ଣ୍ଣମୟ ଯଜ୍ଞବେଦି, ଅଭିଷେକାର୍ଥକ ତୈଳ, ଧୂପ ଓ ତମ୍ବୁର ପ୍ରବେଶ ଦ୍ୱାର ନିମନ୍ତେ ପରଦା। 39 କଂସାର ଯଜ୍ଞବେଦି, କଂସାର ଜଞ୍ଜିର, ତା'ର ସାଙ୍ଗୀ ଓ ସକଳ ଆସବାବ ପତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ଆଧାର।

40 ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଆଧାର ଓ ପ୍ରାଙ୍ଗଣ ଦ୍ୱାରର ପରଦା ତହିଁର ରଜ୍ଜୁ ଓ ଖିଲ ଓ ସମାଗମ-ତମ୍ବୁ ନିମନ୍ତେ ବ୍ୟବହୃତ ହେଉଥିବା ସମସ୍ତ ଆସବାବ ପତ୍ର।

41 ଯାଜକ ରୂପେ ସେବା କଲାବେଳେ ହାରୋଣ ଓ ତାଙ୍କର ପୁତ୍ରମାନେ ଯେଉଁ ସୁଶୋଭିତ ଗ୍ଭେଗା ପରିଧାନ କରିଥିଲେ ତାହା ସେମାନେ ଦେଖାଇଲେ।

42 ଇସ୍ରାଏଲର ଲୋକମାନେ ଏହିପରି କାର୍ଯ୍ୟମାନ କରିଥିଲେ। ଯାହା ଯାହା କରିବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ। 43 ମୋଶା ସେହି ସମସ୍ତ କର୍ମ ପ୍ରତି ଦୃଷ୍ଟି ନିକ୍ଷେପ କଲେ। ସେ ଦେଖିଲେ ସଦାପ୍ରଭୁଙ୍କ ନିର୍ଦ୍ଦେଶିତ କାମଗୁଡ଼ିକ ଠିକ୍ ଭାବରେ ହୋଇଥିଲା। ତେଣୁ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।

ମାଥିଉ ଲିଖିତ ସୁସମାଗ୍ଭର 14:1-12

ହେରୋଦ ଯୀଶୁଙ୍କ ବିଷୟରେ ଶୁଣିଲେ

(ମାର୍କ 6:14-29; ଲୂକ 9:7-9)

14 ସେହି ସମୟରେ ଯୀଶୁଙ୍କ ବିଷୟରେ ଲୋକେ ଯାହା କଥାବାର୍ତ୍ତା ହେଉଥିଲେ, ତାହା ଗାଲିଲୀର ଶାସକ ହେରୋଦ ଶୁଣିଲେ। ସେ ତାହାଙ୍କ ଗ୍ଭକରମାନଙ୍କୁ କହିଲେ, “ଏହି ବ୍ୟକ୍ତି ପ୍ରକୃତରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖରେ କାମ କରୁଛି ଓ ସେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବାକୁ ସକ୍ଷମ ହେଉଛି।”

ବାପ୍ତିଜକ ଯୋହନଙ୍କୁ କିପରି ହତ୍ୟା କରାଗଲା

ଏହି ସମୟ ପୂର୍ବରୁ ହେରୋଦ ଯୋହନଙ୍କୁ ବନ୍ଦୀ କରି ଶିକୁଳିରେ ବାନ୍ଧି କାରାଗାରରେ ନିକ୍ଷେପ କରିଥିଲେ। ସେ ହେରୋଦିଆଙ୍କ ଅନୁରୋଧକ୍ରମେ ଏ କଥା କରିଥିଲେ। ହେରୋଦିଆ ହେରୋଦଙ୍କ ଭାଇ ଫିଲି‌ପ୍‌ପଙ୍କ ସ୍ତ୍ରୀ ଥିଲେ। ହେରୋଦ ଯୋହନଙ୍କୁ ବନ୍ଦୀ କରିବାର କାରଣ ହେଲା, ଯୋହନ ବାରମ୍ବାର ହେରୋଦଙ୍କୁ କହୁଥିଲେ, “ତୁମ୍ଭେ ହେରୋଦିଆଙ୍କୁ ନିଜ ସ୍ତ୍ରୀ ଭାବରେ ରଖିବା ଠି‌କ୍‌ କାମ ନୁହେଁ।” ତେଣୁ ହେରୋଦ ଯୋହନଙ୍କୁ ମାରିଦେବାକୁ ଗ୍ଭହିଁଲେ, କିନ୍ତୁ ସେ ଲୋକମାନଙ୍କୁ ଭୟ କରୁଥିଲେ। କାରଣ ଲୋକେ ଯୋହନଙ୍କୁ ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ବୋଲି ବିଶ୍ୱାସ କରୁଥିଲେ।

ହେରୋଦଙ୍କ ଜନ୍ମଦିନ ଅବସରରେ ହେରୋଦିଆଙ୍କ ଝିଅ, ହେରୋଦ ଓ ତାହାଙ୍କ ଅତିଥିମାନଙ୍କ ଆଗରେ ନାଚିଲା। ଏଥିରେ ହେରୋଦ ବହୁତ ମୁ‌ଗ୍‌ଧ ହୋଇଗଲେ। ତେଣୁ ସେ ଶପଥ ପୂର୍ବକ ହେରୋଦିଆର ଝିଅକୁ ପ୍ରତିଶ୍ରୁତି ଦେଲେ, “ତୁମ୍ଭେ ଯାହାକିଛି ମାଗିବ, ତାହା ତୁମ୍ଭକୁ ଦିଆଯିବ।” ହେରୋଦିଆଙ୍କ ପ୍ରରୋଚନାରେ ଝିଅ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ଆଣି ଏହିଠାରେ ଦିଅନ୍ତୁ।”

ଏହା ଶୁଣି ହେରୋଦ ବହୁତ ଦୁଃଖୀ ହେଲେ। କିନ୍ତୁ ସେ ଶପଥ କରି ସାରିଥିଲେ, ଯେ ଝିଅ ଯାହା ମାଗିବ ତାହା ତାକୁ ସେ ଦେବେ। ତା’ ଛଡ଼ା ହେରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ୟ ଶପଥ ଶୁଣିଥିଲେ। ତେଣୁ ହେରୋଦ ଝିଅକୁ ଯାହାକିଛି ସେ ମାଗିଥିଲେ ତାହା ଦେବା ପାଇଁ ଆଦେଶ ଦେଲେ। 10 ସେ କାରାଗାରରେ ଯୋହନଙ୍କ ମୁଣ୍ଡକାଟ କରିବା ପାଇଁ ଲୋକ ପଠାଇଲେ। 11 ତା'ପରେ ଗୋଟିଏ ଥାଳିରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦେଇ ଦିଆଗଲା। ଝିଅ କଟାମୁଣ୍ଡ ତା'ର ମା ହେରୋଦିଆଙ୍କ ପାଖକୁ ନେଇଗଲା। 12 ଯୋହନଙ୍କ ଶିଷ୍ୟମାନେ ଆସି ଯୋହନଙ୍କ ମୃତଦେହ ନେଇଯାଇ ସମାଧି ଦେଲେ। ତା'ପରେ ସେମାନେ ଯୀଶୁଙ୍କ ପାଖକୁ ଯାଇ ସବୁକଥା କହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center