Revised Common Lectionary (Semicontinuous)
148 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର!
ସ୍ୱର୍ଗରୁ ତାଙ୍କର ପ୍ରଶଂସା କର!
2 ହେ ତାଙ୍କର ସମସ୍ତ ସ୍ୱର୍ଗଦୂତଗଣ, ତାଙ୍କର ପ୍ରଶଂସା କର।
ହେ ତାଙ୍କର ସମସ୍ତ ସୈନ୍ୟଗଣ, ତାଙ୍କର ପ୍ରଶଂସା କର।
3 ହେ ସୂର୍ଯ୍ୟ ଓ ଚନ୍ଦ୍ର, ତାଙ୍କର ପ୍ରଶଂସା କର!
ହେ ଆକାଶର ଦୀପ୍ତିମୟ ତାରାଗଣ, ତାଙ୍କର ପ୍ରଶଂସା କର।
4 ହେ ଉଚ୍ଚତମ ସ୍ୱର୍ଗ, ତାଙ୍କର ପ୍ରଶଂସା କର!
ହେ ଗଗନ ଉପରିସ୍ଥ ଜଳ ସମୂହ, ତାଙ୍କର ପ୍ରଶଂସା କର।
5 ସେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରିବା ଉଚିତ୍
କାରଣ ତାଙ୍କର ଆଦେଶରେ ସମସ୍ତେ ସୃଷ୍ଟି ହେଲେ।
6 ସେ ଏହିସବୁ ଜିନିଷକୁ ଚିରଦିନ ପାଇଁ ସ୍ଥାପନ କଲେ,
ଏହିପରି ଗୋଟିଏ ବ୍ୟବସ୍ଥା ଦେଲେ ଯାହା କେବେହେଲେ ପରିବର୍ତ୍ତନ ହେବ ନାହିଁ।
7 ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମୁଦ୍ରର ମହାନ ପ୍ରାଣୀ ଏବଂ ସମସ୍ତ ସମୁଦ୍ର, ତାଙ୍କର ପ୍ରଶଂସା କର!
8 ପରମେଶ୍ୱରଙ୍କୁ ପ୍ରଶଂସା କର, ଅଗ୍ନି, ଶିଳା, ହିମ, ବାଷ୍ପ,
ଏବଂ ପ୍ରଚଣ୍ଡ ବାୟୁ ତାଙ୍କର ବାର୍ତ୍ତା ପାଳନ କରନ୍ତି।
9 ସମସ୍ତ ପର୍ବତ ଓ ଉପପର୍ବତ, ଫଳବତୀ ବୃକ୍ଷ
ଓ ଏରସ ବୃକ୍ଷଗଣ ତାଙ୍କୁ ପ୍ରଶଂସା କଲେ।
10 ସମସ୍ତ ବନ୍ୟ ପଶୁଗଣ ଓ ଗୃହପାଳିତ ପଶୁଗଣ ତାଙ୍କର ପ୍ରଶଂସା କର।
ସେ ସରୀସୃପ ଓ ଉଡ଼ନ୍ତା ପକ୍ଷୀମାନଙ୍କୁ ସୃଷ୍ଟି କରିଛନ୍ତି।
11 ପୃଥିବୀର ସମସ୍ତ ରାଜାଗଣ ଓ ଜାତିଗଣ, ତାଙ୍କର ପ୍ରଶଂସା କର।
ପରମେଶ୍ୱର ସମସ୍ତ ବିଗ୍ଭରକ ଓ ଅଧିପତିଗଣଙ୍କୁ ସୃଷ୍ଟି କରିଛନ୍ତି।
12 ହେ ଯୁବକ ଓ ଯୁବତୀମାନେ, ବୃଦ୍ଧ ଲୋକମାନଙ୍କ ସହିତ ଏକତ୍ରିତ ହୋଇ
ପରମେଶ୍ୱରଙ୍କ ପ୍ରଶଂସା କର।
13 ସେମାନେ ସମସ୍ତେ ସଦାପ୍ରଭୁଙ୍କ ନାମକୁ
ପ୍ରଶଂସା କରିବା ଉଚିତ୍।
ତାଙ୍କର ନାମ ଅନ୍ୟ ସମସ୍ତଙ୍କଠାରୁ ଉଚ୍ଚ।
ତାଙ୍କର ଖ୍ୟାତି ସ୍ୱର୍ଗ ଏବଂ ପୃଥିବୀରେ ମହାନ।
14 ସେ ତାଙ୍କର ଲୋକମାନଙ୍କୁ ଶକ୍ତିଶାଳୀ କଲେ,
ତେଣୁ ସେ ତାଙ୍କର ବିଶ୍ୱସ୍ତ ଲୋକମାନଙ୍କ ଦ୍ୱାରା ପ୍ରଶଂସିତ ହୁଅନ୍ତି।
ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରଶଂସା କର।
ସଦାପ୍ରଭୁଙ୍କ ଗୃହରେ ଯିରିମିୟଙ୍କ ଶିକ୍ଷା
26 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ରାଜତ୍ୱର ପ୍ରାରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। 2 ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣରେ ଠିଆ ହୁଅ। ଯିହୁଦାର ନଗର ସମୂହରୁ ଯେଉଁମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆସୁଛନ୍ତି, ସେମାନଙ୍କୁ ଆମ୍ଭର ଆଜ୍ଞାନୁସାରେ ସମସ୍ତ କଥା କୁହ, ଗୋଟିଏ ହେଲେ କଥା ଆମ୍ଭର ଛାଡ଼ ନାହିଁ। 3 ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା। 4 ପୁଣି ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ବ୍ୟବସ୍ଥାନୁସାରେ ଗ୍ଭଲିବ ଓ ଆମ୍ଭର ବାକ୍ୟ ପ୍ରତି ଧ୍ୟାନ ଦେବ। 5 ଆମ୍ଭେ ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭେମାନେ ସେମାନଙ୍କ କଥା ପ୍ରତି ଅବଧାନ କରି ନାହଁ। 6 ଯେବେ ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ ନ କରିବ, ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ତୁଲ୍ୟ କରିବା ଆଉ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପର ସ୍ଥାନ କରିବା।’”
7 ସଦାପ୍ରଭୁଙ୍କ ମନ୍ଦିରରେ ଯିରିମିୟ ଏହି କଥା କହିଲା ବେଳେ ସମସ୍ତ ଯାଜକ, ଭବିଷ୍ୟଦ୍ବକ୍ତା ଓ ଲୋକମାନେ ଶୁଣିଲେ। 8 ଆଉ ଯିରିମିୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାସବୁ କହିବା ସମାପ୍ତ କଲାପରେ ଯାଜକମାନେ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକମାନେ ଯିରିମିୟଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।” 9 ସେମାନେ ପୁଣି କହିଲେ, “ତୁମ୍ଭେ କିପରି ସଦାପ୍ରଭୁଙ୍କ ନାମରେ ଏହି ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରୁଛ ଯେ, ସଦାପ୍ରଭୁଙ୍କ ଗୃହ ଶୀଲୋ ସମାନ ହେବ ଓ ଯିରୁଶାଲମ ନଗର ଧ୍ୱଂସ ଓ ନିବାସହୀନ ହେବ।” ସଦାପ୍ରଭୁଙ୍କ ମନ୍ଦିରରେ ସମସ୍ତ ଲୋକ ଯିରିମିୟଙ୍କ ଗ୍ଭରିପଟେ ରୁଣ୍ଡ ହେଲେ।
12 ତା'ପରେ ଯିରିମିୟ ସମସ୍ତ ଅଧିପତି ଓ ସମସ୍ତ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେଉଁସବୁ କଥା ଶୁଣିଅଛ, ସେହିସବୁ ଭବିଷ୍ୟଦ୍ବାକ୍ୟ ଏହି ମନ୍ଦିର ଓ ଏହି ନଗର ବିରୁଦ୍ଧରେ ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ। 13 ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ। 14 ଆଉ ମୋ’ ସମ୍ବନ୍ଧରେ ହେଉଛି, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି, ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋ’ ପ୍ରତି କର। 15 ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”
ସ୍ତିଫାନଙ୍କ ବିରୁଦ୍ଧରେ ଯିହୂଦୀମାନେ
8 ସ୍ତିଫାନ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ଥିଲେ। ସେ ଲୋକମାନଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ଆଶ୍ଚର୍ଯ୍ୟକର୍ମ କରୁଥିଲେ ଓ ଈଶ୍ୱରଙ୍କ ଶକ୍ତିର ପ୍ରମାଣ ଦେଉଥିଲେ। 9 କେତେକ ଯିହୂଦୀ ଆସି ସ୍ତିଫାନଙ୍କ ସହିତ ଯୁକ୍ତିତର୍କ କଲେ। ସେମାନେ କୂରୀଣୀୟ, ଲିବର୍ତ୍ତାନ, କିଲିକିଆ ଓ ଏସିଆ ଦେଶର ଯିହୂଦୀ ଥିଲେ। ସେମାନେ ଯିହୂଦୀମାନଙ୍କର ଆଲେକ୍ଜାଣ୍ଡ୍ରୀୟ ସମାଜଗୃହର ସଭ୍ୟ ଥିଲେ। 10 କିନ୍ତୁ ସେମାନେ ସ୍ତିଫାନଙ୍କର ଜ୍ଞାନ ଓ ଆତ୍ମା ସମ୍ମୁଖରେ ଯୁକ୍ତି ବାଢ଼ି ପାରିଲେ ନାହିଁ।
11 ତା'ପରେ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ଏହା କୁହାଇଲେ, “ଆମ୍ଭେ ତାହାଙ୍କୁ ପରମେଶ୍ୱର ଓ ମୋଶାଙ୍କର ବିରୁଦ୍ଧରେ ଖରାପ କଥା କହୁଥିବାର ଶୁଣିଲୁ।” 12 ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।
13 ସେମାନେ କେତେ ଜଣ ମିଥ୍ୟା ସାକ୍ଷୀଙ୍କୁ ଆଣିଲେ। ସେମାନେ କହିଲେ, “ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ବ୍ୟବସ୍ଥା ବିରୁଦ୍ଧରେ କୁହେ। 14 ଆମ୍ଭେମାନେ ତାହାକୁ କହିବାର ଶୁଣିଛୁ ଯେ ନାଜରିତୀୟ ଯୀଶୁ ଏହି ସ୍ଥାନକୁ ନଷ୍ଟ କରିଦେବେ ଓ ମୋଶା ଆମ୍ଭକୁ ଦେଇଥିବା ବ୍ୟବସ୍ଥା ପରିବର୍ତ୍ତନ କରିଦେବେ।” 15 ଏହା ଶୁଣି ମହାସଭାର ସମସ୍ତେ ତାହାଙ୍କ ଆଡ଼କୁ ସ୍ଥିର ଦୃଷ୍ଟିରେ ଦେଖିଲେ। ତାହାଙ୍କ ମୁଖ ସ୍ୱର୍ଗଦୂତଙ୍କ ମୁଖ ପରି ଦେଖାଗଲା ଓ ସେମାନେ ତାହା ଦେଖିଲେ।
51 ସ୍ତିଫାନ କହିଲେ, “ହେ ଯିହୂଦୀ ଲୋକମାନେ, ତୁମ୍ଭେମାନେ କେଡ଼େ ଜିଦ୍ଖୋର! ତୁମ୍ଭମାନଙ୍କର ହୃଦୟ ପରମେଶ୍ୱରଙ୍କର ନୁହେଁ। ତୁମ୍ଭେମାନେ ତାହାଙ୍କ କଥା ଶୁଣିବାକୁ ମନା କରୁଛ। ତୁମ୍ଭେମାନେ ସର୍ବଦା ପବିତ୍ରଆତ୍ମାଙ୍କର ବିରୋଧ କରିଛ। ତୁମ୍ଭେମାନେ ସବୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ପରି ହେଉଛ। 52 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କୌଣସି ଭାବବାଦୀଙ୍କୁ ତାଡ଼ନା ନ କରି ଛାଡ଼ି ନାହାନ୍ତି। ଏହି ଭାବବାଦୀମାନେ ପୂର୍ବରୁ ସେହି ଧାର୍ମିକ ବ୍ୟକ୍ତିଙ୍କର ଆଗମନ କଥା କହିଥିଲେ। କିନ୍ତୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ସେହି ଲୋକମାନଙ୍କୁ ମଧ୍ୟ ମାରି ଦେଇଥିଲେ। ବର୍ତ୍ତମାନ ତୁମ୍ଭେମାନେ ସେହି ଧାର୍ମିକ ବ୍ୟକ୍ତିଙ୍କୁ ପ୍ରତାରିତ ଓ ହତ୍ୟା କରିଛ। 53 ତୁମ୍ଭେମାନେ ପରମେଶ୍ୱରଙ୍କ ଦୂତ ଦ୍ୱାରା ମୋଶାଙ୍କୁ ଦିଆଯାଇଥିବା ବ୍ୟବସ୍ଥାକୁ ଗ୍ରହଣ କରିଛ, କିନ୍ତୁ ତାହାର ବାଧ୍ୟ ହୋଇ ନାହଁ।”
ସ୍ତିଫାନଙ୍କ ହତ୍ୟା
54 ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ। 55 କିନ୍ତୁ ସ୍ତିଫାନ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଆକାଶକୁ ଗ୍ଭହିଁଲେ। ସେଠାରେ ସେ ପରମେଶ୍ୱରଙ୍କ ଗୌରବ ଦେଖିଲେ। ସେ ଯୀଶୁଙ୍କୁ ପରମେଶ୍ୱରଙ୍କ ଡାହାଣ ପଟେ ଠିଆ ହେବାର ଦେଖିଲେ। 56 ସ୍ତିଫାନ କହିଲେ, “ଦେଖ, ମୁଁ ସ୍ୱର୍ଗକୁ ଖୋଲା ଅବସ୍ଥାରେ ଓ ପରମେଶ୍ୱରଙ୍କ ଡାହାଣ ପଟେ ମନୁଷ୍ୟପୁତ୍ରଙ୍କୁ ଠିଆ ହେବାର ଦେଖୁଛି।”
57 ଏଥିରେ ଯିହୂଦୀ ନେତାମାନେ କାନରେ ହାତ ଦେଇ ଖୁବ୍ ଜୋର୍ରେ ପାଟି କଲେ। ସେମାନେ ଏକାଠି ହୋଇ ସ୍ତିଫାନଙ୍କ ଆଡ଼କୁ ଦୌଡ଼ିଲେ। 58 ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ନେଇ ପଥର ମାରିବା ଆରମ୍ଭ କରିଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକର ପାଖରେ ସେମାନଙ୍କର ଲୁଗାପଟା ରଖିଲେ। 59 ପଥର ଫୋପାଡ଼ିବା ସମୟରେ ସ୍ତିଫାନ ପ୍ରାର୍ଥନା କରି କହିଲେ, “ହେ ପ୍ରଭୁ ଯୀଶୁ, ମୋ’ ଆତ୍ମାକୁ ଗ୍ରହଣ କର।” 60 ତା'ପରେ ସେ ଆଣ୍ଠୁମାଡ଼ି ପଡ଼ି ଜୋର୍ରେ କହିଲେ, “ହେ ପ୍ରଭୁ, ଏହି ପାପ ନିମନ୍ତେ ଏମାନଙ୍କୁ ଅପରାଧୀ ଗଣନା କର ନାହିଁ।” ଏହା କହି ସେ ମୃତ୍ୟୁବରଣ କଲେ।
2010 by World Bible Translation Center