Revised Common Lectionary (Semicontinuous)
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
20 ଇସ୍ରାଏଲର ସମସ୍ତ ଲୋକ ଜାଣିବାକୁ ପାଇଲେ ଯେ ଯାରବିୟାମ ଫେରି ଆସିଛନ୍ତି। ସେମାନେ ଲୋକ ପଠାଇ ତାଙ୍କୁ ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାହାଙ୍କୁ ରାଜା କଲେ। କେବଳ ଯିହୁଦା ପରିବାରବର୍ଗ ଦାଉଦଙ୍କ ପରିବାରର ଅନୁଗାମୀ ହେଲେ।
21 ରିହବିୟାମ ଯିରୁଶାଲମରେ ପହଞ୍ଚିଲେ ଓ ଯିହୁଦୀୟ ବିନ୍ୟାମୀନ ବଂଶକୁ ଏକତ୍ରିତ କଲେ। ସେ 180,000 ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ। ଶଲୋମନଙ୍କ ପୁତ୍ର ରିହବିୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା। 22 ସଦାପ୍ରଭୁ ପରମେଶ୍ୱରଙ୍କ ଲୋକ ଶମୟିୟକୁ ଏହା କହିଲେ। 23 “ଯିହୁଦାର ରାଜା ଶଲୋମନର ପୁତ୍ର ରିହବିୟାମକୁ ପୁଣି ଯିହୁଦାର ଓ ବିନ୍ୟାମୀନର ସମସ୍ତ ଲୋକମାନଙ୍କୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ ଏହା କୁହ। 24 ସଦାପ୍ରଭୁ ଏହିକଥା କହନ୍ତି, ‘ତୁମ୍ଭେ ନିଶ୍ଚୟ ତୁମ୍ଭମାନଙ୍କ ଭ୍ରାତା ଇସ୍ରାଏଲ ଲୋକମାନଙ୍କ ବିପକ୍ଷରେ ଯୁଦ୍ଧ କରିବ ନାହିଁ। ତୁମ୍ଭେମାନେ ସମସ୍ତେ ନିଜ ନିଜ ଗୃହକୁ ଫେରିଯାଅ। କାରଣ ଏହିକାର୍ଯ୍ୟ ମୋ’ ଦ୍ୱାରା ହୋଇଅଛି।’” ତେଣୁ ରିହବିୟାମଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ନିଜ ନିଜ ଗୃହକୁ ଫେରିଗଲେ।
25 ଏହି ସମୟରେ ଯାରବିୟାମ ଇଫ୍ରୟିମର ପର୍ବତମୟ ଦେଶ ଶିଖିମକୁ ଦୃଢ଼ କରି ସେଠାରେ ବାସ କଲେ। ପରେ ସେ ପିନୂୟେଲ ନଗରକୁ ଯାଇ ଏହାକୁ ସୁଦୃଢ଼ କଲେ।
26-27 ଯାରବିୟାମ ନିଜକୁ ନିଜେ ଚିନ୍ତା କଲେ, “ଯଦି ଲୋକମାନେ ଯିରୁଶାଲମକୁ ସଦାପ୍ରଭୁଙ୍କ ମନ୍ଦିରରେ ସଦାପ୍ରଭୁଙ୍କ ସମ୍ମାନାର୍ଥେ ବଳିଦାନ କରିବାକୁ ଯାଆନ୍ତି, ତେବେ ସେମାନେ ପୁନର୍ବାର ଦାଉଦଙ୍କ ପରିବାର ଦ୍ୱାରା ଶାସିତ ହେବାକୁ ଗ୍ଭହିଁବେ। ସେମାନେ ଯିହୁଦାର ରାଜା ରିହବିୟାମଙ୍କ ଅନୁଗାମୀ ହେବେ ଓ ମୋତେ ବଧ କରିବେ।” 28 ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସେମାନେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, “ତୁମ୍ଭର ଯିରୁଶାଲମକୁ ଉପାସନା କରିବା ପାଇଁ ଯିବା ଦରକାର ନାହିଁ। ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।” 29 ରାଜା ଯାରବିୟାମ ଗୋଟିକୁ ବୈଥେଲ୍ରେ ଓ ଅନ୍ୟଟିକୁ ଦାନ୍ରେ ସ୍ଥାପନ କଲେ। 30 ଏହା ଏକ ଭୟଙ୍କର ପାପ, କାରଣ ଇସ୍ରାଏଲର ଲୋକମାନେ ବୈଥେଲ୍ ଓ ଦାନ ନଗରକୁ ଉପାସନା କରିବାକୁ ଗଲେ।
31 ଏହା ପରେ ଯାରବିୟାମ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଗୃହମାନ ନିର୍ମାଣ କଲେ। ସେ ଲେବୀକୁ ଛାଡ଼ି ଇସ୍ରାଏଲର ସମସ୍ତ ଗୋଷ୍ଠୀରୁ ଯାଜକ ମନୋନୀତ କଲେ। 32 ରାଜା ଯାରବିୟାମ, ଯିହୁଦାର ପର୍ବ ପରି ଅଷ୍ଟମ ମାସର ପନ୍ଦର ତାରିଖରେ ଏକ ନୂତନ ପର୍ବ ଆରମ୍ଭ କଲେ। ସେ ବୈଥେଲ୍ସ୍ଥିତ ହୋମବେଦି ନିକଟକୁ ଗଲେ ଏବଂ ଏହିପରି ଭାବରେ ସେ ବୈଥେଲ୍ଠାରେ ଗୋବତ୍ସର ସମ୍ମାନାର୍ଥେ ନୈବେଦ୍ୟ ଉତ୍ସର୍ଗ କଲେ ଏବଂ ସେ ମଧ୍ୟ ଉଚ୍ଚସ୍ଥଳୀରେ ସେବା କରିବା ପାଇଁ ଯାଜକମାନଙ୍କୁ ବାଛିଲେ। 33 ତେଣୁ ରାଜା ଯାରବିୟାମ ନିଜ ମନୋନୀତ ଅଷ୍ଟମ ମାସର ପଞ୍ଚଦଶ ଦିନରେ ବୈଥେଲସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକି ଗଲେ। ଆଉ ମଧ୍ୟ ସେ ଇସ୍ରାଏଲ ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜଳାଇବା ପାଇଁ ବୈଥେଲ୍ର ଯଜ୍ଞବେଦିକି ଗଲେ।
ପରୋପକାରୀ ଲୋକେ ପରମେଶ୍ୱରଙ୍କ ମିତ୍ର ହୁଅନ୍ତି
11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ। 12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ। 13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ। 14 ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି। 15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉତ୍ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
16 ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ୟ ଜାଗତିକ ଦୃଷ୍ଟିରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସେହିପରି ଭାବୁନାହୁଁ। 17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି।
2010 by World Bible Translation Center