Revised Common Lectionary (Semicontinuous)
20 ତେଣୁ ଆହାବ ସମସ୍ତ ଇସ୍ରାଏଲୀୟଙ୍କୁ ଓ ସେହି ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତକୁ ଡକାଇଲେ। 21 ଏଲିୟ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ସମ୍ବୋଧନ କଲେ, “ତୁମ୍ଭେମାନେ କେତେକାଳ ଦ୍ୱିମତ ମଧ୍ୟରେ ସନ୍ଦେହରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ୟ ଭାବୁଛ। ଅନ୍ୟ ପକ୍ଷରେ ଯଦି ବାଲ୍ଦେବତା ସତ୍ୟ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।”
କିନ୍ତୁ ଲୋକମାନେ କିଛି ଉତ୍ତର ଦେଲେ ନାହିଁ।
22 ତେଣୁ ଏଲିୟ କହିଲେ, “ମୁଁ ଏଠାରେ ସଦାପ୍ରଭୁଙ୍କର ଏକମାତ୍ର ଭବିଷ୍ୟଦ୍ବକ୍ତା ଅଛି, ମାତ୍ର ବାଲ୍ର 450 ଭବିଷ୍ୟଦ୍ବକ୍ତା ଏଠାରେ ଅଛନ୍ତି। 23 ଦୁଇଟି ବୃଷଭ ଆଣ। ବାଲ୍ ଭବିଷ୍ୟଦ୍ବକ୍ତା ସେଥି ମଧ୍ୟରୁ ଗୋଟିଏ ନେଉ ଏବଂ ତାକୁ ବଧ କରି ତାକୁ ଖଣ୍ତ ଖଣ୍ତ କରି କାଠ ଉପରେ ରଖୁ। ସେମାନେ ସେଥିରେ ଅଗ୍ନି ସଂଯୋଗ କରିବା ଉଚିତ୍ ନୁହେଁ। ମୋତେ ମଧ୍ୟ ଗୋଟିଏ ବୃଷଭ ଦିଆଯାଉ, ଠିକ୍ ସେହିପରି ଖଣ୍ତ ଖଣ୍ତ ପ୍ରସ୍ତୁତ କରି କାଠ ଉପରେ ରଖିବି ଏବଂ ମୁଁ ତାକୁ ଅଗ୍ନି ଲଗାଇବି ନାହିଁ। 24 ବାଲ୍ ଭବିଷ୍ୟଦ୍ବକ୍ତାଗଣ ତୁମ୍ଭେ ତୁମ୍ଭର ଦେବତାକୁ ପ୍ରାର୍ଥନା କରିବ ଓ ମୁଁ ମୋର ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି। ତହିଁରେ ଯେଉଁ ପରମେଶ୍ୱର ଅଗ୍ନିଦ୍ୱାରା ଉତ୍ତର ଦେବେ ସେହିଁ ପ୍ରକୃତ ପରମେଶ୍ୱର।”
ତା'ପରେ ସମସ୍ତ ଲୋକମାନେ ତାଙ୍କ ସହିତ ଏକମତ ହେଲେ ଏବଂ କହିଲେ, ଯାହା ତୁମ୍ଭେ କୁହ ଉତ୍ତମ ଅଟେ।
25 ଏଲିୟ ବାଲ୍ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ତୁମ୍ଭେମାନେ ତ ଏଠାରେ ଅନେକ ଅଛ। ପ୍ରଥମେ ତୁମ୍ଭେମାନେ ଗୋଟିଏ ବୃଷଭ ପସନ୍ଦ କର। ବୃଷଭଟିକୁ ପ୍ରସ୍ତୁତ କର ଏବଂ ତୁମ୍ଭମାନଙ୍କର ଦେବତାକୁ ପ୍ରାର୍ଥନା କର। ମାତ୍ର ଅଗ୍ନି ସଂଯୋଗ କର ନାହିଁ।”
26 ତେଣୁ ସେମାନେ ବୃଷଭଟିକୁ ନେଲେ ଓ ପ୍ରସ୍ତୁତ କଲେ। ସେମାନେ ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ପ୍ରାର୍ଥନା କରି କହିଲେ, “ହେ ବାଲ୍ ଆମ୍ଭମାନଙ୍କ ବିନତି ଶୁଣ।” ମାତ୍ର କୌଣସି ଶବ୍ଦ ହେଲା ନାହିଁ କି କେହି ଉତ୍ତର ଦେଲେ ନାହିଁ। ସମସ୍ତ ଭବିଷ୍ୟଦ୍ବକ୍ତାଗଣ ସେମାନଙ୍କ ନିର୍ମିତ ଯଜ୍ଞବେଦିର ଗ୍ଭରିପଟେ ନାଚିଲେ। ମାତ୍ର ଅଗ୍ନି ସଂଘଟିତ ହେଲା ନାହିଁ।
27 ଏଲିୟ ସେମାନଙ୍କୁ ପରିହାସ କରି କହିଲେ, “ଯଦି ବାଲ୍ ସତ୍ୟ ଦେବତା, ତେବେ ଉଚ୍ଚସ୍ୱରରେ ଡାକ, ସେ ହୁଏତ ଧ୍ୟାନ କରୁଥିବ କିମ୍ବା ବାହାରକୁ ଯାଇଥିବ, କିମ୍ବା ଯାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ୱରରେ ଡାକ।” 28 ତେଣୁ ସେମାନେ ଉଚ୍ଚସ୍ୱରରେ ପ୍ରାର୍ଥନା କଲେ। ସେମାନେ ଖଣ୍ତା ଓ ବର୍ଚ୍ଛାରେ ନିଜକୁ କ୍ଷତ ବିକ୍ଷତ କଲେ। ଏହିପରି ସେମାନେ ପୂଜା କରୁଥିଲେ। ସେମାନଙ୍କ ଶରୀରରୁ ଧାର ଧାର ରକ୍ତ ବହିଲା। 29 ଅପରାହ୍ନ ଅତିକ୍ରାନ୍ତ ହେଲା, ମାତ୍ର ଅଗ୍ନି ସୃଷ୍ଟି ହେଲା ନାହିଁ। ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପ କରି ଗ୍ଭଲିଲେ। କିନ୍ତୁ କୌଣସି ଶବ୍ଦ ହେଲା ନାହିଁ, ବାଲ୍ କିଛି ଉତ୍ତର କଲେ ନାହିଁ କିମ୍ବା କେହି ମନୋଯୋଗ କଲେ ନାହିଁ।
30 ତା'ପରେ ଏଲିୟ ଲୋକମାନଙ୍କୁ ଡାକି କହିଲେ, “ବର୍ତ୍ତମାନ ତୁମ୍ଭେମାନେ ମୋ’ ନିକଟକୁ ଆସ।” ତେଣୁ ସେମାନେ ଏଲିୟର ଗ୍ଭରି ପାଖରେ ଏକତ୍ରିତ ହେଲେ। ସଦାପ୍ରଭୁଙ୍କ ଭାଙ୍ଗି ଯାଇଥିବା ଯଜ୍ଞବେଦିକୁ ଏଲିୟ ପୁନଃନିର୍ମାଣ କଲେ। 31 ଏଲିୟ ବାର ଗୋଟି ପଥର ପାଇଲେ। ଏହି ବାରଟି ପଥର ବାରଟି ଗୋଷ୍ଠୀ ପାଇଁ ଉଦ୍ଧିଷ୍ଟ ଥିଲା। ଏହା ବାରଟି ଗୋଷ୍ଠୀ ଯାକୁବଙ୍କର ବାର ପୁତ୍ରମାନଙ୍କର ନାମ ଅନୁସାରେ ହେଲେ। ସଦାପ୍ରଭୁ ଯାକୁବଙ୍କୁ ଇସ୍ରାଏଲ ନାମ ଦେଇଥିଲେ। 32 ଆଉ ସେହି ପଥରରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ପୁନଃନିର୍ମାଣ କରି ସେହି ଯଜ୍ଞବେଦିର ଚତୁର୍ପାର୍ଶ୍ୱରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ। 33 ତା'ପରେ ସେ ଯଜ୍ଞବେଦି କାଠ ସଜାଇ ସେହି କାଠ ଉପରେ ବୃଷଭକୁ ଖଣ୍ତ ଖଣ୍ତ କରି କାଟି ଥୋଇଲେ। 34 ତା'ପରେ ଏଲିୟ କହିଲେ, “ଗ୍ଭରିଟି କଳସ ଜଳରେ ପୂର୍ଣ୍ଣ କରି ସେହି ହୋମାର୍ଥକ ବଳିର ମାଂସ ଓ କାଠ ଉପରେ ଢାଳ।” ପୁଣି ଏଲିୟ କହିଲେ, “ଦ୍ୱିତୀୟ ଥର ପାଇଁ ତାହା କର।” ତା'ପରେ ପୁଣି କହିଲେ, “ତୃତୀୟ ଥର ପାଇଁ ତାହା କର।” ସେମାନେ ପ୍ରତିଥର ତାହା ହିଁ କଲେ। 35 ତଦ୍ଦ୍ୱାରା ଯଜ୍ଞବେଦିରୁ ଜଳ ବହି ଖାଇଟିକୁ ପୂର୍ଣ୍ଣ କଲା।
36 ସନ୍ଧ୍ୟାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିୟ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଗଲେ ଓ କହିଲେ, “ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ଇସ୍ରାଏଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର ଓ ମୁଁ ଯେ ତୁମ୍ଭର ସେବକ ଏବଂ ମୁଁ ଯେ ତୁମ୍ଭ ବାକ୍ୟ ଅନୁସାରେ ଏହିସବୁ କାର୍ଯ୍ୟ କରିଅଛି। 37 ହେ ସଦାପ୍ରଭୁ, ମୋ’ ପ୍ରାର୍ଥନାର ଉତ୍ତର ଦିଅ। ଆଉ ଏହି ଲୋକମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସଦାପ୍ରଭୁ, ପରମେଶ୍ୱର, ତାହାହେଲେ ସେମାନେ ସର୍ବାନ୍ତଃକରଣରେ ଜାଣିବେ ଯେ ତୁମ୍ଭେ ସେମାନଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିଅଛ।”
38 ସେତେବେଳେ ସଦାପ୍ରଭୁଙ୍କ ପ୍ରେରିତ ଅଗ୍ନି ପ୍ରଜ୍ୱଳିତ ହେଲା ଓ ସେହି ଅଗ୍ନି ହୋମାର୍ଥକ ବଳି, କାଠ, ପ୍ରସ୍ତର, ଧୂଳି ଗ୍ରାସ କରି ଯଜ୍ଞବେଦିର ଗ୍ଭରିପାଖରେ ଥିବା ଖାଇର ଜଳକୁ ଶୁଷ୍କ କରି ଦେଲା। 39 ଏହା ଦେଖି ସମଗ୍ର ଲୋକ ଭୂମିରେ ମୁଣ୍ତ ନୁଆଁଇ କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର।”
96 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଗାଅ।
ହେ ପୃଥିବୀବାସୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୀତ ଗାନ କର।
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର।
ତାଙ୍କର ଶକ୍ତି ପରିତ୍ରାଣ ବିଷୟରେ, ପ୍ରତିଦିନ ସୁସମାଗ୍ଭର ଶୁଣାଅ।
3 ଜାତିମାନଙ୍କୁ କୁହ ଯେ, ପରମେଶ୍ୱର ଆଶ୍ଚର୍ଯ୍ୟଜନକ ଅଟନ୍ତି।
ପରମେଶ୍ୱରଙ୍କ ପ୍ରକୃତ ଆଶ୍ଚର୍ଯ୍ୟ କର୍ମମାନ ବିଷୟରେ ସନ୍ତାନଗଣଙ୍କୁ କୁହ।
4 ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ।
ସେ ସମସ୍ତ “ଦେବଗଣ”ଙ୍କ ଅପେକ୍ଷା ଭୟର ଯୋଗ୍ୟ।
5 ଅନ୍ୟ ସମସ୍ତ ଗୋଷ୍ଠୀୟମାନଙ୍କର “ଦେବଗଣ” କେବଳ ପ୍ରତିମା,
କିନ୍ତୁ ସଦାପ୍ରଭୁ ଏହି ଆକାଶର ସୃଷ୍ଟିକର୍ତ୍ତା।
6 ମହିମା ଏବଂ ସମ୍ମାନ ତାଙ୍କର ସମ୍ମୁଖରେ ଦୀପ୍ତି ପ୍ରକାଶ କରୁଛି।
ଶକ୍ତି ଓ ଶୋଭା ତାହାଙ୍କ ମନ୍ଦିରରେ ବିଦ୍ୟମାନ।
7 ହେ ନାନାଦେଶୀୟ ଗୋଷ୍ଠୀବର୍ଗ, ସଦାପ୍ରଭୁଙ୍କ ଗୌରବ
ଓ ପରାକ୍ରମର ଗୁଣ ଗାନ କର।
8 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଥୋଚିତ ଗୌରବ ଗାନ କର, ଯାହା ସେ ପାଇବା ଯୋଗ୍ୟ
ଏବଂ ତାଙ୍କର ପବିତ୍ର ମନ୍ଦିରକୁ ନୈବେଦ୍ୟ ନେଇ ଆସ।
9 ସଦାପ୍ରଭୁଙ୍କର ପବିତ୍ର ମନ୍ଦିରରେ ତାଙ୍କର ଉପାସନା କର।
ପୃଥିବୀବାସୀ ତାଙ୍କ ଆଗରେ ଥରନ୍ତି।
10 ଏହା ଜାତିଗଣ ମଧ୍ୟରେ କୁହ, ସଦାପ୍ରଭୁ ହେଉଛନ୍ତି ରାଜା!
ପୃଥିବୀ ସୁସ୍ଥିର ରହିବ।
ପରମେଶ୍ୱର ନ୍ୟାୟ ବିଗ୍ଭର କରିବେ।
11 ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ।
ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜନ କରୁ।
12 ବନସ୍ଥ ବୃକ୍ଷ ସକଳ
ଆନନ୍ଦରେ ଗାନ କରନ୍ତୁ।
13 ସଦାପ୍ରଭୁଙ୍କ ଆଗରେ ଉପସ୍ଥିତ ହୁଅ,
କାରଣ ସେ ଆସୁଛନ୍ତି।
ସେ ପୃଥିବୀରେ ବିଗ୍ଭର କରିବାକୁ ଆସୁଛନ୍ତି।
ସେ ଧର୍ମ ଓ ସତ୍ୟତାରେ ପୃଥିବୀକୁ ଶାସନ କରିବେ।
1 ପ୍ରେରିତ ପାଉଲଙ୍କ ନିକଟରୁ ପତ୍ର। ମୁଁ ପ୍ରେରିତ ହେବା ପାଇଁ ମନୁଷ୍ୟ ଦ୍ୱାରା ବଛା ଯାଇ ନାହିଁ କି ମନୁଷ୍ୟ ଦ୍ୱାରା ପଠାଯାଇ ନାହିଁ। ମାତ୍ର ମୁଁ ଯୀଶୁ ଖ୍ରୀଷ୍ଟ ଓ ପରମପିତା ପରମେଶ୍ୱରଙ୍କ ଦ୍ୱାରା ପ୍ରେରିତ ଭାବେ ନିଯୁକ୍ତି ପାଇଛି। ସେହି ପରମପିତା ହିଁ ଯୀଶୁ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଥିଲେ। 2 ମୋ’ ସହିତ ଥିବା ଏବଂ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ସମସ୍ତ ଭାଇମାନଙ୍କ ତରଫରୁ ଏହି ପତ୍ରଟି ଗାଲାତୀୟ[a] ଅଞ୍ଚଳର ସମସ୍ତ ବିଶ୍ୱାସୀ ମଣ୍ଡଳୀ ନିକଟକୁ ଲେଖା ଯାଉଅଛି।
3 ମୁଁ ପ୍ରାର୍ଥନା କରେ ଯେ, ଆମ୍ଭ ପରମପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ମିଳୁ। 4 ପରମପିତା ପରମେଶ୍ୱରଙ୍କ ଇଚ୍ଛା ଅନୁସାରେ ଯୀଶୁ ଖ୍ରୀଷ୍ଟ ଆମ୍ଭ ପାପଗୁଡ଼ିକ ପାଇଁ ଓ ଆମ୍ଭେ ରହୁଥିବା ପାପ ସଂସାରରୁ ଆମ୍ଭକୁ ମୁକ୍ତ କରିବା ପାଇଁ ନିଜକୁ ସମର୍ପିତ କଲେ। 5 ପରମେଶ୍ୱରଙ୍କ ମହିମା ସଦାସର୍ବଦା ହେଉ। ଆମେନ୍।
ପ୍ରକୃତ ସୁସମାଗ୍ଭର ଗୋଟିଏ ମାତ୍ର
6 ଅଳ୍ପକ୍ଷଣ ପୂର୍ବରୁ ପରମେଶ୍ୱର ତାହାଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭମାନଙ୍କୁ ତାହାଙ୍କ ଅନୁଗ୍ରହରେ ଖ୍ରୀଷ୍ଟଙ୍କ ମାଧ୍ୟମରେ ଡାକିଥିଲେ। କିନ୍ତୁ ଏବେ ମୁଁ ଏହା ଜାଣି ଅତି ଆଶ୍ଚର୍ଯ୍ୟ ହେଲି ଯେ, ତୁମ୍ଭେମାନେ ସେହି ପରମେଶ୍ୱରଙ୍କଠାରୁ ଦୂରେଇ ଯାଇ, କୌଣସି ଅନ୍ୟ ସୁସମାଗ୍ଭରକୁ ବିଶ୍ୱାସ କରୁଛ। 7 ପ୍ରକୃତରେ ଆଉ ଅନ୍ୟ କୌଣସି ସୁସମାଗ୍ଭର ନାହିଁ। କିନ୍ତୁ କେତେକ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଗ୍ଭରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି। 8 କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ୱର୍ଗଦୂତ ଯଦି ଆମ୍ଭଦ୍ୱାରା ପ୍ରଗ୍ଭରିତ ସୁସମାଗ୍ଭରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଗ୍ଭର ପ୍ରଗ୍ଭର କରେ, ତା'ହେଲେ ସେମାନେ ଦଣ୍ଡ ଓ ନିନ୍ଦାର ପାତ୍ର। 9 ଏହା ମୁଁ ଆଗରୁ କହିଥିଲି, ଏବେ ପୁନର୍ବାର କହୁଛି, ତୁମ୍ଭେମାନେ ପୂର୍ବରୁ ପ୍ରକୃତ ସୁସମାଗ୍ଭର ଗ୍ରହଣ କରି ସାରିଛ। ଯଦି ପରିତ୍ରାଣ ପାଇଁ କେହି ବ୍ୟକ୍ତି କିଛି ଅନ୍ୟ ଉପାୟ ବିଷୟରେ କହେ ତା'ହେଲେ ସେ ଦଣ୍ଡ ଓ ନିନ୍ଦାର ପାତ୍ର ଅଟେ।
10 ତୁମ୍ଭେମାନେ କ’ଣ ଭାବୁଛ ଯେ, ଲୋକେ ମୋତେ ଯେପରି ଗ୍ରହଣ ଓ ସମର୍ଥନ କରନ୍ତି ସେଥିପାଇଁ ମୁଁ ଚେଷ୍ଟା କରୁଛି? ନା! ଜଣେ ପରମେଶ୍ୱର ଅଛନ୍ତି, ମୁଁ କେବଳ ତାହାଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଛି। ମୁଁ ଯଦି ମଣିଷମାନଙ୍କୁ ପ୍ରସନ୍ନ କରିବା ପାଇଁ ଚେଷ୍ଟା କରୁଥା’ନ୍ତି, ତେବେ ଖ୍ରୀଷ୍ଟଙ୍କର ସେବକ ହୋଇ ନ ଥା’ନ୍ତି।
ପରମେଶ୍ୱରଙ୍କଠାରୁ ପାଉଲଙ୍କ ଅଧିକାର
11 ଭାଇମାନେ! ମୁଁ କହି ଦେବାକୁ ଗ୍ଭହେଁ ଯେ, ମୁଁ ତୁମ୍ଭମାନଙ୍କୁ ଯେଉଁ ସୁସମାଗ୍ଭର ଶୁଣାଇଲି ତାହା ମନୁଷ୍ୟକୃତ ନୁହେଁ। 12 ମୁଁ ସେହି ସୁସମାଗ୍ଭର ମଣିଷମାନଙ୍କ ପାଖରୁ ପାଇ ନାହିଁ। କୌଣସି ମଣିଷ ମୋତେ ତାହା ଶିକ୍ଷା ଦେଇ ନାହିଁ, ବରଂ ଯୀଶୁ ଖ୍ରୀଷ୍ଟ ସେହି ସୁସମାଗ୍ଭର ମୋ’ ଆଗରେ ପ୍ରକାଶିତ କଲେ।
ଯୀଶୁ ଗୋଟିଏ ଗ୍ଭକରକୁ ସୁସ୍ଥ କଲେ
(ମାଥିଉ 8:5-13; ଯୋହନ 4:43-54)
7 ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣେଇବାକୁ ଗ୍ଭହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଗ୍ଭଲିଗଲେ। 2 ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ। 3 ଶତସେନାପତି ଜଣକ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କ ପାଖକୁ କେତେକ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଗ୍ଭହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କୁ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଗ୍ଭକରଟିର ଜୀବନ ରକ୍ଷା କରିଦିଅନ୍ତୁ। 4 ସେହି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁରୋଧ କରି କହିଲେ, “ଶତସେନାପତି ଜଣକ ଆପଣଙ୍କ ସାହାଯ୍ୟ ପାଇବାକୁ ଯୋଗ୍ୟ। 5 ସେ ଆମ୍ଭ ଲୋକଙ୍କୁ ଭଲ ପାଆନ୍ତି ଏବଂ ଆମ୍ଭ ପାଇଁ ସମାଜଗୃହ ତିଆରି କରିଛନ୍ତି।”
6 ତେଣୁ ଯୀଶୁ ସେମାନଙ୍କ ସହିତ ଯିବା ପାଇଁ ବାହାରି ପଡ଼ିଲେ। ଯୀଶୁ ଶତସେନାପତି ଘର ପାଖାପାଖି ଆସି ପହଞ୍ଚି ଯାଇଥିବା ସମୟରେ ଶତସେନାପତି ଜଣକ ନିଜ ବନ୍ଧୁମାନଙ୍କୁ ଯୀଶୁଙ୍କ ପାଖକୁ ଏହି କଥା କହିବା ପାଇଁ ପଠାଇଲେ, “ପ୍ରଭୁ, ନିଜକୁ ଆଉ କଷ୍ଟ ଦିଅନ୍ତୁ ନାହିଁ। କାରଣ ମୁଁ ଏତେ ଭଲ ନୁହେଁ ଯେ ଆପଣ ମୋ’ ଘରକୁ ଆସିବେ। 7 କେବଳ ସେଇଥିପାଇଁ ମୁଁ ନିଜେ ଆପଣଙ୍କ ପାଖକୁ ଯିବାକୁ ନିଜକୁ ଯୋଗ୍ୟ ମନେ କରି ନ ଥିଲି। ଆପଣ କେବଳ ଆଦେଶ ଦିଅନ୍ତୁ ଓ ମୋର ଗ୍ଭକରଟି ଭଲ ହୋଇଯିବ। 8 ମୁଁ ଆପଣଙ୍କର ଅଧିକାର ବିଷୟରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧୀନରେ କାମ କରୁଛି ଏବଂ ମୋ’ ଅଧୀନରେ ମଧ୍ୟ କେତେକ ସୈନ୍ୟ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ୟକୁ କହେ, ‘ଯାଅ’ ତେବେ ସେ ଗ୍ଭଲିଯାଏ। ମୁଁ ଯଦି ଆଉ ଜଣକୁ କହେ ଆସ ତେବେ ସେ ଗ୍ଭଲିଆସେ। ମୁଁ ଯଦି ମୋ’ ଗ୍ଭକରକୁ କୁହେ, ‘ଏହା କର’, ତେବେ ସେ ତାହା କରେ।”
9 ଯୀଶୁ ଏହା ଶୁଣିସାରି ବଡ଼ ଆଶ୍ଚର୍ଯ୍ୟ ହୋଇଗଲେ। ସେ ତାହାଙ୍କୁ ଅନୁସରଣ କରୁଥିବା ଲୋକମାନଙ୍କ ଆଡ଼କୁ ବୁଲି ପଡ଼ି କହିଲେ”ମୁଁ ତୁମ୍ଭମାନଙ୍କୁ କହି ରଖୁଛି ଯେ ଏଭଳି ବିଶ୍ୱାସ ମୋତେ ଇସ୍ରାଏଲରେ ମଧ୍ୟ ମିଳି ନାହିଁ।”
10 ଯୀଶୁଙ୍କ ପାଖକୁ ଯେଉଁ ଲୋକମାନଙ୍କୁ ପଠାଯାଇଥିଲା, ସେମାନେ ଘରକୁ ଫେରିଯିବା ପରେ ଦେଖିଲେ ଯେ ଗ୍ଭକରଟି ସୁସ୍ଥ ହୋଇ ଯାଇଛି।
2010 by World Bible Translation Center