Revised Common Lectionary (Semicontinuous)
135 ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।
2 ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ।
ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।
3 ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।
4 ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ।
ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।
5 ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି।
ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।
6 ସ୍ୱର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ
ସଦାପ୍ରଭୁ ଯାହା ଇଚ୍ଛା କରନ୍ତି, ତାହା କରନ୍ତି।
7 ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି।
ସେ ବର୍ଷା ସହିତ ବିଜୁଳି କରାନ୍ତି।
ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।
8 ପରମେଶ୍ୱର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ୟ ଓ ପଶୁଗଣଙ୍କୁ ହତ୍ୟା କଲେ।
9 ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅଦ୍ଭୂତ କାର୍ଯ୍ୟମାନ କଲେ।
ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।
10 ପରମେଶ୍ୱର ଅନେକ ଗୋଷ୍ଠୀକୁ ପରାସ୍ତ କଲେ।
ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ୟା କଲେ।
11 ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ
ଓ ବାଶନର ରାଜା ଓଗ୍କୁ
ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।
12 ଆଉ ସଦାପ୍ରଭୁ ସେମାନଙ୍କର ଦେଶ ଇସ୍ରାଏଲକୁ ଦେଲେ।
ସଦାପ୍ରଭୁ ସେହି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।
13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ।
ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
14 ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି।
ସେ ତାଙ୍କର ସେବକମାନଙ୍କ ପ୍ରତି ଦୟା ଦେଖାନ୍ତି।
15 ଅନ୍ୟ ଦେଶୀୟମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା।
ସେଗୁଡ଼ିକ ମନୁଷ୍ୟର ହସ୍ତ ଦ୍ୱାରା ନିର୍ମିତ ହେଉଥିଲା।
16 ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ।
ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।
17 ସେମାନଙ୍କର କାନ ଅଛି ମାତ୍ର ସେମାନେ ଶୁଣି ପାରିବେ ନାହିଁ।
ସେମାନଙ୍କର ନାକ ଅଛି, କିନ୍ତୁ ନିଶ୍ୱାସପ୍ରଶ୍ୱାସ ନାହିଁ।
18 ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି,
ସେମାନେ ସେମାନଙ୍କ ତୁଲ୍ୟ ହେବେ।
19 ହେ ଇସ୍ରାଏଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
20 ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।
21 ଯିରୁଶାଲମବାସୀ,
ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
8 ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ଆମ୍ଭେ ଆପଣା ଗୃହରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖରେ ବସିଥିଲେ। ଏହି ସମୟରେ ମୋର ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା। 2 ଏବଂ ସେତେବେଳେ ଆମ୍ଭେ ଅଗ୍ନିର ଆଭାତୁଲ୍ୟ ଏକ ମୂର୍ତ୍ତି ଦେଖିଲୁ। ତାଙ୍କର କଟିଦେଶରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଥିଲା ଓ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଥିଲା। 3 ତା'ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା'ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା। 4 ଉପତ୍ୟକାରେ ମୁଁ ଦେଖିଥିବା ଦୃଶ୍ୟ ତୁଲ୍ୟ ସେ ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ବିଦ୍ୟମାନ ଥିଲା।
5 ତହୁଁ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉତ୍ତର ଦିଗକୁ ଦେଖ।” ତେଣୁ ମୁଁ ନିରୀକ୍ଷଣ କଲି ଏବଂ ଦେଖିଲି ଯେ, ଯଜ୍ଞବେଦି ଫାଟକର ଉତ୍ତର ଦିଗସ୍ଥ ପ୍ରବେଶ ପଥରେ ସେହି ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧିତ ଓ ଈର୍ଷାପରାୟଣ କରିଥିଲା।
6 ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଦେଖ, ସେମାନେ କ’ଣ କରୁଅଛନ୍ତି? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂରେଇ ଯିବା ପାଇଁ ଇସ୍ରାଏଲର ଉତ୍ତରାଧିକାରୀଗଣ ଏଠାରେ ମହା ଘୃଣ୍ୟକର୍ମ କରୁଅଛନ୍ତି। ମାତ୍ର ଏହା ପରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ୟକର୍ମ ଦେଖିବ।”
7 ପୁଣି ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ, ତହିଁରେ ମୁଁ ଦୃଷ୍ଟି କରନ୍ତେ କାନ୍ଥରେ ଗୋଟିଏ ଛିଦ୍ର ଥିବାର ଦେଖିଲି। 8 ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଏହି କାନ୍ଥକୁ ଖୋଳ।” ତହୁଁ ମୁଁ ସେହି କାନ୍ଥ ଖୋଳିଲି ଓ ଏକ ସୁନ୍ଦର ଦ୍ୱାର ଆବିଷ୍କାର କଲି।
9 ତା'ପରେ ପରମେଶ୍ୱର ମୋତେ କହିଲେ, “ଭିତରକୁ ଯାଅ ଓ ଏଠାରେ ସେମାନେ ଯେଉଁ ଜଘନ୍ୟ ଘୃଣ୍ୟ କର୍ମମାନ କରୁଅଛନ୍ତି ତାହା ଦେଖ।” 10 ତେଣୁ ମୁଁ ଭିତରକୁ ଗଲି, ଚତୁର୍ଦ୍ଦିଗସ୍ଥ କାନ୍ଥରେ ଚିତ୍ରିତ ହୋଇଥିବା ସରୀସୃପମାନଙ୍କ ଏବଂ କୀଟପତଙ୍ଗମାନଙ୍କର, ଘୃଣ୍ୟ ପଶୁମାନଙ୍କର ଓ ଇସ୍ରାଏଲୀୟମାନଙ୍କର ଭୟଙ୍କର ମୂର୍ତ୍ତି ଦେଖିଲି।
11 ପୁଣି ସେ ସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କ ମଧ୍ୟସ୍ଥାନରେ ଶାଫନର ପୁତ୍ର ଯାସନିୟ ଠିଆ ହୋଇଅଛି। ପ୍ରତ୍ୟେକ ଲୋକ ନିଜ ନିଜ ଧୂପଦାନୀ ହସ୍ତରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି। 12 ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକ ନିଜ ନିଜ ପ୍ରତିମା ଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି ତାହା କ’ଣ ତୁମ୍ଭେ ଦେଖି ପାରିବ? କାରଣ ସେମାନେ ଭାବନ୍ତି, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ୟାଗ କରିଛନ୍ତି।’” 13 ସେ ଆହୁରି କହିଲେ, “ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତେବେ ସେମାନଙ୍କର ଆହୁରି ଅନେକ ଜଘନ୍ୟ ଘୃଣ୍ୟ କର୍ମମାନ ଦେଖିବ।”
14 ତା'ପରେ ପରମେଶ୍ୱର ମୋତେ ସଦାପ୍ରଭୁଙ୍କ ମନ୍ଦିରର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ନେଲେ। ସେଠାରେ ମୁଁ ଦେଖିଲି ସ୍ତ୍ରୀଲୋକମାନେ ବସି ଭଣ୍ଡ ଦେବତା ତମ୍ମୁଷ[a] ପାଇଁ କ୍ରନ୍ଦନ କରୁଅଛନ୍ତି।
15 ପୁନର୍ବାର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ୟ କର୍ମମାନ ଦେଖିଲ। ଏହା ପରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ୟ କର୍ମମାନ ଦେଖିବ।” 16 ତା'ପରେ ସେ ମୋତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ। ସେଠାରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ପଚିଶ୍ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସେମାନେ ସୂର୍ଯ୍ୟକୁ ପୂଜା କରୁଥିଲେ।
17 ତା'ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହିସବୁ ଦେଖିଲ? ଏହିପରି ଘୃଣ୍ୟ କର୍ମମାନ କରିବା କ’ଣ ଯିହୁଦାର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ଠିକ୍ ଅଟେ? ବାସ୍ତବରେ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି, ଏବଂ ଆମ୍ଭକୁ କ୍ରୋଧିତ କରି ରଖିଅଛନ୍ତି। ଆଉ ଦେଖ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ସମ୍ମାନ ଦେବା ପାଇଁ ସେମାନେ ନାସିକାରେ ନାକଫୁଲ[b] ପିନ୍ଧିଛନ୍ତି। 18 ଏଣୁ ଆମ୍ଭେ ସେମାନଙ୍କ ବିଷୟରେ ଆମ୍ଭର କ୍ରୋଧଭାବ ଦେଖାଇବା। ଆମ୍ଭେ ସେମାନଙ୍କୁ ଅନୁକମ୍ପା କରିବା ନାହିଁ କି ଦୟା ଦେଖାଇବା ନାହିଁ। ଏବଂ ଏପରିକି ଯଦି ସେମାନେ ଆମ୍ଭ କର୍ଣ୍ଣ ପାଖରେ ଉଚ୍ଚ ସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
ଫିଲିପ୍ପଙ୍କର ଇଥିଓପିଆରୁ ଆସିଥିବା ଲୋକଙ୍କୁ ଶିକ୍ଷା
26 ପ୍ରଭୁଙ୍କର ଜଣେ ସ୍ୱର୍ଗଦୂତ ଫିଲିପ୍ପଙ୍କୁ କହିଲେ, “ପ୍ରସ୍ତୁତ ହୁଅ। ଯିରୁଶାଲମରୁ ମରୁଭୂମି ଦେଇ ଯେଉଁ ରାସ୍ତା ଗଜ୍ଜାକୁ ଯାଉଅଛି, ସେହି ରାସ୍ତାରେ ଯାଅ।”
27 ଫିଲିପ୍ପ ପ୍ରସ୍ତୁତ ହୋଇ ବାହାରିଲେ। ସେହି ରାସ୍ତାରେ ଜଣେ ନପୁଂସକ ସଙ୍ଗରେ ଦେଖା ହେଲା। ସେହି ନପୁଂସକ ଇଥିଓପିଆରୁ ଆସିଥିଲେ। ସେ କାଣ୍ଡାକି ନାମ୍ନୀ ରାଣୀଙ୍କର ଜଣେ ଉଚ୍ଚ ପଦସ୍ଥ କର୍ମଗ୍ଭରି ଥିଲେ। ସେ ତାହାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ଥିଲେ। ନପୁଂସକ ଜଣକ ଉପାସନା କରିବା ପାଇଁ ଯିରୁଶାଲମକୁ ଯାଇଥିଲେ। 28 ସେ ରଥରେ ବସି ଫେରିବା ସମୟରେ ଭାବବାଦୀ ଯିଶାଇୟଙ୍କର ପୁସ୍ତକରୁ ପଢୁଥିଲେ।
29 ସେତେବେଳେ ପବିତ୍ରଆତ୍ମା ଫିଲିପ୍ପଙ୍କୁ କହିଲେ, “ତୁମ୍ଭେ ସେ ରଥ ପାଖକୁ ଯାଇ ସେଠାରେ ରୁହ।” 30 ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ଯିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଯାହା ପଢ଼ୁଛ, ତାହା କ’ଣ ବୁଝିପାରୁଛ?”
31 ସେ ନପୁଂସକ କହିଲେ, “ଯଦି କେହି ଏହା ବୁଝିବାକୁ ସାହାଯ୍ୟ କରିବେ ନାହିଁ, ତେବେ ମୁଁ ଏହା କିପରି ବୁଝିବି?” ତେଣୁ ସେ ଫିଲିପ୍ପଙ୍କୁ ରଥରେ ଚଢ଼ି ନିଜ ପାଖରେ ବସିବା ପାଇଁ ଅନୁରୋଧ କଲେ। 32 ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:
“ତାହାଙ୍କୁ ଗୋଟିଏ ମେଣ୍ଢାପରି ବଧ ହେବା ପାଇଁ ବଧସ୍ଥାନକୁ ନିଆଗଲା।
ଗୋଟିଏ ମେଣ୍ଢା ଛୁଆ ଯେପରି ଲୋମ ଛେଦକ ସାମନାରେ ଚୁପ୍ହୋଇ ଠିଆ ହୁଏ,
ସେହିପରି ସେ ଚୁପ୍ ହୋଇ ଠିଆ ହେଲେ।
33 ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା।
ଏହି ପୃଥିବୀରେ ତାହାଙ୍କର ଜୀବନକାଳ ଶେଷ ହେଲା।
କିଏ ତାହାଙ୍କ ବଂଶ ବିଷୟରେ କଥାବାର୍ତ୍ତା କରିବ?”(A)
34 ନପୁଂସକ ଫିଲିପ୍ପଙ୍କୁ କହିଲେ, “ମୋତେ ଦୟାକରି କୁହ, କାହା ବିଷୟରେ ଭବିଷ୍ୟଦ୍ବକ୍ତା ଏହା କହୁଛନ୍ତି? ସେ ତାହାଙ୍କ ନିଜ ବିଷୟରେ କହୁଛନ୍ତି ନା ଆଉ କାହା ବିଷୟରେ କହୁଛନ୍ତି?” 35 ତା'ପରେ ଫିଲିପ୍ପ ଶାସ୍ତ୍ରର ସେହି ବାକ୍ୟରୁ ଆରମ୍ଭ କରି ଯୀଶୁଙ୍କର ସୁସମାଗ୍ଭର ପର୍ଯ୍ୟନ୍ତ ତାହାଙ୍କୁ କହିଲେ।
36 ସେମାନେ ଏହିପରି ଯାଉ ଯାଉ ଜଳଥିବା ଗୋଟିଏ ଜାଗାରେ ପହଞ୍ଚିଲେ, ଓ ନପୁଂସକ ଜଣକ କହିଲେ, “ଦେଖ, ଏଠାରେ ତ ଜଳ ଅଛି। ଏବେ ମୋର ବାପ୍ତିଜିତ ହେବାର କିଛି ଅସୁବିଧା ଅଛି କି?” 37 [a] 38 ତା'ପରେ ସେ ରଥ ରଖିବାକୁ ଆଦେଶ ଦେଲେ। ତା'ପରେ ଫିଲିପ୍ପ ଓ ନପୁଂସକ ଦୁହେଁ ଜଳ ଭିତରକୁ ଓହ୍ଲାଇ ଗଲେ ଓ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ। 39 ସେମାନେ ଦୁହେଁ ଜଳ ଭିତରୁ ଉଠି ଆସିବା ପରେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ନେଇଗଲେ। ନପୁଂସକ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। ସେ ଖୁସୀରେ ତାହାଙ୍କ ବାଟରେ ଗ୍ଭଲିଗଲେ। 40 କିନ୍ତୁ ଫିଲିପ୍ପ ଅଷ୍ଦୋଦ ନଗରରେ ଦେଖା ଦେଲେ ଓ କାଇସରୀଆ ନଗରକୁ ଯିବା ବାଟରେ ସବୁ ସହରରେ ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କରି ଗ୍ଭଲିଲେ।
2010 by World Bible Translation Center