Revised Common Lectionary (Semicontinuous)
ଯୀଶୁ ସ୍ୱର୍ଗକୁ ନିଆଗଲେ
6 ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”
7 ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ। 8 କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”
9 ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। 10 ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ। 11 ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”
ଜଣେ ନୂଆ ପ୍ରେରିତଙ୍କ ନିର୍ବାଚନ
12 ତା'ପରେ ପ୍ରେରିତମାନେ ଜୀତ ନାମକ ପର୍ବତରୁ ଯିରୁଶାଲମ ଫେରି ଆସିଲେ। ଏହି ପର୍ବତ ଯିରୁଶାଲମଠାରୁ ପ୍ରାୟ ଦୁଇ କିଲୋମିଟର ଦୂର। 13 ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।
14 ପ୍ରେରିତମାନେ ସମସ୍ତେ ଏକାଠି ଥିଲେ ଓ ଗୋଟିଏ ଉଦ୍ଦେଶ୍ୟରେ ଏକମନ ହୋଇ ନିରନ୍ତର ପ୍ରାର୍ଥନା କରୁଥିଲେ। ସେମାନଙ୍କ ସହିତ କେତେ ଜଣ ସ୍ତ୍ରୀଲୋକ, ଯୀଶୁଙ୍କ ମାତା ମରିୟମ ଓ ଯୀଶୁଙ୍କର ଭାଇମାନେ ମଧ୍ୟ ଥିଲେ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗାନାର୍ଥକ ଗୀତ।
68 ପରମେଶ୍ୱର ଉଠ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କର।
ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ଯାଆନ୍ତୁ।
2 ଯେମିତି ପବନ ଦ୍ୱାରା ଧୂଆଁ ବିଚ୍ଛୁରିତ ହୁଏ,
ସେହିପରି ତୁମ୍ଭର ଶତ୍ରୁ ଛିନ୍ନଭିନ୍ନ ହୁଅନ୍ତୁ।
ଯେପରି ନିଆଁରେ ମହମ ତରଳି ଯାଏ,
ଏହିପରି ତୁମ୍ଭର ଶତ୍ରୁମାନଙ୍କର ବିନାଶ ହେଉ।
3 ପରମେଶ୍ୱରଙ୍କ ସହିତ ଧାର୍ମିକ ଲୋକମାନେ ଖୁସୀ ହୁଅନ୍ତି
ଓ ଧାର୍ମିକ ଲୋକମାନେ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦିତ ହୁଅନ୍ତି, ସେମାନେ ଆନନ୍ଦର ସହିତ ପାଳନ କରନ୍ତି।
4 ପରମେଶ୍ୱରଙ୍କ ନିମନ୍ତେ ସଙ୍ଗୀତ ଗାନ କର, ତାଙ୍କର ନାମର ଗୁଣଗାନ କର।
ପରମେଶ୍ୱରଙ୍କର ପ୍ରଶଂସା ହେଉ।
ଯିଏ ମେଘ ଉପରେ ଆରୋହଣ କରନ୍ତି,
ତାଙ୍କ ଆଗରେ ଆନନ୍ଦିତ ହୁଅ।
5 ତାଙ୍କର ପବିତ୍ର ମନ୍ଦିରରେ ପରମେଶ୍ୱର ଅନାଥମାନଙ୍କର ନାଥ
ଏବଂ ସେ ବିଧବାମାନଙ୍କୁ ସୁରକ୍ଷା କରନ୍ତି।
6 ଯିଏ ପରିବାରରେ ଏକାକୀ ଥାଏ, ପରମେଶ୍ୱର ଲୋକ ପଠାନ୍ତି,
ଏପରିକି ଏକାକୀ ଲୋକଙ୍କୁ ପରମେଶ୍ୱର ଆନନ୍ଦ ଦିଅନ୍ତି ଓ ବନ୍ଦୀମାନଙ୍କୁ ବନ୍ଧନରୁ ମୁକ୍ତ କରନ୍ତି।
କିନ୍ତୁ ଯିଏ ପରମେଶ୍ୱରଙ୍କର ବିରୋଧ ହୁଏ, ସେମାନଙ୍କୁ ଶୁଷ୍କ ଭୂମିରେ ରହିବାକୁ ପଡ଼େ।
7 ହେ ପରମେଶ୍ୱର, ତୁମ୍ଭେ ଆପଣା ଭକ୍ତମାନଙ୍କୁ ମିଶରରୁ ବାହାର କରି ଆଣିଲ
ଏବଂ ପାଦରେ ଚଲାଇ ମରୁଭୂମିକୁ ପାର କରାଇଲ। ସେଲା
8 ସୀନୟ ପରମେଶ୍ୱରଙ୍କର! ଇସ୍ରାଏଲର ପରମେଶ୍ୱର!
ତୁମ୍ଭ କାରଣରୁ ପୃଥିବୀ କମ୍ପିତ ହେଲା ଓ ଆକାଶ ମେଘ ବୃଷ୍ଟି କଲା।
9 ହେ ପରମେଶ୍ୱର! ତୁମ୍ଭେ ବର୍ଷାକୁ ପଠାଇଲ
ଏବଂ ପୁରୁଣା ଓ ଦୁର୍ବଳ ଧରିତ୍ରୀକୁ ତୁମ୍ଭେ ପୁଣି ସତେଜ କଲ।
10 ତୁମ୍ଭର ଲୋକମାନେ ସେଠାରେ ବାସ କଲେ।
ହେ ପରମେଶ୍ୱର, ସେଠାରେ ଗରିବ ଲୋକମାନଙ୍କୁ ତୁମ୍ଭେ ଉତ୍ତମ ବସ୍ତୁ ଦେଇଅଛ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର। ସେଲା
33 ପରମେଶ୍ୱରଙ୍କ ପାଇଁ ଗାଅ।
ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
ଖ୍ରୀଷ୍ଟିୟାନ ଭାବରେ ଯାତନା ସହିବା
12 ମୋ’ ମିତ୍ରଗଣ, ତୁମ୍ଭେମାନେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ଯ୍ୟ ମନେକର ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ୱାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ଯ୍ୟ କଥା ଘଟୁଛି। 13 ବରଂ ତୁମ୍ଭେ ଖୁସୀ ହେବା ଉଚିତ୍ ଯେ, ତୁମ୍ଭେ ଖ୍ରୀଷ୍ଟଙ୍କର ଯାତନାର ସହଭାଗୀ ହୋଇଛ। ଖ୍ରୀଷ୍ଟ ନିଜର ମହିମା ପ୍ରକାଶ କଲାବେଳେ ତୁମ୍ଭେ ଖୁସୀ ହେବ ଓ ଆନନ୍ଦରେ ପୂର୍ଣ୍ଣ ହେବ। 14 ଖ୍ରୀଷ୍ଟଙ୍କୁ ଅନୁସରଣ କରୁଛ ବୋଲି ଲୋକେ ତୁମ୍ଭକୁ ମନ୍ଦକଥା କହିଲେ, ତୁମ୍ଭେ ଧନ୍ୟ ବୋଲି ଜାଣିବ। ତୁମ୍ଭ ଭିତରେ ଗୌରବମୟ ଆତ୍ମା ଅଛନ୍ତି ବୋଲି ତୁମ୍ଭେ ଧନ୍ୟ। ତାହା ହିଁ ହେଉଛି ପରମେଶ୍ୱରଙ୍କ ଆତ୍ମା।
6 ଅତଏବ ପରମେଶ୍ୱରଙ୍କ ବଳିଷ୍ଠ ହାତ ତଳେ ନିଜକୁ ନମ୍ର କର। ତା'ହେଲେ ଠିକ୍ ସମୟ ଉପସ୍ଥିତ ହେଲେ ସେ ତୁମ୍ଭକୁ ଉନ୍ନତ କରିବେ। 7 ତୁମ୍ଭର ସମସ୍ତ ଚିନ୍ତା ତାହାଙ୍କ ଉପରେ ରଖ, କାରଣ ସେ ତୁମ୍ଭର ଯତ୍ନ ନିଅନ୍ତି।
8 ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି। 9 ଶୟତାନର ଅନୁସରଣ କର ନାହିଁ। ନିଜ ବିଶ୍ୱାସରେ ଦୃଢ଼ ହୋଇ ରୁହ। ସମଗ୍ର ବିଶ୍ୱରେ ସର୍ବତ୍ର ତୁମ୍ଭ ଭାଇ ଓ ଭଉଣୀମାନେ ସମାନ ଭାବରେ ତୁମ୍ଭ ଭଳି ଯାତନା ପାଉଛନ୍ତି, ଏ କଥା ତୁମ୍ଭେ ଜାଣ।
10 ତୁମ୍ଭେ ଅଳ୍ପ ସମୟ ପାଇଁ ଯାତନା ପାଇବ। କିନ୍ତୁ ତା'ପରେ ପରମେଶ୍ୱର ସବୁ ଠିକ୍ କରିଦେବେ। ସେ ତୁମ୍ଭକୁ ଶକ୍ତିଶାଳୀ କରିବେ। ସେ ତୁମ୍ଭର ଭାର ବହନ କରିବେ ଓ ପଡ଼ିବା ବେଳେ ତୁମ୍ଭକୁ ଉଠାଇବେ। ସେଇ ପରମେଶ୍ୱର ତୁମ୍ଭକୁ ସମସ୍ତ ଅନୁଗ୍ରହ ଦିଅନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ମହିମାରେ ଅଂଶୀଦାର ହେବା ଲାଗି ସେ ତୁମ୍ଭକୁ ଡାକି ଅଛନ୍ତି। ସେହି ମହିମା ଅନନ୍ତ କାଳ ଧରି ରହିବ। 11 ସଦାସର୍ବଦା ପାଇଁ ସମସ୍ତ କ୍ଷମତା ତାହାଙ୍କର ଅଟେ, ଆମେନ୍।
ଯୀଶୁ ତାହାଙ୍କର ଶିଷ୍ୟମାନଙ୍କ ପାଇଁ ପ୍ରାର୍ଥନା କରନ୍ତି
17 ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ କରି ପାରିବେ। 2 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ଦେଇଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦେଇଛ, ସେସମସ୍ତଙ୍କୁ ସେହି ପୁତ୍ର ଅନନ୍ତ ଜୀବନ ଦିଅନ୍ତି। 3 ତୁମ୍ଭେ ଯେ ଏକମାତ୍ର ସତ୍ୟ ପରମେଶ୍ୱର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସେହି ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ ଅଟେ। 4 ତୁମ୍ଭେ ମୋତେ ଯେଉଁ କାମ ଦେଇଥିଲ ତାହା ମୁଁ କରିସାରିଛି। ମୁଁ ତୁମ୍ଭକୁ ଏ ସଂସାରରେ ଗୌରବାନ୍ୱିତ କରିଛି। 5 ବର୍ତ୍ତମାନ ପରମପିତା ତୁମ୍ଭର ଉପସ୍ଥିତିରେ ମୋତେ ଗୌରବାନ୍ୱିତ କର। ଜଗତ ଆରମ୍ଭ ହେବା ପୂର୍ବରୁ, ମୋର ତୁମ୍ଭ ସହିତ ଯେଉଁ ଗୌରବ ଥିଲା, ତୁମ୍ଭେ ମୋତେ ତୁମ୍ଭ ସହିତ ଗୌରବାନ୍ୱିତ କର।
6 “ତୁମ୍ଭେ ପୃଥିବୀର କେତେକ ଲୋକଙ୍କୁ ମୋତେ ଦେଲ। 7 ମୁଁ ସେମାନଙ୍କଠାରେ ତୁମ୍ଭକୁ ପ୍ରକାଶ କରିଛି। ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦେଲ। ସେମାନେ ଜାଣନ୍ତି, ତୁମ୍ଭେ ମୋତେ ଯାହାସବୁ ଦେଇଛ, ସେ ସବୁ ତୁମ୍ଭ ପାଖରୁ ଆସେ। 8 ମୋତେ ତୁମ୍ଭେ ଯେଉଁ ଉପଦେଶ ଦେଇଥିଲ, ମୁଁ ସେହି ଉପଦେଶ ଏହି ଲୋକଙ୍କୁ ଦେଇଛି। ସେମାନେ ତାହା ଗ୍ରହଣ କରିଛନ୍ତି। ସେମାନେ ଜାଣି ପାରିଲେ ଯେ, ମୁଁ ପ୍ରକୃତରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମୋତେ ପଠାଇଛ ବୋଲି ସେମାନେ ବିଶ୍ୱାସ କରିଛନ୍ତି। 9 ମୁଁ ସେମାନଙ୍କ ପାଇଁ ଏବେ ପ୍ରାର୍ଥନା କରୁଛି। ମୁଁ ପୃଥିବୀର ଲୋକମାନଙ୍କ ପାଇଁ ପ୍ରାର୍ଥନା କରୁ ନାହିଁ। ମୁଁ ସେହିମାନଙ୍କ ପାଇଁ ପ୍ରାର୍ଥନା କରୁଛି, ଯେଉଁମାନଙ୍କୁ ତୁମ୍ଭେ ମୋତେ ଦେଇଥିଲ। କାରଣ ସେମାନେ ତୁମ୍ଭର ଅଟନ୍ତି। 10 ମୋର ଯାହାସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମୋର। ଏହି ଲୋକମାନେ ମୋତେ ଗୌରବାନ୍ୱିତ କରନ୍ତି।
11 “ମୁଁ ବର୍ତ୍ତମାନ ତୁମ୍ଭ ପାଖକୁ ଆସୁଛି। ମୁଁ ବର୍ତ୍ତମାନ ଜଗତରେ ଆଉ ରହିବି ନାହିଁ। କିନ୍ତୁ ଏହି ଲୋକମାନେ ଜଗତରେ ରହିଛନ୍ତି। ହେ ପବିତ୍ର ପରମପିତା, ତୁମ୍ଭେ ସେମାନଙ୍କୁ ନିରାପଦରେ ରଖ। ତୁମ୍ଭ ନାମର ଶକ୍ତି ଦ୍ୱାରା ସେମାନଙ୍କୁ ନିରାପଦରେ ରଖ ଯେପରି ତୁମ୍ଭେ ଓ ମୁଁ ଏକ, ସେମାନେ ସେହିପରି ଏକ ହୋଇ ପାରିବେ।
2010 by World Bible Translation Center