Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 115

115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
    ମହିମା ତ ତୁମ୍ଭର।
    ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
କାହିଁକି ଅନ୍ୟ ଦେଶୀୟମାନେ କହିବେ
    ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
    ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
    ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
    ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
    ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
    ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
    ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
    ସେହିପରି ହେବେ!

ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
    ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।

12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
    ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
    ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
    ଆଶୀର୍ବାଦ କରିବେ।

14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
    ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
    ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
    କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
    ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
    ସଦାପ୍ରଭୁଙ୍କର ଧନ୍ୟବାଦ କରିବା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଗଣନା ପୁସ୍ତକ 8:5-22

ଉତ୍ସର୍ଗୀକୃତ ଲେବୀୟଗଣ

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର। ସେମାନଙ୍କ ଶୁଚି କରିବାକୁ ଏହିରୂପେ କର। ସେମାନଙ୍କ ଉପରେ ଶୁଦ୍ଧ ଜଳ ସିଞ୍ଚନ କର ଓ ସେମାନେ ନିଜ ନିଜ ସମଗ୍ର ଶରୀର କ୍ଷୌର କରିବେ ଏବଂ ବସ୍ତ୍ର ଧୋଇବେ। ଏହିପରି ସେମାନେ ନିଜକୁ ନିଜେ ଶୁଚି କରନ୍ତୁ।

“ତା'ପରେ ସେମାନେ ଏକ ଗୋବତ୍ସ ଓ ତା’ ସହିତ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ଆଣନ୍ତୁ। ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ। ତା'ପରେ ସମସ୍ତ ଇସ୍ରାଏଲ ସନ୍ତାନଗଣ ମଣ୍ତଳୀକି ଏକତ୍ର କରିବ। 10 ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ଉଚିତ୍। ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ଉପରେ ସେମାନଙ୍କର ହସ୍ତ ରଖିବେ। 11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ।

12 “ଲେବୀୟମାନଙ୍କୁ କୁହ ଏହି ଦୁଇ ଷଣ୍ଢର ମସ୍ତକରେ ସେମାନଙ୍କର ହସ୍ତ ରଖିବେ। ତହୁଁ ତୁମ୍ଭେ ଲେବୀୟମାନଙ୍କ ନିମନ୍ତେ ପ୍ରାୟଶ୍ଚିତ[a] କରିବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। 13 ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। 14 ଏହିରୂପେ ତୁମ୍ଭେ ଲେବୀୟମାନଙ୍କୁ ଇସ୍ରାଏଲ ସନ୍ତାନମାନଙ୍କଠାରୁ ପୃଥକ୍ କରିବ। ସେମାନେ ମୋର ହେବେ।

15 “ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ, ତା'ପରେ ସେମାନେ ସେବାକରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ। 16 କାରଣ ସେମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ସନ୍ତାନ ବଦଳରେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ। 17 ସେହି ଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲି, ମୁଁ ଇସ୍ରାଏଲର ପ୍ରଥମଜାତ ସନ୍ତାନଙ୍କୁ ମୋ’ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇସ୍ରାଏଲର ପ୍ରଥମଜାତ ଉଭୟ ମନୁଷ୍ୟ ଓ ପଶୁଗୁଡ଼ିକ ମୋର ହେବ। 18 ପୁଣି ଇସ୍ରାଏଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳରେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ। 19 ମୁଁ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ ଦାନରୂପେ ହାରୋଣ ଓ ତା'ର ପୁତ୍ରଗଣଙ୍କୁ ଦେଲି। ସେମାନେ ସମାଗମ-ତମ୍ବୁ ନିକଟରେ ଇସ୍ରାଏଲୀୟ ଲୋକ ବଦଳରେ ସେବା ଓ ସେମାନଙ୍କ ପାଇଁ ପ୍ରାୟଶ୍ଚିତ କିରିବେ। ଏହି ପ୍ରକାରେ ଇସ୍ରାଏଲର ଲୋକମାନେ ପବିତ୍ର ସ୍ଥାନ ନିକଟକୁ ଆସିଲାବେଳେ କୌଣସି ମହାମାରୀ ଆସିବ ନାହିଁ।”

20 ତେଣୁ ମୋଶା, ହାରୋଣ ଓ ସମସ୍ତ ଇସ୍ରାଏଲର ଲୋକ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ପ୍ରତି କଲେ। 21 ପୁଣି ଲେବୀୟମାନେ ନିଜକୁ ଶୌଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଉତ୍ସର୍ଗ କଲେ ଓ ହାରୋଣ ସେମାନଙ୍କୁ ଶୁଚି କିବା ପାଇଁ ପ୍ରାୟଶ୍ଚିତ କଲେ। 22 ତା'ପରେ ଲେବୀୟମାନେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ସମ୍ମୁଖରେ ଆପଣା ଆପଣା ସେବାକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ। ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ସେମାନଙ୍କ ପ୍ରତି କଲେ।

ତୀତସଙ୍କ ପ୍ରତି ପତ୍ର 1:1-9

ପରମେଶ୍ୱରଙ୍କ ସେବକ, ଓ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ପାଉଲଙ୍କଠାରୁ ପତ୍ର। ପରମେଶ୍ୱରଙ୍କ ମନୋନୀତ ଲୋକମାନଙ୍କ ବିଶ୍ୱାସରେ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ସତ୍ୟ ଜାଣିବା ପାଇଁ ସେହି ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ମୋତେ ପଠାଯାଇଛି। ପରମେଶ୍ୱରଙ୍କୁ ଲୋକେ କିପରି ସେବା କରିବେ, ତାହା ସେହି ସତ୍ୟ ଦେଖାଇ ଥାଏ। ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସେହି ବିଶ୍ୱାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହେବା ପୂର୍ବରୁ ପରମେଶ୍ୱର ସେହି ଅନନ୍ତ ଜୀବନର ପ୍ରତିଶୃତି ଦେଇଥିଲେ ଓ ପରମେଶ୍ୱର ମିଛ କହନ୍ତି ନାହିଁ। ଉଚିତ୍ ସମୟରେ ପରମେଶ୍ୱର ସେହି ଜୀବନ ବିଷୟରେ ସଂସାରକୁ ଜଣାଇଲେ। ପ୍ରଗ୍ଭର ଦ୍ୱାରା ପରମେଶ୍ୱର ଜଗତକୁ କହିଲେ। ପରମେଶ୍ୱର ମୋତେ ସେହି କାମର ଦାୟିତ୍ୱ ଦେଲେ। ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ୱର ଆଦେଶ ଦେଇଥିବାରୁ ମୁଁ ସେଗୁଡ଼ିକର ପ୍ରଗ୍ଭର କଲି।

ଏହି ପତ୍ର ତୀତସଙ୍କୁ ଲେଖାଯାଉଛି। ତୁମ୍ଭେ ସମବିଶ୍ୱାସରେ ମୋର ପ୍ରକୃତ ପୁତ୍ର ଭଳି।

ଆମ୍ଭର ପରମପିତା ପରମେଶ୍ୱର ଖ୍ରୀଷ୍ଟ ଯୀଶୁ, ଆମ୍ଭର ତ୍ରାଣକର୍ତ୍ତାଙ୍କଠାରୁ ତୁମ୍ଭକୁ ଅନୁଗ୍ରହ ଓ ଶାନ୍ତି ମିଳୁ।

କ୍ରୀତୀଠାରେ ତୀତସଙ୍କ କାର୍ଯ୍ୟ

ମୁଁ ତୁମ୍ଭକୁ କ୍ରୀତୀଠାରେ ଏବେ ସୁଦ୍ଧା ଯେଉଁ କାମ ବାକି ରହି ଯାଇଛି, ସେଗୁଡ଼ିକୁ ସମ୍ପୂର୍ଣ୍ଣ କରିବା ପାଇଁ ଛାଡ଼ି ଆସିଥିଲି। ମୁଁ ସେଠାରେ ତୁମ୍ଭକୁ ଏଥିପାଇଁ ମଧ୍ୟ ଛାଡ଼ି ଆସିଥିଲି ଯେ ତୁମ୍ଭେ ପ୍ରତ୍ୟେକ ନଗରରେ ପ୍ରାଚୀନ ହେବା ଲୋକମାନଙ୍କୁ ବାଛି ପାରିବ। ଏକ ପ୍ରାଚୀନ ହେବା ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସେଗୁଡ଼ିକ ହେଲା ସେ ନିର୍ଦ୍ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ୱାସୀ ହୋଇଥିବେ। ସେମାନେ ହିଂସ୍ର ଜୀବନଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ। ଏହି ପ୍ରାଚୀନମାନଙ୍କର କାମ ହେଉଛି ପରମେଶ୍ୱରଙ୍କ କାମର ଯତ୍ନ ନେବା, ଅତଏବ ସେ ନିର୍ଦ୍ଦୋଷ ହେବା କଥା। ସେ ଗର୍ବୀ, ସ୍ୱାର୍ଥୀ ଓ ଶୀଘ୍ର କ୍ରୋଧୀ ହୋଇ ନ ଥିବେ। ସେ ଅତ୍ୟଧିକ ମଦ୍ୟ ପାନ କରୁ ନ ଥିବେ। ସେ କଳହ ପ୍ରିୟ ହୋଇ ନ ଥିବେ। ଅନ୍ୟମାନଙ୍କୁ ଠକି ଧନୀ ହେବା ପାଇଁ ସର୍ବଦା ଚେଷ୍ଟା କରୁ ନ ଥିବେ। ନିଜ ଘରେ ଲୋକମାନଙ୍କୁ ସ୍ୱାଗତ କରି ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ଥିବେ। ସେ ଉତ୍ତମ ବିଷୟକୁ ପ୍ରେମ କରୁଥିବେ, ଜ୍ଞାନୀ ହୋଇଥିବେ, ଧାର୍ମିକଭାବେ ଜୀବନଯାପନ କରୁଥିବେ, ପବିତ୍ର ହୋଇଥିବେ ଓ ନିଜକୁ ସଂଯମ କରି ପାରୁଥିବେ। ଆମ୍ଭେ ସତ୍ୟର ଯେଉଁ ରୂପରେ ଶିକ୍ଷା ପ୍ରଦାନ କରିଛୁ, ଜଣେ ପ୍ରାଚୀନ, ନିଷ୍ଠାପର ଭାବରେ ତାହା ପାଳନ କରୁଥିବେ। ପ୍ରକୃତ ଶିକ୍ଷାକୁ ବ୍ୟବହାର କରି ଜଣେ ପ୍ରାଚୀନ ଲୋକମାନଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଥିବେ ଏବଂ ପ୍ରକୃତ ଶିକ୍ଷାର ବିରୋଧୀମାନଙ୍କୁ ସେ ଯେପରି ଦେଖାଇ ଦେବାକୁ ସକ୍ଷମ ହେବେ ଯେ ସେମାନେ ଭୁଲ୍ ଅଟନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center