Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 139:1-6

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
    ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
    ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
    ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
    ମୁଁ କ’ଣ କହିବାକୁ ଯାଉଛି।
ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
    ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
    ମୁଁ ତାକୁ ବୁଝିପାରେ ନାହିଁ।

ଗୀତସଂହିତା 139:13-18

13 ସଦାପ୍ରଭୁ, ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
    ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
    ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।

15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
    ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
    ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।[a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
    ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
    କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 1:19-27

19 ତା’ ପରଦିନ ପ୍ରଭାତରେ ଇ‌ଲ୍‌କାନା ଉଠି, ଆପଣା ପରିବାର ସହ ସଦାପ୍ରଭୁଙ୍କ ଉପାସନା କରି ଆପଣା ଗୃହ ରାମାକୁ ଫେରିଗଲେ।

ଶାମୁୟେଲର ଜନ୍ମ

ତା'ପରେ ଇ‌ଲ୍‌କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକୁ ସ୍ମରଣ କଲେ। 20 ଏହା ପରେ ସେହି ସମୟରେ ପରବର୍ଷ ହାନ୍ନା ପୁତ୍ର ପ୍ରସବ କଲା। କାରଣ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, “ସେ ତାହାର ନାମ ଶାମୁୟେଲ ଡାକିଲା।”

21 ଏହା ପରେ ଇ‌ଲ୍‌କାନା ଓ ତାହାର ପରିବାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଓ ଆପଣା ପ୍ରତିଜ୍ଞା ପୂର୍ଣ୍ଣତା କରିବାକୁ ଗଲେ। 22 କିନ୍ତୁ ହାନ୍ନା ଗଲା ନାହିଁ, ଏବଂ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ଛାଡ଼ିଲା ପରେ ମୁଁ ତାକୁ ନେଇଯିବି। ତା'ପରେ ସେ ସଦାପ୍ରଭୁଙ୍କର ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”

23 ତା'ପରେ ତା'ର ସ୍ୱାମୀ ଇ‌ଲ୍‌କାନା ତାକୁ କହିଲା, “ଯାହା ତୁମ୍ଭେ ଉତ୍ତମ ଭାବ ତାହା କର। ପିଲାଟି ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଏଠାରେ ରୁହ। ସଦାପ୍ରଭୁ ତାଙ୍କର ବାକ୍ୟ ପୂର୍ଣ୍ଣ କରନ୍ତୁ[a]।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ ଗୃହରେ ରହିଲା ଓ ପିଲାର ଦେଖାଗ୍ଭହାଁ କଲା।

ହାନ୍ନା ଶାମୁୟେଲଙ୍କୁ ଶୀଲୋଠାରେ ଏଲିଙ୍କ ନିକଟକୁ ନେଲା

24 ଏହା ପରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଓ ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ ବୋତଲ ଦ୍ରାକ୍ଷାରସ ତା’ ସହିତ ପିଲାଟିକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା। ସେତେବେଳେ ବାଳକଟି ଛୋଟ ଥିଲା।

25 ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ରୂପେ ଗୋବତ୍ସ ବଧ କଲେ ଓ ବାଳକକୁ ଏଲି ନିକଟକୁ ଆଣିଲେ। 26 ତା'ପରେ ହାନ୍ନା ଏଲିୟକୁ କହିଲା, “ମହାଶୟ ମୁଁ ବାସ୍ତବରେ ସେହି ସ୍ତ୍ରୀଲୋକ ଯିଏ କି ତୁମ୍ଭ ଆଗରେ ଛିଡ଼ା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା। 27 ମୁଁ ଏହି ବାଳକ ନିମନ୍ତେ ପ୍ରାର୍ଥନା କରିଥିଲି, ଆଉ ସଦାପ୍ରଭୁ ମୋତେ ମଞ୍ଜୁର କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 8:31-39

ଖ୍ରୀଷ୍ଟ ଯୀଶୁଙ୍କଠାରେ ପରମେଶ୍ୱରଙ୍କ ପ୍ରେମ

31 ସେଥିପାଇଁ ଆମ୍ଭେ ଏହି ବିଷୟରେ କ’ଣ କହିବା? ଯଦି ପରମେଶ୍ୱର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ। 32 ପରମେଶ୍ୱର ଆମ୍ଭ ପାଇଁ ସବୁକିଛିକରିବେ। ପରମେଶ୍ୱର ନିଜ ପୁତ୍ରକୁ ସୁଦ୍ଧା ଧରି ରଖିଲେ ନାହିଁ କିନ୍ତୁ ଆମ୍ଭ ସମସ୍ତଙ୍କ ପାଇଁ ଦେଇଦେଲେ। ଏଣୁ ସେ ତାଙ୍କ ସହ ଆମ୍ଭକୁ ସବୁ ବିଷୟ ଦେବେ। 33 ପରମେଶ୍ୱର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିଯୁକ୍ତ କରି ପାରିବ? କେହି ନୁହେଁ! ପରମେଶ୍ୱର ହିଁ ସେହି ଲୋକମାନଙ୍କୁ ଧାର୍ମିକ କରନ୍ତି। 34 କିଏ କହି ପାରିବ ଯେ ପରମେଶ୍ୱରଙ୍କ ଲୋକମାନେ ଦୋଷୀ? କେହି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ୟୁ ବରଣ କଲେ, କିନ୍ତୁ ତାହା ହିଁ ସବୁକିଛି ନୁହେଁ। ସେ ମୃତ୍ୟୁରୁ ମଧ୍ୟ ଜୀବିତ ହେଲେ। ସେ ଏବେ ପରମେଶ୍ୱରଙ୍କ ଡାହାଣ ପଟରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ନିବେଦନ କରୁଛନ୍ତି। 35 ଖ୍ରୀଷ୍ଟଙ୍କର ପ୍ରେମଠାରୁ ଆମ୍ଭକୁ କିଏ କ’ଣ ଅଲଗା କରିପାରେ? ନା! କଷ୍ଟ କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ସମସ୍ୟା ବା ତାଡ଼ନା କ’ଣ ଖ୍ରୀଷ୍ଟଙ୍କର ଶତ୍ରୁମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! ଯଦି ଆମ୍ଭ ପାଖରେ ଖାଦ୍ୟ ବା ଲୁଗାପଟା ନାହିଁ, ତା'ହେଲେ ତାହା କ’ଣ ଖ୍ରୀଷ୍ଟଙ୍କର ପ୍ରେମରୁ ଆମ୍ଭକୁ ଅଲଗା କରିପାରେ? ନା! ବିପଦ ବା ମୃତ୍ୟୁ ହେଉନା କାହିଁକି ତାହା କ’ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ରେମରୁ ଅଲଗା କରିପାରେ? ନା! 36 ଶାସ୍ତ୍ରରେ ଏହିପରି ଲେଖା ଅଛି:

“ତୁମ୍ଭ ପାଇଁ (ଖ୍ରୀଷ୍ଟ) ଚିରଦିନ ଆମ୍ଭେ ନିହିତ ହେଉଅଛୁ।
    ଲୋକ ଭାବୁଛନ୍ତି, ଆମ୍ଭର ମୂଲ୍ୟ ବଳି ହେବାକୁ ଥିବା ମେଣ୍ଢାମାନଙ୍କଠାରୁ ଅଧିକ କିଛି ନୁହେଁ।”(A)

37 କିନ୍ତୁ ଏସବୁରେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶିତ କରିଥିବା ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେ ପୂର୍ଣ୍ଣ ବିଜୟୀ। 38-39 ହଁ, ମୁଁ ଜାଣେ ଯେ, କୌଣସି ବିଷୟ ଆମ୍ଭକୁ ପରମେଶ୍ୱରଙ୍କ ପ୍ରେମରୁ ବଞ୍ଚିତ କରି ପାରିବ ନାହିଁ। ମୃତ୍ୟୁ ନୁହେଁ, ଜୀବନ ନୁହେଁ, ସ୍ୱର୍ଗଦୂତମାନେ ନୁହନ୍ତି, ଆତ୍ମିକ ଶକ୍ତି ଗୁଡ଼ିକ ନୁହନ୍ତି, ଏବେ କିଛି ନୁହେଁ, ଭବିଷ୍ୟତ‌‌ରେ କିଛି ନୁହେଁ, କୌଣସି ଶକ୍ତି ନୁହେଁ, ଉଚ୍ଚରେ କିଛି ନୁହେଁ, ଗଭୀରରେ କିଛି ନୁହେଁ, ସମଗ୍ର ସୃଷ୍ଟ ଜଗତରେ କିଛି ନୁହେଁ; ଖ୍ରୀଷ୍ଟ ଯୀଶୁ ଆମ୍ଭ ପ୍ରଭୁଙ୍କଠାରେ ଥିବା ପରମାତ୍ମାଙ୍କ ପ୍ରେମଠାରୁ ଆମ୍ଭକୁ କେହି ଅଲଗା କରି ପାରିବେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center