Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 139:1-6

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
    ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
    ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
    ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
    ମୁଁ କ’ଣ କହିବାକୁ ଯାଉଛି।
ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
    ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
    ମୁଁ ତାକୁ ବୁଝିପାରେ ନାହିଁ।

ଗୀତସଂହିତା 139:13-18

13 ସଦାପ୍ରଭୁ, ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
    ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
    ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅ‌ଦ୍‌ଭୂତ ଅଟେ।

15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
    ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
    ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।[a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
    ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
    କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:1-10

ହାନ୍ନା ଧନ୍ୟବାଦ ଦେଲା

ହାନ୍ନା ପ୍ରାର୍ଥନା କରି କହିଲା,

“ମୋର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ମହାଉଲ୍ଲାସ କରୁଅଛି।
    ପରମେଶ୍ୱରଙ୍କଠାରେ ମୁଁ ମୋର ବହୁତ ଶକ୍ତି ଅନୁଭବ କରୁଛି।
ମୁଁ ମୋର ଶତ୍ରୁମାନଙ୍କୁ ଉପହାସ କରୁଛି।
    ଯେହେତୁ ତୁମ୍ଭେ ମୋତେ ରକ୍ଷା କରିଥିବାରୁ ମୁଁ ବହୁତ ଖୁସୀ।

ପରମେଶ୍ୱରଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ,
    କାରଣ ତୁମ୍ଭ ବ୍ୟତୀତ ଆଉ କେହି ପରମେଶ୍ୱର ନାହାନ୍ତି।
    ଆମ୍ଭର ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।

ନିଜ ବୃଥାଗର୍ବ ବନ୍ଦ କର।
    ଅହଂକାର ଭାବରେ କହିବା ବନ୍ଦ କର।
ସଦାପ୍ରଭୁ ପରମେଶ୍ୱର ସର୍ବଜ୍ଞ ଅଟନ୍ତି ଏବଂ
    ସେ ଲୋକମାନଙ୍କୁ ସେମାନଙ୍କର କର୍ମ ଅନୁଯାୟୀ ବିଗ୍ଭର କରନ୍ତି।
ବୀରମାନଙ୍କର ସମସ୍ତ ଧନୁ ଭଙ୍ଗା ଯାଇଅଛି
    ଓ ଝୁଣ୍ଟି ପଡ଼ୁଥିବା ଦୁର୍ବଳ ଲୋକମାନେ ବଳଶାଳୀ ହୋଇଛନ୍ତି।
ଯେଉଁମାନେ, ବେଶି ଖାଦ୍ୟ ଖାଉଥିଲେ,
    ବର୍ତ୍ତମାନ ନିଶ୍ଚୟ କଠିନ ପରିଶ୍ରମ କରିବେ।
ଖାଦ୍ୟ ଅଭାବରୁ ଯେଉଁମାନେ କ୍ଷୁଧାର୍ତ୍ତ ଥିଲେ,
    ସେମାନେ ଖାଦ୍ୟ ପାଇ ଅଛନ୍ତି।
ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି
    ଓ ସ୍ତ୍ରୀଲୋକଟି ଯାହାର ବହୁତ ସନ୍ତାନ ଥିଲା
    ସେ ଦୁଃଖିତା ହୋଇଅଛି।

ସଦାପ୍ରଭୁ ଲୋକମାନଙ୍କର ମୃତ୍ୟୁର କାରଣ ହୁଅ
    ଓ ସେ ପୁନର୍ବାର ଲୋକମାନଙ୍କ ଜୀବନ ଫେରାଇ ଆଣି ପାରନ୍ତି।
ସଦାପ୍ରଭୁ ଲୋକମାନଙ୍କୁ କବରକୁ ପଠାନ୍ତି
    ଓ କବରରୁ ସେମାନଙ୍କୁ ଉଠାଇ ଆଣିପାରନ୍ତି।
ସଦାପ୍ରଭୁ ଲୋକମାନଙ୍କୁ ନିର୍ଦ୍ଧନ କରନ୍ତି
    ବା ଧନବାନ୍ କରାନ୍ତି।
ସେ ଲୋକମାନଙ୍କୁ ନମ୍ର କରନ୍ତି
    କିମ୍ବା ସେମାନଙ୍କୁ ଉଚ୍ଚ ସ୍ଥାନରେ ପ୍ରତିଷ୍ଠିତ କରାନ୍ତି।
ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରୁ ଉଠାନ୍ତି।
    ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରୁ ଉଠାଇବେ।
ସେ ଗରିବ ଲୋକମାନଙ୍କୁ ରାଜକୁମାରମାନଙ୍କ ସହିତ
    ଓ କୁଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉଠେଇ ଦିଅନ୍ତି
    କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ଡକୁ ନିର୍ମାଣ କରିଛନ୍ତି ଏବଂ ସମୁଦାୟ ବ୍ରହ୍ମାଣ୍ତ ତାଙ୍କର ଅଟେ।

ସଦାପ୍ରଭୁ ତାଙ୍କର ପବିତ୍ର ଭକ୍ତମାନଙ୍କୁ ସୁରକ୍ଷା କରନ୍ତି।
    ସେ ସେମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରନ୍ତି।
କିନ୍ତୁ ମନ୍ଦ ଲୋକମାନେ ଅନ୍ଧକାରରେ ଝୁଣ୍ଟିପଡ଼ନ୍ତି ଓ ଧ୍ୱଂସ ହୁଅନ୍ତି।
    ସେମାନଙ୍କର ଶକ୍ତି ସେମାନଙ୍କୁ ରକ୍ଷା କରିବା ପାଇଁ ସାହାଯ୍ୟ କରେ ନାହିଁ।
10 ଯେଉଁମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ସହିତ ପ୍ରତିବାଦ କରନ୍ତି, ସେମାନେ ଭଗ୍ନ ହେବେ।
    ସଦାପ୍ରଭୁ ସ୍ୱର୍ଗରେ ଥାଇ ସେହି ଲୋକମାନଙ୍କ ବିରୁଦ୍ଧରେ ଗର୍ଜନ କରିବେ।
ଏବଂ ସଦାପ୍ରଭୁ ପୃଥିବୀର ସମସ୍ତ ଲୋକମାନଙ୍କର ବିଗ୍ଭର କରିବେ
    ଓ ସେ ଆପଣା ରାଜାକୁ ବଳ ଦେବେ।
    ସେ ତାଙ୍କର ଅଭିଷିକ୍ତ ରାଜାଙ୍କୁ ଉନ୍ନତ କରିବେ।”

ଯୋହନ ଲିଖିତ ସୁସମାଗ୍ଭର 7:19-24

19 ଏହା ସତ୍ୟ ଯେ ମୋଶା ତୁମ୍ଭକୁ ନିୟମ (ବ୍ୟବସ୍ଥା) ଦେଇଛନ୍ତି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି ସେ ନିୟମ ମାନୁ ନାହଁ। ତୁମ୍ଭେ ମୋତେ କାହିଁକି ମାରି ଦେବା ପାଇଁ ଚେଷ୍ଟା କରୁଛ?”

20 ଲୋକମାନେ କହିଲେ, “ତୁମ୍ଭ ଭିତରେ ଗୋଟିଏ ଭୂତ ପ୍ରବେଶ କରି ତୁମ୍ଭକୁ ପାଗଳ କରିଦେଇଛି। ଆମ୍ଭେ ତୁମ୍ଭକୁ ମାରିବାକୁ ଚେଷ୍ଟା କରୁ ନାହୁଁ।”

21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ଗୋଟିଏ ଆଶ୍ଚର୍ଯ୍ୟକାର୍ଯ୍ୟ କଲି, ଏବଂ ତୁମ୍ଭେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଥିଲ। 22 ମୋଶା ତୁମ୍ଭକୁ ସୁନ୍ନତ ବିଧି ପାଳନ କରିବା ପାଇଁ ନିୟମ ଦେଲେ, (କିନ୍ତୁ ପ୍ରକୃତରେ ମୋଶା ତୁମ୍ଭକୁ ସୁନ୍ନତ ବିଷୟ ଦେଇ ନାହାନ୍ତି। ଏହାତ ମୋଶାଙ୍କ ପୂର୍ବରୁ ଥିବା ଲୋକମାନଙ୍କ ପାଖରୁ ଆସିଛି)। ତେଣୁ ତୁମ୍ଭେ ବେଳେବେଳେ ବିଶ୍ରାମବାର ଦିନ ଗୋଟିଏ ବାଳକକୁ ସୁନ୍ନତ[a] କରିଥାଅ। 23 ଏଥିରୁ ଜଣାପଡ଼େ ଯେ, କୌଣସି ଲୋକକୁ ମୋଶାଙ୍କର ନିୟମ ପାଳନ କରିବା ପାଇଁ ବିଶ୍ରାମବାର ଦିନ ସୁନ୍ନତ କରାଯାଇପାରେ। ତେଣୁ ମୁଁ ଯଦି ବିଶ୍ରାମବାର ଦିନ କୌଣସି ଲୋକର ସମ୍ପୂର୍ଣ୍ଣ ଦେହକୁ ସୁସ୍ଥ କଲି ତେବେ ତୁମ୍ଭେ କାହିଁକି ରାଗୁଛ? 24 କୌଣସି ବିଷୟର ବାହ୍ୟରୂପ ଦେଖି ବିଗ୍ଭର କର ନାହିଁ। ପ୍ରକୃତରେ ଯାହା ଠିକ୍, ତଦନୁଯାୟୀ ବିଗ୍ଭର କର।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center