Revised Common Lectionary (Semicontinuous)
ଶାମୁୟେଲକୁ ପରମେଶ୍ୱରଙ୍କ ଡାକରା
3 ବାଳକ ଶାମୁୟେଲ ଏଲିଙ୍କ ଅଧୀନରେ ସଦାପ୍ରଭୁଙ୍କର ସେବା କଲେ। ସେହି ସମୟରେ ସଦାପ୍ରଭୁଙ୍କ ବାକ୍ୟ ଓ ଦର୍ଶନ ଦୁର୍ଲଭ ଥିଲା।
2 ଏହି ସମୟରେ ଏଲିଙ୍କର ଚକ୍ଷୁ ଧୁନ୍ଦୁଳା ହେବାକୁ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ। 3 ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏମନ୍ତ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ସଦାପ୍ରଭୁଙ୍କ ପ୍ରଦୀପ ଲିଭିବା ପୂର୍ବରୁ ଯେତେବେଳେ ଶାମୁୟେଲ ଶୋଇଥିଲେ, 4 ସେତେବେଳେ ସଦାପ୍ରଭୁ ଶାମୁୟେଲକୁ ଡାକିଲେ ଓ ଶାମୁୟେଲ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।” 5 ଶାମୁୟେଲ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?”
ସେ କହିଲେ, “ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।”
ଏବଂ ସେ ଶୋଇଲେ। 6 ଏହା ପରେ ସଦାପ୍ରଭୁ “ଶାମୁୟେଲ” ବୋଲି ଆଉ ଥରେ ଡାକିଲେ, ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କିହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?”
ସେ ଉତ୍ତର ଦେଲେ, “ହେ ମୋର ପୁତ୍ର, ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।”
7 ସେ ସମୟରେ ଶାମୁୟେଲ ସଦାପ୍ରଭୁଙ୍କୁ ଜାଣି ନ ଥିଲା, କାରଣ ସଦାପ୍ରଭୁ ତାଙ୍କଠାରେ ତାଙ୍କର ବାକ୍ୟ କଥା ପ୍ରକାଶ କରି ନ ଥିଲେ।
8 ଏହା ପରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି ଆପଣ ମୋତେ ଡାକିଲେ ପରା,”
ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି ଏହା ଏଲି ବୁଝିଲେ। 9 ତେଣୁ ଏଲି ଶାମୁୟେଲକୁ କହିଲେ, “ଯାଇ ଶୁଅ, ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୁ, କହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।’”
ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ। 10 ଏହା ପରେ ସଦାପ୍ରଭୁ ଆସିଲେ ଏବଂ ସେଠାରେ ଛିଡ଼ା ହେଲେ, ଆଗ ଥର ପରି ସେ “ଶାମୁୟେଲ, ଶାମୁୟେଲ” ବୋଲି ଡାକିଲେ।
ତା'ପରେ ଶାମୁୟେଲ ଉତ୍ତର ଦେଲେ, “ମୋତେ କୁହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।”
11 ତା'ପରେ ସଦାପ୍ରଭୁ ଶାମୁୟେଲକୁ କହିଲେ, “ଦେଖ, ମୁଁ ଇସ୍ରାଏଲରେ କିଛି ଗୋଟେ କରିବି, ସେହି ସମସ୍ତେ ଯେଉଁମାନେ ଏବିଷୟରେ ଶୁଣିବେ, ମନ ଦୁଃଖ କରିବେ। 12 ମୁଁ ଏଲିର ପରିବାରକୁ ଯାହା ଯାହା କହୁଅଛି ସେ ସମସ୍ତ ପ୍ରଥମରୁ ଶେଷ ପର୍ଯ୍ୟନ୍ତ ପୁରଣ କରିବ। 13 ମୁଁ ତାକୁ କହିଅଛି ଯେ, ମୁଁ ଚିରଦିନ ତା'ର ବଂଶକୁ ଦଣ୍ତ ଦେବି, ଯେହେତୁ ତା'ର ଅପରାଧ ତାକୁ ଜଣା ଅଛି। ସେ ଜାଣିଲା ଯେ, ସେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କରୁଛନ୍ତି ଓ କହୁଛନ୍ତି। ତଥାପି ଏଲି ତା'ର ପୁତ୍ରମାନଙ୍କୁ ନିୟନ୍ତ୍ରଣ କଲା ନାହିଁ। 14 ମୁଁ ପ୍ରତିଜ୍ଞା କରୁଅଛି ଯେ, ଏଲିର ପରିବାର ପାପ ବଳିଦାନ ଉତ୍ସର୍ଗ ଦ୍ୱାରା ଶସ୍ୟ ନୈବେଦ୍ୟ ଉତ୍ସର୍ଗ ଦ୍ୱାରା କେବେ ପ୍ରାୟଶ୍ଚିତ ହେବ ନାହିଁ।”
15 ତହୁଁ ଶାମୁୟେଲ ଶୋଇବାକୁ ଗଲେ। ସଦାପ୍ରଭୁଙ୍କ ମନ୍ଦିରଦ୍ୱାର ଫିଟାଇବାକୁ ଶୀଘ୍ର ଉଠିଲେ। ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟକଲେ।
16 ଏଥୁ, “ହେ ମୋହର ପୁତ୍ର ଶାମୁୟେଲ,” ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ।
ତହିଁରେ ସେ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
17 ତା'ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ'ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।”
18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାହାଙ୍କୁ ସବୁକଥା ଜଣାଇଲେ।
ତା'ପରେ ଏଲି କହିଲେ, “ସେ ସଦାପ୍ରଭୁ, ଯାହା ସଦାପ୍ରଭୁ ଭାବନ୍ତି ତାହା ଯଥାର୍ଥ, ତାହା ସେ କରନ୍ତୁ।”
19 ତା'ପରେ ଶାମୁୟେଲ ବଡ଼ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ରହିଲେ। ସଦାପ୍ରଭୁ ତାଙ୍କର କୌଣସି ବାକ୍ୟ ମିଛ ହେବାକୁ ଦେଲେ ନାହିଁ। 20 ତା'ପରେ ଶାମୁୟେଲ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ୟଦ୍ବକ୍ତା ବୋଲି ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲୀୟ ଜ୍ଞାତ ହେଲେ।
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
139 ହେ ସଦାପ୍ରଭୁ, ତୁମ୍ଭେ ମୋତେ ପରୀକ୍ଷା କରିଅଛ।
ତୁମ୍ଭେ ମୋର ସମସ୍ତ ବିଷୟରେ ଜାଣିଅଛ।
2 ତୁମ୍ଭେ ଜାଣ ଯେତେବେଳେ ମୁଁ ବସେ ଏବଂ ଯେତେବେଳେ ମୁଁ ଛିଡ଼ା ହୁଏ।
ଯଦିଓ ତୁମ୍ଭେ ଦୂରରେ ଅଛ, ତୁମ୍ଭେ ମୋର ମନକଥା ଜାଣ।
3 ସଦାପ୍ରଭୁ ତୁମ୍ଭେ ଜାଣ, ମୁଁ କେଉଁଠାକୁ ଯାଏ ଏବଂ କେତେବେଳେ ମୁଁ ତଳେ ପଡ଼େ।
ମୁଁ ଯାହାକିଛି କରୁଛି ତାହା ସବୁ ତୁମ୍ଭେ ଜାଣ।
4 ହେ ସଦାପ୍ରଭୁ, ମୋ’ ମୁହଁରୁ ଶବ୍ଦ ବାହାରିବା ପୂର୍ବରୁ ତୁମ୍ଭେ ଜାଣ ଯେ,
ମୁଁ କ’ଣ କହିବାକୁ ଯାଉଛି।
5 ସଦାପ୍ରଭୁ ତୁମ୍ଭେ ମୋର ଚତୁର୍ପାର୍ଶ୍ୱରେ ଅଛ, ମୋ’ ଆଗରେ ଓ ପଛରେ ଅଛ।
ତୁମ୍ଭେ ଆପଣା ସୁରକ୍ଷାର ହାତ ମୋ’ ଉପରେ ରଖିଥାଅ।
6 ମୁଁ ଆଶ୍ଚର୍ଯ୍ୟ ହୁଏ ଯେ, ତୁମ୍ଭେ ଯାହାସବୁ ଜାଣ।
ମୁଁ ତାକୁ ବୁଝିପାରେ ନାହିଁ।
13 ସଦାପ୍ରଭୁ, ତୁମ୍ଭେ ମୋର ସମଗ୍ର ଅଂଶକୁ ତିଆରି କଲ।
ତୁମ୍ଭେ ମୋତେ ମୋ’ ମାତୃ ଗର୍ଭରେ ସମସ୍ତ ଶରୀର ସହିତ ରଖିଲ।
14 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଧନ୍ୟବାଦ ଦିଏ କାରଣ ତୁମ୍ଭେ ମୋତେ ଏଭଳି ଏକ ଆଶ୍ଚର୍ଯ୍ୟଜନକ ପଥରେ ତିଆରି କରିଅଛ।
ମୁଁ ଭଲ ଭାବରେ ଜାଣେ ଯେ, ତୁମ୍ଭର କାମ ଅଦ୍ଭୂତ ଅଟେ।
15 ଯେତେବେଳେ ମୁଁ ନିଜ ମାତୃ ଗର୍ଭରେ ଥିଲି, ଯେତେବେଳେ ମୋର ଗଠିତ ହେଉଥିଲା,
ସେତେବେଳେ ତୁମ୍ଭେ ମୋର ଅସ୍ଥି ପିଞ୍ଜରାକୁ ଦେଖିଲ।
16 ତୁମ୍ଭେ ପ୍ରତ୍ୟେକ ଦିନ ମୋର ଶରୀରର ବୃଦ୍ଧିକୁ ମୋର ମାତୃଗର୍ଭରେ ଦେଖିଲ।
ତୁମ୍ଭ ପ୍ରତ୍ୟେକ ଅଙ୍ଗପ୍ରତ୍ୟଙ୍ଗକୁ ମୋ’ ତାଲିକାଭୁକ୍ତ କଲ ଏବଂ ସେଗୁଡ଼ିକ ମଧ୍ୟରୁ ଗୋଟିଏ ହେଲେ ବି ବାଦ୍ ଦେଇ ନାହଁ।[a]
17 ପରମେଶ୍ୱର, ତୁମ୍ଭର ଚିନ୍ତାଧାରା ମୋ’ ପାଇଁ ବୁଝିବା କଷ୍ଟକର ଅଟେ।
ତହିଁରେ ସେଗୁଡ଼ିକ ଗଣନା କରାଯାଇ ପାରିବ ନାହିଁ।
18 ତୁମ୍ଭେ ଯାହାକିଛି ଜାଣ, ସେ ସବୁକୁ ଯଦି ମୁଁ ଗଣିପାରୁଥା’ନ୍ତି, ତା'ହେଲେ ସେ ସବୁ ପୃଥିବୀର ଧୂଳିକଣାଠାରୁ ଅଧିକ ହେବ,
କିନ୍ତୁ ଯଦି ମୁଁ ତାହା ଗଣିପାରିବି, ତା'ହେଲେ ମୁଁ ତୁମ୍ଭକୁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣଭାବରେ ବୁଝି ପାରିଥା’ନ୍ତି।
5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ। 6 ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।
7 ଆମ୍ଭେ ପରମେଶ୍ୱରଙ୍କଠାରୁ ଏହି ଧନ ପାଇଅଛୁ। ଆମ୍ଭେ ମାଟିପାତ୍ର ସଦୃଶ କେବଳ ଏହି ଭଣ୍ଡାରକୁ ଧରିଛୁ। ଏହା ପ୍ରମାଣିତ କରେ ଯେ, ଏହି ଆଶ୍ଚର୍ଯ୍ୟ ଶକ୍ତି ଆମ୍ଭର ନୁହେଁ, ତାହା ପରମେଶ୍ୱରଙ୍କର ଅଟେ। 8 ଆମ୍ଭ ଚତୁର୍ଦ୍ଦିଗରୁ ସମସ୍ୟା ଆମକୁ ଗ୍ଭପି ପକାଇଛି, କିନ୍ତୁ ଆମ୍ଭେ ହାରି ଯାଇ ନାହୁଁ। ଅନେକ ସମୟରେ କ’ଣ କରିବାକୁ ହେବ ତାହା ଆମ୍ଭେ ଜାଣି ପାରୁ ନାହୁଁ। 9 ଆମ୍ଭେ ନିର୍ଯ୍ୟାତିତ ହେଉଛୁ, କିନ୍ତୁ ପରମେଶ୍ୱର ଆମ୍ଭକୁ ଛାଡ଼ିଦିଅନ୍ତି ନାହିଁ। ଆମ୍ଭେ କେତେ ଥର ଆଘାତ ପାଇଛୁ, କିନ୍ତୁ ବିନଷ୍ଟ ହୋଇ ନାହୁଁ। 10 ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ୟୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ୟ ଆମ୍ଭ ଭିତରେ ପ୍ରକାଶିତ ହେବ। 11 ଆମ୍ଭେ ଜୀବିତ, କିନ୍ତୁ ଯୀଶୁଙ୍କ ହେତୁ ଆମ୍ଭେ ସର୍ବଦା ମୃତ୍ୟୁ ସଙ୍କଟର ସମ୍ମୁଖୀନ ହେଉଛୁ। ଯଦ୍ଦ୍ୱାରା ଯୀଶୁଙ୍କ ଜୀବନ ଆମ୍ଭର ମରଣଶୀଳ ଶରୀର ମଧ୍ୟରେ ସ୍ପଷ୍ଟ ଭାବରେ ଦେଖି ପାରିବା। 12 ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।
କେତେକ ଯିହୂଦୀ ଯୀଶୁ ଓ ତାଙ୍କ ଶିଷ୍ୟମାନଙ୍କୁ ସମାଲୋଚନା କଲେ
(ମାଥିଉ 12:1-8; ଲୂକ 6:1-5)
23 ବିଶ୍ରାମ ଦିବସରେ ଯୀଶୁ ଶସ୍ୟ-କ୍ଷେତ୍ର ଦେଇ ଯାଉଥିଲେ। ତାହାଙ୍କ ଶିଷ୍ୟମାନେ ମଧ୍ୟ ତାହାଙ୍କ ସହିତ ଯାଉଥିଲେ। ଯାଉ ଯାଉ ତାହାଙ୍କ ଶିଷ୍ୟମାନେ ଖାଇବା ପାଇଁ ଶସ୍ୟକ୍ଷେତ୍ରରୁ ଶସ୍ୟ-କେଣ୍ଡା ଛିଣ୍ତେଇଲେ। 24 ଫାରୂଶୀମାନେ ତାହା ଦେଖି ଯୀଶୁଙ୍କୁ କହିଲେ, “ତୁମ୍ଭ ଶିଷ୍ୟମାନେ ଏଭଳି କାହିଁକି କରୁଛନ୍ତି? ବିଶ୍ରାମ ଦିବସରେ ଏଭଳି କାମ ଯିହୂଦୀ ନିୟମର ବିରୁଦ୍ଧାଚରଣ ଅଟେ।”
25 ଯୀଶୁ କହିଲେ, “ତୁମ୍ଭେମାନେ ଦାଉଦଙ୍କ ବିଷୟରେ ପଢ଼ିଛ ଯେ, ସେ ଓ ତାହାଙ୍କ ସହିତ ଥିବା ଲୋକେ ଭୋକରେ ଥିଲାବେଳେ ଓ ଆହାରର ଆବଶ୍ୟକ ଥିଲାବେଳେ କ’ଣ କରିଥିଲେ? 26 ତୁମ୍ଭେମାନେ କ’ଣ ପଢ଼ି ନାହଁ ଯେ, ଅବିୟାଥର ମହାଯାଜକ ଥିବା ସମୟରେ ଦାଉଦ ପରମେଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ପରମେଶ୍ୱରଙ୍କୁ ଅର୍ପଣ କରାଯାଇଥିବା ଖାଦ୍ୟ ଖାଇଥିଲେ? ମୋଶାଙ୍କ ନିୟମ ଅନୁସାରେ ଯାଜକମାନେ କେବଳ ସେହି ଖାଦ୍ୟ ଖାଇ ପାରିବେ। ତାହାଙ୍କ ବ୍ୟତୀତ ଆଉ କାହାରିକୁ ସେହି ଖାଦ୍ୟ ଖାଇବାର ଅଧିକାର ନାହିଁ। କିନ୍ତୁ ଦାଉଦ ସେ ଖାଦ୍ୟରୁ କିଛି ମଧ୍ୟ ତାହାଙ୍କ ସହିତ ଥିବା ଲୋକମାନଙ୍କୁ ଖାଇବାକୁ ଦେଇଥିଲେ।”
27 ତା'ପରେ ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କୁ ସାହାଯ୍ୟ କରିବା ପାଇଁ ବିଶ୍ରାମ ଦିବସ ସୃଷ୍ଟି ହୋଇଛି। ବିଶ୍ରାମ ଦିବସ ଦ୍ୱାରା ପରିଗ୍ଭଳିତ ହେବା ପାଇଁ ମନୁଷ୍ୟ ସୃଷ୍ଟି ହୋଇ ନାହିଁ। 28 ଏଣୁ ମନୁଷ୍ୟପୁତ୍ର ପ୍ରତ୍ୟେକ ଦିନର ମାଲିକ, ଏପରିକି ବିଶ୍ରାମ ଦିନର ମଧ୍ୟ।”
ଯୀଶୁ ଜଣେ ଖଞ୍ଜ ଲୋକର ହାତ ସୁସ୍ଥ କଲେ
(ମାଥିଉ 12:9-14; ଲୂକ 6:6-11)
3 ଆଉ ଥରେ ଯୀଶୁ ଯିହୂଦୀମାନଙ୍କ ସମାଜଗୃହକୁ ଯାଇଥିଲେ। ସେଠାରେ ଜଣେ ଖଞ୍ଜ ଲୋକ ଥିଲା। 2 ସେଠାରେ କେତେକ ଲୋକ ଜଗି ରହିଥିଲେ ଯେ, ଯଦି ଯୀଶୁ ସେ ଲୋକଟିକୁ ବିଶ୍ରାମ ଦିବସରେ ସୁସ୍ଥ କରିଦେବେ, ତେବେ ସେମାନେ ଯୀଶୁଙ୍କ ଦୋଷାରୋପ କରିବାକୁ ସୁଯୋଗ ପାଇବେ। 3 ଯୀଶୁ ସେଠାରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, “ଏଠାରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।”
4 ତା'ପରେ ଯୀଶୁ ଲୋକମାନଙ୍କୁ ପଗ୍ଭରିଲେ, “ବିଶ୍ରାମ ଦିବସରେ କେଉଁ କାମ କରିବା ଠିକ୍? ଭଲ କାମ ନା ମନ୍ଦ କାମ? ଜଣକର ଜୀବନ ରକ୍ଷା କରିବା ଠିକ୍ ନା ଜୀବନ ନଷ୍ଟ କରିବା ଠିକ୍?” କିନ୍ତୁ ସେମାନେ ନୀରବ ରହିଲେ।
5 ତା'ପରେ ଯୀଶୁ ଲୋକମାନଙ୍କ ଆଡ଼କୁ ରାଗରେ ଗ୍ଭହିଁଲେ, କିନ୍ତୁ ସେମାନଙ୍କ ହୃଦୟର କଠିନତା ଲକ୍ଷ୍ୟ କରି ବହୁତ ଦୁଃଖୀ ହେଲେ। ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କ ଆଡ଼କୁ ହାତଟି ବଢ଼ାଇ ଦେଲା ଓ 6 ତା’ ହାତ ଭଲ ହୋଇଗଲା। ତା'ପରେ ଫାରୂଶୀମାନେ ସେଠାରୁ ଗ୍ଭଲି ଗଲେ ଓ ହେରୋଦୀୟମାନଙ୍କ ସହିତ ମିଶି ଯୀଶୁଙ୍କୁ ମାରିବା ପାଇଁ ଷଡ଼ଯନ୍ତ୍ର କଲେ।
2010 by World Bible Translation Center