Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 99

99 ସଦାପ୍ରଭୁଙ୍କ ଆଗରେ ଗାନ କର।
    ସେ ନ୍ୟାୟ ବିଗ୍ଭର ପାଇଁ ପୃଥିବୀକୁ ଆସୁଛନ୍ତି।
ସେ ତାଙ୍କର ଧାର୍ମିକତା ଏବଂ ନ୍ୟାୟ ସହିତ
    ପୃଥିବୀର ଲୋକମାନଙ୍କର ବିଗ୍ଭର କରିବେ।
ସଦାପ୍ରଭୁ ସିୟୋନରେ ମହାନ
    ଓ ସମସ୍ତ ଜାତିମାନଙ୍କର ନେତା ଅଟନ୍ତି।
ସମସ୍ତ ଜାତି ତୁମ୍ଭର ନାମର ପ୍ରଶଂସା
    ଓ ଭୟ କରନ୍ତୁ,
    ଏହା ପବିତ୍ର ଅଟେ।
ଶକ୍ତିଶାଳୀ ରାଜା ନ୍ୟାୟ ବିଗ୍ଭରକୁ ଭଲପା’ନ୍ତି।
    ହେ ପରମେଶ୍ୱର, ତୁମ୍ଭେ ନ୍ୟାୟ ସ୍ଥାପନ କରିଅଛ।
    ତୁମ୍ଭେ ଇସ୍ରାଏଲର ନ୍ୟାୟ ଓ ଯଥାର୍ଥ ସାଧନ କରିଅଛ।
ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର।
    ତାଙ୍କ ପବିତ୍ର ପାଦପୀଠରେ ଉପାସନା କର, ସେ ପବିତ୍ର ଅଟନ୍ତି।
ମୋଶା ଏବଂ ହାରୋଣ ତାଙ୍କର ଯାଜକଗଣଙ୍କ ମଧ୍ୟରେ ଅନ୍ୟତମ ଥିଲେ।
    ଶାମୁୟେଲ ଥିଲେ ଜଣେ ଯିଏକି, ପରମେଶ୍ୱରଙ୍କ ନାମ ନେଇ ପ୍ରାର୍ଥନା କରିଥିଲେ।
ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ
    ଏବଂ ସେ ସେମାନଙ୍କୁ ଉତ୍ତର ଦେଲେ।
ପରମେଶ୍ୱର ଉଚ୍ଚ ମେଘସ୍ତମ୍ଭ ମଧ୍ୟରୁ କହିଲେ,
    ସେମାନେ ତାଙ୍କର ଆଦେଶ ମାନିଲେ
    ଏବଂ ସେ ନିୟମ ବ୍ୟବସ୍ଥା ଦେଲେ।
ହେ ସଦାପ୍ରଭୁ, ଆମ୍ଭମାନଙ୍କର ପରମେଶ୍ୱର, ତୁମ୍ଭେ ସେମାନଙ୍କ ପ୍ରାର୍ଥନାର ଉତ୍ତର ଦେଲ।
    ତୁମ୍ଭେ ସେମାନଙ୍କୁ ଦେଖାଇଲ ଯେ ତୁମ୍ଭେ ହିଁ କ୍ଷମାକାରୀ ପରମେଶ୍ୱର
    ଏବଂ ତୁମ୍ଭେ ସେମାନଙ୍କର କୁକର୍ମ ପାଇଁ ଦଣ୍ଡ ଦିଅ।
ତୁମ୍ଭେମାନେ ଆମ୍ଭମାନଙ୍କର ପରମେଶ୍ୱରଙ୍କର ପ୍ରଶଂସା କର।
    ତାଙ୍କର ପବିତ୍ର ପର୍ବତରେ ତାଙ୍କର ଉପାସନା କର।
    ପ୍ରକୃତରେ ସଦାପ୍ରଭୁ ଆମ୍ଭର ପରମେଶ୍ୱର ପବିତ୍ର ଅଟନ୍ତି।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 2:11-17

11 ଏହା ପରେ ଇ‌ଲ୍‌କାନା ରାମାସ୍ଥିତ ଆପଣା ଘରକୁ ଗଲା। କିନ୍ତୁ ବାଳକ ଶାମୁୟେଲ ଯାଜକ ଏଲି ଅଧୀନରେ ଥାଇ ସଦାପ୍ରଭୁଙ୍କର ସେବା କଲା।

ଏଲିଙ୍କର ଦୁଷ୍ଟ ପୁତ୍ରମାନେ

12 ଏଲିଙ୍କର ପୁତ୍ରମାନେ ପାପୀ ଥିଲେ ଏବଂ ସେମାନେ ସଦାପ୍ରଭଙ୍କୁ ଜାଣନ୍ତି ନାହିଁ[a] 13 ସେହି ଯାଜକମାନେ ଲୋକମାନଙ୍କ ସହିତ ଏପରି ବ୍ୟବହାର କରିବା ଉଚିତ୍। ଯେତେବେଳେ କେହି ଜଣେ ବଳିଦାନ କଲେ ମାଂସ ସିଦ୍ଧ ହେବା ସମୟରେ ଯାଜକର ଦାସ ହସ୍ତରେ ତ୍ରିଶୁଳ ଧରି ଆସେ। 14 ଆଉ ଯାଜକର ସେବକ ମାଂସକୁ ତସଲା ବା ହଣ୍ଡାରୁ ବାହାର କରିବା ପାଇଁ କଣ୍ଟା ଗ୍ଭମୁଚର ବ୍ୟବହାର କରିବା ଉଚିତ୍। କଣ୍ଟା ଗ୍ଭମୁଚ ଦ୍ୱାରା ଯେତିକି ସେବକ ଆଣି ଥାଏ କେବଳ ସେତିକି ହିଁ ଯାଜକ ନେବା ଉଚିତ୍। ଇସ୍ରାଏଲ ଲୋକମାନେ ଯେଉଁମାନେ ଶିଲୋକୁ ଉପାସନା କରିବା ପାଇଁ ଆସନ୍ତି, ଏହା ଯାହାକି ଯାଜକଗଣ ନୈବେଦ୍ୟ ପ୍ରତି କରିବା ଉଚିତ୍। 15 କିନ୍ତୁ ଯାଜକଗଣ ଯେପରି ବ୍ୟବହାର କରିବା ଉଚିତ୍, ଏଲିର ପୁତ୍ରଗଣ ସେପରି ବ୍ୟବହାର କଲେ ନାହିଁ। ଏପରିକି ସେହି ମାଂସର ମେଦ ଯଜ୍ଞବେଦିରେ ଦ‌ଗ୍‌ଧ ହେବା ପୂର୍ବରୁ, ସେମାନଙ୍କର ସେବକମାନେ ସେହି ବଳିଦାନ ଉତ୍ସର୍ଗ କରୁଥିବା ବ୍ୟକ୍ତି ପାଖକୁ ଗଲେ ଏବଂ କହିଲେ, “ପୋଡ଼ିବା ପାଇଁ ଯାଜକମାନଙ୍କୁ କିଛି ମାଂସ ଦିଅ। ଯାଜକମାନେ ତୁମ୍ଭଠାରୁ ରନ୍ଧା ମାଂସ ଗ୍ରହଣ କରିବେ ନାହିଁ। କେବଳ କଞ୍ଚାମାଂସ ଗ୍ରହଣ କରିବେ।”

16 ଏଥିରେ ଯେବେ ସେ ଲୋକ ତାହାକୁ କହେ, “ପ୍ରଥମେ ମେଦ ଦ‌ଗ୍‌ଧ ହେବାକୁ ଦିଅ, ତା'ପରେ ତୁମ୍ଭେ ଯେତେ ଗ୍ଭହଁ ସେତେ ନିଅ।” ତେବେ ସେ ଯାଜକର ସେବକ କହିଥାଏ। ମାତ୍ର “ଏହିକ୍ଷଣି ତାହା ମୋତେ ଦେବାକୁ ହେବ। ଯଦି ତୁମ୍ଭେ ମୋତେ ନ ଦିଅ, ତାହାହେଲେ ମୁଁ ଜୋର୍ କରି ନେଇଯିବି।”

17 ଏହିରୂପରେ, ସଦାପ୍ରଭୁଙ୍କ ବିପକ୍ଷରେ ସେହି ଏଲିଙ୍କ ପୁତ୍ରମାନଙ୍କର ପାପ ଅତି ଭାରି ହେଲା କାରଣ ସେହି ଲୋକମାନେ ସଦାପ୍ରଭୁଙ୍କର ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।

ରୋମୀୟଙ୍କ ପ୍ରତି ପତ୍ର 9:19-29

19 ତା'ହେଲେ ତୁମ୍ଭେ ମୋତେ ପ୍ରଶ୍ନ କରି ପାର ଯେ “ସେ ଆମ୍ଭର ଦୋଷ କାହିଁକି ଧରନ୍ତି?” 20 ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?” 21 କୁମ୍ଭାରର ଅଧିକାର ରହିଛି ଯେ ସେ ମାଟି ପିଣ୍ତୁଳାଟି ନେଇ ବିଶେଷ ପ୍ରୟୋଜନ ନିମନ୍ତେ ଗୋଟିଏ ଓ ସାଧାରଣ ପ୍ରୟୋଜନ ନିମନ୍ତେ ଅନ୍ୟ ପାତ୍ରଟିଏ ତିଆରି କରିବ।

22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ। 23 ପରମେଶ୍ୱର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦେଖାଇବା ଲାଗି ଧୈର୍ଯ୍ୟପୂର୍ବକ ଅପେକ୍ଷା କରିଥିଲେ। 24 ସେମାନଙ୍କୁ ତାହାଙ୍କ ମହିମା ଦେବା ପାଇଁ ପ୍ରସ୍ତୁତ କଲେ। 25 ଆମ୍ଭେମାନେ ସେହି ଲୋକ। ପରମେଶ୍ୱର କେବଳ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ଭିତରୁ ମଧ୍ୟ ଆମ୍ଭ ମାନଙ୍କୁ ଡାକିଲେ। ହୋଶେୟ ପୁସ୍ତକରେ ଏହିପରି ଲେଖା ଅଛି:

“ଯେଉଁ ଲୋକମାନେ ଆମ୍ଭର ନ ଥିଲେ
    ସେମାନେ ଆମ୍ଭର ଲୋକ ବୋଲି ଆମ୍ଭେ ଡାକିବା
ଓ ଯେଉଁମାନଙ୍କୁ ଆମ୍ଭେ ପ୍ରେମ କରୁ ନ ଥିଲୁ,
    ସେହି ଲୋକମାନଙ୍କୁ ଆମ୍ଭେ ପ୍ରିୟ ବୋଲି ଡାକିବା।”(A)

26 ଏବଂ

“ଯେଉଁ ସ୍ଥାନରେ ପରମେଶ୍ୱର କହିଥିଲେ,
‘ତୁମ୍ଭେମାନେ ଆମ୍ଭ ଲୋକ ନୁହଁ’-
    ସେହି ସ୍ଥାନରେ ସେମାନେ ଜୀବିତ ପରମେଶ୍ୱରଙ୍କ ସନ୍ତାନ ବୋଲାଇବେ।”(B)

27 ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି:

“ସମୁଦ୍ରର ବାଲିକଣିକା ପରି
    ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ।
କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ।
28     କାରଣ ପ୍ରଭୁ ନିଜ ନ୍ୟାୟ ବଳରେ ବିଗ୍ଭର କରି ପୃଥିବୀର ଲୋକଙ୍କୁ ଶୀଘ୍ର ସମାପ୍ତ କରିଦେବେ।”(C)

29 ଯିଶାଇୟ ଆହୁରି ମଧ୍ୟ କହିଥିଲେ:

“ପ୍ରଭୁ ସର୍ବଶକ୍ତିମାନ।
    ସେ ତାହାଙ୍କ ଲୋକମାନଙ୍କ ଭିତରୁ କେତେକଙ୍କୁ ଆମ୍ଭ ପାଇଁ ବଞ୍ଚାଇ ରଖିଲେ।
ସେ ଏପରି କରି ନ ଥିଲେ
    ଆମ୍ଭ ଅବସ୍ଥା ଏବେ ସଦୋମ ଓ ଗମୋରା[a] ଭଳି ହୋଇ ଯାଇ ଥା’ନ୍ତା”(D)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center