Revised Common Lectionary (Semicontinuous)
ଦାଉଦଙ୍କ ପ୍ରଶଂସାପୂର୍ଣ୍ଣ ଏକ ଗୀତ।
108 ହେ ପରମେଶ୍ୱର,
ମୁଁ ଗୀତ ଗାନ ଓ ପ୍ରଶଂସା କରିବି,
ମୋର ପ୍ରାଣ ଜାଗ୍ରତ ହୁଅ।
2 ଜାଗ୍ରତ ହୁଅ! ହେ ମୋର ପ୍ରାଣ, ଜାଗ୍ରତ ହୁଅ! ନେବଲ ଓ ବୀଣା, ଜାଗ୍ରତ ହୁଅ, ମୁଁ ଅତି ପ୍ରଭାତରେ ଜାଗ୍ରତ ହେବି।
3 ସଦାପ୍ରଭୁ, ମୁଁ ଜାତିମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
ମୁଁ ଲୋକ ସମୂହରେ ତୁମ୍ଭର ପ୍ରଶଂସା ଗାନ କରିବି।
4 ସଦାପ୍ରଭୁ, ତୁମ୍ଭର ପ୍ରେମ ଆକାଶଠାରୁ ମହତ୍।
ତୁମ୍ଭର ବିଶ୍ୱାସନୀୟତା ଗଗନସ୍ପର୍ଶୀ ଆକାଶ ପର୍ଯ୍ୟନ୍ତ ପହଞ୍ଚେ।
5 ପରମେଶ୍ୱର, ତୁମ୍ଭର ମହାନତାକୁ ଆକାଶ ମଣ୍ତଳରେ ଦେଖାଅ।
ତୁମ୍ଭର ମହିମା ସାରା ପୃଥିବୀକୁ ଦେଖିବାକୁ ଦିଅ।
6 ହେ ପରମେଶ୍ୱର, ଏପରି କିଛି କର ଯେଉଁଥିରେ ତୁମ୍ଭର ପ୍ରିୟତମଗଣ ରକ୍ଷାପାଇବେ।
ମୋ’ ପ୍ରାର୍ଥନାର ଉତ୍ତର ଦିଅ।
ରକ୍ଷା କରିବାକୁ ତୁମ୍ଭର ମହାଶକ୍ତି ବ୍ୟବହାର କର।
7 ପରମେଶ୍ୱର, ତାଙ୍କ ପବିତ୍ର ମନ୍ଦିରରେ ଉତ୍ତର ଦେଲେ,
“ମୁଁ ଯୁଦ୍ଧରେ ଜିତିବି ଏବଂ ଏହି ଜୟଲାଭରେ ଆନନ୍ଦିତ ହେବି।
ଏବଂ ଏହି ଦେଶକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବି।
ମୁଁ ଶିଖିମ୍କୁ ସେମାନଙ୍କୁ ଦେବି।
ସୁକ୍କୋତ ଉପତ୍ୟକାକୁ ସେମାନଙ୍କୁ ଦେବି।
8 ଗିଲିୟଦ୍ ମୋର, ମନଃଶି ମୋର, ଇଫ୍ରୟିମ ମୋର ଶିରସ୍ତ୍ରାଣ, ଯିହୁଦା ମୋର ରାଜଦଣ୍ଡ ସ୍ୱରୂପ।
ମୋୟାବ ମୋର ପାଦର ପ୍ରକ୍ଷାଳନପାତ୍ର।
ଇଦୋମ୍ ମୋର ପାଦୁକା ବହିବ।
9 ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି
ଏବଂ ଜୟଧ୍ୱନି କରିବି।”
10 କିଏ ମୋତେ ଶତ୍ରୁମାନଙ୍କ ଦୁର୍ଗକୁ ନେଇଯିବ? କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ?
11 କିଏ ମୋତେ ସେହି ସକଳ ସହରକୁ ନେବ?
କିଏ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବାରେ ମୋର ନେତୃତ୍ୱ ନେବ? ତୁମ୍ଭେ ନୁହଁ କି, ପରମେଶ୍ୱର? କିନ୍ତୁ ତୁମ୍ଭେ ଆମ୍ଭକୁ ପରିତ୍ୟାଗ କଲ।
ତୁମ୍ଭେ ଆମ୍ଭ ସୈନ୍ୟମାନଙ୍କ ସହିତ ଆଉ ଯାଉ ନାହଁ।
12 ହେ ପରମେଶ୍ୱର, ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଆମ୍ଭକୁ ସାହାଯ୍ୟ କର।
ଲୋକମାନେ ଆମ୍ଭକୁ ସାହାଯ୍ୟ କରି ପାରିବେ ନାହିଁ।
13 କେବଳ ପରମେଶ୍ୱର ଆମ୍ଭକୁ ଶକ୍ତିଶାଳୀ କରି ପାରିବେ।
ପରମେଶ୍ୱର ଆମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବେ।
ଇସ୍ରାଏଲୀୟମାନଙ୍କ ରାଜାପାଇଁ ପ୍ରାର୍ଥନା
8 ଯେତେବେଳେ ଶାମୁୟେଲ ବୃଦ୍ଧ ବୟସରେ ଉପନୀତ ହେଲେ, ସେ ତାଙ୍କ ପୁତ୍ରମାନଙ୍କୁ ଇସ୍ରାଏଲୀୟମାନଙ୍କ ନେତୃତ୍ୱ ନେବା ପାଇଁ ଓ ବିଗ୍ଭର କରିବା ପାଇଁ ପଠାଇଲେ। 2 ଶାମୁୟେଲଙ୍କ ବଡ଼ପୁଅ ଯୋୟେଲ ଏବଂ ଦ୍ୱିତୀୟ ପୁତ୍ର ଅଦୟ ବେର୍ଶେବାର ଲୋକମାନଙ୍କର ନେତୃତ୍ୱ ନେଲେ ଓ ବିଗ୍ଭର କଲେ। 3 ଶାମୁୟେଲଙ୍କ ପୁଅମାନେ ତାଙ୍କପରି ଜୀବନଯାପନ କଲେ ନାହିଁ। ସେମାନେ ଉତ୍କୋଚ ନେଉଥିଲେ। ସେମାନେ ଉତ୍କୋଚ ନେଇ ଦରବାରରେ ସେମାନଙ୍କ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ। 4 ତେଣୁ ସମସ୍ତ ବୟସ୍କ ନେତୃବୃନ୍ଦ ଏକାଠି ହୋଇ ଶାମୁୟେଲଙ୍କୁ ସାକ୍ଷାତ କରିବାକୁ ରାମା ଯାତ୍ରା କଲେ। 5 ଇସ୍ରାଏଲର ପ୍ରାଚୀନଗଣ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ ବୃଦ୍ଧ ହୋଇଯାଇଛ ଏବଂ ତୁମ୍ଭର ପୁଅମାନେ ତୁମ୍ଭପରି ଜୀବନଯାପନ କରୁ ନାହାନ୍ତି। ତେଣୁ ଆମ୍ଭମାନଙ୍କୁ ଗୋଟିଏ ଶାସକ ଦିଅ। ଆମ୍ଭମାନଙ୍କୁ ଶାସନ କଲାଭଳି ଯାହା ଅନ୍ୟ ଜାତିମାନଙ୍କର ଅଛି।”
6 ତେଣୁ ବୟସ୍କ ଭଦ୍ରବ୍ୟକ୍ତିମାନେ ନେତୃତ୍ୱ ପାଇଁ ଜଣେ ରାଜା ଗ୍ଭହିଁଲେ। ଶାମୁୟେଲ ଏହାକୁ ଏକ ଭୁଲ୍ ଚିନ୍ତାଧାରା ବୋଲି ଭାବିଲେ। ସେଥିପାଇଁ ଶାମୁୟେଲ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ। 7 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଲୋକମାନଙ୍କ ମତ ଅନୁସାରେ କାର୍ଯ୍ୟ କର। ସେମାନେ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି। ସେମାନେ ମୋତେ ସେମାନଙ୍କର ରାଜା ରୂପେ ପ୍ରତ୍ୟାଖାନ କରିଛନ୍ତି। 8 ମୁଁ ସେମାନଙ୍କୁ ମିଶରରୁ ବାହାର କରି ଆଣିଲା ସମୟରେ ଯାହା କରୁଥିଲେ, ଆଜି ପର୍ଯ୍ୟନ୍ତ ତାହା ଦୋହରାଉଛନ୍ତି। ସେମାନେ ମୋତେ ପରିତ୍ୟାଗ କଲେ ଓ ମୋ’ ବଦଳରେ ଅନ୍ୟ ଦେବତାମାନଙ୍କର ସେବା କଲେ। ସେଥିପାଇଁ ସେମାନେ ତୁମ୍ଭ ସହିତ ଏପରି ବ୍ୟବହାର କରୁଛନ୍ତି। 9 ତେଣୁ ଲୋକମାନଙ୍କ କଥା ଶୁଣ ଏବଂ ସେମାନଙ୍କ କଥା ଅନୁସାରେ କାର୍ଯ୍ୟ କର। କିନ୍ତୁ ସେମାନଙ୍କୁ ସତର୍କ କରାଇଦିଅ ଯେ, ସେମାନଙ୍କ ପାଇଁ ରାଜା କ’ଣ କରିବ ଏବଂ ରାଜା କିପରି ଶାସନ କରେ ସେ କଥା ଅବଗତ କରାଇ ଦିଅ।”
10 ଯେଉଁ ଲୋକମାନେ ରାଜା ଗ୍ଭହୁଁଥିଲେ, ଶାମୁୟେଲ ସେମାନଙ୍କୁ ସଦାପ୍ରଭୁଙ୍କ ବାଣୀ ଶୁଣାଇଲେ। 11 ଶାମୁୟେଲ କହିଲେ, “ତୁମ୍ଭ ଉପରେ ଯିଏ ରାଜତ୍ୱ କରିବ, ସେ ତୁମ୍ଭକୁ ଏ ପ୍ରକାର କରିବ। ସେ ତୁମ୍ଭ ପୁତ୍ରମାନଙ୍କୁ ତା'ର ସେବା କରିବା ପାଇଁ ଓ ସୈନ୍ୟବାହିନୀର ସେବା କରିବା ପାଇଁ ବାଧ୍ୟ କରିବ। ସେମାନେ ଯୁଦ୍ଧରେ ସେନାବାହିନୀର ଯୋଦ୍ଧା ଓ ରଥାରୋହୀ ହେବେ। ତୁମ୍ଭ ପୁତ୍ରମାନେ ରାଜାଙ୍କର ରଥ ଆଗେ ଆଗେ ଦୌଡ଼ିବେ।
12 “ଜଣେ ରାଜା ସୈନିକ ହେବା ପାଇଁ ତୁମ୍ଭ ପୁଅମାନଙ୍କୁ ଆଦେଶ ଦେବ। ସେ କେତେକଙ୍କୁ 1,000 ଲୋକମାନଙ୍କ ଉପରେ ଓ ଅନ୍ୟମାନଙ୍କୁ ପଗ୍ଭଶ୍ ଜଣ ଲୋକ ମଧ୍ୟରେ ଅଧିକାରୀ ରୂପେ ନିଯୁକ୍ତ କରିବ।
“ସେ ତୁମ୍ଭ ପୁଅମାନଙ୍କୁ ହଳ କରିବାକୁ, ଯୁଦ୍ଧାସ୍ତ୍ର ତିଆରି କରିବାକୁ ଏବଂ ଆପଣା ରଥ ସାଜସଜ୍ଜା ତିଆରି କରିବା ପାଇଁ ବାଧ୍ୟ କରିବ।
13 “ଆଉ ସେ ତୁମ୍ଭମାନଙ୍କ ଝିଅମାନଙ୍କୁ ନେଇ ସୁବାସିତ ଅତର ତିଆରି କରିବାକୁ କହିବ। ସେ ମଧ୍ୟ ତୁମ୍ଭର ଝିଅମାନଙ୍କୁ ତା’ ପାଇଁ ରୋଷେଇ କାର୍ଯ୍ୟରେ ଓ ସେକିବା କାର୍ଯ୍ୟ କରିବା ପାଇଁ ବାଧ୍ୟ କରିବ।
14 “ସେ ତୁମ୍ଭଠାରୁ ନେଇଥିବା ଶସ୍ୟକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ଜୀତକ୍ଷେତ୍ର ମଧ୍ୟରୁ ଉତ୍ତମ କ୍ଷେତ୍ରକୁ ନେଇ ତା'ର ଅଧିକାରୀମାନଙ୍କୁ ବାଣ୍ଟିବେ। 15 ସେ ତୁମ୍ଭମାନଙ୍କ ବିହନ ଓ ଦ୍ରାକ୍ଷାର ଏକ-ଦଶମାଂଶ ନେଇ ଆପଣାର ଅଧିକାରୀମାନଙ୍କୁ ଓ ଦାସମାନଙ୍କୁ ଦେବ।
16 “ରାଜା ତୁମ୍ଭର ପୁରୁଷ ଓ ନାରୀ ଗ୍ଭକରମାନଙ୍କୁ ନେଇଯିବେ। ସେ ତୁମ୍ଭର ଉତ୍ତମ ଗୋରୁଗାଈ[a] ଓ ଗଧମାନଙ୍କୁ ନେଇଯିବେ ଏବଂ ସେମାନଙ୍କୁ ନିଜ କାର୍ଯ୍ୟରେ ବିନିଯୋଗ କରିବେ। 17 ସେ ତୁମ୍ଭମାନଙ୍କର ଗୋଠର ଏକ-ଦଶମାଂଶ ନେଇଯିବେ।
“ଏବଂ ତୁମ୍ଭେମାନେ ରାଜାଙ୍କର କ୍ରୀତଦାସ ହୋଇ ରହିବ। 18 ଦିନ ଆସିବ ଯେତେବେଳେ ତୁମ୍ଭେ ବାଛିଥିବା ରାଜାଙ୍କୁ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦେବେ ନାହିଁ।”
19 କିନ୍ତୁ ଲୋକମାନେ ଶାମୁୟେଲଙ୍କ କଥାକୁ ଭୃକ୍ଷେପ କଲେ ନାହିଁ। ସେମାନେ କହିଲେ, “ନା, ଆମ୍ଭକୁ ଶାସନ କରିବା ପାଇଁ ରାଜା ଦରକାର। 20 ତା'ପରେ ଆମ୍ଭେ ଅନ୍ୟ ଦେଶସହ ସମକକ୍ଷ ହୋଇ ପାରିବୁ। ଆମ୍ଭର ରାଜା ଆମ୍ଭର ନେତୃତ୍ୱ ନେବେ। ସେ ଆମ୍ଭମାନଙ୍କୁ ଯୁଦ୍ଧକୁ କଡ଼େଇ ନେବେ ଏବଂ ଆମ୍ଭର ଯୁଦ୍ଧ ପରିଗ୍ଭଳନା କରିବେ।”
21 ଶାମୁୟେଲ ଲୋକମାନଙ୍କ କଥା ଶୁଣିଲେ ଏବଂ ସଦାପ୍ରଭୁଙ୍କୁ ସେ ସବୁ କଥାକୁ ଶୁଣାଇଲେ। 22 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ସେମାନେ ଯାହା କହୁଛନ୍ତି ତୁମ୍ଭେ ଶୁଣ ଏବଂ ସେମାନଙ୍କୁ ଏକ ରାଜା ଦିଅ।”
ଶାମୁୟେଲ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜଣେ ରାଜା ପାଇବ। ତୁମ୍ଭେମାନେ ସମସ୍ତେ ଘରକୁ ଫେରିଯାଅ।”
ଶୟତାନର ପରାଜୟ
7 ଏକ ହଜାର ବର୍ଷ ଶେଷ ହେବାପରେ ଶୟତାନକୁ ତା'ର ଗଭୀରତମ ଗହ୍ୱରର ବନ୍ଦୀଶାଳାରୁ ମୁକ୍ତି ମିଳିବ। 8 ସେ ପୃଥିବୀର ଗ୍ଭରି କୋଣକୁ ଯାଇ ସବୁ ଦେଶମାନଙ୍କୁ ଭ୍ରାନ୍ତ କରିବ, ଓ ସେହି ସମୁଦ୍ରର ବାଲି ପରି ଅସଂଖ୍ୟ ଗୋଗ୍ ଓ ମାଗୋଗ୍ଙ୍କୁ ଏକତ୍ର କରି ଯୁଦ୍ଧ କରିବାକୁ ବାହାରିବ।
9 ଶୟତାନର ସେନାବାହିନୀ ପୃଥିବୀର ପ୍ରତ୍ୟେକ ସ୍ଥାନକୁ ଯାଇ ପରମେଶ୍ୱରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ୱରଙ୍କ ପ୍ରିୟ ନଗରକୁ ଘେରିଗଲେ। କିନ୍ତୁ ସ୍ୱର୍ଗରୁ ଅଗ୍ନି ଆସିଲା ଓ ତା'ର ସେନାବାହିନୀକୁ ବିନାଶ କରିଦେଲା। 10 ସେତେବେଳେ ଶୟତାନ (ଯିଏ ସେହି ଲୋକମାନଙ୍କୁ ଭ୍ରାନ୍ତ କରିଥିଲା), ସେହି ପଶୁ ଓ ମିଥ୍ୟାବାଦୀ ଭବିଷ୍ୟଦ୍ବକ୍ତା ସହିତ ଗନ୍ଧକରେ ପ୍ରଜ୍ୱଳିତ ଅଗ୍ନିମୟ ହ୍ରଦ ମଧ୍ୟକୁ ନିକ୍ଷେପ କରାଗଲେ। ସେମାନେ ସେଠାରେ ଦିନରାତି ସବାସର୍ବଦା ପାଇଁ ଯନ୍ତ୍ରଣା ପାଇବେ।
ପୃଥିବୀର ଲୋକଙ୍କର ବିଗ୍ଭର
11 ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ୟକ୍ତିଙ୍କୁ ସେହି ସିଂହାସନରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଗ୍ଭଲିଗଲେ ଓ ଉଭେଇ ଗଲେ। 12 ମୁଁ ବଡ଼ଠାରୁ ସାନ ପର୍ଯ୍ୟନ୍ତ ମୃତବ୍ୟକ୍ତିଙ୍କୁ ସିଂହାସନ ସାମନାରେ ଠିଆ ହେବାର ଦେଖିଲି। ଜୀବନ ପୁସ୍ତକ ଖୋଲାଥିଲା। ସେଠାରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ୟ ଖୋଲାଥିଲା। ମୃତ ଲୋକମାନଙ୍କର ନିଜ ନିଜ କର୍ମ ଅନୁସାରେ ବିଗ୍ଭର ହେଲା। ସେହି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲେଖାଯାଇଥିଲା।
13 ସମୁଦ୍ର ଭିତରେ ଯେଉଁ ମୃତ ଲୋକମାନେ ଥିଲେ, ସେ ସେମାନଙ୍କୁ ଦେଇଦେଲା। ମୃତ୍ୟୁ ଓ ପାତାଳ ନିଜ ପାଖରେ ଥିବା ମୃତ ଲୋକମାନଙ୍କୁ ଦେଇଦେଲା, ପ୍ରତ୍ୟେକ ଲୋକକୁ ତା'ର କର୍ମଗୁଡ଼ିକ ଅନୁସାରେ ବିଗ୍ଭର କରାଗଲା। 14 ତା'ପରେ ମୃତ୍ୟୁ ଓ ପାତାଳକୁ ଅଗ୍ନିମୟ ହ୍ରଦକୁ ନିକ୍ଷେପ କରାଗଲା। ଏହି ଅଗ୍ନିମୟ ହ୍ରଦ ଦ୍ୱିତୀୟ ମୃତ୍ୟୁ ଅଟେ। 15 ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖାଗଲା ନାହିଁ, ତାହାକୁ ମଧ୍ୟ ଅଗ୍ନିମୟ ହ୍ରଦରେ ନିକ୍ଷେପ କରାଗଲା।
2010 by World Bible Translation Center