Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ। ସେଲା
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
15 ଶାଉଲ ଆସିବାର ଦିନକପୂର୍ବରୁ ସଦାପ୍ରଭୁ ଶାମୁୟେଲଙ୍କୁ ଏହି କଥା କହିଥିଲେ, 16 “ଆସନ୍ତା କାଲି ଠିକ୍ ଏହି ସମୟରେ ମୁଁ ତୁମ୍ଭ ପାଖକୁ ଜଣେ ଲୋକ ପଠାଇବି। ସେ ବିନ୍ୟାମୀନୀୟ ବଂଶଧର। ତୁମ୍ଭେ ତାଙ୍କୁ ଇସ୍ରାଏଲୀୟମାନଙ୍କ ନେତା ରୂପେ ଅଭିଷିକ୍ତ କରିବ। ଏହି ଲୋକ ଇସ୍ରାଏଲୀୟମାନଙ୍କୁ ପଲେଷ୍ଟୀୟଙ୍କ କବଳରୁ ରକ୍ଷା କରିବ। କାରଣ ମୁଁ ମୋର ଲୋକମାନଙ୍କର ଯନ୍ତ୍ରଣା ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଅଛି।”
17 ଶାମୁୟେଲ ଶାଉଲକୁ ଦେଖିଲେ, ଏବଂ ସଦାପ୍ରଭୁ ତାଙ୍କୁ କହିଲେ, “ଏହି ସେହି ଲୋକ, ମୁଁ ଯାହା କଥା କହୁଥିଲି ସେ ମୋର ଲୋକମାନଙ୍କୁ ଶାସନ କରିବ।”
18 ଶାଉଲ ଫାଟକ ପାଖରେ ଠିଆ ହୋଇଥିବା ଜଣେ ଲୋକଙ୍କୁ ପରମେଶ୍ୱରଙ୍କ ଲୋକଙ୍କୁ ଭେଟିବାର ଦିଗ ପଗ୍ଭରିଲେ। ଏ ବ୍ୟକ୍ତି ଜଣକ କିନ୍ତୁ ଶାମୁୟେଲ ଥିଲେ, ଶାଉଲ କହିଲେ, “କ୍ଷମା କରିବେ, ଆପଣ ପରମେଶ୍ୱରଙ୍କ ଲୋକଙ୍କ ଘର ବତେଇ ଦେବେ କି?”
19 ଶାମୁୟେଲ କହିଲେ, “ମୁଁ ପରମେଶ୍ୱରଙ୍କ ଲୋକ। ମୋତେ ଅନୁସରଣ କର ମୁଁ ଉଚ୍ଚସ୍ଥାନକୁ ନେଇଯିବି। ତୁମ୍ଭେ ଏବଂ ତୁମ୍ଭ ଦାସ ମୋ’ ସହିତ ଆଜି ଭୋଜନ କରିବ। କାଲି ସକାଳେ ତୁମ୍ଭେମାନେ ଘରକୁ ଫେରିଯିବ। ଏବଂ ମୁଁ ତୁମ୍ଭର ସମସ୍ତ ପ୍ରଶ୍ନର ଉତ୍ତର ଦେବି। 20 ତୁମ୍ଭେମାନେ ତିନି ଦିନ ପୂର୍ବେ ହଜିଥିବା ଗଧମାନଙ୍କ ପାଇଁ ଦୁଃଖ କର ନାହିଁ। ସେମାନଙ୍କୁ ମିଳିଯାଇଛି। ବର୍ତ୍ତମାନ ଇସ୍ରାଏଲୀୟମାନେ ଜଣେ ବ୍ୟକ୍ତିର ସନ୍ଧାନରେ ଅଛନ୍ତି ଏବଂ ସେ ବ୍ୟକ୍ତିଜଣକ ତୁମ୍ଭେ ଅଟ। ସେମାନେ ତୁମ୍ଭକୁ ଏବଂ ତୁମ୍ଭ ପିତାଙ୍କ ପରିବାରବର୍ଗକୁ ଗ୍ଭହାନ୍ତି।”
21 ଶାଉଲ ଉତ୍ତର ଦେଲେ, “ମୁଁ ବିନ୍ୟାମୀନ ବଂଶର ସଦସ୍ୟ ଅଟେ। ଏହା ଇସ୍ରାଏଲର ଏକ ଛୋଟ ପରିବାରବର୍ଗ। ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?”
22 ଶାମୁୟେଲ ଶାଉଲ ଏବଂ ତାଙ୍କ ଦାସକୁ ଭୋଜନ ସ୍ଥାନକୁ ନେଲେ। ସେ ଅତି ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଟେବୁଲ୍ ପାଖରେ ଶାଉଲଙ୍କୁ ଏବଂ ତାଙ୍କର ଦାସ ତିରିଶ୍ ଜଣ ନିମନ୍ତ୍ରିତ ଅତିଥି ମଧ୍ୟରେ ପ୍ରଦାନ କଲେ। 23 ଶାମୁୟେଲ ରୋଷେଇଆକୁ ନିର୍ଦ୍ଦେଶ ଦେଲେ, “ମୁଁ ତୁମ୍ଭକୁ ରଖିବାକୁ କହି ଦେଇଥିବା ମାଂସ ଆଣ।”
24 ରୋଷେଇଆ ଚଟୁଆ[a] ମାଂସ ଆଣି ଶାଉଲଙ୍କ ସମ୍ମୁଖରେ ଟେବୁଲ୍ ଉପରେ ରଖିଲା। ଶାମୁୟେଲ କହିଲେ, “ତୁମ୍ଭେ ତୁମ୍ଭ ଟେବୁଲ୍ରେ ଥିବା ମାଂସ ଖାଅ। ଏହା ତୁମ୍ଭମାନଙ୍କ ପାଇଁ ସଂରକ୍ଷିତ ଥିଲା। ଏହି ବିଶେଷ ସମୟ ପାଇଁ ଯେତେବେଳେ ଏକତ୍ରିତ ହେବା ପାଇଁ ମୁଁ ଲୋକମାନଙ୍କୁ ଡାକିଲି।” ତା'ପରେ ଶାଉଲ ଶାମୁୟେଲଙ୍କ ସହ ତାଙ୍କର ଖାଦ୍ୟ ଖାଇଲେ।
25 ସେମାନେ ଖାଦ୍ୟ ଖାଇ ସାରିବା ପରେ ସେ ଉପାସନା ସ୍ଥଳରୁ ସହରକୁ ଫେରିଲେ। ଶାମୁୟେଲ ଛାତ ଉପରେ ଶାଉଲଙ୍କ ପାଇଁ ବିଛଣା ତିଆରି କଲେ 26 ଏବଂ ଶାଉଲ ଶୋଇବା ପାଇଁ ଗଲେ।
ତା’ ପରଦିନ ପ୍ରତ୍ୟୁଷରୁ ଶାମୁୟେଲ ଶାଉଲଙ୍କୁ ବିଛଣାରୁ ଉଠାଇଲେ ଏବଂ କହିଲେ, “ଶଯ୍ୟା ତ୍ୟାଗ କର, ମୁଁ ତୁମ୍ଭକୁ ତୁମ୍ଭ ଗନ୍ତବ୍ୟ ସ୍ଥାନକୁ ପଠାଇବି।” ଶାଉଲ ବିଛଣାରୁ ଉଠିଲେ ଶାମୁୟେଲଙ୍କ ସହ ବାହାରକୁ ଗଲେ।
27 ଶାଉଲ, ଦାସ ଏବଂ ଶାମୁୟେଲ ସହର ପ୍ରାନ୍ତରେ ପହଞ୍ଚିବା ସମୟରେ ଶାମୁୟେଲ କହିଲେ, “ଦାସକୁ ଆଗକୁ ଯିବାକୁ କୁହ। ମୁଁ ତୁମ୍ଭକୁ ପରମେଶ୍ୱରଙ୍କ ବାର୍ତ୍ତା କହିବାକୁ ଗ୍ଭହେଁ।” ତେଣୁ ଦାସ ଆଗରେ ଗ୍ଭଲିଲା।
ଲୋକମାନଙ୍କୁ ରକ୍ଷା କରିବା ପାଇଁ ଯୀଶୁ ଖ୍ରୀଷ୍ଟ ମାନବ ଦେହ ଧାରଣ କଲେ
5 ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି। 6 ଶାସ୍ତ୍ରରେ କୌଣସି ସ୍ଥାନରେ ଏପରି ଲେଖା ଅଛି:
“ପରମେଶ୍ୱର!
ତୁମ୍ଭେ କାହିଁକି ମନୁଷ୍ୟ ବିଷୟରେ ଚିନ୍ତା କର?
ତୁମ୍ଭେ କାହିଁକି ମନୁଷ୍ୟ ସନ୍ତାନ ପାଇଁ ଚିନ୍ତିତ ହୁଅ?
ସେ କ’ଣ ସତରେ ମହାନ ଅଟନ୍ତି ଯେ
7 ତୁମ୍ଭେ ସ୍ୱର୍ଗଦୂତଙ୍କଠାରୁ ତାହାକୁ ଅଳ୍ପକ୍ଷଣ ପାଇଁ ନ୍ୟୁନ କରିଅଛ?
ତୁମ୍ଭେ ତାହାକୁ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧାଇଅଛ,
8 ଓ ପ୍ରତ୍ୟେକ ବିଷୟ ତା’ ନିୟନ୍ତ୍ରଣରେ ରଖିଅଛ।”(A)
ଯଦି ପରମେଶ୍ୱର ପ୍ରତ୍ୟେକ ବିଷୟକୁ ତା'ର ବଶୀଭୂତ କଲେ, ତାହାହେଲେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାଙ୍କ ନିୟନ୍ତ୍ରଣାଧୀନ ନୁହେଁ। କିନ୍ତୁ ଆମ୍ଭେ ଏବେ ସୁଦ୍ଧା ପ୍ରତ୍ୟେକ ବିଷୟ ଉପରେ ତାହାଙ୍କୁ କର୍ତ୍ତୃତ୍ୱ କରିବା ଦେଖି ପାରୁ ନାହୁଁ। 9 ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ୱର୍ଗଦୂତମାନଙ୍କଠାରୁ ନିମ୍ନ ସ୍ତରରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ୟୁ ଅଟେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ଯୀଶୁ ପ୍ରତ୍ୟେକ ଲୋକଙ୍କ ପାଇଁ ମୃତ୍ୟୁ ବରଣ କଲେ।
2010 by World Bible Translation Center