Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ। ସେଲା
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଶାମୁୟେଲ ଶାଉଲଙ୍କୁ ଅଭିଷେକ କଲେ
10 ଶାମୁୟେଲ ଏକ ସ୍ୱତନ୍ତ୍ର ତୈଳପାତ୍ର ନେଇ ଶାଉଲଙ୍କ ମସ୍ତକରେ ତାହା ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ ତାଙ୍କ ଲୋକମାନଙ୍କର ନେତା ହେବା ପାଇଁ ତୁମ୍ଭକୁ ଅଭିଷିକ୍ତ କରିଛନ୍ତି। ତୁମ୍ଭେ ତାଙ୍କର ଲୋକମାନଙ୍କୁ ନିମନ୍ତ୍ରଣ କରିବ। ତୁମ୍ଭେ ସେମାନଙ୍କର ଚତୁର୍ଦ୍ଦିଗର ଶତ୍ରୁମାନଙ୍କଠାରୁ ରକ୍ଷା କରିବ। ସଦାପ୍ରଭୁ ତୁମ୍ଭକୁ ନେତା ହେବା ପାଇଁ ଅଭିଷିକ୍ତ କରିଛନ୍ତି। ଏ ଚିହ୍ନ ଏହାର ସତ୍ୟତା ପ୍ରତିପାଦନ କରିବ। 2 ଆଜି ତୁମ୍ଭେ ମୋତେ ଏଠି ଛାଡ଼ି ଗଲାପରେ ବିନ୍ୟାମୀନ ସୀମାର ସେଲଠାରେ ରାହେଲର କବର ନିକଟରେ ଦୁଇ ପୁରୁଷଙ୍କ ସାକ୍ଷାତ ପାଇବ। ସେ ଦୁଇଜଣ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜୁଥିଲ, ସେମାନେ ମିଳିଛନ୍ତି। ତୁମ୍ଭ ବାପା ଗଧମାନଙ୍କ ପାଇଁ ବ୍ୟସ୍ତ ନୁହନ୍ତି ବରଂ ତୁମ୍ଭ ପାଇଁ ଅଟନ୍ତି ଓ କହନ୍ତି, ମୋ’ ପୁଅ ପାଇଁ ମୁଁ କ’ଣ କରିବି।’”
3 ଶାମୁୟେଲ କହିଲେ, “ତୁମ୍ଭେ ସେଠାରୁ ଆଗକୁ ଗଲେ ତାବୋରର ଅଲୋନବୃକ୍ଷ ନିକଟରେ ପହଞ୍ଚିବ, ତୁମ୍ଭେ ବୈଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଉପାସନା ପାଇଁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ। ସେଠାରେ ଜଣେ ତିନୋଟି ଯୁବା ଛେଳି, ଆଉ ଜଣେ ତିନୋଟି ରୋଟୀ ଏବଂ ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ନେବ। 4 ସେମାନେ ତୁମ୍ଭକୁ ଅଭ୍ୟର୍ଥନା କରିବେ ଓ ଦୁଇଟି ରୋଟୀ ଦେବେ, ଏବଂ ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କରିବ। 5 ତା'ପରେ ତୁମ୍ଭେମାନେ ଗିବିୟୋଥ ଓ ଲୋହିମକୁ ଯିବ। ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀଗଣ ଅଛନ୍ତି। ଯେତେବେଳେ ତୁମ୍ଭେ ସହରର ପ୍ରବେଶ ଦ୍ୱାର ନିକଟରେ ପହଞ୍ଚିବ, ଉପାସନା ସ୍ଥଳରୁ ଦଳେ ଯାଜକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି ବଇଁଶୀ, ତମ୍ବୁରା ଓ ବୀଣା ବଜାଇ ଆସୁଥିବାର ଦେଖିବ। 6 ସଦାପ୍ରଭୁଙ୍କର ଆତ୍ମା ତୁମ୍ଭ ନିକଟକୁ ବିରାଟ ଶକ୍ତିରେ ଆସିବ ଏବଂ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍ବାଣୀ କହିବ ଏବଂ ତୁମ୍ଭେ ଜଣେ ଅଲଗା ବ୍ୟକ୍ତି ହୋଇଯିବ। 7 ସମ୍ଭବତଃ ସେହି ସମସ୍ତ ଚିହ୍ନ ଅତିକ୍ରମ କରିବାକୁ ଲାଗିଲା, ତୁମ୍ଭେ ଯାହା କରିବାକୁ ପସନ୍ଦ କରିବ ତାହା କରିବ। କାରଣ ପରମେଶ୍ୱର ତୁମ୍ଭ ସହିତ ଅଛନ୍ତି।
8 “ମୋ’ ପୂର୍ବରୁ ପ୍ରଥମେ ତୁମ୍ଭେ ଗିଲ୍ଗଲ୍କୁ ଯିବ। ତା'ପରେ ମୁଁ ସେଠାକୁ ହୋମବଳି ଓ ମଙ୍ଗଳାର୍ଥକ ବଳିରେ ଉତ୍ସର୍ଗ କରିବି। ମୁଁ ଆସି ତୁମ୍ଭକୁ କ’ଣ କରିବାକୁ ହେବ କହିବା ପର୍ଯ୍ୟନ୍ତ, ତୁମ୍ଭେ ସେଠାରେ ସାତ ଦିନ ଅପେକ୍ଷା କରିବାକୁ ହେବ।”
4 କୟିନ ଓ ହେବଲ ଦୁହେଁ ପରମେଶ୍ୱରଙ୍କୁ ବଳି ଉତ୍ସର୍ଗ କଲେ। କିନ୍ତୁ ବିଶ୍ୱାସ ଥିବା ହେତୁ ହେବଲ ଭଲ ବଳି ଉତ୍ସର୍ଗ କଲେ। ପରମେଶ୍ୱର କହିଲେ, ଯେ, ସେ ହେବଲ ଉତ୍ସର୍ଗ କରିଥିବା ବଳି ପାଇଁ ପ୍ରସନ୍ନ ଥିଲେ। ପରମେଶ୍ୱରଙ୍କଠାରେ ହେବଲର ବିଶ୍ୱାସ ହେତୁ ତାହାକୁ ଭଲ ଲୋକ ବୋଲି କହିଲେ। ହେବଲ ମରି ଯାଇଛି କିନ୍ତୁ ନିଜ ବିଶ୍ୱାସ ହେତୁ ଏବେ ସୁଦ୍ଧା ସେ କଥା କହୁଛି।
5 ବିଶ୍ୱାସ ହେତୁ ହନୋକଙ୍କୁ ଏହି ପୃଥିବୀରୁ ଉଠାଇ ନିଆ ହେଲା। ସେ କେବେବି ମୃତ୍ୟୁ ଅନୁଭବ କଲେ ନାହିଁ। ଶାସ୍ତ୍ର କୁହେ ଯେ, ହନୋକଙ୍କୁ ଉଠାଇ ନେଇ ଯିବା ପୂର୍ବରୁ ସେ ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିଥିଲେ। ପରେ ଲୋକେ ତାହାଙ୍କୁ ଖୋଜି ପାରିଲେ ନାହିଁ, କାରଣ ପରମେଶ୍ୱର ହନୋକଙ୍କୁ ନିଜ ସହିତ ରହିବା ଲାଗି ନେଇଗଲେ। 6 ବିଶ୍ୱାସ ବିନା ଜଣେ ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରିବ ନାହିଁ। ପରମେଶ୍ୱରଙ୍କ ପାଖକୁ ଆସୁଥିବା ପ୍ରତ୍ୟେକ ଲୋକ ପରମେଶ୍ୱର ଅଛନ୍ତି ବୋଲି ବିଶ୍ୱାସ କରିବା ଉଚିତ୍। ଯିଏ ପରମେଶ୍ୱରଙ୍କ ପାଖକୁ ଆସିବ ସେ ବିଶ୍ୱାସ କରିବା ଦରକାର ଯେ ଯିଏ ପ୍ରକୃତରେ ତାହାଙ୍କୁ ଖୋଜେ, ପରମେଶ୍ୱର ତାହାକୁ ପୁରସ୍କାର ପ୍ରଦାନ କରନ୍ତି।
7 କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।
2010 by World Bible Translation Center