Revised Common Lectionary (Semicontinuous)
34 ଏଥି ଉତ୍ତାରେ ଶାମୁୟେଲ ରାମାକୁ ଗଲେ। ପୁଣି ଶାଉଲ ଗିବିୟାସ୍ଥିତ ଆପଣା ଗୃହକୁ ଗଲେ। 35 ତା'ପରେ ଶାମୁୟେଲ ତାଙ୍କ ଜୀବନର ଶେଷ ପର୍ଯ୍ୟନ୍ତ ଶାଉଲଙ୍କୁ କେବେବି ଦେଖିଲେ ନାହିଁ। କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ। ପୁଣି ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଅନୁତାପ କଲେ।
ଶାମୁୟେଲ ବୈଥ୍ଲେହମକୁ ଗଲେ
16 ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେକାଳ ଶାଉଲଙ୍କ ପାଇଁ ଶୋକ କରିବ? ମୁଁ ତାଙ୍କୁ ଇସ୍ରାଏଲର ରାଜା ରୂପେ ପ୍ରତ୍ୟାଖ୍ୟାନ କରିଅଛି। ତୁମ୍ଭେ ଆପଣା ଶିଙ୍ଗ ତୈଳରେ ପୂର୍ଣ୍ଣ କରିଗ୍ଭଲ, ମୁଁ ତୁମ୍ଭକୁ ବୈଥ୍ଲେହମର ଯିଶୀ ନାମକ ବ୍ୟକ୍ତି ନିକଟକୁ ପଠାଇବି। କାରଣ ତାହାର ପୁତ୍ରମାନଙ୍କ ମଧ୍ୟରୁ ମୁଁ ଆପଣା ପାଇଁ ଏକ ରାଜା ଦେଖିଅଛୁ।”
2 କିନ୍ତୁ ଶାମୁୟେଲ କହିଲେ, “ଯଦି ମୁଁ ଯାଏ, ଶାଉଲ ଏହା ଶୁଣିଲେ ମୋତେ ବଧ କରିବେ।”
ସଦାପ୍ରଭୁ କହିଲେ, “ବୈଥ୍ଲେହମକୁ ଯାଅ। ତୁମ୍ଭ ସହିତ ଏକ ଛଡ଼ା ନିଅ ଓ କୁହ, ‘ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବାକୁ ଆସିଅଛୁ।’ 3 ଯିଶୀକୁ ସେ ବଳିଦାନ ପାଇଁ ନିମନ୍ତ୍ରଣ କର। ତା'ପରେ କ’ଣ କରିବା ପାଇଁ ହେବ ମୁଁ ତୁମ୍ଭକୁ ଜଣାଇବି। ମୁଁ ଯାହାକୁ କହିବି, ତୁମ୍ଭେ ତାହାକୁ ଅଭିଷିକ୍ତ କର।”
4 ଶାମୁୟେଲ ସଦାପ୍ରଭୁଙ୍କର ବାକ୍ୟ ଅନୁସାରେ କାର୍ଯ୍ୟ କଲେ। ଶାମୁୟେଲ ବୈଥ୍ଲେହମରେ ପହଞ୍ଚିଲେ। ତହିଁରେ ନଗରର ପୁରୁଖାମାନେ କମ୍ପମାନ ହୋଇ ତାଙ୍କୁ ଭେଟିବାକୁ ଆସି ପଗ୍ଭରିଲେ, “ଆପଣଙ୍କ ଆଗମନ କୁଶଳ ତ?”
5 ଶାମୁୟେଲ ଉତ୍ତର ଦେଲେ, “ହଁ, ମୁଁ କୁଶଳରେ ଆସିଛି! ମୁଁ ସଦାପ୍ରଭୁଙ୍କ ଆଗରେ ବଳିଦାନ ଦେବାକୁ ଆସିଅଛି। ତୁମ୍ଭେମାନେ ନିଜକୁ ପବିତ୍ର କର ଓ ମୋ’ ସାଙ୍ଗରେ ବଳିଦାନ କରିବାକୁ ଆସ।” ଶାମୁୟେଲ ଯିଶୀକି ଓ ତାହାର ପୁତ୍ରମାନଙ୍କୁ ପବିତ୍ର କରି ବଳିଦାନ ନିମନ୍ତେ ଆସିବା ପାଇଁ ନିମନ୍ତ୍ରଣ କଲେ।
6 ଯେତେବେଳେ ଯିଶୀ ଓ ତା'ର ପୁତ୍ରମାନେ ପହଞ୍ଚିଲେ, ଶାମୁୟେଲ ଇଲୀୟାବଙ୍କୁ ଦେଖିଲେ। ଶାମୁୟେଲ ଭାବିଲେ, “ଏହା ନିଶ୍ଚିତ ଯେ ସଦାପ୍ରଭୁ ଏହି ଲୋକଟିକୁ ରାଜା ହେବା ପାଇଁ ବାଛିଛନ୍ତି।”
7 କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଇଲୀୟାବ ଡେଙ୍ଗା ଓ ସୁନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନୁଷ୍ୟ ଯେପରି ଦେଖେ ସଦାପ୍ରଭୁ ସେପରି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀୟାବ ଉପଯୁକ୍ତ ଲୋକ ନୁହଁ।”
8 ତା'ପରେ ଯିଶୀ ତାଙ୍କର ଦ୍ୱିତୀୟ ପୁତ୍ର ଅବିନାଦବଙ୍କୁ ଡାକିଲେ। ଅବିନାଦବ ଶାମୁୟେଲଙ୍କ ଆଗ ଦେଇ ଗଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏ ଲୋକ ନୁହନ୍ତି ଯାହାଙ୍କୁ ସଦାପ୍ରଭୁ ଉପଯୁକ୍ତ ମନେ କରନ୍ତି।”
9 ତା'ପରେ ଯିଶୀ ଶମ୍ମକୁ ଶାମୁୟେଲଙ୍କ ପାଖକୁ ଡକାଇଲେ। କିନ୍ତୁ ଶାମୁୟେଲ କହିଲେ, “ନା, ଏହାକୁ ମଧ୍ୟ ସଦାପ୍ରଭୁ ମନୋନୀତ କରି ନାହାନ୍ତି।”
10 ଏହିରୂପେ ଯିଶୀ ନିଜର ସାତ ପୁତ୍ରଙ୍କୁ ଶାମୁୟେଲଙ୍କର ସମ୍ମୁଖରେ ଚଲାଇଲେ। ମାତ୍ର ଶାମୁୟେଲ ଯିଶୀଙ୍କୁ କହିଲେ, “ସଦାପ୍ରଭୁ ଏମାନଙ୍କୁ ମନୋନୀତ କରି ନାହାନ୍ତି।”
11 ଶାମୁୟେଲ ଯିଶୀଙ୍କୁ କହିଲେ, “ତୁମ୍ଭର ସବୁ ସନ୍ତାନ କ’ଣ ଏଠାରେ ଅଛନ୍ତି?”
ସେ କହିଲେ, “କେବଳ କନିଷ୍ଠଟି ଏଠାରେ ନାହିଁ। ସେ ମେଷପଲ ଚରାଉ ଅଛି।”
ଶାମୁୟେଲ କହିଲେ, “ଲୋକ ପଠାଇ ତାଙ୍କୁ ଡକାଅ। ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେ ଭୋଜନରେ ବସିବୁ ନାହିଁ।”
12 ତାକୁ ଡାକିବା ପାଇଁ ଯିଶୀ ଲୋକ ପଠାଇଲେ। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଦେଖିବାକୁ ସୁନ୍ଦର ଅଟନ୍ତି।
ସେତେବେଳେ ସଦାପ୍ରଭୁ କହିଲେ, “ଉଠ ଏହାଙ୍କୁ ଅଭିଷେକ କର, ଏ ହେଉଛନ୍ତି ସେହି ଲୋକ।”
13 ଶାମୁୟେଲ ତୈଳ ଶିଙ୍ଗ ନେଇ ତାଙ୍କ ଭାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ। ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କ ଉପରେ ବାସ କଲେ, ଏହା ପରେ ଶାମୁୟେଲ ଉଠି ରାମାକୁ ଗ୍ଭଲିଗଲେ।
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ। ସେଲା
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ଯ୍ୟନ୍ତ ଆମ୍ଭେ ଏହି ଦେହରେ ଅଛୁ ସେପର୍ଯ୍ୟନ୍ତ ଆମ୍ଭେ ପ୍ରଭୁଙ୍କଠାରୁ ଦୂରରେ ଅଛୁ। 7 ଆମ୍ଭେ ଯାହା ଦେଖୁ, ତା’ ସାହାଯ୍ୟରେ ନୁହେଁ, ମାତ୍ର ବିଶ୍ୱାସ ଦ୍ୱାରା ପରିଗ୍ଭଳିତ ହେଉ, ସେଥିପାଇଁ ମୁଁ କୁହେ ଯେ, ଆମ୍ଭମାନଙ୍କର ଆଶା ଅଛି। 8 ଆମ୍ଭେମାନେ ଏହି ଶରୀରରୁ ଦୂରକୁ ଯିବାକୁ ଓ ପ୍ରଭୁଙ୍କ ନିକଟସ୍ଥ ହେବାକୁ ଅଧିକ ପସନ୍ଦ କରୁ। 9 ଆମର ଏକମାତ୍ର ଉଦ୍ଦେଶ୍ୟ ପରମେଶ୍ୱରଙ୍କୁ ପ୍ରସନ୍ନ କରିବା। ଆମ୍ଭେ ଏହିଠାରେ ବାହ୍ୟିକ ଶରୀର ଧାରଣ କରି ରହୁ ବା ସେଠାରେ ପ୍ରଭୁଙ୍କ ସହିତ ରହୁ, ଆମ୍ଭେ ପ୍ରଭୁଙ୍କୁ ପ୍ରସନ୍ନ କରିବାକୁ ଗ୍ଭହୁଁ। 10 ଆମ୍ଭେ ସମସ୍ତେ ବିଗ୍ଭରିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କର ନ୍ୟାୟାସନ ଆଗରେ ଅବଶ୍ୟ ଠିଆ ହେବୁ। ଆମ୍ଭମାନଙ୍କ ଭିତରୁ ପ୍ରତ୍ୟେକ, ଏହି ପାର୍ଥିବ ଶରୀର ଧାରଣ କରିଥିଲାବେଳେ ଯାହାକିଛି ଭଲ ବା ମନ୍ଦ କରିଛୁ, ତା’ ପାଇଁ ପ୍ରତିଦାନ ପାଇବ।
ପରୋପକାରୀ ଲୋକେ ପରମେଶ୍ୱରଙ୍କ ମିତ୍ର ହୁଅନ୍ତି
11 ଆମ୍ଭେ ଜାଣୁ ଯେ, ପ୍ରଭୁଙ୍କୁ ଭୟ କରିବା ଅର୍ଥ କ’ଣ ଅଟେ। ସେଥିପାଇଁ ଲୋକମାନଙ୍କୁ ସତ୍ୟ ଗ୍ରହଣ କରିବା ପାଇଁ ଆମ୍ଭେ ବୁଝାଉ। ପରମେଶ୍ୱର ଜାଣନ୍ତି ଯେ, ଆମ୍ଭେ ପ୍ରକୃତରେ କ’ଣ ଓ ମୁଁ ଆଶାକରେ, ତୁମ୍ଭେ ମଧ୍ୟ ଆମ୍ଭର ପ୍ରକୃତ ପରିଚୟ ପାଇ ପାରିବ। 12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ। 13 ଆମ୍ଭେ ଯଦି ପାଗଳ, ତାହା ପରମେଶ୍ୱରଙ୍କ ପାଇଁ।
14 ଯଦି ଆମ୍ଭେ ଠିକ୍ ମନରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି। 15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉତ୍ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।
16 ଏହି ସମୟ ପରେ, ଆମ୍ଭେ କୌଣସି ଲୋକକୁ ଜାଗତିକ ଦୃଷ୍ଟିରୁ ଦେଖିବା ନାହିଁ। ଅତୀତରେ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କୁ ମଧ୍ୟ ଜାଗତିକ ଦୃଷ୍ଟିରେ ବୁଝିଥିଲୁ। କିନ୍ତୁ ଏବେ ଆମ୍ଭେ ସେହିପରି ଭାବୁନାହୁଁ। 17 ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କଠାରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହୋଇ ଅଛି। ପୁରୁଣା ବିଷୟ ସମସ୍ତ ଗ୍ଭଲି ଯାଇଅଛି, ଓ ପ୍ରତ୍ୟେକ ବିଷୟ ନୂଆ ହୋଇ ଯାଇଛି।
ବୀଜର ଦୃଷ୍ଟାନ୍ତ ବିଷୟରେ ଯୀଶୁ ବ୍ୟାଖ୍ୟା କଲେ
26 ଯୀଶୁ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ, ବୀଜ ବୁଣୁଥିବା ଲୋକଟିଏ ଭଳି। 27 ବୀଜରୁ ଅଙ୍କୁର ବାହାରି ଦିନରାତି ବଢ଼ିବାକୁ ଲାଗେ। ସେହି ଲୋକ ଦିନରେ ଚେଇଁଥାଉ କି ରାତିରେ ଶୋଇଥାଉ, ସେଥିରେ କିଛି ଯାଏ ଆସେ ନାହିଁ। ତଥାପି ଅଙ୍କୁରଟି ଆପଣା ଛାଁଏ ବଢ଼ି ଗ୍ଭଲୁଥାଏ। ସେହ ଲୋକ ଜାଣି ପାରେ ନାହିଁ ଯେ ଅଙ୍କୁରଟି କିପରି ବଢ଼ୁଛି। 28 କାହାରି ସାହାଯ୍ୟ ବିନା ଭୂମି ଆପେ ଆପେ ଶସ୍ୟ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା'ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ୟ ହୁଏ, 29 ଯେତେବେଳେ ଶସ୍ୟ ପାଚିଯାଏ, ସେତେବେଳେ ସେହି ଲୋକ ଦାଆ ନେଇ ତାକୁ କାଟେ। କାରଣ ଏହା ହିଁ ଅମଳ କରିବାର ଉପଯୁକ୍ତ ସମୟ।”
ପରମେଶ୍ୱରଙ୍କ ରାଜ୍ୟ ଏକ ସୋରିଷଦାନା ଭଳି
(ମାଥିଉ 13:31-32,34-35; ଲୂକ 13:18-19)
30 ସେ ପୁଣି କହିଲେ, “ପରମେଶ୍ୱରଙ୍କ ରାଜ୍ୟ ସମ୍ପର୍କରେ କ’ଣ କହି ମୁଁ ତୁମ୍ଭକୁ ବୁଝାଇବି? ମୁଁ କେଉଁ ଦୃଷ୍ଟାନ୍ତ ମାଧ୍ୟମରେ ଏହା ବୁଝେଇବି? 31 ପରମେଶ୍ୱରଙ୍କ ରାଜ୍ୟ ଗୋଟିଏ ସୋରିଷଦାନା ଭଳି। ଏହି ସୋରିଷଦାନା, ତୁମ୍ଭେ ବୁଣୁଥିବା ବୀଜଗୁଡ଼ିକ ଭିତରେ ସବୁଠାରୁ ଛୋଟ। 32 କିନ୍ତୁ ତୁମ୍ଭେ ବୁଣିବା ପରେ ଏହି ବୀଜ ବଢ଼ି ତୁମ୍ଭ ବଗିଗ୍ଭର ଅନ୍ୟ ଗଛମାନଙ୍କ ଭିତରେ ସବୁଠାରୁ ବଡ଼ ହୋଇଯାଏ। ତା'ର ଶାଖା ଗୁଡ଼ିକ ବଡ଼ ହୋଇଯାଏ। ପକ୍ଷୀମାନେ ଆସି ତା’ ଛାଇରେ ବସା ବାନ୍ଧି ରହନ୍ତି।”
33 ଯୀଶୁ ଏହିଭଳି ଅନେକ ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ ଉପଦେଶ ପ୍ରଦାନ କରୁଥିଲେ। ସେମାନଙ୍କର ବୁଝି ପାରିବା କ୍ଷମତା ଅନୁସାରେ ଯୀଶୁ ସେମାନଙ୍କୁ କହୁଥିଲେ। 34 ଯୀଶୁ ଲୋକଙ୍କୁ ଉପଦେଶ ଦେଲାବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରୟୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ୟମାନେ ଏକୁଟିଆ ଥିବା ବେଳେ, ଯୀଶୁ ସେମାନଙ୍କୁ ସବୁଗୁଡ଼ିକର ଅର୍ଥ ସ୍ପଷ୍ଟ ଭାବରେ ବୁଝେଇ ଦେଉଥିଲେ।
2010 by World Bible Translation Center