Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କ ମସ୍କୀଲ୍।
53 କେବଳ ନିର୍ବୋଧଗଣ ଭାବନ୍ତି, ପରମେଶ୍ୱର ନାହାନ୍ତି।
ସେମାନେ ଦୁର୍ନିତୀଗ୍ରସ୍ତ ଓ ସେମାନଙ୍କର କୁକର୍ମଗୁଡ଼ିକ ଭୟଙ୍କର,
ଓ ସେମାନଙ୍କ ମଧ୍ୟରୁ କେହି ଭଲକାମ କରନ୍ତି ନାହିଁ।
2 ପରମେଶ୍ୱର ସ୍ୱର୍ଗରୁ ସମସ୍ତ ମନୁଷ୍ୟ ସମାଜକୁ ନିରୀକ୍ଷଣ କରନ୍ତି।
ସେ ଲକ୍ଷ୍ୟ କରନ୍ତି, ଯଦି କେହି ଜ୍ଞାନୀ ବ୍ୟକ୍ତି
ପରମେଶ୍ୱରଙ୍କୁ ଅନ୍ୱେଷଣ କରେ।
3 ସେମାନଙ୍କର ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କଠାରୁ ବିମୁଖ ହୋଇଛନ୍ତି।
ସେ ସମସ୍ତେ ଅଶୁଚି ହୋଇଛନ୍ତି।
କୌଣସି ଲୋକ ସେମାନଙ୍କ ମଧ୍ୟରୁ ସୁକର୍ମ କରି ନାହାନ୍ତି।
ନାଁ, ଜଣେ କେହି ନାହିଁ!
4 ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ?
ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି
ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”
5 କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ।
ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ।
ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି।
କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି।
ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।
6 ମୁଁ ଇଚ୍ଛାକରେ, ସେହି ବିଜୟ ସିୟୋନ ପର୍ବତରୁ
ଇସ୍ରାଏଲକୁ ଆସନ୍ତା କି!
ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ପୁଣି ଥରେ ବନ୍ଦୀତ୍ୱରୁ ଆଣିବେ,
ସେତେବେଳେ ଯାକୁବ ଆନନ୍ଦିତ ହେବେ
ଏବଂ ଇସ୍ରାଏଲ ଉଲ୍ଲସିତ ହେବେ।
24 ତା'ପରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି। କାରଣ ମୁଁ ସଦାପ୍ରଭୁଙ୍କ ଆଜ୍ଞା ଓ ତୁମ୍ଭ ଆଜ୍ଞା ଉଲ୍ଲଘଂନ କରିଅଛି। ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ କଥା ଶୁଣିଲି। 25 ବର୍ତ୍ତମାନ ମୁଁ ମୋ’ ପାପ କ୍ଷମା କରିବାକୁ ଅନୁରୋଧ କରୁଛି, ଓ ମୁଁ ଯେମନ୍ତ ସଦାପ୍ରଭୁଙ୍କୁ ଉପାସନା କରିପାରେ ଏଥିପାଇଁ ମୋ’ ସାଙ୍ଗରେ ଫେରି ଆସ।”
26 କିନ୍ତୁ ଶାମୁୟେଲ ଶାଉଲଙ୍କୁ କହିଲେ, “ମୁଁ ତୁମ୍ଭ ସଙ୍ଗେ ଫେରି ଯିବି ନାହିଁ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛ ଓ ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା ପାଇଁ ମନା କରିଅଛନ୍ତି।”
27 ଯେତେବେଳେ ଶାମୁୟେଲ ଫେରିଯିବା ପାଇଁ ବାହାରନ୍ତେ, ସେ ତାହାଙ୍କ ଗ୍ଭେଗାର ଅଞ୍ଚଳ ଧରି ଟାଣିଲେ, ତହିଁରେ ତାହା ଚିରିଗଲା। 28 ଏଣୁ ଶାମୁୟେଲ ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ଇସ୍ରାଏଲର ରାଜତ୍ୱ ତୁମ୍ଭଠାରୁ ନେଇଗଲେ ଓ ତୁମ୍ଭଠାରୁ ଜଣେ ଉତ୍ତମ ବ୍ୟକ୍ତିକୁ ଦେଲେ, ଯିଏ କି ତୁମ୍ଭର ସାଙ୍ଗ। ଉତ୍ତମ ତୁମ୍ଭର ଏକ ପ୍ରତିବାସୀକୁ ତାହା ଦେଲେ। 29 ସଦାପ୍ରଭୁ ହେଉଛନ୍ତି ଇସ୍ରାଏଲର ପରମେଶ୍ୱର। ସଦାପ୍ରଭୁ ସବୁଦିନ ପାଇଁ ଏହିଠାରେ ବାସ କରିବେ। ସଦାପ୍ରଭୁ ମିଛ କହନ୍ତି ନାହିଁ କି ସେ ତାଙ୍କର ମତ ପରିବର୍ତ୍ତନ କରନ୍ତି ନାହିଁ। ସଦାପ୍ରଭୁ ଜଣେ ବ୍ୟକ୍ତି ନୁହନ୍ତି ଯେ କି ତାଙ୍କର ମତ ବଦଳାଇ ଦେବେ।”
30 ଶାଉଲ ଉତ୍ତର ଦେଲେ, “ମୁଁ ପାପ କରିଅଛି, କିନ୍ତୁ ଇସ୍ରାଏଲର ଲୋକମାନଙ୍କ ଓ ପ୍ରାଚୀନବର୍ଗଙ୍କ ସମ୍ମୁଖରେ ମୋର ସମ୍ମାନ ରଖିବା ପାଇଁ ମୋ’ ସହିତ ଫେରି ଆସ। ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉପାସନା କରିବି, ଏଥିପାଇଁ ମୋ’ ସଙ୍ଗେ ଫେରି ଆସ।” 31 ଶାମୁୟେଲ ଶାଉଲଙ୍କ ସହିତ ଫେରିଯା’ନ୍ତେ ଶାଉଲ ସଦାପ୍ରଭୁଙ୍କୁ ଉପାସନା କଲେ।
ଦୁଇ ପ୍ରକାରର ଫଳ
(ମାଥିଉ 7:17-20; 12:34-35)
43 “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ। 44 ପ୍ରତ୍ୟେକ ଗଛ ତା'ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ। 45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।
2010 by World Bible Translation Center