Revised Common Lectionary (Semicontinuous)
କୋରହ ପରିବାରର ପ୍ରଶଂସାଯୁକ୍ତ ଗୀତ।
48 ସଦାପ୍ରଭୁ ମହାନ ଅଟନ୍ତି।
ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
2 ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ।
ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ।
ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ।
ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
3 ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ,
ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।
4 ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ
ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ।
ସେମାନେ ସେହି ନଗର ଆଡ଼କୁ ଗମନ କଲେ।
5 କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ।
ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।
6 ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା
ଓ ସେମାନେ ଭୟରେ ଥରି ଉଠିଲେ।
7 ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି
ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।
8 ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ।
କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ।
ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି। ସେଲା
9 ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।
10 ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ।
ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି।
ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।
11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ।
ଯିହୁଦାର ସହର ସବୁ ଉଲ୍ଲସିତ।
କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।
12 ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର।
ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।
13 ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ।
ସିୟୋନ ପ୍ରାସାଦକୁ ନୀରିକ୍ଷଣ କର,
ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।
14 ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି।
ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।
ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଯୁଦ୍ଧ
3 ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧ୍ୟରେ କ୍ରମାଗତ ଯୁଦ୍ଧ ଗ୍ଭଲିଲା। ଦାଉଦ ଧୀରେ ଧୀରେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ଶାଉଲର ପରିବାର, ଦିନକୁ ଦିନ ଦୁର୍ବଳ ହେବାକୁ ଲାଗିଲା।
ହିବ୍ରୋଣଠାରେ ଦାଉଦଙ୍କର ଛଅ ପୁତ୍ର ଜନ୍ମ ହେଲେ
2 ଦାଉଦଙ୍କର ଅନେକ ପୁତ୍ର ହିବ୍ରୋଣରେ ଜନ୍ମଲାଭ କଲେ।
ତାଙ୍କର ପ୍ରଥମ ପୁତ୍ର ଥିଲେ ଅମ୍ନୋନ୍, ଯିଷ୍ରିୟେଲୀୟାର ତାଙ୍କର ସ୍ତ୍ରୀ ଅହୀନୋୟମଠାରୁ ଜନ୍ମ ହେଲେ।
3 କର୍ମିଲୀୟ ନାବଲ୍ର ସ୍ତ୍ରୀ ଅବୀଗଲ୍ଙ୍କଠାରୁ ଜନ୍ମ ହେଲେ ଦ୍ୱିତୀୟ ପୁତ୍ର କିଲାବ୍
ଏବଂ ତୃତୀୟ ପୁତ୍ର ହେଲେ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାରର ପୁତ୍ର।
4 ଚତୁର୍ଥ ପୁତ୍ର ଜନ୍ମ ହେଲେ, ତାଙ୍କର ନାମ ଅଦୋନୀୟ, ଅଦୋନୀୟର ମାତା ହେଲେ, ହଗୀତ୍ ଏବଂ ପଞ୍ଚମ ପୁତ୍ର ହେଲେ ଶଫଟୀୟ ସେ ଅବିଟଲର ପୁତ୍ର।
5 ଷଷ୍ଠ ପୁତ୍ର ହେଲେ, ଯିତ୍ରିୟମ୍। ସେ ଦାଉଦଙ୍କର ସ୍ତ୍ରୀ ଇଗ୍ଲାର ପୁତ୍ର।
ଏହିପରି ଛଅଟି ପୁତ୍ର ଦାଉଦଙ୍କର ହିବ୍ରୋଣରେ ଜନ୍ମ ହେଲେ।
ଅବ୍ନର ଦାଉଦଙ୍କ ସହିତ ଯୋଗଦେବା ପାଇଁ ନିର୍ଣ୍ଣୟ କଲେ
6 ଶାଉଲ ବଂଶ ଓ ଦାଉଦ ବଂଶ ଯୁଦ୍ଧ ଲାଗିବା ସମୟରେ ଅବ୍ନର ଶାଉଲଙ୍କ ଗୃହ ମଧ୍ୟରେ ନିଜକୁ ବଳବାନ୍ କଲା। 7 ଶାଉଲଙ୍କର ଜଣେ ଉପପତ୍ନୀ ଥିଲା, ଯାହାର ନାମ ରିସ୍ପା, ସେ ଅୟାର କନ୍ୟା ଥିଲା। ଈଶ୍ବୋଶତ୍ ଅବ୍ନରକୁ କହିଲେ, “ତୁମ୍ଭେ କାହିଁକି ମୋର ପିତାଙ୍କର ଉପପତ୍ନୀଙ୍କ ସହିତ ଯୌନ ସମ୍ପର୍କ ରଖିଛ?”
8 ଅବ୍ନର ଈଶ୍ବୋଶତ୍ର କଥା ଶୁଣି ଅତି ରାଗରେ କହିଲା, “ମୁଁ ତ ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ବନ୍ଧୁମାନଙ୍କୁ ଦୟା କରୁଅଛି। ମୁଁ ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ଅପରାଧ ମୋ’ ଉପରେ ଆରୋପ କରୁଅଛ। 9-10 ମୁଁ ବର୍ତ୍ତମାନ ଏହି ପ୍ରତିଜ୍ଞା କରୁଅଛି। ମୁଁ ବର୍ତ୍ତମାନ ନିଶ୍ଚିତ ହେଉଅଛି ଯେ, ପରମେଶ୍ୱର ଯାହା କହିଥିଲେ, ତାହା ଘଟିବାକୁ ଯାଉଛି। ସଦାପ୍ରଭୁ କହିଥିଲେ, ଯେ ସେ ଶାଉଲ ବଂଶଠାରୁ ରାଜ ସିଂହାସନ ନେଇ ଦାଉଦଙ୍କୁ ଦେବେ। ସଦାପ୍ରଭୁ ଦାଉଦଙ୍କୁ ଯିହୁଦା ଏବଂ ଇସ୍ରାଏଲର ରାଜା କରିବେ। ସେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଶାସନ କରିବେ। ଏବଂ ମୁଁ ଭାବୁଛି, ସଦାପ୍ରଭୁ ମୋ’ ଉପରେ ଅନ୍ୟାୟ କରିବେ ଯଦି ମୁଁ ତାହା ନ କରେ।” 11 ଈଶ୍ବୋଶତ୍ ଅତ୍ୟନ୍ତ ଭୟରେ ସବୁ କଥା ଅବ୍ନରକୁ କହିପାରି ନ ଥିଲା।
12 ଅବ୍ନର ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।”
7 ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ। 8 ଏହା ସତ୍ୟ ଯେ ମୁଁ ପ୍ରଭୁଙ୍କ ଦ୍ୱାରା ପ୍ରଦତ୍ତ ଅଧିକାର ବିଷୟରେ ଅତ୍ୟଧିକ ଗର୍ବର କଥା କହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ୟାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି। 9 ଏହି ଗର୍ବୋକ୍ତି ପାଇଁ ମୁଁ ଲଜ୍ଜା ବୋଧ କରେ ନାହିଁ। ମୁଁ ମୋ’ ପତ୍ରଗୁଡ଼ିକ ମାଧ୍ୟମରେ ତୁମ୍ଭମାନଙ୍କୁ ଭୟଭୀତ କରିବାକୁ ଚେଷ୍ଟା କରୁଛି ବୋଲି ତୁମ୍ଭେମାନେ ଭାବ ନାହିଁ। 10 କେତେକ ଲୋକ କୁହନ୍ତି “ପାଉଲଙ୍କ ପତ୍ରଗୁଡ଼ିକ ଶକ୍ତିସମ୍ପନ୍ନ ଓ ମହତ୍ତ୍ୱପୂର୍ଣ୍ଣ କିନ୍ତୁ ଯେତେବେଳେ ସେ ଆମ୍ଭ ସହିତ ଥା’ନ୍ତି ସେ ଦୁର୍ବଳ ଓ ତାଙ୍କର କଥା ଗୁଡ଼ିକ ଏତେ ପ୍ରଭାବଶାଳୀ ହୁଏ ନାହିଁ।” 11 ଏଭଳି କହିବା ଲୋକ ଜାଣି ରଖିବା ଉଚିତ୍ ଯେ: ଆମ୍ଭେ ତୁମ୍ଭମାନଙ୍କ ସହିତ ଏବେ ନାହୁଁ, ଅତଏବ ଆମ୍ଭେ ଏହି କଥା ଗୁଡ଼ିକ ପତ୍ରରେ ଲେଖିଛୁ। କିନ୍ତୁ ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କ ପାଖକୁ ଯିବୁ ଆମ୍ଭେ ଦେଖାଇ ଦେବୁ ଯେ, ଆମ୍ଭ ପତ୍ରଟି ଯେଉଁ ଶକ୍ତି ଧାରଣ କରିଛି ସେହି ସମାନ ଶକ୍ତି ଆମ୍ଭେ ଧାରଣ କରିଛୁ।
2010 by World Bible Translation Center