Revised Common Lectionary (Semicontinuous)
16 ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ କହନ୍ତି,
“ତୁମ୍ଭେ ମୋର ନିୟମ ଓ ବ୍ୟବସ୍ଥା ବିଷୟରେ
ଆଲୋଚନା କରିବା ଠିକ୍ ନୁହେଁ।
17 କାରଣ ତୁମ୍ଭେମାନେ ଆନନ୍ଦିତ ନୁହଁ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ।
ତୁମ୍ଭେମାନେ ମୋର କଥାକୁ ଘୃଣା କର ଓ ତୁମ୍ଭେମାନେ ମୋର କଥାକୁ ଅବଜ୍ଞା କର।
18 ତୁମ୍ଭେ ଗୋଟିଏ ଗ୍ଭେରକୁ ଦେଖ ଓ ତା'ସହ ଦୌଡ଼ିଯାଇ ମିଶିଯାଅ।
ଯେତେବେଳେ ବ୍ୟଭିଗ୍ଭରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।
19 ତୁମ୍ଭେମାନେ ସର୍ବଦା ମନ୍ଦକାର୍ଯ୍ୟ କର ଓ ମିଥ୍ୟା କୁହ।
20 ତୁମ୍ଭେ ନୀରବଚ୍ଛିନ୍ନ ଭାବରେ ଅନ୍ୟମାନଙ୍କ ବିଷୟରେ ମନ୍ଦ କଥା କୁହ,
ଏପରିକି ତୁମ୍ଭ ନିଜ ଭ୍ରାତାମାନଙ୍କ ବିଷୟରେ ନିନ୍ଦା କରୁଅଛ।
21 ଅତୀତରେ, ତୁମ୍ଭେ ମନ୍ଦକାର୍ଯ୍ୟ କଲ ମୁଁ ଚୁପ୍ ରହିଲି।
ତୁମ୍ଭେ ଭାବି ନେଇଛ ମୁଁ ମଧ୍ୟ ତୁମ୍ଭମାନଙ୍କ ପରି।
ମୁଁ ଆଉ ନୀରବରେ ରହି ପାରିବି ନାହିଁ।
ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।
22 ହେ ଲୋକମାନେ, ତୁମ୍ଭେ ପରମେଶ୍ୱରଙ୍କୁ ଭୁଲି ଯାଇଛ।
ତେଣୁ ତୁମ୍ଭେମାନେ ଭଲଭାବେ ବୁଝିବା ଉଚିତ୍ ଯେ,
ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦେବି।
ଯଦି ତାହା ଘଟେ ତେବେ ତୁମ୍ଭକୁ କୌଣସି ବ୍ୟକ୍ତି ଉଦ୍ଧାର କରି ପାରିବେ ନାହିଁ।
23 ଯେକେହି ମୋତେ ଧନ୍ୟବାଦାର୍ଥକ ନୈବେଦ୍ୟ ଉତ୍ସର୍ଗ କରେ, ମୋତେ ସମ୍ମାନ ପ୍ରଦର୍ଶନ କରେ
ଏବଂ ଯେକେହି ସତ୍ମାର୍ଗରେ ଗ୍ଭଲିବାକୁ ନିଷ୍ପତ୍ତି ନିଏ, ସେ ମୋର ରକ୍ଷା କରିବାର ଶକ୍ତି ଦେଖି ପାରିବ।”
ଅମ୍ନୋନ ଓ ତାମର
13 ଦାଉଦଙ୍କର ଏକ ପୁତ୍ର ଥିଲା, ଯାହାର ନାମ ଥିଲା ଅବଶାଲୋମ। ଅବଶାଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସୁନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପୁତ୍ର ଥିଲା ଅମ୍ନୋନ। 2 ଅମ୍ନୋନ ନିଜର ସାବତ ଭଉଣୀ ତାମରକୁ ଭଲପାଇ ବସିଲା ଓ ତା’ ପ୍ରେମରେ ତାକୁ ଜ୍ୱର ଆସିଗଲା। ତାମର ଅନୁଢ଼ା ଥିଲା। ଅମ୍ନୋନ ତାକୁ ବହୁତ ଗ୍ଭହୁଁଥିଲା, କିନ୍ତୁ ତା’ ସହିତ ଏକାକୀ ରହିବା ପାଇଁ ଅବକାଶ ପାଇଲା ନାହିଁ।
3 ଅମ୍ନୋନର ଯୋନାଦବ୍ ନାମକ ଜଣେ ଚତୁର ବନ୍ଧୁ ଥିଲା, ଯିଏ କି ଶିମିୟର ପୁତ୍ର। ଶିମିୟ ଦାଉଦଙ୍କର ଭାଇ ଥିଲା। 4 ସେ ଅମ୍ନୋନକୁ ପଗ୍ଭରିଲା, “ତୁମ୍ଭେ କାହିଁକି ଦିନକୁ ଦିନ ଏପରି କ୍ଷୀଣ ହୋଇ ଯାଉଛ। ତୁମ୍ଭେ ମୋତେ କ’ଣ ତାହା କହିବ ନାହିଁ?”
ତା'ପରେ ଅମ୍ନୋନ କହିଲା, “ମୁଁ ଅବଶାଲୋମର ଭଉଣୀ ତାମରକୁ ଭଲ ପାଏ।”
5 ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର। ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ଦୟାକରି ମୋର ଭଉଣୀ ତାମରକୁ ମୋ’ ପାଖକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦିଅନ୍ତୁ। ସେ ମୋ’ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”
6 ରାଜା ଦେଖିବାକୁ ଆସିବା ସମୟରେ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା। ଅମ୍ନୋନ କହିଲା, “ମୋ’ ଭଉଣୀ ତାମରକୁ ଆସିବାକୁ ଦିଅନ୍ତୁ ଏବଂ ସେ ମୋ’ ଆଗରେ ଦୁଇଟି ପିଠା କରିବ, ତା'ପରେ ମୁଁ ସେଗୁଡ଼ିକ ତା’ ହାତରୁ ଖାଇବି।”
7 ତେବେ ଦାଉଦ ତାମରର ଗୃହକୁ ଲୋକ ପଠାଇ କହିଲେ, “ତୁମ୍ଭ ଭାଇ ଅମ୍ନୋନର ଘରକୁ ଟିକିଏ ଯାଇ ତାହାର ଖାଇବା ପାଇଁ କିଛି ରାନ୍ଧି ଦିଅ।”
8 ଯେତେବେଳେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା, ସେତେବେଳେ ସେ ଶଯ୍ୟାରେ ଥିଲା। ତେଣୁ ତାମର ଚକଟା ମଇଦା ନେଇ ଦଳି ଅମ୍ନୋନ ଦେଖୁଥିବା ବେଳେ ପିଠା ପ୍ରସ୍ତୁତ କରି ତାକୁ ପାକ କଲା। 9 ସେ କରେଇରୁ ପିଠାଗୁଡ଼ିକ କାଢ଼ିନେଇ ତା’ ଆଗରେ ରଖିଲା। ଏବଂ ସେ ଖାଇବାକୁ ମନାକଲା ଏବଂ ଅମ୍ନୋନ କହିଲା, “ସମସ୍ତଙ୍କୁ ବାହାରକୁ ପଠେଇ ଦିଅ।” ଏବଂ ସମସ୍ତେ କୋଠରୀରୁ ବାହାରି ଗଲେ।
ଅମ୍ନୋନ ତାମର ସହିତ ବଳତ୍କାର କଲା
10 ତା'ପରେ ଅମ୍ନୋନ ତାମରକୁ କହିଲା, “ଖାଦ୍ୟ ଦ୍ରବ୍ୟ ଶୟନ ଗୃହକୁ ଆଣ, ମୁଁ ତୁମ୍ଭ ହାତରୁ ତାହା ଭୋଜନ କରିବି।”
ଏଥିରେ ତାମର ନିଜେ ତିଆରି କରିଥିବା ପିଠା ନେଇ ଅମ୍ନୋନର ଶୟନ କକ୍ଷକୁ ଗଲା। 11 ତାହାକୁ ଖୁଆଇବା ପାଇଁ ତାହା ନିକଟକୁ ନିଅନ୍ତେ ସେ ତାମରକୁ ଧରି କହିଲା, “ଆସ ମୋର ଭଉଣୀ ମୋ’ ପାଖରେ ଶୟନ କର।”
12 ସେଥିରେ ସେ ଉତ୍ତର ଦେଲା, “ନା, ନା, ଭାଇ ମୋତେ ଏହା କରିବାକୁ ବାଧ୍ୟ ନ କର, କାରଣ ଇସ୍ରାଏଲ ମଧ୍ୟରେ ଏପରି କର୍ମ ନିଷେଧ। ଏହିପରି ଭୟଙ୍କର କାର୍ଯ୍ୟ କର ନାହିଁ। 13 ଯଦି ତୁମ୍ଭେ ଏହା କର, ମୁଁ ଲଜ୍ଜାରୁ କେବେ ମୁକ୍ତ ହୋଇ ପାରିବି ନାହିଁ। ଏବଂ ଇସ୍ରାଏଲରେ ତୁମ୍ଭେ ଜଣେ ସାଧାରଣ ଦୋଷୀ ରୂପେ ବିବେଚିତ ହେବ। ଏଣୁ ମୁଁ ବିନୟ କରୁଅଛି, ରାଜାଙ୍କ ସଙ୍ଗେ କଥାବାର୍ତ୍ତା କର, ସେ ତୁମ୍ଭ ପ୍ରତି ମୋତେ ଦେବା ପାଇଁ ଅସମ୍ମତ ହେବେ ନାହିଁ।”
14 ତଥାପି ଅମ୍ନୋନ ତାହାର କଥା ଶୁଣିଲା ନାହିଁ। ମାତ୍ର ସେ ତା'ଠାରୁ ବଳବାନ୍ ହେବାରୁ ତାହାକୁ ବଳତ୍କାର କରି ତା’ ସଙ୍ଗେ ଶୟନ କଲା। 15 ତା'ପରେ ଅମ୍ନୋନ ତାକୁ ଅତି ଘୃଣା କଲା, ସେ ତାକୁ ଯେପରି ପ୍ରେମ କରିଥିଲା, ତା’ ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ନୋନ ତାହାକୁ କହିଲା, “ଉଠ ଏଠାରୁ ଗ୍ଭଲିଯାଅ।”
16 ସେଥିରେ ସେ କହିଲା, “ମୋତେ ଏହିପରି ଅବସ୍ଥାରେ ଦୂରେଇ ଦିଅ ନାହିଁ। ତୁମ୍ଭେ ମୋ’ ପ୍ରତି ବର୍ତ୍ତମାନ ଯାହା କଲ, ତା'ଠାରୁ ମଧ୍ୟ ଏହା ଅଧିକରୁ ଅଧିକ ମନ୍ଦ ହେବ।”
କିନ୍ତୁ ସେ ତା'ର କଥାକୁ ଶୁଣିଲା ନାହିଁ। 17 ତା'ପରେ ଅମ୍ନୋନ ତା'ର ଦାସକୁ ଡାକି କହିଲା, “ଏହାକୁ ମୋ’ ପାଖରୁ ବାହାର କରିଦିଅ, ଏବଂ କବାଟ ବନ୍ଦ କରିଦିଅ।”
18 ତେଣୁ ଅମ୍ନୋନଙ୍କର ଦାସ ତାକୁ ଘରୁ ବାହାର କରି କବାଟ ବନ୍ଦ କରି ଦେଲା।
ତାମର ଏକ ଦୀର୍ଘ ଛାପାବସ୍ତ୍ର ପିନ୍ଧି ଥିଲା, କାରଣ ଅନୁଢ଼ା ରାଜକନ୍ୟାମାନେ ସେହି ପ୍ରକାର ବସ୍ତ୍ର ପିନ୍ଧନ୍ତି। 19 ଏଥିରେ ଅମ୍ନୋନର ଦାସ ତାହାକୁ ବାହାରେ ଆଣି ତାହା ପଛେ ପଛେ କବାଟ ଦେଇଦେବାରୁ ସେ ନିଜର ମୁଣ୍ଡରେ ଭସ୍ମ ଦେଇ ତାହା ଦେହର ଦୀର୍ଘ ଅଙ୍ଗରେଖା ଚିରି ଦେଲା। ତା'ପରେ ସେ ମୁଣ୍ଡରେ ହାତ ଦେଇ କାନ୍ଦି କାନ୍ଦି ସେଠାରୁ ପ୍ରସ୍ଥାନ କଲା।
27 ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭେମାନେ ପ୍ରତ୍ୟେକ ସେହି ଶରୀରର ଅଙ୍ଗ। 28 ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା'ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି। 29 ସମସ୍ତ ଲୋକ କ’ଣ ପ୍ରେରିତ? ସମସ୍ତ ଲୋକ କ’ଣ ଭବିଷ୍ୟଦ୍ବକ୍ତା? ସମସ୍ତେ କ’ଣ ଶିକ୍ଷକ? ସମସ୍ତେ କ’ଣ ଆଶ୍ଚର୍ଯ୍ୟକାର୍ଯ୍ୟ କରୁଥିବା ଲୋକ? 30 ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି? 31 କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍। ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି।
2010 by World Bible Translation Center