Revised Common Lectionary (Semicontinuous)
ଶଲୋମନଙ୍କର ରଚିତ ଆରୋହଣ ଗୀତ।
127 ସଦାପ୍ରଭୁ ଯେବେ ଗୃହ ନିର୍ମାଣ ନ କରନ୍ତି,
ତେବେ ନିର୍ମାଣକାରୀମାନଙ୍କ ପରିଶ୍ରମ ବ୍ୟର୍ଥ ହୁଏ।
ଯେବେ ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,
ତେବେ ପ୍ରହରୀ ଜାଗ୍ରତ ହେବା କେବଳ ବୃଥା ଅଟେ।
2 ତୁମ୍ଭେମାନେ ଦୈନନ୍ଦିନ ଜୀବିକା ଉପାର୍ଜନ ନିମନ୍ତେ
ପ୍ରଭାତରେ ଉଠ, ଏବଂ ବିଳମ୍ବରେ ବିଶ୍ରାମ କର, ଏହା ତୁମ୍ଭମାନଙ୍କ ନିକଟରେ ବୃଥା।
କାରଣ ସଦାପ୍ରଭୁ ଭଲ ପାଉଥିବା ଲୋକମାନଙ୍କୁ
ନିଦ୍ରିତ ଅବସ୍ଥାରେ ମଧ୍ୟ ଯତ୍ନ ନିଅନ୍ତି।
3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଉପହାର।
ଗର୍ଭାଶୟରୁ ଶିଶୁମାନେ ସଦାପ୍ରଭୁଙ୍କର ପୁରସ୍କାର ଅଟନ୍ତି।
4 ଯୁବକର ପୁତ୍ରଗଣ
ଏକ ସୈନ୍ୟର ହସ୍ତର ବାଣଗୁଡ଼ିକ ସଦୃଶ ଅଟେ।
5 ସେହି ବ୍ୟକ୍ତି ଭାଗ୍ୟବାନ୍, ଯେଉଁ ବ୍ୟକ୍ତିର କେବେବି ପରାସ୍ତ ହେବ ନାହିଁ,
ଯେତେବେଳେ ତାହାଙ୍କୁ ଶତ୍ରୁଗଣ ନଗର ଫାଟକରେ ଅବରୋଧ କରନ୍ତି।
ପୁତ୍ର ରୂପକ ବାଣରେ ଭର୍ତ୍ତି ହୁଏ,
ସେ ହେଉଛି ଭାଗ୍ୟବାନ୍।
ଋତ ଏବଂ ବୋୟାଜର ପରିବାର
18 ପେରସର ବଂଶାବଳୀ ଏହି ପ୍ରକାର,
ପେରସର ପୁତ୍ର ହିଷ୍ରୋଣ,
19 ହିଷ୍ରୋଣର ପୁତ୍ର ଅରାମ
ଓ ଅରାମର ପୁତ୍ର ଅମ୍ମୀନାଦବ,
20 ଅମ୍ମୀନାଦବର ପୁତ୍ର ନହଶୋନ୍
ଓ ନହଶୋନର ପୁତ୍ର ସଲ୍ମୋନ,
21 ସଲ୍ମୋନର ପୁତ୍ର ବୋୟାଜ
ଓ ବୋୟାଜର ପୁତ୍ର ଓବେଦ,
22 ଓବେଦର ପୁତ୍ର ଯିଶୟ
ଓ ଯିଶୟର ପୁତ୍ର ଦାଉଦ।
ଯୀଶୁ କହିଲେ ଡିମ୍ବିରି ବୃକ୍ଷଟି ମରିଯିବ(A)
12 ତହିଁ ଆରଦିନ ଯେତେବେଳେ ସେମାନେ ବେଥନୀୟାରୁ ବାହାରୁଥିଲେ, ତାହାଙ୍କୁ ବହୁତ ଭୋକ ଲାଗିଲା। 13 ଯୀଶୁ ପତ୍ରରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରିଗଛ ଦେଖିଲେ। ଗଛରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସେଠାରେ ପହଞ୍ଚି ସେ ଗଛରେ ଗୋଟିଏ ହେଲେ ଡିମ୍ବିରି ଫଳ ପାଇଲେ ନାହିଁ। ଗଛରେ ପତ୍ର ଛଡ଼ା ଆଉ କିଛି ନ ଥିଲା। ଏହା ଡିମ୍ବିରି ଫଳ ଫଳିବା ଋତୁ ନ ଥିଲା। 14 ତେଣୁ ଯୀଶୁ ଗଛଟିକୁ କହିଲେ, “ଲୋକେ ତୁମ୍ଭର ଫଳ ଆଉ ଏଣିକି କେବେ ହେଲେ ଖାଇବେ ନାହିଁ।” ଶିଷ୍ୟମାନେ ଯୀଶୁଙ୍କର ଏହି କଥା ଶୁଣିଲେ।
ଯୀଶୁ ବିଶ୍ୱାସର ଶକ୍ତି ଦେଖାଇଲେ(A)
20 ତା’ ପରଦିନ ସକାଳେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ସେହି ଡିମ୍ବିରିଗଛ ଥିବା ବାଟ ଦେଇ ଆସିଲେ। ସେମାନେ ଡିମ୍ବିରିଗଛକୁ ମୂଳରୁ ଶୁଖି ମରି ଯାଇଥିବାର ଦେଖିଲେ। 21 ସେତେବେଳେ ପିତର ଡିମ୍ବିରିଗଛକୁ ମନେ ପକେଇଲେ ଓ ଯୀଶୁଙ୍କୁ କହିଲେ, “ହେ ଗୁରୁ, ଦେଖ; ଗତ କାଲି ତୁମ୍ଭେ ଯେଉଁ ଡିମ୍ବିରିଗଛକୁ ଅଭିଶାପ ଦେଇଥିଲ, ସେ ଗଛ ଆଜି ଶୁଖି ମରି ଯାଇଛି।”
22 ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ। 23 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି: ଯଦି କେହି ଲୋକ ଏହି ପର୍ବତକୁ କହିବ, ‘ତୁ ଉପୁଡ଼ି ସମୁଦ୍ରରେ ଯାଇ ପଡ଼ିଯା,’ ଏବଂ ଯଦି ଲୋକଟିର ମନରେ କୌଣସି ପ୍ରକାର ସନ୍ଦେହ ନ ଥାଇ ବିଶ୍ୱାସ କରିବ ଯେ, ସେ ଯାହା କହିଛି ତାହା ଘଟିବ, ତେବେ ପରମେଶ୍ୱର ତା’ ପାଇଁ ତାହା କରି ଦେବେ। 24 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ପ୍ରାର୍ଥନା କଲାବେଳେ ଯାହା ମାଗୁଛ, ବିଶ୍ୱାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତେବେ ପ୍ରକୃତରେ ତାହା ତୁମ୍ଭେ ପାଇବ।
2010 by World Bible Translation Center