Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 126

ଦାଉଦଙ୍କର ଏକ ମନ୍ଦିର ଆରୋହଣ ଗୀତ।

126 ଯେତେବେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି।
    ଏହା ଏକ ସ୍ୱପ୍ନ ତୁଲ୍ୟ ଥିଲା।
ଆମ୍ଭେମାନେ ଖୁସୀରେ ପୂର୍ଣ୍ଣ ହୋଇଥିଲୁ ଏବଂ ଖୁସୀରେ ଗୀତ ଗାଇଲୁ।
    ଅନ୍ୟ ଜାତିର ଲୋକମାନେ କହିଲେ,
    “ସଦାପ୍ରଭୁ ସେମାନଙ୍କ ପାଇଁ ମହତ କର୍ମ କଲେ।”
ହଁ, ସଦାପ୍ରଭୁ ଆମ୍ଭ ପାଇଁ ମହତ କର୍ମ କଲେ,
    ତହିଁରେ ଆମ୍ଭେମାନେ ଖୁସୀ ଅଟୁ।

ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର,
    ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ।
ଜଣେ ଲୋକ ବିହନ ବୁଣିବା ସମୟରେ ଦୁଃଖ ପାଇଥାଏ,
    କିନ୍ତୁ ସେ ଅମଳ ସମୟରେ ବହୁତ ଖୁସୀ ହୁଏ।
ଯଦିଓ ସେ ବିହନ କାନ୍ଦି କାନ୍ଦି ଆପଣା କ୍ଷେତକୁ ନେଇଯାଏ,
    ତଥାପି ସେ ଅମଳ ଘରକୁ ଆଣିବା ସମୟରେ ଖୁସୀ ହୁଏ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 19:18-25

18 ସେ ସମୟରେ, ମିଶରର ପାଞ୍ଚୋଟି ନଗରରେ ଲୋକ କିଣାନୀୟ ଭାଷା କହିବେ, ସେମାନେ ସଦାପ୍ରଭୁ ସର୍ବଶକ୍ତିମାନଙ୍କୁ ଅନୁସରଣ କରିବେ ବୋଲି ଶପଥ ନେବେ। ସେହି ପାଞ୍ଚ ନଗରମାନଙ୍କ ମଧ୍ୟରୁ ଏକ ନଗର, “ଉତ୍ପାଟନ ନଗର” ନାମରେ ଖ୍ୟାତ ହେବ।

19 ସେହି ସମୟରେ ମିଶରର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ପାଇଁ ଏକ ଯଜ୍ଞବେଦି ହେବ ଏବଂ ତାହାର ସୀମା ନିକଟରେ ସଦାପ୍ରଭୁଙ୍କୁ ସମ୍ମାନ ଜଣାଇବା ପାଇଁ ଏକ ସ୍ତମ୍ଭ ରହିବ। 20 ସଦାପ୍ରଭୁ ସର୍ବଶକ୍ତିମୟ ମହାନ ବସ୍ତୁର ସୃଷ୍ଟିକର୍ତ୍ତା ବୋଲି ଏହା ତା’ର ସଙ୍କେତ ହେବ। ଯେକୌଣସି ସମୟରେ ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ଭିକ୍ଷା କରିବେ, ସଦାପ୍ରଭୁ ସାହାଯ୍ୟ ପଠାଇବେ। ଲୋକମାନଙ୍କ ପ୍ରତିରକ୍ଷା ପାଇଁ ସଦାପ୍ରଭୁ ଜଣେ ବ୍ୟକ୍ତିକୁ ପ୍ରେରଣ କରିବେ। ସେହି ବ୍ୟକ୍ତିଟି ଦୁଷ୍କର୍ମ କରୁଥିବା ଲୋକମାନଙ୍କଠାରୁ ଅନ୍ୟମାନଙ୍କୁ ରକ୍ଷା କରିବ।

21 ସେହି ଦିନ ମିଶରୀୟମାନେ ସଦାପ୍ରଭୁଙ୍କର ପ୍ରକୃତ ପରିଚୟ ପାଇବେ। ସେମାନେ ପରମେଶ୍ୱରଙ୍କୁ ପ୍ରେମ କରିବେ। ସେମାନେ ତାଙ୍କୁ ସେବା କରିବେ ଓ ତାଙ୍କ ଉଦ୍ଦେଶ୍ୟରେ ବଳିଦାନ ଦେବେ। ଆଉ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶପଥ ନେବେ ଓ ସେ ଶପଥ ପାଳନ କରିବେ। 22 ସଦାପ୍ରଭୁ ମିଶରୀୟମାନଙ୍କୁ ଦଣ୍ଡ ଦେବେ। ଆଉ ମଧ୍ୟ ସେମାନଙ୍କୁ ସେ କ୍ଷମା ଦେବେ। ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟକୁ ଗ୍ଭଲି ଆସିବେ। ସଦାପ୍ରଭୁ ସେମାନଙ୍କର ପ୍ରାର୍ଥନା ଶୁଣିବେ ଓ ସେମାନଙ୍କୁ କ୍ଷମା ଦେବେ।

23 ସେହି ସମୟରେ ମିଶରରୁ ଅଶୂର ପର୍ଯ୍ୟନ୍ତ ଏକ ରାଜପଥ ନିର୍ମିତ ହେବ। ତା’ପରେ ଅଶୂରର ଲୋକମାନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ। 24 ସେ ସମୟରେ ଇସ୍ରାଏଲ, ଅଶୂର ଓ ମିଶର ଏକତ୍ରିତ ହେବେ ଓ ରାଜ୍ୟକୁ ନିୟନ୍ତ୍ରଣ କରିବେ। ଏମାନେ ପୃଥିବୀ ପାଇଁ ଆଶୀର୍ବାଦର ପାତ୍ର ହେବେ। 25 ସଦାପ୍ରଭୁ ସର୍ବଶକ୍ତିମାନ ଏ ଦେଶଗୁଡ଼ିକୁ ଆଶୀର୍ବାଦ କରିବେ। ସେ କହିବେ, “ହେ ମିଶରୀୟମାନେ, ତୁମ୍ଭେମାନେ ମୋର ଲୋକ। ଅଶୂର ମୁଁ ତୁମ୍ଭକୁ ତିଆରି କରିଛି। ତୁମ୍ଭେମାନେ ସମସ୍ତେ ଆଶୀର୍ବାଦର ପାତ୍ର।”

ପିତରଙ୍କ ଦ୍ୱିତୀୟ ପତ୍ର 1:2-15

ଅନୁଗ୍ରହ ଓ ଶାନ୍ତି ପ୍ରଚୁର ଭାବେ ତୁମ୍ଭକୁ ମିଳୁ। ତୁମ୍ଭେମାନେ ପ୍ରକୃତରେ ପରମେଶ୍ୱରଙ୍କୁ ଓ ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ଜାଣିଥିବାରୁ ତୁମ୍ଭେ ଅନୁଗ୍ରହ ଓ ଶାନ୍ତି ପାଇବ।

ପରମେଶ୍ୱର ସବୁ ଆବଶ୍ୟକୀୟ ବିଷୟ ଦେଇଛନ୍ତି

ଯୀଶୁଙ୍କଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଆମ୍ଭର ଜୀବନଯାପନ ପାଇଁ ଓ ପରମେଶ୍ୱରଙ୍କୁ ସେବା କରିବା ପାଇଁ ଯାହାକିଛି ଦରକାର ସେ ସବୁ ଆପଣା ଶକ୍ତିରେ ଆମ୍ଭକୁ ଦେଇଛନ୍ତି। ଆମ୍ଭେ ତାହାଙ୍କୁ ଜାଣିଛୁ ବୋଲି ଏହାସବୁ ପାଇଛୁ। ଯୀଶୁ ଆପଣା ମହିମା ଓ ଉତ୍ତମତାରେ ଆମ୍ଭମାନଙ୍କୁ ଡାକିଛନ୍ତି। ଯୀଶୁ ନିଜ ମହିମା ଓ ଉତ୍ତମତା ହେତୁ, ପ୍ରତିଜ୍ଞା କରିଥିବା ଅତି ମୂଲ୍ୟବାନ୍ ଓ ମହତ ବିଷୟ ଗୁଡ଼ିକ ଆମ୍ଭକୁ ଦେଇଛନ୍ତି। ସେହି ଦାନଗୁଡ଼ିକ ସାହାଯ୍ୟରେ ତୁମ୍ଭେ ପରମେଶ୍ୱରଙ୍କ ଆଚରଣର ଅଂଶ ହୋଇପାରିବ। ଏହା ଦ୍ୱାରା ଜଗତରେ ଥିବା ମନ୍ଦ ବିଷୟ ଗୁଡ଼ିକ ତୁମ୍ଭକୁ ନଷ୍ଟ କରି ପାରିବ ନାହିଁ।

ଯେହେତୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠାରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ଯ୍ୟନ୍ତ ପରିଶ୍ରମ କରିବା ଉଚିତ୍। ନିଜ ବିଶ୍ୱାସରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣରେ ଜ୍ଞାନ, ଜ୍ଞାନରେ ଆତ୍ମସଂଯମତା, ଆତ୍ମସଂଯମତାରେ ଧୈର୍ଯ୍ୟ ଓ ଧୈର୍ଯ୍ୟରେ ପରମେଶ୍ୱରଙ୍କ ସେବା, ପରମେଶ୍ୱରଙ୍କ ସେବାରେ ଖ୍ରୀଷ୍ଟ ଭାଇ ଓ ଭଉଣୀମାନଙ୍କ ପ୍ରତି ଦୟାଭାବ, ଓ ଏହି ଦୟାରେ ପ୍ରେମକୁ ଯୋଗ କର। ଯଦି ଏସମସ୍ତ ବିଷୟ ତୁମ୍ଭ ଭିତରେ ଅଛି ଓ ବୃଦ୍ଧି ପାଇ ଗ୍ଭଲିଛି, ତା’ହେଲେ ତୁମ୍ଭେ କେବେ ହେଲେ ଶିଥିଳ ହେବ ନାହିଁ। ସେଗୁଡ଼ିକ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ପାଇବା ପାଇଁ କେବେ ହେଲେ ତୁମ୍ଭକୁ ମୂଲ୍ୟହୀନ ହେବାକୁ ଦେବ ନାହିଁ। ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା’ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।

10 ମୋ’ ଭାଇ ଭଉଣୀମାନେ, ପରମେଶ୍ୱର ତୁମ୍ଭକୁ ଡାକି ମନୋନୀତ କରି ନିଜର କରିଛନ୍ତି। ତୁମ୍ଭର ସର୍ବୋତ୍ତମ କାର୍ଯ୍ୟ ଦ୍ୱାରା ପ୍ରମାଣିତ କରିବାକୁ ଚେଷ୍ଟା କର ଯେ, ତୁମ୍ଭେ ପରମେଶ୍ୱରଙ୍କ ଦ୍ୱାରା ଡକା ଯାଇଛ ଓ ବଚ୍ଛା ଯାଇଛ ଏବଂ ଏପରି କାର୍ଯ୍ୟ କଲେ ତୁମ୍ଭେ କେବେ ହେଲେ ଝୁଣ୍ଟିବ ନାହିଁ। 11 ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ରାଜ୍ୟରେ ତୁମ୍ଭକୁ ସ୍ୱାଗତ କରାଯିବ। ସେହି ରାଜ୍ୟ ଅନନ୍ତକାଳସ୍ଥାୟୀ ଅଟେ।

12 ତୁମ୍ଭେ ଏହି କଥା ଜାଣ। ତୁମ୍ଭଠାରେ ବର୍ତ୍ତମାନ ଥିବା ସତ୍ୟରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେପକାଇବା ପାଇଁ ସାହାଯ୍ୟ କରୁଥିବି। 13 ମୁଁ ଶରୀରରେ ବଞ୍ଚିଥିବା ପର୍ଯ୍ୟନ୍ତ, ଏ କଥା ତୁମ୍ଭକୁ ମନେ ପକାଉଥିବାରେ ସାହାଯ୍ୟ କରିବି, ଏହା ଉଚିତ୍ ବୋଲି ମୁଁ ମନେ କରେ। 14 ମୁଁ ଜାଣେ ଯେ, ମୁଁ ଶୀଘ୍ର ମୋର ଶରୀର ତ୍ୟାଗ କରିବି। ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ତାହା ଦେଖାଇଛନ୍ତି। 15 ତୁମ୍ଭେମାନେ ଏହିକଥା ସର୍ବଦା ମନେରଖିବା ପାଇଁ ମୁଁ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବି। ମୁଁ ଗ୍ଭଲିଗଲା ପରେ ମଧ୍ୟ ତୁମ୍ଭେ ଯେପରି ଏ କଥା ମନେ ରଖିବ, ଏହା ମୁଁ ଗ୍ଭହେଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center