Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ “ଶୋଶନ୍ନୀମ୍-ଏଦୂତ୍” ସ୍ୱରରେ ଆସଫର ଗୀତ।
80 ହେ ଇସ୍ରାଏଲର ପାଳକ, କର୍ଣ୍ଣପାତ କର।
ତୁମ୍ଭେ ଯୋଷେଫର ଲୋକମାନଙ୍କୁ ମେଷପରି ନେତୃତ୍ୱ କରିଅଛ।
କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ,
ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
2 ଇଫ୍ରୟିମ, ବିନ୍ୟାମୀନ, ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଦେଖାଅ
ଓ ଆସ ଓ ଆମ୍ଭମାନଙ୍କୁ ରକ୍ଷା କର।
3 ହେ ପରମେଶ୍ୱର, ପୁନ୍ନରାୟ ଆମ୍ଭମାନଙ୍କୁ ବଳବାନ୍ କର।
ଆମ୍ଭକୁ ପ୍ରଫୁଲ୍ଲ କର ଓ ରକ୍ଷା କର।
4 ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ?
କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?
5 ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ।
ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।
6 ତୁମ୍ଭେ ଆମ୍ଭର ପ୍ରତିବାସୀଗଣ ଦ୍ୱାରା ଆମ୍ଭମାନଙ୍କୁ ଘୃଣା କରେଇଲ।
ପୁଣି ଆମ୍ଭର ଶତ୍ରୁମାନେ ଆମ୍ଭମାନଙ୍କୁ ଉପହାସ କଲେ।
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ପୁନର୍ବାର ବଳବାନ୍ କର।
ଆମ୍ଭମାନଙ୍କ ଉପରେ ପ୍ରଫୁଲ୍ଲ ହୁଅ ଓ ରକ୍ଷା କର।
7-8 “କୌଣସି ରମଣୀ ଗର୍ଭବେଦନା ପାଇଲା ପରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବେଦନା ପୂର୍ବେ ସେ ପ୍ରସବ କଲା। ଏ ପ୍ରକାର କିଏ ଶୁଣି ଅଛି? ଏ ପ୍ରକାର କିଏ ଦେଖିଅଛି? ଏକ ଦିନରେ କ’ଣ କୌଣସି ଦେଶ ଜନ୍ମ ନେବ? କୌଣସି ଗୋଷ୍ଠୀକୁ କ’ଣ ଲୋକେ ଏକା ବେଳେକେ ଜନ୍ମ ଦେବେ? ସିୟୋନ ଗର୍ଭବେଦନା ପାଇଲାମାତ୍ରେ ସେ ତା’ର ସନ୍ତାନଗଣଙ୍କୁ ପ୍ରସବ କଲା। 9 ସଦାପ୍ରଭୁ କୁହନ୍ତି, ଆମ୍ଭେ କ’ଣ ପ୍ରସବ କାଳ ଉପସ୍ଥିତ କରାଇ ପ୍ରସବ କରାଇବା ନାହିଁ?”
ପୁଣି ତୁମ୍ଭର ପରମେଶ୍ୱର କୁହନ୍ତି, “ଆମ୍ଭେ ପ୍ରସବ କରାଉଥିବା ବ୍ୟକ୍ତି, କ’ଣ ଗର୍ଭରୋଧ କରି ପାରିବା?”
10 ଯିରୁଶାଲମକୁ ପ୍ରେମ କରୁଥିବା ତୁମ୍ଭେମାନେ ସମସ୍ତେ ତା’ ସହିତ ଆନନ୍ଦ କର ଓ ତା’ ପାଇଁ ଉଲ୍ଲସିତ ହୁଅ।
ପୁଣି ତା’ ପାଇଁ ଶୋକ କରୁଥିବା ତୁମ୍ଭେମାନେ ସମସ୍ତେ ତା’ର ଆନନ୍ଦ ପାଇଁ ଉଲ୍ଲାସ କର।
11 ତହିଁରେ ତୁମ୍ଭେମାନେ ତାହାର
ଦୟାରୂପ ସ୍ତନ୍ୟପାନ କରି ତୃପ୍ତ ହେବ;
ତୁମ୍ଭେମାନେ ତା’ର “ଦୁଗ୍ଧ” ଦୋହନ କରି
ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
ଯିରୁଶାଲମରେ ଯୀଶୁଙ୍କର ମୃତ୍ୟୁ ହେବ(A)
31 ସେହି ସମୟରେ କେତେକ ଫାରୂଶୀ ଯୀଶୁଙ୍କ ପାଖକୁ ଆସିଲେ। ସେମାନେ କହିଲେ, “ଏଠାରୁ ଗ୍ଭଲିଯାଇ ଲୁଚିଯାଆନ୍ତୁ। ହେରୋଦ ଆପଣଙ୍କୁ ମାରିଦେବା ପାଇଁ ଗ୍ଭହୁଁଛନ୍ତି।”
32 ଯୀଶୁ ସେମାନଙ୍କୁ କହିଲେ, “ଯାଅ, ସେହି କୋକିଶିଆଳିକୁ କୁହ, ‘ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦେହରୁ ଭୂତମାନଙ୍କୁ ତଡ଼ି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା’ ପରଦିନ ମୋର କାମ ସରିଯିବ। 33 କିନ୍ତୁ ମୁଁ ଏସବୁ କାର୍ଯ୍ୟ ଆଜି ଓ ଆସନ୍ତା କାଲି ନିଶ୍ଚୟ କରିବି। ତା’ପରେ ମୁଁ ଯିବି। କାରଣ ସମସ୍ତ ଭବିଷ୍ୟଦ୍ବକ୍ତା ଯିରୁଶାଲମରେ ମରନ୍ତି।
34 “ଯିରୁଶାଲମ, ହେ ଯିରୁଶାଲମ! ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ୱର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡ଼ି ମାରି ଦେଇଛ। ମୁଁ ଅନେକ ଥର ତୁମ୍ଭ ଲୋକମାନଙ୍କୁ ସାହାଯ୍ୟ କରିବାକୁ ଗ୍ଭହିଁଛି। ଗୋଟିଏ କୁକୁଡ଼ା ତା’ର ପକ୍ଷତଳେ କୁକୁଡ଼ା ଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଗ୍ଭହିଁଥିଲି। କିନ୍ତୁ ତୁମ୍ଭେମାନେ ମୋତେ ତାହା କରେଇ ଦେଲ ନାହିଁ। 35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’ [a], ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’”
2010 by World Bible Translation Center