Revised Common Lectionary (Semicontinuous)
ଶଲୋମନଙ୍କର ଗୀତ।
72 ହେ ପରମେଶ୍ୱର, ରାଜାଙ୍କୁ ସାହାଯ୍ୟ କର, ଯାହା ଫଳରେ ସେ ତୁମ୍ଭ ପରି ବିବେକବାନ ନ୍ୟାୟ ପ୍ରଦାନ କରିବେ।
ତୁମ୍ଭର ନ୍ୟାୟ ପରାୟଣ ରାଜପୁତ୍ରମାନଙ୍କୁ ଦିଅ।
2 ରାଜାଙ୍କୁ ସାହାଯ୍ୟ କର, ଯେପରି ସେ ତୁମ୍ଭର ଲୋକମାନଙ୍କୁ ସୁବିଗ୍ଭର ଦେଇ ପାରିବ।
ତାଙ୍କୁ ସାହାଯ୍ୟ କର, ଯେପରି ସେ ଗରିବ ଲୋକମାନଙ୍କୁ ଉଚିତ୍ ବ୍ୟବହାର କରିବ।
3 ପର୍ବତ ଏବଂ ପାହାଡ଼ଗୁଡ଼ିକ ଶାନ୍ତି
ଏବଂ ନ୍ୟାୟପୂର୍ଣ୍ଣ ବିଗ୍ଭର କରନ୍ତୁ।
4 ରାଜା ଦୀନହୀନ ଲୋକମାନଙ୍କ ପ୍ରତି ନ୍ୟାୟକାରୀ ରୁହନ୍ତୁ।
ସେ ଅସହାୟ ଲୋକମାନଙ୍କୁ ସହାୟତା କରନ୍ତୁ।
ସେ ଏମାନଙ୍କ ଉପରେ ଉପଦ୍ରବ କରୁଥିବା ଲୋକମାନଙ୍କୁ ଦଣ୍ଡିତ କରନ୍ତୁ।
5 ମୁଁ ଆଶା କରେ ସୂର୍ଯ୍ୟ ଓ ଚନ୍ଦ୍ର ଆକାଶରେ ଥିବା ପର୍ଯ୍ୟନ୍ତ
ଲୋକମାନେ ତୁମ୍ଭକୁ ପୁରୁଷାନୁକ୍ରମେ ଭୟ କରିବେ। [a]
6 ଭୂମିରେ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଜଳଧାରା ତୁଲ୍ୟ ତୁମ୍ଭେ ରାଜାଙ୍କୁ ସହାୟ ହୁଅ।
କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହେବା ପାଇଁ ତାଙ୍କୁ ସାହାଯ୍ୟ କର।
7 ଯେପର୍ଯ୍ୟନ୍ତ ରାଜା ଅଛନ୍ତି, ଧାର୍ମିକତା ବୃଦ୍ଧି ହେଉ।
ଚନ୍ଦ୍ର ଲୁପ୍ତ ନ ହେବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ସ୍ଥାପିତ ହେଉ।
8 ତାଙ୍କର ରାଜ୍ୟ ସମୁଦ୍ରରୁ ସମୁଦ୍ର ପର୍ଯ୍ୟନ୍ତ
ଏବଂ ଫରାତ୍ ନଦୀଠାରୁ ଶେଷ ଧରଣୀକୁ ବ୍ୟାପି ଯାଉ।
9 ମରୁଭୂମିରେ ବାସ କରୁଥିବା ଲୋକମାନେ ତାଙ୍କ ସମ୍ମୁଖରେ ନତ ହେବେ।
ତାହାଙ୍କ ଶତ୍ରୁଗଣ ଅଧୋମୁଖ ହୋଇ ନତ ମସ୍ତକ ହେବେ।
10 ତର୍ଶୀଶର ରାଜା ଓ ଅନ୍ୟ ସୁଦୂର ରାଜାଗଣ ତାଙ୍କ ପାଇଁ ଉପହାର ଆଣନ୍ତୁ।
ଶିବାର ଓ ସିବାର ରାଜାଗଣ ତାଙ୍କ ପାଇଁ ଭେଟି [b] ଆଣନ୍ତୁ।
11 ହଁ ସବୁ ରାଜାଗଣ ଆମ୍ଭ ରାଜାଙ୍କ ସମ୍ମୁଖରେ ନତ ମସ୍ତକ ହୁଅନ୍ତୁ।
ସବୁ ଜାତିଗଣର ଲୋକମାନେ ତାଙ୍କର ସେବା କରନ୍ତୁ।
12 ଆମ୍ଭର ରାଜା ସାହାଯ୍ୟ କରନ୍ତି, ଯେଉଁମାନେ ତାଙ୍କୁ ଡାକନ୍ତି,
ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।
13 ଦରିଦ୍ର ଓ ନିଃସହାୟ ଲୋକମାନଙ୍କର ସେ ଯତ୍ନ ନିଅନ୍ତି।
ରାଜା ସେମାନଙ୍କୁ ଜୀବିତ ରଖନ୍ତି।
14 ଆମ୍ଭ ରାଜା ସେମାନଙ୍କୁ ଦୁଷ୍ଟ ଲୋକମାନଙ୍କଠାରୁ ରକ୍ଷା କରିବେ ଯେଉଁମାନେ କି ସେମାନଙ୍କୁ ଦୁଃଖ ଦେବା ପାଇଁ ଗ୍ଭହୁଁଛନ୍ତି।
ରାଜାଙ୍କ ପାଇଁ ସେଇ ଦରିଦ୍ର ଲୋକମାନଙ୍କର ଜୀବନ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ।
15 ରାଜା ଦୀର୍ଘଜୀବୀ ହୁଅନ୍ତୁ
ଏବଂ ତାଙ୍କୁ ଶିବାର ସ୍ୱର୍ଣ୍ଣ ହସ୍ତଗତ ହେଉ।
ଲୋକମାନେ ରାଜାଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରନ୍ତୁ
ଏବଂ ତାଙ୍କୁ ସର୍ବଦା ଆଶୀର୍ବାଦ ଦିଅନ୍ତୁ।
16 କ୍ଷେତରେ ପ୍ରଚୁର ପରିମାଣର ଫସଲ ହେଉ।
ପର୍ବତଗୁଡ଼ିକ ମଧ୍ୟ ଫସଲରେ ପୂର୍ଣ୍ଣ ହୋଇ
ଲିବାନୋନ୍ କ୍ଷେତ ତୁଲ୍ୟ ଉର୍ବର ହେଉ।
କ୍ଷେତଗୁଡ଼ିକ ତୃଣରେ ପୂର୍ଣ୍ଣ ହେଲା ପରି ନଗରଗୁଡ଼ିକ ଜନ ଗହଳିରେ ପୂର୍ଣ୍ଣ ହେଉ।
17 ରାଜାଙ୍କର ପ୍ରସିଦ୍ଧ ସର୍ବଦା ଅକ୍ଷୁର୍ଣ୍ଣ ରହୁ।
ଆକାଶରେ ସୂର୍ଯ୍ୟ ଥିବା ପର୍ଯ୍ୟନ୍ତ ଲୋକମାନେ ତାଙ୍କର ନାମକୁ ମନେ ରଖନ୍ତୁ।
ସମସ୍ତ ପ୍ରଜା ତାଙ୍କ ଯୋଗୁଁ ଆଶୀର୍ବାଦ ପାଆନ୍ତୁ
ଓ ସମସ୍ତ ଜାତିଗଣ ତାଙ୍କୁ ପ୍ରଶଂସା କରନ୍ତୁ।
18 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅଟନ୍ତି।
ଅନନ୍ତର ପରମେଶ୍ୱରଙ୍କର ଗୁଣଗାନ କର।
କେବଳ ପରମେଶ୍ୱର ହିଁ ଏହିପରି ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରନ୍ତି।
19 ତାଙ୍କର ଗୌରବାନ୍ୱିତ ନାମର ମହିମା ଅନନ୍ତକାଳ ପର୍ଯ୍ୟନ୍ତ ଗାନ କର।
ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ!
ଆମେନ୍, ଆମେନ୍।
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନା ସବୁ ଏଠାରେ ଶେଷ ହୁଏ।
ନବୂଖଦ୍ନିତ୍ସରଙ୍କ ସ୍ୱପ୍ନ
2 ଅନନ୍ତର ନବୂଖଦ୍ନିତ୍ସର ରାଜତ୍ୱର ଦ୍ୱିତୀୟ ବର୍ଷରେ କେତେକ ସ୍ୱପ୍ନ ଦେଖିଲେ। ଏଥିରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ସେ ଶୋଇ ପାରିଲେ ନାହିଁ। 2 ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ।
3 ରାଜା ସେମାନଙ୍କୁ କହିଲେ, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି. ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ଆତ୍ମା ଉଦ୍ବିଗ୍ନ ହେଉଅଛି।”
4 ତା’ପରେ କଲ୍ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”
5 ରାଜା କଲ୍ଦୀୟମାନଙ୍କୁ କହିଲେ, “ମୁଁ ଯାହା ସପ୍ନ ଦେଖିଥିଲି, ସେ ବିଷୟରେ ତୁମ୍ଭେମାନେ ମୋତେ କହିବା ଉଚିତ୍। ଏବଂ ତା’ପରେ ତୁମ୍ଭେମାନେ ମୋତେ ଏହାର ଅର୍ଥ କହିବା ଉଚିତ୍। ଯଦି ତୁମ୍ଭେମାନେ ସ୍ୱପ୍ନ ବିଷୟରେ ବା ଏହାର ଅର୍ଥ ମୋତେ ନ କୁହ, ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଆଦେଶ ଦେବି। ଏବଂ ତୁମ୍ଭର ଗୃହସବୁ ଧୂଳିସାତ କରି ଖତରେ ପରିଣତ କରାଯିବ। 6 ଆଉ ଯେବେ ତୁମ୍ଭେମାନେ ସ୍ୱପ୍ନ ଓ ତାହାର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଉପହାର, ପୁରସ୍କାର ଓ ସମ୍ମାନ ପାଇବ। ଏଣୁ ସେହି ସ୍ୱପ୍ନ ଓ ତାହାର ଅର୍ଥ ମୋତେ କୁହ।”
7 ପୁନର୍ବାର ବିଜ୍ଞ ବ୍ୟକ୍ତିମାନେ ରାଜାଙ୍କୁ କହିଲେ, “ମହାରାଜ, ଆପଣ ଦାସମାନଙ୍କୁ ସ୍ୱପ୍ନଟି ଜଣାନ୍ତୁ। ତାହାହେଲେ ଆମ୍ଭେମାନେ ତାହାର ଅର୍ଥ ପ୍ରକାଶ କରିବୁ।”
8 ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି। 9 ମାତ୍ର ତୁମ୍ଭେମାନେ ଯଦି ମୋତେ ସେହି ସ୍ୱପ୍ନ ବିଷୟରେ ନ ଜଣାଅ ତେବେ ତୁମ୍ଭେମାନେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡ଼ାଇବା ପାଇଁ ତୁମ୍ଭେମାନେ ମୋ’ ସମ୍ମୁଖରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ ହୋଇଅଛ। ଏଣୁ ତୁମ୍ଭେମାନେ ସ୍ୱପ୍ନଟି ମୋତେ କୁହ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”
10 କଲ୍ଦୀୟମାନେ ଉତ୍ତର ଦେଇ କହିଲେ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ୱପ୍ନ ବିଷୟ ପ୍ରକାଶ କରି ପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଗ୍ଭରି ନାହାନ୍ତି। 11 ଏବଂ ମହାରାଜ ଏକ ଅସାଧାରଣ ପ୍ରଶ୍ନ କରିଛନ୍ତି। କେବଳ ଦେବତାମାନେ ସେହି ପ୍ରଶ୍ନର ଉତ୍ତର ଦେଇ ପାରିବେ। କିନ୍ତୁ ଦେବତାମାନେ ଲୋକମାନଙ୍କ ସହିତ ବାସ କରନ୍ତି ନାହିଁ।”
12 ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ। 13 ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା’ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ।
14 ଅରିୟୋକ୍ ନାମକ ଜଣେ ରାଜ ସେନାପତି ରାଜରକ୍ଷୀମାନଙ୍କର ନେତୃତ୍ୱ ନେଲେ। ସେ ଯେତେବେଳେ ବାବିଲୀୟ ବିଦ୍ୱାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତେବେଳେ ଦାନିୟେଲ ତାଙ୍କୁ ଜ୍ଞାନରେ ଓ ସୁବିବେଚନାରେ ଉତ୍ତର ଦେଲେ। 15 ଦାନିୟେଲ ଅରିୟୋକ୍କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?”
ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ। 16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।
17 ତା’ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା’ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ। 18 ଦାନିୟେଲ ତା’ର ସାଙ୍ଗମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ୱର୍ଗସ୍ଥ ପରମେଶ୍ୱର ନିଗୂଢ଼ ତଥ୍ୟ ଜଣାଇଲେ, ସେ ଓ ତା’ର ସାଙ୍ଗମାନେ ମୃତ୍ୟୁମୁଖରୁ ରକ୍ଷା ପାଇବେ।
19 ଏହା ପରେ ପରମେଶ୍ୱର ଦାନିୟେଲକୁ ଦର୍ଶନ ଦେଇ ଗୁପ୍ତ ବିଷୟରେ ଜଣାଇଲେ। ତହୁଁ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ଧନ୍ୟବାଦ କଲେ।
କିଭଳି ଜୀବନ-ଯାପନ କରିବା ଉଚିତ୍
17 ପ୍ରଭୁଙ୍କ ନାମରେ ମୁଁ ସତର୍କ କରି ଦେଉଛି ଯେ ଅବିଶ୍ୱାସୀ ଲୋକଙ୍କ ଭଳି ଜୀବନଯାପନ କର ନାହିଁ। ସେମାନଙ୍କ ବିଗ୍ଭରର କିଛି ମୂଲ୍ୟ ନାହିଁ। 18 ସେମାନେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସେମାନେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ୱର ପ୍ରଦତ୍ତ ଜୀବନ ସେମାନେ ପାଇ ପାରିବେ ନାହିଁ। 19 ସେମାନଙ୍କର ଲଜ୍ଜା ନାହିଁ। ସେମାନେ ମନ୍ଦ କାର୍ଯ୍ୟ କରି ଜୀବନଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସେମାନଙ୍କର ଇଚ୍ଛା। 20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟରେ ଯାହା ଶିଖିଲ, ସେଗୁଡ଼ିକ ଏହି ମନ୍ଦ କାମଠାରୁ ଭିନ୍ନ। 21 ମୁଁ ଜାଣେ ତୁମ୍ଭେମାନେ ତାହାଙ୍କ ବିଷୟରେ ଶୁଣିଛ। ତୁମ୍ଭେ ତାଙ୍କଠାରେ ଅଛ, ସେଥିପାଇଁ ତୁମ୍ଭକୁ ସତ୍ୟ ଶିକ୍ଷା ଦିଆଯାଇଛି। ସେହି ସତ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ଅଛି। 22 ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ିଦିଅ। କାରଣ ଲୋକମାନେ ମନ୍ଦକାର୍ଯ୍ୟ କରିବାକୁ ଭଲ ପାଇବାରୁ ତଦ୍ଦ୍ୱାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳରେ ପୁରୁଣା ରୂପ ଦ୍ୱାରା ମନ୍ଦ ଆହୁରି ହୋଇଯାଏ। 23 ମାତ୍ର, ତୁମ୍ଭମାନଙ୍କୁ ହୃଦୟରେ ଓ ଭାବନାରେ ନୂତନ ହେବାକୁ ପଡ଼ିବ। 24 ତୁମ୍ଭକୁ ସମ୍ପୂର୍ଣ୍ଣ ନୂତନ ବ୍ୟକ୍ତି ସ୍ୱରୂପ ହୋଇ ପରମେଶ୍ୱରଙ୍କ ଭଳି ପ୍ରକୃତରେ ଭଲ ଓ ପବିତ୍ର ହେବାକୁ ପଡ଼ିବ।
25 ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ୟ କୁହ, ଯେହେତୁ ଆମ୍ଭେ ସମସ୍ତେ ଗୋଟିଏ ଦେହର ଅଙ୍ଗପ୍ରତ୍ୟଙ୍ଗ ଅଟୁ। 26 ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ। 27 ଦିନସାରା କ୍ରୋଧ କର ନାହିଁ। ତୁମ୍ଭକୁ ପରାସ୍ତ କରିବା ନିମନ୍ତେ ଶୟତାନକୁ ସୁଯୋଗ ଦିଅ ନାହିଁ। 28 ଗ୍ଭେର ଗ୍ଭେରି କରିବା ବନ୍ଦ କରୁ। ସେ କାମ କରିବା ଆରମ୍ଭ କରୁ ଓ ନିଜ ହାତକୁ ଭଲ କାମରେ ଲଗାଉ। ତା’ହେଲେ ସେ ଗରିବ ଲୋକମାନଙ୍କୁ କିଛି ସାହାଯ୍ୟ କରି ପାରିବ।
29 ଯେତେବେଳେ ତୁମ୍ଭେ କଥାବାର୍ତ୍ତା କର, ସେତେବେଳେ କୌଣସି ଖରାପ ଶବ୍ଦ ଉଚ୍ଚାରଣ କର ନାହିଁ। ଏପରି କଥା କୁହ, ଯାହା ଲୋକମାନଙ୍କର ପ୍ରୟୋଜନ ଥିବ ଓ ସେମାନଙ୍କୁ ଶକ୍ତିଶାଳୀ କରିବା ପାଇଁ ସାହାଯ୍ୟ କରି ପାରୁଥିବ। ଏହା ଦ୍ୱାରା ଯେଉଁମାନେ ତୁମ୍ଭମାନଙ୍କର କଥା ଶୁଣନ୍ତି, ସେମାନଙ୍କର ମଙ୍ଗଳ ହେବ। 30 ପବିତ୍ରଆତ୍ମାଙ୍କୁ ଦୁଃଖ ଦିଅ ନାହିଁ। ତୁମ୍ଭେ ଯେ ପରମେଶ୍ୱରଙ୍କର ଅଟ ଏହା ସେ ଆତ୍ମା ପ୍ରମାଣ ଦିଅନ୍ତି। ଉଚିତ୍ ସମୟ ଉପସ୍ଥିତ ହେଲେ ପରମେଶ୍ୱର ତୁମ୍ଭକୁ ସ୍ୱାଧୀନତା ପ୍ରଦାନ କରିବେ। ଏହା ଦର୍ଶାଇବା ପାଇଁ ସେ ପବିତ୍ରଆତ୍ମାଙ୍କୁ ଦେଇଅଛନ୍ତି। 31 କେବେ ହେଲେ କଟୁ ହୁଅ ନାହିଁ, ରାଗ ନାହିଁ, କ୍ରୋଧ କର ନାହିଁ, ଉତ୍ତେଜିତ ହୁଅ ନାହିଁ। କ୍ରୋଧରେ ପାଟି କର ନାହିଁ, ବା ଅନ୍ୟମାନଙ୍କୁ ଆଘାତ ଦେଲାଭଳି କଥା କୁହ ନାହିଁ। କେବେ ହେଲେ ମନ୍ଦ କାମ କର ନାହିଁ। 32 ପରସ୍ପର ପ୍ରତି ଦୟାଭାବ ଓ ପ୍ରେମ ଭାବ ରଖ। ଯେପରି ଖ୍ରୀଷ୍ଟଙ୍କଠାରେ ପରମେଶ୍ୱର ତୁମ୍ଭମାନଙ୍କୁ କ୍ଷମା କଲେ, ସେହିଭଳି ତୁମ୍ଭେମାନେ ପରସ୍ପରକୁ କ୍ଷମା ଦିଅ।
ଜ୍ୟୋତିଃର୍ମୟ ଜୀବନ
5 ତୁମ୍ଭେମାନେ ପରମେଶ୍ୱରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ୱରଙ୍କ ଭଳି ହେବାକୁ ଚେଷ୍ଟା କର।
2010 by World Bible Translation Center