Revised Common Lectionary (Semicontinuous)
ଦାଉଦଙ୍କର ଗୀତ।
29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
3 ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
4 ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
5 ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
ସଦାପ୍ରଭୁ ଲିବାନୋନ୍ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
7 ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
8 ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
9 ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।
10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।
“କୌତୁକ” କ’ଣ ଆନନ୍ଦ ଦେଇପାରେ?
2 ମୁଁ ନିଜକୁ ନିଜେ କହିଲି, “ମୋତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମୋତେ କ’ଣ ଦେଇ ପାରିବ, ମୋତେ ଦେଖିବାକୁ ଦିଅ।” କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ। 2 ସର୍ବଦା ହସିବା ମୂର୍ଖାମି ଅଟେ। ଖୁସୀ ରହି କ’ଣ ଲାଭ?
3 ଜଣେ ମୂର୍ଖ ପରି ମାତାଲ୍ ହେବା ପର୍ଯ୍ୟନ୍ତ ମୁଁ ସ୍ଥିର କଲି ଦ୍ରାକ୍ଷାରସ ପିଇବା ପାଇଁ ଚେଷ୍ଟା କରିବି। ଯଦିଓ ସବୁବେଳେ ମୋର ମନ ବୁଦ୍ଧିର ସହିତ ମୋତେ ପରିଗ୍ଭଳନା କରୁଛି। ମୁଁ ଦେଖିବା ପାଇଁ ଗ୍ଭହିଁଲି। ଏହା କରିବା କ’ଣ ପୃଥିବୀର ଲୋକମାନଙ୍କ ପାଇଁ ମୂଲ୍ୟହୀନ।
କଠିନ ପରିଶ୍ରମ କ’ଣ ସୁଖ ଦେଇପାରେ?
4 ଏହା ପରେ ମୁଁ ଆପଣା ନିମନ୍ତେ ମହତ ମହତ କର୍ମମାନ କଲି। ମୁଁ ଗୃହମାନ ନିର୍ମାଣ କଲି, ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି। 5 ମୁଁ ଆପଣା ନିମନ୍ତେ ଉଦ୍ୟାନ ଓ ଉପବନ ପ୍ରସ୍ତୁତ କରି ତହିଁ ମଧ୍ୟରେ ସର୍ବପ୍ରକାର ଫଳବୃକ୍ଷ ରୋପଣ କଲି। 6 ମୁଁ ହରିତ୍ ବୃକ୍ଷର ବନରେ ଜଳ ସେଚନ ପାଇଁ ପୁଷ୍କରିଣୀମାନ ଖୋଳାଇଲି। 7 ମୁଁ ଦାସଦାସୀମାନଙ୍କୁ କ୍ରୟ କଲି ଓ ମୋର ଦାସଗଣ ଥିଲେ, ଯେଉଁମାନେ ମୋ’ ଘରେ ଜନ୍ମ ହୋଇଥିଲେ ଓ ଆହୁରି ମୋ’ ପୂର୍ବେ ଯିରୁଶାଲମସ୍ଥିତ ସମସ୍ତଙ୍କ ଅପେକ୍ଷା ମୋର ଗୋମେଷାଦି ପଲ ଅଧିକ ଥିଲା।
8 ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାୟକ ଓ ଗାୟିକା ଆଉ ମନୁଷ୍ୟ ତୁଷ୍ଟିକାରିଣୀ ଅନେକ ଉପପତ୍ନୀ ପାଇଲି।
9 ଏହିପରି ମୋ’ ପୂର୍ବେ ଯିରୁଶାଲମରେ ଯେଉଁମାନେ ଥିଲେ, ସେ ସମସ୍ତଙ୍କ ଅପେକ୍ଷା ଶକ୍ତିଶାଳୀ ଧନୀ ହେଲି। ମୋର ଜ୍ଞାନ ଏହିସବୁରେ ମୋତେ ସାହାଯ୍ୟ କଲା। 10 ମୋର ଆଖି ଯାହା ଦେଖିଲା, ମୁଁ ତାହାକୁ ସ୍ମରଣ କଲି। ମୁଁ ଆପଣା ହୃଦୟକୁ କୌଣସି ସୁଖ ଭୋଗରୁ ଅଭାବ କଲି ନାହିଁ। କାରଣ ମୋହର ସମସ୍ତ ପରିଶ୍ରମ ସକାଶୁଁ ମୋହର ହୃଦୟ ଆନନ୍ଦ କଲା। ମୋହର ସକଳ ପରିଶ୍ରମରୁ ଏହା ମୋହର ଅଂଶ ଥିଲା।
11 ତହୁଁ ମୋହର ହସ୍ତ ଯେଉଁ ସମସ୍ତ କାର୍ଯ୍ୟ କରିଥିଲା ଓ ଯେଉଁ ପରିଶ୍ରମ ମୁଁ କରିଥିଲି, ତହିଁ ପ୍ରତି ମୁଁ ଦୃଷ୍ଟିପାତ କଲି ଏବଂ ଦେଖିଲି ଯେ, ସବୁ ଅସାର ଓ ପବନକୁ ଧରିବା ପାଇଁ ଚେଷ୍ଟା କରିବା ପରି ଏବଂ ସୂର୍ଯ୍ୟ ତଳେ କୌଣସି ଲାଭ ନ ଥିଲା।
କ୍ରୁଶବିଦ୍ଧ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ବାର୍ତ୍ତା
2 ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତେବେଳେ ପରମେଶ୍ୱରଙ୍କ ସତ୍ୟ ବିଷୟରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଗ୍ଭତୁରୀ ବା ଜ୍ଞାନର କଥା କହି ନ ଥିଲି। 2 କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି। 3 ଏଣୁ ମୁଁ ଦୁର୍ବଳ ଓ ଭୟରେ ଥରି ଥରି ସେଠାକୁ ଆସିଥିଲି। 4 ମୋର କଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମୋହର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। 5 ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି।
ପରମେଶ୍ୱରଙ୍କ ଜ୍ଞାନ
6 ଯେଉଁମାନେ ଅଭିଜ୍ଞ ଆମ୍ଭେ ସେହିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ଯୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି। 7 କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ। 8 ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସେମାନେ ବୁଝି ଥାଆନ୍ତେ, ତାହାହେଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶବିଦ୍ଧ କରି ମାରି ନ ଥା’ନ୍ତେ। 9 କିନ୍ତୁ ଶାସ୍ତ୍ରମାନଙ୍କରେ ଏହିପରି ଲେଖା ଅଛି:
“କୌଣସି ଆଖି ଦେଖି ନାହିଁ।
କୌଣସି କାନ ଶୁଣି ନାହିଁ।
କେହିହେଲେ କଳ୍ପନା କରି ନାହିଁ;
ଯେ, ପରମେଶ୍ୱରଙ୍କୁ ପ୍ରେମ କରୁଥିବା ଲୋକଙ୍କ ପାଇଁ ପରମେଶ୍ୱର କ’ଣ ପ୍ରସ୍ତୁତ କରି ରଖିଛନ୍ତି।” (A)
10 କିନ୍ତୁ ପରମେଶ୍ୱର ଆତ୍ମାଙ୍କ ମାଧ୍ୟମରେ ଏହି ନିଗୂଢ଼ ବିଷୟମାନ ଆମକୁ ଦେଖାଇ ଦେଇଛନ୍ତି।
ଆତ୍ମା ସବୁ ଜାଣନ୍ତି। ସେ ପରମେଶ୍ୱରଙ୍କର ଅତି ଗୋପନୀୟ କଥା ମଧ୍ୟ ଜାଣନ୍ତି।
2010 by World Bible Translation Center