Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ଉପଦେଶକ 3:1-15

ଗୋଟିଏ ସମୟ ଅଛି

ପ୍ରତ୍ୟେକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ୱର୍ଗ ତଳେ ପ୍ରତ୍ୟେକ ଯୋଜନା ଠିକ୍ ସମୟରେ ଘଟିବ।

ଜନ୍ମ ହେବାର ଏକ ସମୟ ଅଛି,
    ଏବଂ ମରିବା ପାଇଁ ମଧ୍ୟ ଏକ ସମୟ ଅଛି।
ବୃକ୍ଷ ରୋପଣ ପାଇଁ ସମୟ ଅଛି,
    ବୃକ୍ଷ ଉପାଡ଼ିବା ପାଇଁ ମଧ୍ୟ ଏକ ସମୟ ଅଛି।
ବଧ କରିବାର ସମୟ ଅଛି
    ଓ ଆରୋଗ୍ୟ କରିବାର ମଧ୍ୟ ସମୟ ଅଛି।
ଧ୍ୱଂସ କରିବାର ସମୟ ଅଛି
    ଓ ଗଢ଼ିବା ପାଇଁ ମଧ୍ୟ ସମୟ ଅଛି।
କାନ୍ଦିବା ପାଇଁ ଏକ ସମୟ ଅଛି
    ଓ ହସିବା ପାଇଁ ମଧ୍ୟ ଏକ ସମୟ ଅଛି।
ବିଳାପ ପାଇଁ ସମୟ ଅଛି
    ଓ ଖୁସୀରେ ନୃତ୍ୟ କରିବାର ପାଇଁ ମଧ୍ୟ ସମୟ ଅଛି।
ପ୍ରସ୍ତର ପକାଇବାର ସମୟ ଅଛି
    ଓ ପ୍ରସ୍ତର ସଂଗ୍ରହ କରିବାର ମଧ୍ୟ ସମୟ ଅଛି।
ଆଲିଙ୍ଗନ ପାଇଁ ସମୟ ଅଛି
    ଓ ଆଲିଙ୍ଗନରୁ ନିବୃତ୍ତ ହେବାର ମଧ୍ୟ ସମୟ ଅଛି।
ଅନ୍ୱେଷଣ କରିବାର ସମୟ ଅଛି
    ଓ ହଜାଇବାର ମଧ୍ୟ ସମୟ ଅଛି।
ରହିବାର ସମୟ ଅଛି ଓ ହଜାଇବାର ମଧ୍ୟ ସମୟ ଅଛି।
    ରଖିବାର ସମୟ ଅଛି ଓ ପକାଇବାର ମଧ୍ୟ ସମୟ ଅଛି।
ଚିରିବାର ସମୟ ଅଛି
    ଓ ସିଲେଇ କରିବାର ମଧ୍ୟ ସମୟ ଅଛି।
ନୀରବ ରହିବାର ସମୟ ଅଛି
    ଓ କଥା କହିବାର ମଧ୍ୟ ସମୟ ଅଛି।
ପ୍ରେମ କରିବାର ସମୟ ଅଛି
    ଓ ଘୃଣା କରିବାର ମଧ୍ୟ ସମୟ ଅଛି।
ଯୁଦ୍ଧର ସମୟ ଅଛି
    ଓ ଶାନ୍ତିର ମଧ୍ୟ ସମୟ ଅଛି।

ପରମେଶ୍ୱର ତାଙ୍କ ସଂସାରକୁ ନିୟନ୍ତ୍ରଣ କଲେ

ଜଣେ ବ୍ୟକ୍ତି ତା’ର ସମସ୍ତ ପରିଶ୍ରମରୁ କ’ଣ ଲାଭ ପାଏ? 10 ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ। 11 ପରମେଶ୍ୱର ଏହା ଠିକ୍ ସମୟରେ ପ୍ରତ୍ୟେକ ଜିନିଷ ସୁନ୍ଦର କରନ୍ତି। ସେ ମଧ୍ୟ ଲୋକମାନଙ୍କ ମନରେ ଅନନ୍ତକାଳର ଧାରଣା ରଖନ୍ତି, କିନ୍ତୁ ସେମାନେ କେବେହେଲେ ପୁରାପୁରି ବୁଝିପାରନ୍ତି ନାହିଁ ଯେ, ପ୍ରତ୍ୟେକ ଜିନିଷ ପରମେଶ୍ୱର କରିଅଛନ୍ତି।

12 ତେଣୁ ମୁଁ ଅନୁଭବ କଲି ଯେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନେ ଖୁସୀ ରହିବା ଓ ସେମାନେ ନିଜକୁ ଉପଭୋଗ କରିବା ଛଡ଼ା ଅନ୍ୟ କିଛି ଲୋକମାନଙ୍କ ପାଇଁ ଅଧିକ ଉତ୍ତମ ନୁହେଁ। 13 ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର।

14 ମୁଁ ଜାଣେ ଯେ, ପରମେଶ୍ୱର ଯାହାକିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ, ତାହା ବୃଦ୍ଧି ବା ହ୍ରାସ କରାଯାଇ ନ ପାରେ। ପରମେଶ୍ୱର ତାହା କରିଛନ୍ତି, ଯେପରି ଲୋକମାନେ ତାକୁ ସମ୍ମାନ ଦେବେ। 15 ଯାହାସବୁ ଏଠାରେ ଆଉଥରେ ଘଟିବା ଅଛି, ଯାହାସବୁ ଘଟିବାକୁ ଯାଉଛି, ତାହା ଘଟି ସାରିଛି। ପରମେଶ୍ୱର ସେସବୁ ଜିନିଷ ଖୋଜନ୍ତି ତାହା ଅତୀତ ହୋଇଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:11-16

11 କୌଣସି ମନୁଷ୍ୟ ଏକ ମନୁଷ୍ୟର ମନକଥା ଜାଣିପାରେ ନାହିଁ। କେବଳ ମଣିଷ ଭିତରେ ଥିବା ଆତ୍ମା ତା’ର ମନକଥା ଜାଣି ପାରନ୍ତି। ସେହିଭଳି ପରମେଶ୍ୱରଙ୍କ ମନକଥା ତାଙ୍କରି ଆତ୍ମା ବ୍ୟତୀତ କିଏ ଜାଣି ପାରିବ? 12 ଆମ୍ଭେ ଜଗତର ଆତ୍ମା ଦ୍ୱାରା ପରମେଶ୍ୱରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।

13 ସେ ଗୁଡ଼ିକୁ କହିଲା ବେଳେ ମନୁଷ୍ୟର କଳ୍ପିତ ଜ୍ଞାନର ବାକ୍ୟ କହୁ ନାହୁଁ, ବରଂ ଆମ୍ଭେ ଆତ୍ମା ଦ୍ୱାରା ଶିଖିଥିବା ବାକ୍ୟ କହୁ। ଆମ୍ଭେ ଆତ୍ମିକ ବିଷୟ ବୁଝାଇବା ପାଇଁ ପବିତ୍ରଆତ୍ମାଙ୍କ ବାକ୍ୟ ବ୍ୟବହାର କରୁ। 14 ଯେଉଁ ଲୋକ ଆଧ୍ୟାତ୍ମିକ ନୁହେଁ, ସେ ପରମେଶ୍ୱରଙ୍କ ଆତ୍ମିକ ସତ୍ୟଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟ ଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ୟଗୁଡ଼ିକୁ ବୁଝିପାରେ ନାହିଁ, କାରଣ ସେଗୁଡ଼ିକୁ କେବଳ ଆଧ୍ୟାତ୍ମିକ ଭାବରେ ବିଗ୍ଭର କରି ହେବ। 15 କିନ୍ତୁ ଜଣେ ଆଧ୍ୟାତ୍ମିକ ଲୋକ ପ୍ରତ୍ୟେକ ବିଷୟର ଉଚିତ୍ ମୂଲ୍ୟାୟନ କରି ପାରିବ। ମାତ୍ର ସେ ନିଜେ କାହାରି ଦ୍ୱାରା ବିଗ୍ଭରିତ ହୋଇ ପାରିବ ନାହିଁ। 16 ଶାସ୍ତ୍ର କୁହେ:

“ପ୍ରଭୁଙ୍କ ମନ କିଏ ଜାଣି ଅଛି?
    କ’ଣ କରିବାକୁ ହେବ ବୋଲି ପ୍ରଭୁଙ୍କୁ କିଏ କହିବ?” (A)

କିନ୍ତୁ ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ମନ ପାଇଅଛୁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center