Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 43:1-7

ପରମେଶ୍ୱର ସର୍ବଦା ତାଙ୍କ ସନ୍ତାନଙ୍କ ସହବର୍ତ୍ତୀ

43 ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇସ୍ରାଏଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସେହି ସଦାପ୍ରଭୁ ଏହି କଥା କୁହନ୍ତି, “ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ୱାନ କରୁଅଛୁ, ତୁମ୍ଭେ ଆମ୍ଭର। ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ। କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଇସ୍ରାଏଲ ଧର୍ମସ୍ୱରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ୟ ସ୍ୱରୂପରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କୂଶ୍ ଓ ଶିବାଦେଶ ଦେଇଅଛୁ। ତୁମ୍ଭେ ଆମ୍ଭପାଇଁ ଅତି ମୂଲ୍ୟବାନ୍, ତେଣୁ ଆମ୍ଭେ ତୁମ୍ଭକୁ ଅତି ସମ୍ମାନ ଦେଉଅଛୁ, ତୁମ୍ଭକୁ ପ୍ରେମ କରୁଛୁ ଏବଂ ତୁମ୍ଭ ପରିବର୍ତ୍ତନରେ ଲୋକମାନଙ୍କୁ ଓ ତୁମ୍ଭର ପ୍ରାଣର ବଦଳରେ ଗୋଷ୍ଠୀମାନଙ୍କୁ ଦେବା।

“ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା। ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ିଦିଅ ଓ ଦକ୍ଷିଣ ଦିଗକୁ କହିବା ସେମାନଙ୍କୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ। ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍ଥେ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ୟେକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।

ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 8:14-17

14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। 15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। 16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ। 17 ତା’ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।

ଲୂକ ଲିଖିତ ସୁସମାଗ୍ଭର 3:15-17

15 ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷାରେ ଥିଲେ। ଯୋହନଙ୍କ ବିଷୟରେ ସେମାନେ ମନେ ମନେ ଭାବୁଥିଲେ, “ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।”

16 ସେତେବେଳେ ଯୋହନ ସେମାନଙ୍କୁ କହିଲେ, “ମୁଁ ତ ତୁମ୍ଭମାନଙ୍କୁ ଜଳରେ ବାପ୍ତିଜିତ କରୁଛି, କିନ୍ତୁ ମୋ’ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ଜୋତାର ଫିତା ଫିଟାଇବାକୁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମା ଓ ଅଗ୍ନି ଦ୍ୱାରା ବାପ୍ତିଜିତ କରିବେ। 17 ତାହାଙ୍କ ହାତରେ ଖଳା ସଫା କରିବାର କୁଲା ଅଛି। ସେଥିରେ ସେ ଶସ୍ୟକୁ ଅଗାଡ଼ିଠାରୁ ଅଲଗା କରିଦେବେ। ସେ ଭଲ ଶସ୍ୟତକ ସଂଗ୍ରହ କରି ଅମାରରେ ନେଇ ରଖିବେ। ତା’ପରେ ଅଗାଡ଼ି ଓ ଦରକାରୀ ଅନାବନା ଜିନିଷଗୁଡ଼ିକୁ ଚିରକାଳ ଜଳୁଥିବା ନିଆଁରେ ପୋଡ଼ି ଦେବେ।”

ଲୂକ ଲିଖିତ ସୁସମାଗ୍ଭର 3:21-22

ଯୋହନ ଯୀଶୁଙ୍କୁ ବାପ୍ତିଜିତ କଲେ(A)

21 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା’ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା। 22 ପବିତ୍ରଆତ୍ମା ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଓ ସେ କପୋତ ପରି ଦେହ ଧାରଣ କରିଥିଲେ। ଆକାଶବାଣୀ ହେଲା: “ତୁମ୍ଭେ ମୋର ପ୍ରିୟ ପୁତ୍ର। ମୁଁ ତୁମ୍ଭ ଉପରେ ଅତ୍ୟନ୍ତ ସନ୍ତୁଷ୍ଟ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center