Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106:1-12

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ
    ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି।
ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ।
    ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ।
    ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା।
    ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଳାଇବା ପରି।
10 ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!
    ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
11 ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ।
    ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।

12 ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ।
    ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।

ବିଗ୍ଭରକର୍ତ୍ତାମାନଙ୍କ ବିବରଣ 4:1-16

ଦବୋରା ବିଗ୍ଭର କାରିଣୀ

ଏହୂଦଙ୍କ ମୃତ୍ୟୁପରେ, ଇସ୍ରାଏଲର ଲୋକମାନେ ପରମେଶ୍ୱରଙ୍କ ଦୃଷ୍ଟିରେ ମନ୍ଦକାର୍ଯ୍ୟମାନ ପୁନର୍ବାର କଲେ। ତେଣୁ ସଦାପ୍ରଭୁ ହା‌ତ୍‌ସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀ‌ନ୍‌ର ହସ୍ତରେ ଇସ୍ରାଏଲ ସନ୍ତାନଗଣକୁ ପରାସ୍ତ କରାଇଲେ। ଯାବୀ‌ନ୍‌ ହାରୋଶୋ‌ତ୍‌ରେ ରାଜତ୍ୱ କରୁଥିଲେ। ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା’ର ସେନାପତି ଥିଲା। ସୀଷରାର 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇସ୍ରାଏଲର ଲୋକମାନଙ୍କ ପ୍ରତି କୋଡ଼ିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ୟାଗ୍ଭର କଲେ। ତେଣୁ ଇସ୍ରାଏଲର ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ।

ସେହି ସମୟରେ ଦବୋରା ନାମକ ଜଣେ ଭବିଷ୍ୟ‌ଦ୍‌ବକ୍ତ୍ରୀ ଥିଲେ। ସେ ଲ‌ପ୍‌ପିଦୋତର ସ୍ତ୍ରୀ ଥିଲେ। ସେ ଇସ୍ରାଏଲର ଲୋକମାନଙ୍କ ଉପରେ ବିଗ୍ଭରପତି ହେଲେ। ଦିନେ, ଦବୋରା ଏକ ଖର୍ଜ୍ଜୁର ଗଛ ତଳେ ବସିଥିଲେ। ଇସ୍ରାଏଲର ଲୋକମାନେ ଗୋଟିଏ ମୀମାଂସା ପାଇଁ ତାଙ୍କ ନିକଟକୁ, ସୀଷରା ସମ୍ବନ୍ଧରେ ଆସିଲେ। ସେହି ଖର୍ଜ୍ଜୁର ଗଛଟି ରାମା ଓ ବୈଥେଲ୍ ମଧ୍ୟରେ ଇଫ୍ରୟିମ ପର୍ବତମୟ ଦେଶରେ ଅବସ୍ଥିତ ଥିଲା। ଦବୋରା ଏକ ଦୂତ ବାରକ ପାଖକୁ ପଠାଇଲେ। ସେ ତାଙ୍କୁ ଭେଟିବା ପାଇଁ ଉପଦେଶ ଦେଲେ। ବାରକ ଅବୀନୋୟମର ପୁତ୍ର ଥିଲେ। ବାରକ ନପ୍ତାଲି ସହରରେ କେଦଶରେ ବାସ କରୁଥିଲେ। ଦବୋରା ବାରକକୁ କହିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ନିର୍ଦ୍ଦେଶ ଦିଅନ୍ତି, ‘ନପ୍ତାଲି ପରିବାରବର୍ଗ ଏବଂ ସବୂଲୂନର 10,000 ଲୋକଙ୍କୁ ଏକତ୍ରିତ କର ଓ ସେମାନଙ୍କୁ ତାବୋର ପର୍ବତକୁ ଆଗେଇ ନିଅ। ମୁଁ ଯାବୀ‌ନ୍‌ର ସେନାପତି ସୀଷରାକୁ ଆଗେଇ ନେବି, ତା’ର ରଥକୁ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖରେ ତୁମ୍ଭକୁ ଓ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି।’”

ଏହା ପରେ ବାରକ୍ ଦବୋରାଙ୍କୁ କହିଲେ, “ମୁଁ ଯାଇ ଏପରି କରିବି ଯଦି ତୁମ୍ଭେ ମୋ’ ସହିତ ଯିବ। ଯଦି ତୁମ୍ଭେ ମୋ’ ସହିତ ନ ଯିବ ତେବେ ମୁଁ ଯିବି ନାହିଁ।”

ତେଣୁ ସେ କହିଲେ, “ମୁଁ ତୁମ୍ଭ ସହିତ ଯିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡ଼କୁ ଯିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀଲୋକ ଦ୍ୱାରା ସୀଷରାକୁ ପରାସ୍ତ କରିବେ।”

ତେଣୁ ଦବୋରା ବାରକ୍ ସହିତ କେଦଶକୁ ଗଲେ। 10 ବାରକ୍ କେଦଶ ସହରର ସବୂଲୂନ୍ ପରିବାରବର୍ଗ ଓ ନପ୍ତାଲିର ଲୋକମାନଙ୍କୁ ଏକତ୍ରିତ କରିଥିଲେ। ଅତଏବ, ସେ 10,000 ସୈନ୍ୟ ଓ ଦବୋରା ତାଙ୍କ ସହିତ ସହାବସ୍ଥାନ କରିବା ହେଲେ।

11 ବର୍ତ୍ତମାନ ହେବର ନାମକ ଜଣେ ଲୋକ କେନୀୟରୁ ଥିଲେ। ସେ ଅନ୍ୟ କେନୀୟଙ୍କୁ ପରିତ୍ୟାଗ କଲେ। ସେମାନେ ହେବରର ବଂଶଧରଗଣ ଯେ କି ମୋଶାର ଶ୍ୱଶୁର ଥିଲେ। ହେବର, ସାନନ୍ନୀମ ନାମକ ଗୋଟିଏ ସ୍ଥାନ କେଦଶ ପାଖରେ ତାଙ୍କର ତମ୍ବୁ ଅଲୋନବୃକ୍ଷ ଦ୍ୱାରା ସ୍ଥାପନ କଲେ।

12 କେହି ଜଣେ ସୀଷରାକୁ କହିଲେ, ଯେ ବାରକ୍ ଅବିନୟମର ପୁତ୍ର ତାବୋର ପର୍ବତ ଉପରକୁ ଗଲେ। 13 ତେଣୁ ସୀଷରା ନିଜର 900 ରଥଗୁଡ଼ିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋ‌ତ୍‌ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଅଗ୍ରସର ହେଲେ।

14 ଏହା ପରେ ଦବୋରା ବାରକକୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭକୁ ସହାୟ ହେବେ ସୀଷରାକୁ ପରାସ୍ତ କରିବା ପାଇଁ, ତୁମ୍ଭେ ନିଶ୍ଚିତ ଭାବରେ ଜାଣ ଯେ ସଦାପ୍ରଭୁ ତୁମ୍ଭ ଆଗେ ଆଗେ ଗଲେ।” ତେଣୁ ବାରକ୍ ତାଙ୍କର 10,000 ଲୋକଙ୍କୁ ତାବୋର ପର୍ବତର ପ୍ରଦେଶକୁ ଆଣିଲେ। 15 ବାରକ୍ ଏବଂ ତାଙ୍କର ସମସ୍ତ ସୈନିକ ସୀଷରାକୁ ଆକ୍ରମଣ କଲେ, ସଦାପ୍ରଭୁ ସୀଷରାକୁ ଓ ତାଙ୍କର ସୈନ୍ୟମାନଙ୍କ ପ୍ରତି ଦ୍ୱନ୍ଦ କଲେ। ସେମାନେ କ’ଣ କରିବେ ତାହା ସ୍ଥିର କରି ପାରିଲେ ନାହିଁ। ତେଣୁ ବାରକ୍ ଏବଂ ତାଙ୍କର ସୈନ୍ୟମାନେ ସୀଷରାର ସୈନ୍ୟମାନଙ୍କୁ ପରାସ୍ତ କଲେ, କିନ୍ତୁ ସୀଷରା ରଥରୁ ଓହ୍ଲାଇ ପଡ଼ିଲେ ଏବଂ ଦୌଡ଼ି ପଳାୟନ କଲେ। 16 ବାରକ୍ ସୀଷରା ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶମୟ ପର୍ଯ୍ୟନ୍ତ ସେମାନଙ୍କୁ ପଛେ ପଛେ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଣ୍ତା ଦ୍ୱାରା ହଣା ହୋଇ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 6:10-17

ପରମେଶ୍ୱରଙ୍କ ଯୁଦ୍ଧସାଜ ପିନ୍ଧ

10 ଏହି ପତ୍ର ସମାପ୍ତ କଲା ସମୟରେ ମୁଁ କୁହେ, ପ୍ରଭୁଙ୍କଠାରେ ଓ ତାହାଙ୍କର ମହାନ ଶକ୍ତିରେ ବଳବାନ ହୁଅ। 11 ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ। 12 ଆମ୍ଭର ସଂଘର୍ଷ ଏହି ପୃଥିବୀର ମନୁଷ୍ୟମାନଙ୍କ ବିରୁଦ୍ଧରେ ନୁହେଁ, ମାତ୍ର ପୃଥିବୀସ୍ଥ ଅନ୍ଧକାର ଶକ୍ତି, ପରାକ୍ରମୀ ଅଧିପତି ଓ ଶାସକମାନଙ୍କ ବିରୁଦ୍ଧରେ। ଆକାଶସ୍ଥ ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ ଆମ୍ଭେ ସଂଘର୍ଷ କରୁଛୁ। 13 ସେଥିପାଇଁ ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ଯୁଦ୍ଧସାଜ ତୁମ୍ଭେମାନେ ପିନ୍ଧିବା ଆବଶ୍ୟକ ଅଟେ। ତେବେ ଯାଇ ମନ୍ଦଶକ୍ତିର ରାଜତ୍ୱ ବେଳରେ ତୁମ୍ଭେ ଦୃଢ଼ତା ସହକାରେ ପ୍ରତିରୋଧ କରି ଅଟଳ ହୋଇ ରହିପାରିବ। ପ୍ରତିରୋଧ କରିସାରିଲା ପରେ ମଧ୍ୟ ତୁମ୍ଭେ ଅଟଳ ହୋଇ ରହିବ।

14 ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ। 15 ଯେପରି ତୁମ୍ଭେ ଅଟଳ ଭାବରେ ଠିଆ ହୋଇ ରୁହ, ଏଥିପାଇଁ, ପାଦରେ ଶାନ୍ତି ଦାୟକ ସୁସମାଗ୍ଭରର ଜୋତା ପିନ୍ଧ। 16 ଏହା ସହିତ ବିଶ୍ୱାସର ଢାଲ ମଧ୍ୟ ବ୍ୟବହାର କର। ତାହାଦ୍ୱାରା ତୁମ୍ଭେ ଶୟତାନର ସମସ୍ତ ଜ୍ୱଳନ୍ତ ତୀରଗୁଡ଼ିକୁ ଅଟକାଇ ପାରିବ। 17 ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center