Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 106:1-12

106 ସଦାପ୍ରଭୁଙ୍କର ପ୍ରଶଂସା କର!
ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସେ ଉତ୍ତମ!
    ତାଙ୍କର ପ୍ରେମ ଅନନ୍ତକାଳସ୍ଥାୟୀ!
ସଦାପ୍ରଭୁଙ୍କୁ କେହି ବର୍ଣ୍ଣନା କରି ପାରିବେ ନାହିଁ।
    ତାଙ୍କର ପୂର୍ଣ୍ଣ ପ୍ରଶଂସା କେହି କରି ପାରିବେ ନାହିଁ।
ଯେଉଁ ଲୋକେ ପରମେଶ୍ୱରଙ୍କ ନିର୍ଦ୍ଦେଶ ମାନନ୍ତି ସେମାନେ ଖୁସୀ ରହନ୍ତି।
    ଯିଏ ସର୍ବଦା ସୁକାର୍ଯ୍ୟ କରିଥା’ନ୍ତି।

ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟା କରିବା ସମୟରେ ମୋତେ ଟିକେ ମନେ ପକାଅ।
    ମୋତେ ମଧ୍ୟ ଉଦ୍ଧାର କରିବାକୁ ମନେପକାଅ।
ହେ ସଦାପ୍ରଭୁ, ତୁମ୍ଭେ ମୋତେ ତୁମ୍ଭର ମନୋନୀତ ଲୋକମାନଙ୍କର
    ଭଲ କାର୍ଯ୍ୟରେ ନିୟୋଜିତ ହେବାକୁ ଦିଅ।
ତୁମ୍ଭ ନିର୍ଣ୍ଣିତ ଲୋକମାନଙ୍କ ସହିତ ଆନନ୍ଦ କରିବାକୁ ଦିଅ,
    ଯେଉଁମାନେ କି ତୁମ୍ଭ ସହିତ ଆସନ୍ତି।

ଆମ୍ଭେମାନେ ଠିକ୍ ଆମ୍ଭର ପୂର୍ବପୁରୁଷଙ୍କ ପରି ପାପ କରିଛୁ।
    ଆମ୍ଭେ ଅଧର୍ମ କରିଅଛୁ।
    ଆମ୍ଭେମାନେ ଅଧର୍ମ ଭାବରେ କାମ କରିଅଛୁ।
ହେ ସଦାପ୍ରଭୁ, ମିଶରରେ ଯେଉଁ ଆଶ୍ଚର୍ଯ୍ୟ କ୍ରିୟାମାନ ଦେଖାଇଥିଲ
    ଆମ୍ଭର ପୂର୍ବପୁରୁଷ ସେଥିରୁ କିଛି ଶିଖି ନାହାନ୍ତି।
ତୁମ୍ଭର ବହୁତ ଦୟାର କାମକୁ ସେମାନେ ମନେ ରଖିଲେ ନାହିଁ।
    ଲୋହିତ ସମୁଦ୍ର ନିକଟରେ ଆମ୍ଭର ପୂର୍ବପୁରୁଷ ତୁମ୍ଭର ବିଦ୍ରୋହାଚରଣ କଲେ।

କିନ୍ତୁ ପରମେଶ୍ୱର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ।
    ସେ ତାଙ୍କର ମହାଶକ୍ତିର ପରିଚୟ ଦେବା ପାଇଁ ସେମାନଙ୍କୁ ରକ୍ଷା କଲେ।
ପରମେଶ୍ୱର ନିର୍ଦ୍ଦେଶ ଦେଲେ ଏବଂ ଲୋହିତ ସାଗର ଶୁଖିଗଲା।
    ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ସେହି ଗଭୀର ସମୁଦ୍ର ମଧ୍ୟରେ ଚଲାଇ ନେଲେ, ମରୁଭୂମିରେ ଚଳାଇବା ପରି।
10 ପରମେଶ୍ୱର ଆମ୍ଭର ପୂର୍ବପୁରୁଷମାନଙ୍କୁ ସେମାନଙ୍କର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ!
    ସେମାନଙ୍କର ଶତ୍ରୁମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ।
11 ପରମେଶ୍ୱର ଜଳରାଶିଦ୍ୱାରା ତାଙ୍କର ଶତ୍ରୁଗଣଙ୍କୁ ଆଚ୍ଛାଦନ କଲେ।
    ସେମାନଙ୍କ ମଧ୍ୟରୁ ଜଣେ କେହି ରକ୍ଷା ପାଇଲେ ନାହିଁ।

12 ଏହା ପରେ ଆମ୍ଭର ପୂର୍ବପୁରୁଷମାନେ ପରମେଶ୍ୱର ଯାହା କଲେ ତାହା ବିଶ୍ୱାସ କଲେ।
    ସେମାନେ ତାଙ୍କର ପ୍ରଶଂସା କରି ଗୀତ ଗାଇଲେ।

ବିଗ୍ଭରକର୍ତ୍ତାମାନଙ୍କ ବିବରଣ 5:12-21

12 “ଜାଗ, ଜାଗ, ଦବୋରା!
    ଜାଗ, ଜାଗ, ଗାନ କର!
ଜାଗ ବାରକ୍!
    ଯାଅ ଏବଂ ତୁମ୍ଭର ଶତ୍ରୁମାନଙ୍କୁ ବନ୍ଦୀକର, ଅବୀନୋୟମର ପୁତ୍ର!

13 “ତା’ପରେ ବଞ୍ଚି ରହି ଯାଇଥିବା ବ୍ୟକ୍ତିମାନେ ଶକ୍ତିଶାଳୀ ଲୋକମାନଙ୍କ ଉପରେ ବିଜୟୀ ହେଲେ,
    ସଦାପ୍ରଭୁଙ୍କର ଲୋକମାନେ ଶକ୍ତିମାନ ଲୋକମାନଙ୍କ ଉପରେ ବିଜୟୀ ହେଲେ।

14 “ଇଫ୍ରୟିମର ସନ୍ତାନଗଣ ଆସିଲେ।
    ଅମାଲେକ ପର୍ବତମାଳାରୁ ତୁମ୍ଭ ପଛେ ବିନ୍ୟାମୀନ ଥିଲେ
ତୁମ୍ଭ ଲୋକମାନେ ମଧ୍ୟ ମାଖୀରଠାରୁ ଶାସନକର୍ତ୍ତାମାନେ
    ସବୁଲୂନ୍ ପରିବାରବର୍ଗଠାରୁ ସୈନ୍ୟଗଣନାକାରୀ ଦଣ୍ତାଧାରମାନେ ଓହ୍ଲାଇ ଆସିଲେ।
15 ଇଷାଖର ଅଧିପତିମାନେ ସବୁ ଦବୋରା ସଙ୍ଗରେ ଥିଲେ।
    ଇଷାଖର ଯେମିତି ବାରକ୍ ମଧ୍ୟ ସେମିତି ଥିଲା।
    ସେମାନେ ତଳ ଭୂମିଆଡ଼େ ମାଡ଼ିଗଲେ।

“ରୁବେ‌ନ୍‌ର ସ୍ରୋତସମୂହ ଗୁରୁତର ମନୋଭାବନା ହେଲା।
16     ତୁମ୍ଭେ କାହିଁକି ମେଷଶାଳା ମଧ୍ୟରେ ବସିଲ?
ମେଷପଲ ମଧ୍ୟ ବଂଶୀନାଦ ଶୁଣିବାକୁ,
    କିଅବା ରୁବେ‌ନ୍‌ର ସମୂହରେ ସ୍ରୋତ ମନୋଭାବନା ହେଲା ଗୁରୁତର!
17 ଗିଲିୟଦ ଲୋକମାନେ ଯର୍ଦ୍ଦନ ନଦୀ ସେପାରିରେ ସେମାନଙ୍କ ଛାଉଣିରେ ବାସ କଲେ।
    ଆଉ ଦାନ ଜାହାଜଗୁଡ଼ିକରେ କାହିଁକି ରହିଲା?
ଆଶେର ସମୁଦ୍ର ତୀରେ ବସି ରହିଥିଲା।
    ସେ ନିଜ ବନ୍ଦର ନିକଟରେ ବାସକଲା।

18 “ସବୂଲୂନ ମରଣ ପର୍ଯ୍ୟନ୍ତ ପ୍ରଣାମକାରୀ ଲୋକ ହେଲା।
    ଉଚ୍ଚସ୍ଥାନ ନପ୍ତାଲି କ୍ଷେତ୍ରରେ ପ୍ରାଣପଣ କଲା।
19 କୀଣାନୀୟ ରାଜାମାନେ ଯୁଦ୍ଧ କରିଥିଲେ।
    ସେମାନେ କୌଣସି ସିନ୍ଦୁକ ପାଇ ନ ଥିଲେ।
ସେମାନେ ମାଗିଦୋର ଜଳତୀରସ୍ଥ,
    ତାନକରେ ଯୁଦ୍ଧ କରିଥିଲେ।
20 ତାରାଗଣ ସେମାନଙ୍କ ବିରୁଦ୍ଧରେ ଆକାଶରୁ ଯୁଦ୍ଧ କଲେ।
    ଆକାଶରେ ସେମାନଙ୍କର ପଥରୁ ସେମାନେ ସୀଷରା ବିପକ୍ଷରେ ଯୁଦ୍ଧ କରିଥିଲେ।
21 କୀଶୋନ୍ ନଦୀ ପୁରୁଣା ନଦୀ
    ଭଷାଇ ନେଲା ସେଷରା ଲୋକ।
ହେ ମୋର ପ୍ରାଣ, ତୁମ୍ଭ ବଳରେ ଅଗ୍ରସର ହୁଅ।

ଯୋହନଙ୍କ ପ୍ରଥମ ପତ୍ର 5:13-21

ବର୍ତ୍ତମାନ ଆମ୍ଭ ପାଖରେ ଅନନ୍ତ ଜୀବନ ଅଛି

13 ହେ ପରମେଶ୍ୱରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଥିବା ଲୋକମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। 14 ଆମ୍ଭେ ନିସନ୍ଦେହରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠାରେ ଆମ୍ଭର ଏହି ଭରସା ଅଛି ଯେ ଯେତେବେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାୟୀ ତାହାଙ୍କୁ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି। 15 ପ୍ରତ୍ୟେକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦେବେ ବୋଲି ଜାଣୁ।

16 ଯଦି କେହି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସେହି ପାପ ମୃତ୍ୟୁଜନକ, ତେବେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ୍। ତହିଁରେ ପରମେଶ୍ୱର ସେମାନଙ୍କୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସେମାନଙ୍କୁ ଅନନ୍ତ ମୃତ୍ୟୁ ପାଖକୁ ନେଇ ଯାଇପାରିବ ନାହିଁ। ଏପରି ପାପ ମଧ୍ୟ ଅଛି, ଯାହାର ପରିଣାମ ମୃତ୍ୟୁ ଅଟେ। ମୁଁ ତୁମ୍ଭମାନଙ୍କୁ ସେହିପରି ପାପ ବିଷୟରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ। 17 ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ।

18 ଆମ୍ଭେ ଜାଣୁ ଯେ, ପରମେଶ୍ୱରଙ୍କର ସନ୍ତାନ ହୋଇଥିବା ବ୍ୟକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ୱରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା’ର କିଛି କ୍ଷତି କରିପାରେ ନାହିଁ। 19 ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ୱରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣରେ ଅଛି। 20 ଆମ୍ଭେ ଏହା ମଧ୍ୟ ଜାଣୁ ଯେ, ପରମେଶ୍ୱରଙ୍କ ପୁତ୍ର ଆସିଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ୱରଙ୍କୁ ଜାଣିପାରୁ। ସେହି ପରମେଶ୍ୱର ସତ୍ୟ ଅଟନ୍ତି। ସେହି ସତ୍ୟମୟ ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କର ଜୀବନ ଅଛି। 21 ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center