Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 36:5-10

ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
    ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
    ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
    ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
    ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
    ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
    ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
    ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:1-5

“ଯଦି କୌଣସି ପୁରୁଷ ତା’ର ସ୍ତ୍ରୀକୁ ପରିତ୍ୟାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ୟାଗ କରି ଅନ୍ୟ ପୁରୁଷକୁ ବିବାହ କରେ
    ତେବେ ତା’ର ସ୍ୱାମୀ କ’ଣ ପୁନର୍ବାର ତାହା ନିକଟକୁ ଆସିବ?
    ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତେବେ ସେହି ଦେଶ ଅତ୍ୟନ୍ତ ‘ଅଶୁଚି’ ହେବ।
ହେ ଯିହୁଦା, ତୁମ୍ଭେ ଅନେକ ଉପପତି ସଙ୍ଗେ ବ୍ୟଭିଗ୍ଭର କରିଅଛ।
    ଆଉ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସିବାକୁ ଗ୍ଭହୁଁଅଛ।”
    ଏହା ସଦାପ୍ରଭୁ କହନ୍ତି।
“ନିଷ୍ଫଳ ପର୍ବତକୁ ଦେଖ।
    କେଉଁଠାରେ ତୁମ୍ଭେ ବ୍ୟଭିଗ୍ଭର କରି ନାହଁ?
ଯେପରି ଜଣେ ଆରବୀୟ ଲୋକ ପ୍ରାନ୍ତରରେ ବସେ,
    ସେହିପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ।
ଆଉ ତୁମ୍ଭେ ଆପଣା ଅବିଶ୍ୱାସନୀୟତା
    ଓ ଦୁଷ୍କର୍ମ ଦ୍ୱାରା ଦେଶକୁ ‘ଅଶୁଚି’ କରିଅଛ।
ତୁମ୍ଭର ପାପକର୍ମ ଯୋଗୁଁ ବୃଷ୍ଟି ନିବୃତ୍ତ ହୋଇଅଛି।
    ବସନ୍ତକାଳୀନ ବର୍ଷା ଆସି ନାହିଁ।
କିନ୍ତୁ ତୁମ୍ଭେ ଜଣେ ବେଶ୍ୟାର ଭଂଗୀ ଓ ଲଜ୍ଜାହୀନ ଗ୍ଭହାଣି ବଜାୟ ରଖିଛ
    ଓ ଲଜ୍ଜିତ ହେବାକୁ ଅସ୍ୱୀକାର କରୁଛ।
କିନ୍ତୁ ତୁମ୍ଭେ ଆମ୍ଭକୁ ଏହି ସମୟଠାରୁ ପ୍ରାର୍ଥନା କରି କହିବ, ହେ ମୋର ‘ପିତା’,
    ‘ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ।’
ତୁମ୍ଭେ ପୁଣି କୁହ, ‘ପରମେଶ୍ୱର କ’ଣ ସଦାକାଳ କୃଦ୍ଧ ହୋଇଥିବେ?
    ତାଙ୍କର କ୍ରୋଧ ଚିରକାଳ ରହିବ ନାହିଁ।’

“ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବାରେ ଲାଗିଛ
    ଏବଂ ନିଜ ପଥରେ ଗ୍ଭଲିଛ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 8:18-24

18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, 19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”

20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। 21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। 22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। 23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।”

24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center