Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 36:5-10

ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
    ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
    ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
    ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
    ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
    ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
    ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
    ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।

ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 3:19-25

19 ଆମ୍ଭେ ସଦାପ୍ରଭୁ କହୁଅଛୁ,

“ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ୟବହାର କରିବା,
    ନାନା ଦେଶୀୟମାନଙ୍କର ପରମ ରତ୍ନସ୍ୱରୂପ
    ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।
ପୁଣି ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ‘ପିତା’ ବୋଲି ଡାକିବ
    ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
20 ସଦାପ୍ରଭୁ କହନ୍ତି, ଯେପରି କୌଣସି ସ୍ତ୍ରୀ ନିଜ ସ୍ୱାମୀ ପ୍ରତି ବିଶ୍ୱାସଘାତକତା କରି ପରିତ୍ୟାଗ କରେ,
    ତୁମ୍ଭେ ଇସ୍ରାଏଲ ସେହିପରି ଆମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛ।
21 ବୃକ୍ଷଶୂନ୍ୟ ପାହାଡ଼ ଉପରେ ଇସ୍ରାଏଲ ଲୋକମାନଙ୍କର ରୋଦନ ତୁମ୍ଭେମାନେ ଶୁଣିବ।
    ସେମାନେ ଜୋ‌ର୍‌ରେ ଚିତ୍କାର କରୁଛନ୍ତି, ଏବଂ କରୁଣା ପାଇଁ ପ୍ରାର୍ଥନା କରୁଛନ୍ତି।
କାରଣ ସେମାନେ କୁଟିଳ ପଥଗାମୀ ହୋଇଛନ୍ତି
    ଓ ସେମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପାଶୋରି ଦେଇଛନ୍ତି।

22 ଆଉମଧ୍ୟ ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ପ୍ରତି ଅବିଶ୍ୱସ୍ତ ହୋଇଅଛ।
    ମାତ୍ର ତୁମ୍ଭେମାନେ ଫେରି ଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା।”

“ଆଉ ତୁମ୍ଭେମାନେ କହିବ, ‘ହଁ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ,
    କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟ।”
23 ଉପପର୍ବତସମୂହରେ ପ୍ରତିମା ପୂଜା ନିର୍ବୋଧତା ଥିଲା।
    ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ୟର୍ଥ ଥିଲେ।
ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ୱର ସଦାପ୍ରଭୁଙ୍କଠାରେ
    ଇସ୍ରାଏଲର ପରିତ୍ରାଣ ଅଛି।
24 ମାତ୍ର ସେ ଲଜ୍ଜାସ୍ପଦ ବା‌ଲ୍‌ଦେବତା
    ଆମ୍ଭମାନଙ୍କର ବାଲ୍ୟକାଳରୁ
ଆମ୍ଭମାନଙ୍କ ପିତୃପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ,
    ସେମାନଙ୍କର ପୁତ୍ର ଓ କନ୍ୟାଗଣକୁ ଭକ୍ଷ୍ୟଣ କରିଅଛି।
25 ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ।
    ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ।
କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି
    ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।
ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ।
    ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:1-7

ବିବାହ ବିଷୟରେ

ଏବେ ମୁଁ ତୁମ୍ଭେମାନେ ଲେଖିଥିବା ବିଷୟ ଗୁଡ଼ିକରେ ଉତ୍ତର ଦେଉଛି। ପୁରୁଷ ପକ୍ଷେ ବିବାହ ନ କରିବା ଭଲ। କିନ୍ତୁ ଯୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରତ୍ୟେକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସେହିଭଳି ପ୍ରତ୍ୟେକ ସ୍ତ୍ରୀର ନିଜ ସ୍ୱାମୀ ଥିବା ଉଚିତ୍। ପତି ଆପଣାର ପତ୍ନୀକୁ ତାହାର ପ୍ରାପ୍ୟ ଦେବା ଉଚିତ୍। ପତ୍ନୀର ତା’ ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା’ର ଶରୀର ଉପରେ ତା’ ସ୍ୱାମୀର ଅଧିକାର ଅଛି। ସେହିଭଳି ସ୍ୱାମୀର ତା’ ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା’ର ଶରୀର ଉପରେ ତା’ର ସ୍ତ୍ରୀର ଅଧିକାର ଅଛି। ନିଜର ଅଧିକାରରୁ ପରସ୍ପରକୁ ବଞ୍ଚିତ କର ନାହିଁ। କିନ୍ତୁ ତୁମ୍ଭେ ଦୁହେଁ ପ୍ରାର୍ଥନାରେ ନିଜକୁ ଉତ୍ସର୍ଗ କରିବା ପାଇଁ ଏକମତ ହୋଇ ଅଳ୍ପ ସମୟ ପାଇଁ ପୃଥକ ହୁଅ। ତା’ପରେ ପୁନର୍ବାର ଏକାଠି ହୁଅ, ଯଦ୍ଦ୍ୱାରା ଶୟତାନ ତୁମ୍ଭମାନଙ୍କ ଦୁର୍ବଳତାର ସୁଯୋଗ ନେଇ ତୁମ୍ଭମାନଙ୍କୁ ପ୍ରଲୋଭିତ କରି ପାରିବ ନାହିଁ। ମୋର ଏହା ଆଦେଶ ନୁହେଁ, ବରଂ କିଛି ସମୟ ପାଇଁ ପୃଥକ ରହିବାକୁ ଅନୁମତି ଦେଉଛି। ମୁଁ ଇଚ୍ଛା କରେ ଯେ, ସମସ୍ତେ ମୋ’ ଭଳି ରୁହନ୍ତୁ। କିନ୍ତୁ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କଠାରୁ ଏକ ବିଶେଷ ଅନୁଗ୍ରହ ମିଳିଛି। ଯଦି ଜଣକର ଗୋଟିଏ ପ୍ରକାର ଅନୁଗ୍ରହଦାନ ତା’ହେଲେ ଅନ୍ୟ ଜଣକ ନିମନ୍ତେ ଅନ୍ୟ ପ୍ରକାରର ଅନୁଗ୍ରହଦାନ ଅଛି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center