Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 62:1-5

ନୂତନ ଯିରୁଶାଲମ-ଏକ ଧର୍ମପୂର୍ଣ୍ଣ ନଗରୀ

62 ମୁଁ ସିୟୋନକୁ ଭଲ ପାଏ,
    ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ
ଯିରୁଶାଲମରେ ପ୍ରକଟ ନ ହୋଇଛି,
    ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ।
ପ୍ରଭାତରେ ଦୀପ୍ତି ଲାଭ କରିବା ପରି
    ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।
ସେତେବେଳେ ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ
    ଓ ରାଜାମାନେ ତୁମ୍ଭର ମହିମା ଦେଖିବେ;
ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖରେ
    ଏକ ନୂତନ ନାମରେ ଖ୍ୟାତ ହେବ।
ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ
    ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
ତୁମ୍ଭର ‘ଦେଶ ପରିତ୍ୟକ୍ତା ବୋଲି’ ନାମିତ ହେବ ନାହିଁ;
    କିମ୍ବା ତୁମ୍ଭର ଦେଶକୁ କେହି ‘ଅନାଥିନୀ’ ବୋଲି ଜାଣିବେ ନାହିଁ।
ମାତ୍ର ତୁମ୍ଭର ଦେଶ ବରଂ ‘ପରମେଶ୍ୱରଙ୍କ କନ୍ୟା’ ରୂପେ ବିବେଚିତ ହେବ
    ଏବଂ ‘ମୋର ଉଲ୍ଲାସ ତାହାର ମଧ୍ୟ ହୋଇଅଛି’
    କାରଣ ସଦାପ୍ରଭୁ ତୁମ୍ଭ ଉପରେ ସନ୍ତୋଷ ଅଛନ୍ତି।
ଜଣେ ଯୁବକ ଯେପରି ଜଣେ କନ୍ୟାକୁ ପ୍ରେମ କରେ,
    ସେହିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ।
ପୁଣି ବର ଯେପରି ତା’ର କନ୍ୟାଠାରେ ଆନନ୍ଦ କରେ,
    ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।

ଗୀତସଂହିତା 36:5-10

ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଆକାଶଠାରୁ ମହିୟାନ।
    ତୁମ୍ଭର ବିଶ୍ୱସ୍ତତା ଆକାଶର ବାଦଲଠାରୁ ଗରୀୟାନ।
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ୟ ଅଧିକ ଉଚ୍ଚ
    ତୁମ୍ଭର ନ୍ୟାୟପ୍ରିୟତା ସମୁଦ୍ରଠାରୁ ଅଧିକ ଗଭୀର।
ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁମାନଙ୍କୁ ରକ୍ଷା କର।
    ତୁମ୍ଭର ପ୍ରେମ ଓ କରୁଣାଠାରୁ କିଛି ଅଧିକ ମୂଲ୍ୟବାନ ବସ୍ତୁ ନାହିଁ।
    ଲୋକମାନେ ଓ ସ୍ୱର୍ଗଦୂତମାନେ ତୁମ୍ଭ ନିକଟକୁ ଉଦ୍ଧାର ପାଇବା ପାଇଁ ଆସନ୍ତି।
ହେ ସଦାପ୍ରଭୁ, ସେମାନେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀୟାନ ହୁଅନ୍ତି।
    ତୁମ୍ଭେ ତୁମ୍ଭର ନଦୀରୁ ସେମାନଙ୍କୁ ପାନ କରିବାକୁ ଦିଅ।
ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ
    ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ।
10 ହେ ସଦାପ୍ରଭୁ, ଯେଉଁମାନେ ପ୍ରକୃତରେ ତୁମ୍ଭକୁ ଭଲ ପାଆନ୍ତି, ତୁମ୍ଭେ ତୁମ୍ଭର କରୁଣା ଦୃଷ୍ଟି ସେମାନଙ୍କ ଉପରେ ରଖ
    ଓ ତୁମ୍ଭର ବିଶ୍ୱସ୍ତ ସେମାନଙ୍କ ଜୀବନରେ ସୁକର୍ମମାନ ଘଟଣା ସବୁ ଘଟୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 12:1-11

ପବିତ୍ରଆତ୍ମାଙ୍କଠାରୁ ଦାନ

12 ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି। ତୁମ୍ଭେମାନେ ମନେପକାଅ ଯେ ବିଶ୍ୱାସୀ ହେବା ପୂର୍ବରୁ ତୁମ୍ଭେମାନେ କିପରି ବିପଥଗାମୀ ହୋଇ ମୂର୍ତ୍ତିପୂଜା କରିବାକୁ ଯାଉଥିଲା। ସେଥିପାଇଁ ମୁଁ କହୁଛି ଯେ, ପରମେଶ୍ୱରଙ୍କ ଆତ୍ମାପ୍ରାପ୍ତ ଲୋକ “ଯୀଶୁ ଅଭିଶପ୍ତ” ବୋଲି କଦାପି କହିବ ନାହିଁ। ପବିତ୍ରଆତ୍ମାଙ୍କ ସାହାଯ୍ୟ ବିନା କୌଣସି ଲୋକ “ଯୀଶୁ ପ୍ରଭୁ ଅଟନ୍ତି” ବୋଲି କହିବ ନାହିଁ।

ଆତ୍ମାଙ୍କ ଦାନ ଅନେକ ପ୍ରକାରର, କିନ୍ତୁ ସେଗୁଡ଼ିକ ସେହି ଏକ ପବିତ୍ରଆତ୍ମାଙ୍କଠାରୁ ଆସିଥାଏ। ସେବା ମଧ୍ୟ ଅନେକ ପ୍ରକାରର, ମାତ୍ର ଆମ୍ଭେ ଯାହାଙ୍କର ସେବା କରୁ, ସେହି ପ୍ରଭୁ ଏକ ଅଟନ୍ତି। ପରମେଶ୍ୱର ଆମ୍ଭମାନଙ୍କ ଜୀବନର ଅନେକ ପ୍ରକାର କାର୍ଯ୍ୟ କରନ୍ତି, ମାତ୍ର ଯେ ଏସମସ୍ତ କରନ୍ତି, ସେହି ପରମେଶ୍ୱର ଏକ ଅଟନ୍ତି।

ପ୍ରତ୍ୟେକ ଲୋକଠାରେ ଆତ୍ମାର ବିଶେଷ ଗୁଣ ଗୁଡ଼ିକ ଦେଖିବାକୁ ମିଳେ। ଏଗୁଡ଼ିକ ଅନ୍ୟମାନଙ୍କ ଭଲ ପାଇଁ ଦିଆଯାଇଛି। ଜଣେ ଲୋକକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିରେ କଥା କହିବାକୁ ଦକ୍ଷତା ଦିଆ ହୋଇଛି, ଓ ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ଜ୍ଞାନର କଥା କହିବାକୁ ଯୋଗ୍ୟତା ଦିଆ ହୋଇଛି। ସେହି ଏକମାତ୍ର ଆତ୍ମା ଜଣେ ଲୋକକୁ ବିଶ୍ୱାସ ଓ ଅନ୍ୟଜଣକୁ ପୂର୍ଣ୍ଣ ଆରୋଗ୍ୟ କରିବା ଶକ୍ତି ଦାନ କରନ୍ତି। 10 ଆତ୍ମା ଅନ୍ୟଜଣକୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିବା ଶକ୍ତି ଓ ଅନ୍ୟ ଜଣକୁ ଭଲ ଓ ମନ୍ଦ ଆତ୍ମା ଭିତରେ ପାର୍ଥକ୍ୟ ଦେଖି ପାରିବା ଶକ୍ତି ପ୍ରଦାନ କରନ୍ତି। କାହାକୁ ଭିନ୍ନଭିନ୍ନ ପ୍ରକାରର ଭାଷା କହିପାରିବା ଶକ୍ତି ଦିଆଯାଇଛି, ତ ଅନ୍ୟ କାହାକୁ ସେହି ଭାଷାଗୁଡ଼ିକର ଅର୍ଥ କରିବାର ଶକ୍ତି ଦିଆଯାଇଛି। 11 ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି।

ଯୋହନ ଲିଖିତ ସୁସମାଗ୍ଭର 2:1-11

କାନ୍ନାରେ ବିବାହ

ଦୁଇ ଦିନ ପରେ ଗାଲିଲୀର କାନ୍ନା ସହରରେ ଗୋଟିଏ ବିବାହ ହେଲା। ଯୀଶୁଙ୍କ ମା ସେଠାରେ ଥିଲେ। ସେହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ମଧ୍ୟ ନିମନ୍ତ୍ରିତ ହୋଇଥିଲେ। ସେହି ବିବାହ ଉତ୍ସବରେ ଯଥେଷ୍ଟ ପରିମାଣରେ ଦ୍ରାକ୍ଷାରସ ନ ଥିଲା। ଦ୍ରାକ୍ଷାରସ ସରିଯିବା ପରେ ଯୀଶୁଙ୍କର ମା ଆସି ତାହାଙ୍କୁ କହିଲେ, “ସେମାନଙ୍କର ଆଉ ଦ୍ରାକ୍ଷାରସ ନାହିଁ।”

ଯୀଶୁ ଉତ୍ତର ଦେଲେ, “ପ୍ରିୟ ନାରୀ, କ’ଣ କରିବାକୁ ହେବ, ଏହା ତୁମ୍ଭେ ମୋତେ କହିବା ଉଚିତ୍ ନୁହେଁ। ମୋର ସମୟ ଏପର୍ଯ୍ୟନ୍ତ ଆସି ନାହିଁ।”

ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”

ସେହି ସ୍ଥାନରେ ଛଅଟି ପଥରର ବଡ଼ ଜଳକୁଣ୍ଡ ଥିଲା। ଯିହୂଦୀମାନେ ତାହାଙ୍କ ଶୁଚିକରଣ ନୀତି ଅନୁସାରେ ଏହି ଜଳକୁଣ୍ଡ ବ୍ୟବହାର କରୁଥିଲେ। ପ୍ରତ୍ୟେକ ଜଳକୁଣ୍ଡରେ ପ୍ରାୟ ଶହେରୁ ଶହେ ପଗ୍ଭଶ ଲିଟର ପାଣି ଧରୁଥିଲା।

ଯୀଶୁ ସେବକମାନଙ୍କୁ କହିଲେ, “ସେହି ଜଳକୁଣ୍ଡରେ ପାଣି ଭର୍ତ୍ତି କର।” ତେଣୁ ସେବକମାନେ ଜଳକୁଣ୍ଡରେ ପାଣି ଭର୍ତ୍ତି କରିଦେଲେ।

ତା’ପରେ ଯୀଶୁ ସେବକମାନଙ୍କୁ କହିଲେ, “ବର୍ତ୍ତମାନ ସେଥିରୁ କିଛି ପାଣି କାଢ଼ି ନିଅ। ଏହି ପାଣି ନେଇ ଭୋଜିକର୍ତ୍ତାଙ୍କ ପାଖକୁ ଯାଅ।”

ତେଣୁ ସେମାନେ ସେହି ପାଣି ନେଇ ତାହାଙ୍କ ପାଖରେ ପହଞ୍ଚିଲେ। ତା’ପରେ ଭୋଜି ଦାୟିତ୍ୱରେ ଥିବା ମୁଖ୍ୟ ଲୋକ ତାହାକୁ ଗ୍ଭଖିଲେ। ସେହି ପାଣି ଏବେ ଦ୍ରାକ୍ଷାରସରେ ପରିଣତ ହୋଇଯାଇଥିଲା। ସେ ଜାଣି ନ ଥିଲେ ଯେ ଏପରି ଦ୍ରାକ୍ଷାରସ କେଉଁଠାରୁ ଆସିଲା? କିନ୍ତୁ ସେହି ପାଣି କାଢ଼ିଥିବା ସେବକମାନେ ଜାଣିଥିଲେ। ତା’ପରେ ଭୋଜିକର୍ତ୍ତା ବରକୁ ଡାକିଲେ। 10 ସେ ବରକୁ କହିଲେ, “ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ଯଥେଷ୍ଟ ପିଇ ତୃପ୍ତ ହେବାପରେ ସେମାନେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ଯ୍ୟନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।”

11 ଏହା ଯୀଶୁଙ୍କର ପ୍ରଥମ ଆଶ୍ଚର୍ଯ୍ୟକାର୍ଯ୍ୟ ଥିଲା। ସେ ଏହି ଆଶ୍ଚର୍ଯ୍ୟକାମ ଗାଲିଲୀର କାନ୍ନା ସହରରେ କରିଥିଲେ। ଏହିପରି ସେ ତାହାଙ୍କ ମହିମା ଦେଖାଇଲେ। ଏବଂ ତାହାଙ୍କର ଶିଷ୍ୟମାନେ ତାହାଙ୍କ ଉପରେ ବିଶ୍ୱାସ କଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center