Revised Common Lectionary (Semicontinuous)
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ପରମେଶ୍ୱର ଆପଣା ଲୋକଙ୍କୁ ଗୃହକୁ ଆଣନ୍ତି
54 “ହେ ବନ୍ଧ୍ୟା, ଅପ୍ରସୂତେ ନାରୀ! ତୁମ୍ଭେ ଗାନ କର।
ହେ ଗର୍ଭବେଦନାରହିତ ନାରୀ!
ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର।
କାରଣ ସଦାପ୍ରଭୁ କୁହନ୍ତି,
“ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।”
2 “ତୁମ୍ଭେ ନିଜ ତମ୍ବୁର ବସତି ବଢ଼ାଅ
ଓ ସେମାନେ ତୁମ୍ଭର ବାସ ସ୍ଥାନର ଯବନିକା ସବୁ ବିସ୍ତାର କରନ୍ତୁ।
ବ୍ୟୟର ଆଶଙ୍କା କର ନାହିଁ।
ତୁମ୍ଭର ଦଉଡ଼ି ସବୁ ଲମ୍ବାଇ ଦିଅ ଓ କିଳାଗୁଡ଼ିକୁ ସୁଦୃଢ଼ କର।
3 କାରଣ ତୁମ୍ଭେ ଦକ୍ଷିଣ ଓ ବାମରେ ବ୍ୟାପି ଯିବ
ଓ ତୁମ୍ଭର ବଂଶ ଅନ୍ୟ ଦେଶୀୟମାନଙ୍କୁ ଅଧିକାର କରିବେ
ଏବଂ ଜନଶୂନ୍ୟ ନଗରଗୁଡ଼ିକୁ ନିଜର ବସତି ସ୍ଥାନ କରାଇବେ।
4 ଭୟ କର ନାହିଁ,
କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ;
କିମ୍ବା ବିଷଣ୍ଣମନା ହୁଅ ନାହିଁ;
କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ।
ତୁମ୍ଭେ ଯୌବନକାଳର ଲଜ୍ଜା ଭୁଲିଯିବ
ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।
5 କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି
ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।
ପୁଣି ସେ ଇସ୍ରାଏଲର ପବିତ୍ର ସ୍ୱରୂପ ତୁମ୍ଭର ମୁକ୍ତିଦାତା;
ସେ ସମଗ୍ର ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
6 “କାରଣ ତୁମ୍ଭ ପରମେଶ୍ୱର କୁହନ୍ତି, ତ୍ୟକ୍ତା
ଓ ମନୋଦୁଃଖିନୀ ଭାର୍ଯ୍ୟା
କିମ୍ବା ଯୌବନକାଳୀନ ପରିତ୍ୟକ୍ତା ଭାର୍ଯ୍ୟାପରି
ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।”
7 “ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ୟାଗ କରିଅଛୁ,
ମାତ୍ର ମହାକରୁଣାରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।
8 ଅତି କ୍ରୋଧରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଗ୍ଭଇଲୁ;
ମାତ୍ର ଅନନ୍ତକାଳସ୍ଥାୟୀ ଦୟାରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା।”
ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି।
9 ତୁମ୍ଭର ପ୍ରେମ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର। 10 ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା’ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ। 11 ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଆଳସ୍ୟ କର ନାହିଁ। ପରମେଶ୍ୱରଙ୍କୁ ସେବା କଲାବେଳେ ଆତ୍ମିକ ଭାବରେ ଉଦ୍ଯୋଗ ହୁଅ। 12 ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ମୁଖୀନ ହେବା ବେଳେ ତୁମ୍ଭେ ଧୈର୍ଯ୍ୟ ଧର। ନିରନ୍ତର ପ୍ରାର୍ଥନା କର। 13 ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର।
14 ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ। 15 ଯେତେବେଳେ ଅନ୍ୟମାନେ ପ୍ରସନ୍ନ, ତୁମ୍ଭେମାନେ ସେମାନଙ୍କ ସହିତ ପ୍ରସନ୍ନ ହୁଅ। ଅନ୍ୟମାନେ ଦୁଃଖିତ ଥିଲାବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ। 16 ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ।
17 ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ। 18 ଲୋକଙ୍କ ସହିତ ଶାନ୍ତିରେ ରହିବା ପାଇଁ ଯଥାସାଧ୍ୟ ଚେଷ୍ଟା କର। 19 ତୁମ୍ଭମାନଙ୍କ ପ୍ରତି ଭୁଲ୍ କରିଥିବା ଲୋକକୁ ନିଜ ତରଫରୁ ଦଣ୍ତ ଦିଅ ନାହିଁ। ତାହାକୁ ପରମେଶ୍ୱରଙ୍କ କ୍ରୋଧ ଦ୍ୱାରା ଦଣ୍ତିତ ହେବା ଲାଗି ଅପେକ୍ଷା କର। ଶାସ୍ତ୍ରରେ ଲେଖା ଅଛି: ପରମେଶ୍ୱର କହିଛନ୍ତି,
“ଦଣ୍ତ ଦେବା ମୋର କାମ।
ମୁଁ ଲୋକମାନଙ୍କୁ ପ୍ରତିଦାନ ଦେବି।” (A)
20 କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍:
“ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି,
ତାହାକୁ ଖାଇବାକୁ ଦିଅ,
ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି,
ତାହାକୁ ପିଇବାକୁ ଦିଅ।
ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରି ପାରିବ।” (B)
21 ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।
2010 by World Bible Translation Center