Revised Common Lectionary (Semicontinuous)
ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।
145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
2 ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
3 ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
4 ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
5 ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
ମୁଁ ତୁମ୍ଭ ଅଦ୍ଭୂତ କର୍ମ ବିଷୟ ଧ୍ୟାନ କରିବି।
6 ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
7 ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।
8 ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
9 ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।
ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।
ସେ (ପୁ) ତାଙ୍କୁ (ସ୍ତ୍ରୀ) କହିଲେ
4 ହେ ମୋର ପ୍ରିୟେ, ତୁମ୍ଭେ ସୁନ୍ଦରୀ ଓ
ତୁମ୍ଭେ ଓଢ଼ଣା ତଳେ ସୁନ୍ଦରୀ ଦେଖାଯାଅ।
ତୁମ୍ଭ ନେତ୍ର କପୋତ ତୁଲ୍ୟ,
ତୁମ୍ଭର କେଶ ଗିଲିୟଦ ପର୍ବତରୁ ଓହ୍ଲାଇ ଆସୁଥିବା ଛେଳିପଲ ତୁଲ୍ୟ।
2 ତୁମ୍ଭର ଦାନ୍ତଗୁଡ଼ିକ ନୂତନ ଲୋମକଟା,
ସ୍ନାନରୁ ଉତ୍ଥିତ ମେଷୀ ପଲ ତୁଲ୍ୟ।
ସେଗୁଡ଼ିକୁ ଯଥାର୍ଥ ଭାବରେ ମାନିଛି
ଏବଂ ସେଗୁଡ଼ିକ ମଧ୍ୟରୁ କେହି ହଜି ନାହାନ୍ତି।
3 ତୁମ୍ଭର ଓଷ୍ଠାଧର ଉଜ୍ଜ୍ୱଳ ଲୋହିତ ରଙ୍ଗର ଫିତା
ଓ ତୁମ୍ଭର ପାଟି ସୁନ୍ଦର।
ଓଢ଼ଣା ତଳେ ତୁମ୍ଭ କପାଳ
ଡାଳିମ୍ବ ଖଣ୍ଡ ତୁଲ୍ୟ।
4 ତୁମ୍ଭର ବେକ ସେହି ଦୁର୍ଗ ପରି
ଯାହାକି ଦାଉଦଙ୍କର ଅସ୍ତ୍ରାଗାର ଧାରଣ କରିଥିଲା।
ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ ବୀରଗଣର
ସକଳ ଢାଲ ଟଙ୍ଗା ଯାଇଥିଲା।
5 ତୁମ୍ଭର ସ୍ତନଯୁଗଳ ଶୋଶନ ପୁଷ୍ପ ବନରେ ଚରିବାର
ଯାଆଁଳା ହରିଣ ଛୁଆ ତୁଲ୍ୟ।
6 ଦିବସ ନ ଆସିବା ପର୍ଯ୍ୟନ୍ତ
ଓ ଛାୟା ବହି ନ ଯିବା ପର୍ଯ୍ୟନ୍ତ
ମୁଁ ଗନ୍ଧରସ ପର୍ବତ
ଓ କୁନ୍ଦୁରୁ ଉପପର୍ବତକୁ ଯିବି।
7 ଆଗୋ ମୋର ପ୍ରିୟେ, ତୁମ୍ଭେ ମୁଣ୍ଡରୁ ପାଦ ଯାଏ ସୁନ୍ଦରୀ।
ତୁମ୍ଭଠାରେ କୌଣସି ଖୁଣ ନାହିଁ।
8 ଆଗୋ ମୋର ପ୍ରିୟେ, ମୋ’ ସଙ୍ଗେ ଲିବାନୋନ୍ରୁ ଆସ।
ଅମାନାର ଶୃଙ୍ଗରୁ,
ଶନୀର ଓ ହର୍ମୋଣରୁ
ଏବଂ ସିଂହମାନଙ୍କ ଗୁମ୍ଫାରୁ
ଓ ଚିତା ବାଘମାନଙ୍କ ବାସ ସ୍ଥାନରୁ।
3 ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବର୍ତ୍ତୁ। ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ।
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତି
4 ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। 5 ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ସମସ୍ତ ବିଷୟରେ ଆଶୀର୍ବାଦ ପାଇଅଛ। ତୁମ୍ଭେମାନେ ସମସ୍ତ କଥା ଓ ସମସ୍ତ ଜ୍ଞାନରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦରେ ପୂର୍ଣ୍ଣତା ଲାଭ କରିଛ। 6 ଖ୍ରୀଷ୍ଟଙ୍କ ବିଷୟକ ସତ୍ୟ ତୁମ୍ଭଠାରେ ପ୍ରମାଣିତ ହୋଇଛି। 7 ଅତଏବ ଯେତେବେଳେ ତୁମ୍ଭେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତେବେଳେ ତୁମ୍ଭେମାନେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ। 8 ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ। 9 ପରମେଶ୍ୱର ବିଶ୍ୱସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନରେ ସହଭାଗୀ ହେବା ପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।
କରିନ୍ଥୀ ମଣ୍ଡଳୀରେ ସମସ୍ୟା
10 ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।
11 ହେ ଭାଇ ଓ ଭଉଣୀମାନେ ଖ୍ଳୟୀଙ୍କ ପରିବାରର କେତେକ ଲୋକ ତୁମ୍ଭମାନଙ୍କ ବିଷୟରେ ମୋତେ କହିଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ପରସ୍ପର ବାଦବିବାଦ ଅଛି। 12 ମୁଁ ଏହା କହିବା ଅର୍ଥ: ତୁମ୍ଭମାନଙ୍କ ଭିତରୁ ଜଣେ କୁହେ, “ମୁଁ ପାଉଲଙ୍କର ଅନୁଗାମୀ,” ଆଉଜଣେ କୁହେ “ମୁଁ ଆପଲ୍ଲଙ୍କର ଅନୁଗାମୀ,” ଅନ୍ୟ ଜଣେ କୁହେ, “ମୁଁ କେଫାଙ୍କର ଅନୁଗାମୀ,” ଓ ଅନ୍ୟଜଣେ କୁହେ: “ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ!” 13 ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପାରେ। ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶ ଉପରେ ପ୍ରାଣତ୍ୟାଗ କରିଥିଲେ କି? ନା! ତୁମ୍ଭେମାନେ କ’ଣ ପାଉଲଙ୍କ ନାମରେ ବାପ୍ତିଜିତ ହୋଇଛି? ନା! 14 ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ୟରୁ ଆଉ କାହାରିକୁ ବାପ୍ତିଜିତ ନ ଦେଇ ଥିବାରୁ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଏ। 15 ଏଥିଲାଗି ଧନ୍ୟବାଦ ଦେଉଛି ଯେ, କେହିହେଲେ ମୋ’ ନାମରେ ତୁମ୍ଭେମାନେ ବାପ୍ତିଜିତ ପାଇଅଛି ବୋଲି କହି ପାରିବ ନାହିଁ। 16 ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ୟ ବାପ୍ତିଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ। 17 ଖ୍ରୀଷ୍ଟ ମୋତେ ଲୋକମାନଙ୍କୁ ଡୁବନ କରିବା ଦାୟିତ୍ୱ ଦେଇ ନ ଥିଲେ। ସେ ମୋତେ ସୁସମାଗ୍ଭର ପ୍ରଗ୍ଭର କରିବା ଦାୟିତ୍ୱ ଦେଇ ଥିଲେ। କୌଣସି ପ୍ରକାର ଜାଗତିକ ଜ୍ଞାନର ପୂର୍ଣ୍ଣତାରେ ପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କରିବାକୁ ଖ୍ରୀଷ୍ଟ ମୋତେ ପଠାଇ ନ ଥିଲେ; ନଚେତ୍ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶରେ ଥିବା ମହାଶକ୍ତି ବ୍ୟର୍ଥ ହୋଇଯିବ।
2010 by World Bible Translation Center