Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 145

ପ୍ରଶଂସାର ଗୀତ, ଦାଉଦଙ୍କ ରଚିତ।

145 ସେ ରାଜନ୍, ମୋର ପରମେଶ୍ୱର, ମୁଁ ତୁମ୍ଭର ପ୍ରଶଂସା କରିବି।
    ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ୟବାଦ କରିବି।
ପ୍ରତିଦିନ ମୁଁ ତୁମ୍ଭର ପ୍ରଶଂସା କରେ।
    ପୁଣି ସଦାସର୍ବଦା ମୁଁ ତୁମ୍ଭ ନାମର ପ୍ରଶଂସା କରିବି।
ସଦାପ୍ରଭୁ ହେଉଛନ୍ତି ମହାନ ଏବଂ ସେ ଅତ୍ୟନ୍ତ ପ୍ରଶଂସନୀୟ।
    ଆମ୍ଭେମାନେ ତାହଙ୍କର ମହାନତାକୁ ପୁରାପୁରି ଜାଣି ପାରିବୁ ନାହିଁ।
ଲୋକମାନେ ପୁରୁଷାନୁକ୍ରମେ ତୁମ୍ଭ କ୍ରିୟା ସକଳର ପ୍ରଶଂସା କରନ୍ତୁ,
    ସେମାନେ ତୁମ୍ଭର କାର୍ଯ୍ୟ ବିଷୟରେ କୁହନ୍ତୁ।
ତୁମ୍ଭ ଗୌରବ ଓ ମହିମା ଆଶ୍ଚର୍ଯ୍ୟପୂର୍ଣ୍ଣ।
    ମୁଁ ତୁମ୍ଭ ଅ‌ଦ୍‌ଭୂତ କର୍ମ ବିଷୟ ଧ୍ୟାନ କରିବି।
ହେ ସଦାପ୍ରଭୁ, ଲୋକମାନେ ତୁମ୍ଭ ଭୟାନକ କର୍ମର ଶକ୍ତି ବିଷୟରେ ବ୍ୟକ୍ତି କରନ୍ତୁ।
    ପୁଣି ମୁଁ ତୁମ୍ଭର ମହାନତା ବିଷୟରେ ପ୍ରଗ୍ଭର କରିବି।
ଲୋକମାନେ ତୁମ୍ଭର ମହାନ ଉତ୍ତମତା ବିଷୟରେ କୁହନ୍ତୁ
    ଓ ସେମାନେ ତୁମ୍ଭ ଧାର୍ମିକତା ବିଷୟରେ ଗାନ କରନ୍ତୁ।

ସଦାପ୍ରଭୁ ଅତ୍ୟନ୍ତ ଦୟାବାନ, ସହାନୁଭୂତିଶୀଳ,
    ଧୈର୍ଯ୍ୟଶୀଳ ଏବଂ ସ୍ନେହଶୀଳ।
ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମୟ।
    ପରମେଶ୍ୱରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାହଙ୍କର ଦୟା ଥାଏ।
10 ସଦାପ୍ରଭୁ, ତୁମ୍ଭେ ଯାହା କରିଅଛ, ସେଗୁଡ଼ିକ ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତୁ।
    ତୁମ୍ଭର ବିଶ୍ୱସ୍ତ ଅନୁସରଣକାରୀମାନେ ତୁମ୍ଭର ଧନ୍ୟବାଦ କରନ୍ତୁ।
11 ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରନ୍ତୁ
    ଓ ତୁମ୍ଭ ପରାକ୍ରମ ବିଷୟରେ କୁହନ୍ତୁ।
12 ତେଣୁ ଅନ୍ୟ ଲୋକମାନେ ତୁମ୍ଭର ମହାନ କାର୍ଯ୍ୟ ବିଷୟରେ ଜାଣିବେ
    ଏବଂ ତୁମ୍ଭର ଶାସନ କେତେ ଆଶ୍ଚର୍ଯ୍ୟଜନକ ଓ ମହାନ।
13 ହେ ସଦାପ୍ରଭୁ, ତୁମ୍ଭର ଶାସନ ଅନନ୍ତକାଳସ୍ଥାୟୀ ରହିବ।
    ତୁମ୍ଭେ ଅନନ୍ତକାଳ ରାଜତ୍ୱ କରିବ।

ସଦାପ୍ରଭୁଙ୍କ ଉପରେ ବିଶ୍ୱାସ କରାଯାଇ ପାରିବ, ଯାହା ସେ କୁହନ୍ତି।
    ସେ କରୁଥିବା ସମସ୍ତ କର୍ମ ଉପରେ ବିଶ୍ୱସ୍ତ। [a]
14 ସଦାପ୍ରଭୁ ସମସ୍ତ ପଡ଼ିବା ଲୋକଙ୍କୁ ଧରି ରଖନ୍ତି।
    ଏବଂ ନଇଁ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି।
15 ହେ ସଦାପ୍ରଭୁ, ସମସ୍ତ ସଜୀବ ପ୍ରାଣୀ ଖାଦ୍ୟ ପାଇଁ ତୁମ୍ଭକୁ ଅନାଇଥା’ନ୍ତି।
    କାରଣ ଉପଯୁକ୍ତ ସମୟରେ ତୁମ୍ଭେ ଆହାର ଯୋଗାଇ ଥାଅ।
16 ହେ ସଦାପ୍ରଭୁ, ତୁମ୍ଭେ ଆପଣା ହସ୍ତ ମେଲାଇ
    ପ୍ରତ୍ୟେକ ପ୍ରାଣୀର କାମନା ପୂର୍ଣ୍ଣ କରୁଛ।
17 ସଦାପ୍ରଭୁ ଯାହାକିଛି କରନ୍ତି ତାହା ଉତ୍ତମ
    ଓ ତାଙ୍କର ନିଜର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାକୁ ପ୍ରଦର୍ଶନ କରେ।
18 ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି,
    ଯେଉଁମାନେ ତାଙ୍କୁ ସାହାଯ୍ୟ ପାଇଁ ଡାକନ୍ତି।
19 ସେ ଆପଣା ଅନୁସରଣକାରୀମାନଙ୍କ ବାଞ୍ଚା ପୂର୍ଣ୍ଣ କରନ୍ତି।
    ସେ ସେମାନଙ୍କର ଗୁହାରି ଶୁଣନ୍ତି ଏବଂ ସେମାନଙ୍କୁ ରକ୍ଷା କରନ୍ତି।
20 ସଦାପ୍ରଭୁ ସେହିମାନଙ୍କୁ ରକ୍ଷା କରନ୍ତି ଯେଉଁମାନେ ତାଙ୍କୁ ଭଲ ପାଆନ୍ତି,
    ମାତ୍ର ସମସ୍ତ ଦୁଷ୍ଟ ଲୋକମାନଙ୍କୁ ଧ୍ୱଂସ କରିବେ।
21 ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି!
    ସମୁଦାୟ ପ୍ରାଣୀ ଅନନ୍ତକାଳ ତାହଙ୍କର ପବିତ୍ର ନାମର ପ୍ରଶଂସା କରିବା ଉଚିତ୍।

ପରମଗୀତ 4:9-5:1

ହେ ମୋର ଭଉଣୀ, ହେ ମୋର କନ୍ୟା,
    ତୁମ୍ଭେ ମୋର ହୃଦୟକୁ ତୁମ୍ଭର ଚକ୍ଷୁର ଗୋଟିଏ ଗ୍ଭହାଣିରେ
    ଏବଂ ଗୋଟିଏ ଅଳଙ୍କାର ହାରରେ ଗ୍ଭେରି କରିଅଛି।
10 ଆଗୋ ମୋର ଭଗିନୀ, ହେ ମୋର ପ୍ରିୟେ,
    ତୁମ୍ଭର ପ୍ରେମ କେମନ୍ତ ମନୋରମ।
ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।
    ପୁଣି ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା ଉତ୍ତମ।
11 ଆଗୋ ମୋର ପ୍ରିୟେ, ମହୁଫେଣାରୁ ମହୁ ଝରିବା ପରି ତୁମ୍ଭ ଓଷ୍ଠାଧର ମହୁ ଝରେ।
    ଦୁ‌ଗ୍‌ଧମଧୁ ତୁମ୍ଭ ଜିହ୍ୱା ତଳେ ଥାଏ।
ତୁମ୍ଭ ବସ୍ତ୍ରର ସୁଗନ୍ଧି ଲିବାନୋ‌ନ୍‌ର ସୁଗନ୍ଧ ତୁଲ୍ୟ।
12 ମୋର ଭଗିନୀ, ମୋର ପ୍ରିୟେ,
    ଏକ ରୁଦ୍ଧ ଉଦ୍ୟାନ, ଏକ ରୁଦ୍ଧ ନିର୍ଝର, ଏକ ରୁଦ୍ଧ ଝରଣା।
13 ତୁମ୍ଭର ଗ୍ଭରାଗଛଗୁଡ଼ିକ ପ୍ରାଙ୍ଗଣରେ
    ବହୁମୂଲ୍ୟ ଡାଳିମ୍ବ ବୃକ୍ଷ ତୁଲ୍ୟ।
ସେଠାରେ ହେନା ଗ୍ଭରାଗଛ ଅଛି।
14     ସେଠାରେ ଜଟାମାଂସୀ ଓ କେଶର,
ବଚ ଓ ଡାଳଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷ ବିଶିଷ୍ଟ ଗନ୍ଧରସ
    ଓ ଅଗୁରୁ ସର୍ବପ୍ରକାର ପ୍ରଧାନ ସୁଗନ୍ଧି ବୃକ୍ଷ ଅଛି।
15 ତୁମ୍ଭେ ଉଦ୍ୟାନର ଏକ ଝରଣା,
    ଅମୃତ ଜଳର କୂପ
    ଓ ଲିବାନୋ‌ନ୍‌ରୁ ପ୍ରବାହିତ ସ୍ରୋତ ଅଟ।

ସେ (ସ୍ତ୍ରୀ) କହିଲେ

16 ହେ ଉତ୍ତରୀୟ ବାୟୁ, ଜାଗ।
    ଦକ୍ଷିଣ ବାୟୁ, ଆସ।
ମୋ’ ଉଦ୍ୟାନର ସୁଗନ୍ଧି ଯେପରି ଗ୍ଭରିଆଡ଼େ ବିଚ୍ଛୁରିତ ହେବ
    ଏବଂ ବାହାରକୁ ଆସିବ, ଏଥିପାଇଁ ତହିଁ ଉପରେ ପ୍ରବାହିତ ହୁଅ।
ମୋହର ପ୍ରିୟତମ, ଆପଣା ଉଦ୍ୟାନକୁ ଆସନ୍ତୁ
    ଓ ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।

ସେ (ପୁ) କହିଲେ

ହେ ମୋର ଭଗିନୀ, ମୋହର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି।
    ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି।
ମୁଁ ମହୁ ଫେଣାରୁ ମୋର ମହୁ ଭୋଜନ କରିଅଛି।
    ମୁଁ ଆପଣା ଦ୍ରାକ୍ଷାରସ ଓ ଦୁ‌ଗ୍‌ଧପାନ କରିଅଛି।
ଆସ ପରସ୍ପର ସହିତ ଆମୋଦ କରିବା।
    ଆସ ପ୍ରେମରେ ମତ୍ତ ହୋଇଯିବା।

ସ୍ତ୍ରୀଲୋକମାନେ ପ୍ରେମିକମାନଙ୍କୁ କହିଲେ

ହେ ବନ୍ଧୁଗଣ, ଭୋଜନ କର, ହେ ପ୍ରିୟତମଗଣ ପାନ କର।
    ହଁ, ଯଥେଷ୍ଟ ପ୍ରେମକୁ ପାନ କର।

ଲୂକ ଲିଖିତ ସୁସମାଗ୍ଭର 5:33-39

ଉପବାସ ସମନ୍ଧରେ ଯୀଶୁଙ୍କ ଉତ୍ତର(A)

33 ସେମାନେ ଯୀଶୁଙ୍କୁ କହିଲେ, “ଯୋହନଙ୍କ ଶିଷ୍ୟମାନେ ଅଧିକାଂଶ ଥର ଉପବାସ ଓ ପ୍ରାର୍ଥନା କରନ୍ତି। ଫାରୂଶୀମାନଙ୍କ ଶିଷ୍ୟମାନେ ସେହିପରି କରନ୍ତି। କିନ୍ତୁ ତୁମ୍ଭର ଶିଷ୍ୟମାନେ ସବୁବେଳେ ଖିଆପିଆ କରୁଛନ୍ତି।”

34 ଯୀଶୁ ସେମାନଙ୍କୁ କହିଲେ, “ବର, ବରଯାତ୍ରୀ ସହିତ ଥିବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ବରଯାତ୍ରୀମାନଙ୍କୁ ଉପବାସରେ ରଖି ପାରିବ? 35 କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କ ପାଖରୁ ବରକୁ ଛଡ଼ାଇ ନିଆଯିବ। ସେତେବେଳେ ସେମାନେ ଉପବାସ କରିବେ।”

36 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ: “ଜଣେ ଲୋକ ଗୋଟିଏ ପୁରୁଣା ଗ୍ଭଦରରେ ତାଳି ପକାଇବାକୁ କୌଣସି ନୂଆ ଗ୍ଭଦରରୁ ଖଣ୍ଡେ ଚିରିପକାଏ ନାହିଁ। ଯେଉଁ ଲୋକ ଏଭଳି କରେ, ତା’ର ନୂଆ ଗ୍ଭଦରଟିତ ନଷ୍ଟ ହୋଇଯାଏ ପୁଣି ନୂଆ ଗ୍ଭଦରରୁ ଚିରା ହୋଇଥିବା ତାଳି ପୁରୁଣା ଗ୍ଭଦର ସାଙ୍ଗରେ ମିଶେ ନାହିଁ। 37 କୌଣସି ଲୋକ ପୁରୁଣା ଚମଡ଼ା ଥଳିଗୁଡ଼ିକରେ ନୂଆ ଦ୍ରାକ୍ଷାରସ ଢାଳେ ନାହିଁ। ଯଦି ସେ ଏପରି କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ଥଳିଗୁଡ଼ିକୁ ଚିରିଦେବ। ଦ୍ରାକ୍ଷାରସ ଢାଳି ହୋଇଯିବ ଓ ଥଳିଗୁଡ଼ିକ ନଷ୍ଟ ହୋଇଯିବ। 38 ତେଣୁ ଲୋକେ ସଦାବେଳେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ଥଳିରେ ରଖଥା’ନ୍ତି। 39 ପୁରୁଣା ଦ୍ରାକ୍ଷାରସ ପିଇ ସାରି କୌଣସି ଲୋକ କେବେ ହେଲେ ନୂଆ ଦ୍ରାକ୍ଷାରସ ପିଇବାକୁ ଇଚ୍ଛା କରେ ନାହିଁ। କାରଣ ସେ କହେ, “ପୁରୁଣା ଦ୍ରାକ୍ଷାରସ ସୁଆଦ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center