Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ସଦାପ୍ରଭୁଙ୍କର ମୁକ୍ତିର ବାର୍ତ୍ତା
61 ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି। 2 କେତେବେଳେ ସଦାପ୍ରଭୁ ତାଙ୍କର କରୁଣା ପ୍ରଦର୍ଶନ କରିବେ ଓ କେଉଁ ସମୟରେ ପରମେଶ୍ୱର ଦୁଷ୍ଟାଗ୍ଭରୀଙ୍କ ଉପରେ ପ୍ରତିଶୋଧ ନେବେ ଓ ଶୋକାର୍ତ୍ତମାନଙ୍କୁ ସାନ୍ତ୍ୱନା କରିବେ। ସେ ସବୁ ପ୍ରଗ୍ଭର କରିବାକୁ ପରମେଶ୍ୱର ମୋତେ ପ୍ରେରଣ କରିଛନ୍ତି। 3 ସିୟୋନର ଶୋକାର୍ତ୍ତ ଲୋକମାନଙ୍କୁ ଯୋଗାଇ ଦେବାକୁ ଓ ଭସ୍ମ ପରିବର୍ତ୍ତେ ଭୂଷଣ, ଦୁଃଖ ପରିବର୍ତ୍ତେ ସୁଖ ରୂପ ତୈଳ, ଅବସନ୍ନ ଆତ୍ମା ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି । ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ‘ଧର୍ମରୂପ ବୃକ୍ଷ’ ଓ ‘ତାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।’
4 “ସେମାନେ ପୁରାତନ ଧ୍ୱସ୍ତ ବିଧ୍ୱସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସେମାନେ ବିନଷ୍ଟ ଓ ଅନେକ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।
5 “ବିଦେଶୀୟମାନେ ତୁମ୍ଭ ମେଷପଲ ଚରାଇବା ପାଇଁ ଛିଡ଼ା ହେବେ ଓ ସେମାନଙ୍କର ସନ୍ତାନମାନେ ତୁମ୍ଭ ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରରେ କାର୍ଯ୍ୟ କରିବେ। 6 ମାତ୍ର ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଯାଜକ’ ବୋଲି ଖ୍ୟାତ ହେବ। ଲୋକମାନେ ତୁମ୍ଭମାନଙ୍କୁ ‘ଆମ୍ଭମାନଙ୍କର ପରିଗ୍ଭଳକ’ ବୋଲି ଡାକିବେ। ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କ ସମ୍ପତ୍ତି ଭୋଗ କରିବ ଓ ସେମାନଙ୍କ ଐଶ୍ୱର୍ଯ୍ୟରେ ତୁମ୍ଭେମାନେ ଗର୍ବିତ ହେବ।
7 “ଲଜ୍ଜା ପରିବର୍ତ୍ତେ ସେମାନେ ଦୁଇଗୁଣ ସମ୍ମାନ ପାଇବେ। ପୁଣି ଅପମାନ ପରିବର୍ତ୍ତେ ସେମାନେ ନିଜ ନିଜ ଅଧିକାରରେ ଆନନ୍ଦ କରିବେ। ଏଥିପାଇଁ ସେମାନେ ନିଜ ଦେଶରେ ଦୁଇଗୁଣ ଅଂଶ ପାଇବେ ଓ ସେମାନଙ୍କର ଅନନ୍ତକାଳସ୍ଥାୟୀ ଆହ୍ଲାଦ ହେବ।
ବିବାହର ଦୃଷ୍ଟାନ୍ତ
7 ଭାଇ ଓ ଭଉଣୀଗଣ, ତୁମ୍ଭେମାନେ ବ୍ୟବସ୍ଥା ଜାଣ। ତୁମ୍ଭେମାନେ ଜାଣ ଯେ ଯେତେବେଳେ ଜଣେ ଲୋକ ଜୀବିତ, ବ୍ୟବସ୍ଥା ତାହାକୁ ନିୟନ୍ତ୍ରିତ କର। 2 ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ସମୟ ପର୍ଯ୍ୟନ୍ତ ତା’ ସହିତ ଆବଦ୍ଧ ହୋଇ ରହିଥାଏ। କିନ୍ତୁ ଯେତେବେଳେ ତାହାର ସ୍ୱାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହୋଇ ଯାଏ। 3 କିନ୍ତୁ ଯେତେବେଳେ ଜଣେ ସ୍ତ୍ରୀଲୋକ ତାହାର ସ୍ୱାମୀ ଜୀବିତ ଥିବା ଅବସ୍ଥାରେ, ଆଉ ଜଣକୁ ବିବାହକରେ, ବ୍ୟବସ୍ଥା କୁହେ ଯେ, ସେ ବ୍ୟଭିଗ୍ଭର ଦୋଷରେ ଦୋଷୀ। କିନ୍ତୁ ଯଦି ସେ ସ୍ତ୍ରୀଲୋକର ସ୍ୱାମୀ ମରି ଯାଏ, ତାହାହେଲେ ସେ ସ୍ତ୍ରୀଲୋକଟି ବିବାହର ବନ୍ଧନ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଏ। ଅତଏବ, ଯଦି ସେହି ସ୍ତ୍ରୀଲୋକ ସ୍ୱାମୀର ମୃତ୍ୟୁ ପରେ ଆଉ ଜଣକୁ ବିବାହକରେ, ସେ ବ୍ୟଭିଗ୍ଭର ଦୋଷରେ ଆଉ ଦୋଷୀ ହୁଏ ନାହିଁ।
4 ଠିକ୍ ସେହିଭଳି, ମୋ’ ଭାଇ ଓ ଭଉଣୀଗଣ, ତୁମ୍ଭମାନଙ୍କ ପୁରୁଣା ବ୍ୟକ୍ତିତ୍ୱ ମରିଯାଇଛି ଓ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର ମାଧ୍ୟମରେ ବ୍ୟବସ୍ଥାରୁ ମୁକ୍ତ ହୋଇ ଯାଇଛ। ଏବେ ତୁମ୍ଭେମାନେ ଅନ୍ୟ ଜଣକର ଅଟ। ତୁମ୍ଭେମାନେ ମୃତ୍ୟୁରୁ ବଞ୍ଚି ଉଠିଥିବା ଖ୍ରୀଷ୍ଟଙ୍କର ଅଟ। ଆମ୍ଭେ ଯୀଶୁ ଖ୍ରୀଷ୍ଟଙ୍କର ଅଟୁ, ସେଥିପାଇଁ ଆମ୍ଭେ ପରମେଶ୍ୱରଙ୍କ ସେବାରେ ନିୟୋଜିତ ହୋଇ ପାରିବା। 5 ଅତୀତରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ୱାରା ବ୍ୟବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ୟାତ୍ମିକ ମୃତ୍ୟୁ ଘଟାଉ ଥିଲା। 6 ଅତୀତର ବ୍ୟବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ୟକ୍ତିତ୍ୱ ଏବେ ମରି ଯାଇଛି ଓ ଆମ୍ଭେ ବ୍ୟବସ୍ଥାରୁ ମୁକ୍ତ ହୋଇ ସାରିଛୁ। ଅତଏବ ଆମ୍ଭେ ପ୍ରାଚୀନ ପଦ୍ଧତି ଲିଖିତ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସେବା କରୁ ନାହୁଁ। ଆମ୍ଭେ ପରମେଶ୍ୱରଙ୍କ ନୂତନ ପଦ୍ଧତିରେ ଆତ୍ମାରେ ସେବା କରୁଅଛୁ।
2010 by World Bible Translation Center