Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ରାଜା ନିହିମିୟାଙ୍କୁ ଯିରୁଶାଲମକୁ ପଠାଇଥିଲେ
2 ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ [a] ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି। 2 ଏଥିରେ ରାଜା ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ପୀଡ଼ିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡ଼ୁଛ? ମୁଁ ଭାବୁଛି ତୁମ୍ଭର ହୃଦୟ ଦୁଃଖପୂର୍ଣ୍ଣ ଅଛି।”
ଏହା ପରେ ମୁଁ ଭୟ କଲି। 3 ଯଦିଓ ମୁଁ ଭୟ କଲି, ତଥାପି ମୁଁ ରାଜାଙ୍କୁ କହିଲି, “ମହାରାଜ ଚିରଜୀବୀ ହୁଅନ୍ତୁ। ଯେଉଁ ନଗର ମୋର ପୂର୍ବପୁରୁଷଗଣର କବର ସ୍ଥାନ ତାହା ଯେତେବେଳେ ଉଜାଡ଼ି ହୋଇ ପଡ଼ିଛି ଓ ତହିଁର ଦ୍ୱାରସବୁ ଦଗ୍ଧ ହୋଇ ପଡ଼ିଛି ସେତେବେଳେ କାହିଁକି ମୋର ମୁଖ ଦୁଃଖିତ ହେବ ନାହିଁ।”
4 ଏହା ପରେ ରାଜା ମୋତେ କହିଲେ, “ମୋ’ ନିକଟରୁ କ’ଣ ସାହାଯ୍ୟ ତୁମ୍ଭେ ଗ୍ଭହଁ।”
ମୁଁ ଉତ୍ତର ଦେବା ପୂର୍ବରୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ପ୍ରାର୍ଥନା କଲି। 5 ଏହା ପରେ ମୁଁ ରାଜାଙ୍କୁ ଉତ୍ତର ଦେଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ ଓ ଆପଣଙ୍କ ଦାସ ଯେବେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଥାଏ, ତେବେ ଯିହୁଦା ଦେଶକୁ ମୋର ପିତୃ ଲୋକଙ୍କ କବର ନଗରକୁ ମୋତେ ପଠାଇବାକୁ ଆଜ୍ଞା କରନ୍ତୁ। ମୁଁ ସେଠାକୁ ଯିବାକୁ ଗ୍ଭହେଁ। ଏବଂ ସେଠାରେ ମୁଁ ନଗର ପୁନର୍ବାର ପ୍ରତିଷ୍ଠା କରିବାକୁ ଗ୍ଭହେଁ।”
6 ରାଣୀ ମଧ୍ୟ ରାଜାଙ୍କ ନିକଟରେ ବସିଥିଲେ। ରାଜା ଏବଂ ରାଣୀ ମୋତେ ପଗ୍ଭରିଲେ, “ତୁମ୍ଭର ଯାତ୍ରା କେତେ ଦିନ ଲାଗିବ? ତୁମ୍ଭେ ଏଠାକୁ କେବେ ଫେରିବ?”
ରାଜା ମୋତେ ପଠାଇବା ପାଇଁ ସନ୍ତୁଷ୍ଟ ହେବାରୁ ମୁଁ ତାଙ୍କୁ ଏକ ନିର୍ଦ୍ଧିଷ୍ଟ ସମୟ ଦେଲି। 7 ମୁଁ ମଧ୍ୟ ରାଜାଙ୍କୁ କହିଲି, “ଯଦି ମହାରାଜାଙ୍କର ସନ୍ତୋଷ ହୁଏ, ତେବେ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷମାନେ ଯେପରି ଯିହୁଦା ଦେଶରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯାତ୍ରା କରିବା ପାଇଁ ମୋତେ ଛାଡ଼ିଦିଅନ୍ତି। ଏଥିପାଇଁ ସେମାନଙ୍କ ନିକଟକୁ ମୋ’ ହାତରେ ପତ୍ର ପଠାନ୍ତୁ। 8 ରାଜା ଆସଫଙ୍କ ନିମନ୍ତେ ମୋତେ ଗୋଟିଏ ପତ୍ର ଦେଲେ। ଆସଫ୍ ବର୍ତ୍ତମାନ ରାଜାଙ୍କର ଜଙ୍ଗଲର ରକ୍ଷକ ଅଟନ୍ତି।” ସେ ଆସଫଙ୍କୁ ମନ୍ଦିର ଫାଟକର ମୂଖଶାଳା, ସହରର କାନ୍ଥ ଏବଂ ମନ୍ଦିର କବାଟ ପାଇଁ ମୋତେ ଖଣ୍ଡେ କାଠ ଦେବା ଲାଗି କହିଲେ।”
ରାଜା ଏପରି କରିଥିଲେ କାରଣ ପରମେଶ୍ୱର ମୋ’ ପାଇଁ ମଙ୍ଗଳମୟ ଥିଲେ।
9 ତେଣୁ ମୁଁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷଙ୍କ ନିକଟକୁ ଗଲି। ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ରାଜାଙ୍କର ପ୍ରଦତ୍ତ ପତ୍ର ଦେଲି। ତେଣୁ ଦେଶାଧ୍ୟକ୍ଷ ମୋ’ ସହିତ ସେନାପତି ଓ ଅଶ୍ୱାରୋହୀମାନଙ୍କୁ ପଠାଇଲେ। 10 ହାରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଟୋବିୟ ଅଧିକାରୀଗଣ ଅତିଶୟ ଦୁଃଖିତ ହେଲେ, ଯେତେବେଳେ ସେମାନେ ଶୁଣିଲେ ଯେ, ଜଣେ ବ୍ୟକ୍ତି ଇସ୍ରାଏଲର ସନ୍ତାନଗଣଙ୍କୁ ସାହାଯ୍ୟ କରିବା ପାଇଁ ଆସିଅଛି।
ନିଜ ଜୀବନ ପ୍ରଭୁଙ୍କୁ ଅର୍ପଣ କର
12 ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ। 2 ଏହା ପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ’ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, କେଉଁ ବିଷୟ ଗୁଡ଼ିକ ଭଲ, ପରମେଶ୍ୱରଙ୍କୁ ପ୍ରିୟ ଓ ସିଦ୍ଧ।
3 ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର। 4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। 5 ସେହିଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ।
6 ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା’ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟଦ୍ବାଣୀର ଦାନ ମିଳିଛି, ତା’ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟଦ୍ବାଣୀ କରୁ। 7 ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ନିଜକୁ ପ୍ରଗ୍ଭର କାର୍ଯ୍ୟରେ ଲଗାଇ ଦେଉ। 8 ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବା ଅନୁଗ୍ରହ ଦାନ ମିଳିଛ ତା’ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା’ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ।
2010 by World Bible Translation Center