Revised Common Lectionary (Semicontinuous)
ଏଜ୍ରା ବ୍ୟବସ୍ଥାମାନ ପଢ଼ିଲେ
8 ତେଣୁ ସମସ୍ତ ଲୋକମାନେ ଜଳଦ୍ୱାର ନିକଟରେ ଥିବା ଛକରେ ଏକ ମନରେ ଏକତ୍ରିତ ହେଲେ। ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଲିପିକାରଙ୍କୁ କହିଲେ। 2 ସପ୍ତମ ମାସର ପ୍ରଥମ ଦିନରେ ଯାଜକ ଏଜ୍ରା, ପୁରୁଷ ଓ ସ୍ତ୍ରୀ ସମ୍ମୁଖରେ ବ୍ୟବସ୍ଥା ପୁସ୍ତକ ଆଣିଲେ। ସମସ୍ତେ ଯେଉଁମାନେ ଶୁଣିପାରିବେ ଓ ବୁଝିପାରିଲେ। 3 ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ।
5 ଏହା ପରେ ଏଜ୍ରା ସମସ୍ତ ଲୋକଙ୍କ ସମ୍ମୁଖରେ ସେହି ବ୍ୟବସ୍ଥା ପୁସ୍ତକ ଫିଟାଇଲେ। କାରଣ ଏଜ୍ରା ସମସ୍ତଙ୍କଠାରୁ ଉଚ୍ଚ ସ୍ଥାନରେ ଛିଡ଼ା ହୋଇଥିଲେ। ସେ ବ୍ୟବସ୍ଥା ପୁସ୍ତକ ଫିଟାଇବା ସମୟରେ ସମସ୍ତେ ଛିଡ଼ା ହେଲେ। 6 ତେଣୁ ଏଜ୍ରା ସଦାପ୍ରଭୁ ମହାନ ପରମେଶ୍ୱରଙ୍କର ପ୍ରଶଂସା କଲା। ଏବଂ ସମସ୍ତ ଲୋକ ନିଜ ନିଜର ହସ୍ତ ଉଠାଇ କହିଲେ, “ଆମେନ୍! ଆମେନ୍!”
8 ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ ଏବଂ ତହିଁର ଅର୍ଥ ବୁଝାଇ ଦେଲେ, ଯେଉଁଥିରେ ଲୋକମାନେ ବୁଝି ପାରିଲେ।
9 ଦେଶାଧ୍ୟକ୍ଷ ନିହିମିୟା, ଲିପିକାର ଓ ଯାଜକ ଏଜ୍ରା ଓ ଲେବୀୟମାନେ, ଯେଉଁମାନେ ବୁଝିବାରେ ଲୋକମାନଙ୍କୁ ସାହାଯ୍ୟ କଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ଶୋକ କର ନାହିଁ କି ରୋଦନ କର ନାହିଁ।” ସେମାନେ ଏହା କହିଲେ, କାରଣ ବ୍ୟବସ୍ଥା ବାକ୍ୟ ଶ୍ରବଣ କରନ୍ତେ ସମସ୍ତ ଲୋକ ରୋଦନ କଲେ।
10 ଆଉ ସେ ସେମାନଙ୍କୁ କହିଲେ, “ଘରକୁ ଯାଅ, ଚିକ୍କଣ ଦ୍ରବ୍ୟ ଭୋଜନ କର, ସୁମିଷ୍ଟ ଦ୍ରବ୍ୟ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହୋଇ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ। ତୁମ୍ଭେମାନେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହେବ।”
ଦାଉଦଙ୍କର ଏକ ଗୀତ
19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
2 ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
3 ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
4 କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।
ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
5 ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
6 ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।
7 ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
8 ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।
9 ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।
12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।
ଖ୍ରୀଷ୍ଟଙ୍କର ଶରୀର
12 ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ୟଙ୍ଗ ଅନେକ। ଶରୀରର ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଶରୀର ହେଉଛି ଏକ। ସେହିପରି ମଧ୍ୟ ଖ୍ରୀଷ୍ଟ ଏକ। 13 ଆମ୍ଭ ଭିତରୁ କେତେକ ହେଉଛୁ ଯିହୂଦୀ, କେତେକ ଅଣଯିହୂଦୀ, ଆମ୍ଭ ଭିତରୁ କେତେକ କ୍ରୀତଦାସ ଓ କେତେକ ସ୍ୱାଧୀନ। କିନ୍ତୁ ଆମ୍ଭେମାନେ ସମସ୍ତେ ଗୋଟିଏ ଆତ୍ମା ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ପ୍ରାପ୍ତ ହୋଇ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ୟ ପ୍ରଦାନ କରାଯାଇଛି।
14 ମାନବ ଶରୀର ତ ଏକଅଙ୍ଗ ନୁହେଁ, ମାତ୍ର ଅନେକ ଗୁଡ଼ିଏ ଅଙ୍ଗ ଦ୍ୱାରା ନିର୍ମିତ। 15 ଯଦି ଗୋଡ଼ କୁହେ: “ମୁଁ ହାତ ନୁହେଁ, ଅତଏବ, ମୁଁ ଶରୀରର ଅଙ୍ଗ ନୁହେଁ।” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି? 16 କାନ କହିପାରେ: “ମୁଁ ଆଖି ନୁହେଁ, ଅତଏବ ମୋର ଶରୀରର ଅଙ୍ଗ ନୁହେଁ,” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି? 17 ସମ୍ପୂର୍ଣ୍ଣ ଶରୀର ଗୋଟିଏ ଆଖି ଦେଇଥା’ନ୍ତା, ତେବେ ସେ ଶରୀର ଶୁଣିପାରନ୍ତା କିପରି? ଯଦି ସମ୍ପୂର୍ଣ୍ଣ ଶରୀରଟି ଗୋଟିଏ କାନ ହୋଇଥା’ନ୍ତା ତା’ହେଲେ ଶରୀର ଶୁଙ୍ଘିବା ପାଇଁ ସମର୍ଥ ହୁଅନ୍ତା କିପରି? 18-19 ଯଦି ସମ୍ପୂର୍ଣ୍ଣ ଶରୀରର ଅଙ୍ଗ କେବଳ ସେହି ଗୋଟିଏ ଅଙ୍ଗ ମାତ୍ର ହୋଇଥା’ନ୍ତା ତା’ହେଲେ ଶରୀର ନ ଥା’ନ୍ତା। କିନ୍ତୁ ପରମେଶ୍ୱର ଯେପରି ଠିକ୍ ମନେ କଲେ ପ୍ରତ୍ୟେକ ଅଙ୍ଗକୁ ଶରୀରରେ ସେହିଭଳି ସ୍ଥାନ ଦେଲେ। 20 ତେଣୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, କିନ୍ତୁ ଶରୀର ଗୋଟିଏ।
21 ଆଖି ହାତକୁ କେବେ ହେଲେ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” ସେହିଭଳି ମୁଣ୍ଡ ପାଦକୁ କହି ପାରିବ ନାହିଁ ଯେ, “ତୋ’ଠାରେ ମୋର ଆବଶ୍ୟକତା ନାହିଁ।” 22 ବରଂ ଅନ୍ୟ ପକ୍ଷରେ ଶରୀରର ଯେଉଁ ଅଙ୍ଗଗୁଡ଼ିକ ଦୁର୍ବଳ ବୋଲି ବୋଧହୁଏ, ସେହିସବୁ ପ୍ରକୃତରେ ଗୁରୁତ୍ୱପୂର୍ଣ୍ଣ ଅଟେ। 23 ଶରୀରର ଯେଉଁ ଅଙ୍ଗଗୁଡ଼ିକୁ ଆମେ କମ୍ ଆଦରର ବୋଲି ଭାବୁ, ସେଗୁଡ଼ିକ ପ୍ରତି ଆମେ ଅଧିକ ଧ୍ୟାନ ଦେଉ। ଯେଉଁ ଅଙ୍ଗଗୁଡ଼ିକୁ ଅନ୍ୟମାନେ ନ ଦେଖନ୍ତୁ ବୋଲି ଆମେ ଗ୍ଭହୁଁ, ସେ ଅଙ୍ଗଗୁଡ଼ିକ ପ୍ରତି ଆମେ ବିଶେଷ ଧ୍ୟାନ ଦେଉ। 24 ଆମ୍ଭ ଶରୀରର ସୁନ୍ଦର ଅଙ୍ଗଗୁଡ଼ିକ ପ୍ରତି ଧ୍ୟାନ ଦେବା ଆବଶ୍ୟକ ହୋଇ ନ ଥାଏ। କିନ୍ତୁ ପରମେଶ୍ୱର ଅଦରକାରୀ ଅଙ୍ଗଗୁଡ଼ିକ ଅଧିକ ସମ୍ମାନ ଦେଇ ଶରୀରକୁ ଗଠନ କରିଛନ୍ତି। 25 ଆମ୍ଭର ଶରୀରରେ ଯେପରି କୌଣସି ବିଭେଦ ନ ହେଉ, ସେହି ଦୃଷ୍ଟିରୁ ପରମେଶ୍ୱର ଏପରି କରିଛନ୍ତି। ଦେହର ଅଙ୍ଗଗୁଡ଼ିକ ପରସ୍ପର ସୁଖ ଦୁଃଖର ସହଭାଗୀ ହୁଅନ୍ତି ବୋଲି ପରମେଶ୍ୱର ଇଚ୍ଛା କଲେ। 26 ଯଦି ଶରୀରର ଗୋଟିଏ ଅଙ୍ଗ କଷ୍ଟ ପାଏ, ତା’ସହିତ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ମଧ୍ୟ କଷ୍ଟ ପା’ନ୍ତି। ଯଦି ଶରୀରର କୌଣସି ଅଙ୍ଗ ସମ୍ମାନ ପାଏ ଅନ୍ୟ ସମସ୍ତ ଅଙ୍ଗଗୁଡ଼ିକ ତାହା ସହିତ ଏକତ୍ର ହୋଇ ଆନନ୍ଦ କରନ୍ତି।
27 ତୁମ୍ଭେମାନେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭେମାନେ ପ୍ରତ୍ୟେକ ସେହି ଶରୀରର ଅଙ୍ଗ। 28 ପରମେଶ୍ୱରଙ୍କ ମଣ୍ଡଳୀରେ ପ୍ରଥମେ ପ୍ରେରିତମାନଙ୍କୁ, ଦ୍ୱିତୀୟରେ ଭବିଷ୍ୟଦ୍ବକ୍ତାମାନଙ୍କୁ, ତୃତୀୟରେ ଶିକ୍ଷକମାନଙ୍କୁ, ସ୍ଥାନ ଦେଇଛନ୍ତି। ତା’ପରେ, ଆଶ୍ଚର୍ଯ୍ୟ କାର୍ଯ୍ୟ କରୁଥିବା ଲୋକଙ୍କୁ, ତା’ପରେ ପରୋପକାରୀଙ୍କୁ ତା’ପରେ ନେତୃତ୍ୱ ନେଉଥିବା ବ୍ୟକ୍ତିଙ୍କୁ, ତା’ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦେଇଛନ୍ତି। 29 ସମସ୍ତ ଲୋକ କ’ଣ ପ୍ରେରିତ? ସମସ୍ତ ଲୋକ କ’ଣ ଭବିଷ୍ୟଦ୍ବକ୍ତା? ସମସ୍ତେ କ’ଣ ଶିକ୍ଷକ? ସମସ୍ତେ କ’ଣ ଆଶ୍ଚର୍ଯ୍ୟକାର୍ଯ୍ୟ କରୁଥିବା ଲୋକ? 30 ସମସ୍ତେ କ’ଣ ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କ’ଣ ବିଭିନ୍ନ ଭାଷା କହନ୍ତି? ସମସ୍ତେ କ’ଣ ଏହି ଭାଷାଗୁଡ଼ିକର ଅର୍ଥ କରି ପାରନ୍ତି କି? 31 କିନ୍ତୁ ତୁମ୍ଭେମାନେ ପ୍ରକୃତରେ ଆତ୍ମାଙ୍କ ଶ୍ରେଷ୍ଠ ଦାନଗୁଡ଼ିକ ପାଇବା ପାଇଁ ଏକାନ୍ତ ଚେଷ୍ଟା କରିବା ଉଚିତ୍ । ଏବେ ମୁଁ ସମସ୍ତ ମାର୍ଗ ଅପେକ୍ଷା ଅତି ଉତ୍ତମ ମାର୍ଗ ଦେଖାଇବି।
ଲୋକମାନଙ୍କୁ ଯୀଶୁଙ୍କ ଉପଦେଶ(A)
14 ପବିତ୍ରଆତ୍ମାଙ୍କ ଦ୍ୱାରା ଶକ୍ତି ପାଇ ଯୀଶୁ ଗାଲିଲୀକୁ ଫେରିଗଲେ। ଗାଲିଲୀର ଗ୍ଭରିଆଡ଼େ ଯୀଶୁଙ୍କ ବିଷୟରେ ଖବର ବ୍ୟାପିଗଲା। 15 ଯୀଶୁ ସେମାନଙ୍କର ସମାଜଗୃହମାନଙ୍କରେ ଉପଦେଶ ଦେବା ଆରମ୍ଭ କଲେ। ସମସ୍ତେ ତାହାଙ୍କର ପ୍ରଶଂସା କରୁଥିଲେ।
ଯୀଶୁ ତାଙ୍କର ନିଜ ସହରକୁ ଗଲେ(B)
16 ତା’ପରେ ସେ ନାଜରିତକୁ ଆସିଲେ। ନାଜରିତରେ ସେ ପ୍ରତିପାଳିତ ହୋଇଥିଲେ। ସବୁଥର ଭଳି ସେ ବିଶ୍ରାମ ଦିନ ଯିହୂଦୀ ସମାଜଗୃହକୁ ଗଲେ। ସେ ପାଠ କରିବା ପାଇଁ ଠିଆ ହେଲେ। 17 ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକ ତାହାଙ୍କୁ ଦିଆଯାଇଥିଲା। ଯୀଶୁ ପୁସ୍ତକ ଖୋଲି ଯେଉଁ ଜାଗାରେ ଏହା ଲେଖାଥିଲା, ତାହା ପାଇଲେ:
18 “ପ୍ରଭୁଙ୍କ ଆତ୍ମା ମୋ’ଠାରେ ଅଛି।
ଦୀନହୀନ ଲୋକଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ପରମେଶ୍ୱର ମୋତେ ବାଛିଛନ୍ତି।
ବନ୍ଦୀମାନେ ଯେ ମୁକ୍ତ ହୋଇ ପାରିଛନ୍ତି,
ଏହା ସେମାନଙ୍କୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖି ପାରିବେ ବୋଲି
ସେମାନଙ୍କୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦେବାକୁ
19 ଓ ପ୍ରଭୁଙ୍କ ଅନୁଗ୍ରହର ସମୟ ଘୋଷଣା କରିବାକୁ ପ୍ରଭୁ ମୋତେ ପଠାଇଛନ୍ତି।” (C)
20 ଯୀଶୁ ପୁସ୍ତକ ବନ୍ଦ କରି ସେବକଙ୍କୁ ଫେରାଇଦେଲେ। ତା’ପରେ ସେ ବସି ପଡ଼ିଲେ। ସମାଜଗୃହରେ ଥିବା ପ୍ରତ୍ୟେକ ଲୋକର ଲକ୍ଷ୍ୟ ତାହାଙ୍କ ଉପରେ ଥିଲା। 21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।”
2010 by World Bible Translation Center