Revised Common Lectionary (Semicontinuous)
ଲାମଦ୍
89 ହେ ସଦାପ୍ରଭୁ, ତୁମ୍ଭର ବାକ୍ୟ ସର୍ବଦା ପାଇଁ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ବଂଶାନୁକ୍ରମେ ଗ୍ଭଲିବ।
ତୁମ୍ଭେ ପୃଥିବୀକୁ ଉଚିତ୍ ଜାଗାରେ ରଖିଛ ଏବଂ ଏହା ଏଠାରେ ସବୁବେଳେ ରହିଅଛି।
91 ତୁମ୍ଭର ବ୍ୟବସ୍ଥା ଯୋଗୁଁ ସ୍ୱର୍ଗ ଓ ପୃଥିବୀ ଆଜି ପର୍ଯ୍ୟନ୍ତ ଗ୍ଭଲୁ ରହିଛି।
କାରଣ ସବୁକିଛି ତୁମ୍ଭର ଦାସମାନେ।
92 ଯଦି ମୁଁ ଶିକ୍ଷାଗୁଡ଼ିକ ପସନ୍ଦ କରି ନ ଥା’ନ୍ତି,
ମୁଁ ଆପଣା କଷ୍ଟରେ ବିନଷ୍ଟ ହୋଇଥା’ନ୍ତି।
93 ସଦାପ୍ରଭୁ, ତୁମ୍ଭର ନିର୍ଦ୍ଦେଶକୁ ମୁଁ କଦାପି ପାଶୋରିବି ନାହିଁ।
କାରଣ ସେମାନଙ୍କ ଦ୍ୱାରା ମୋତେ ତୁମ୍ଭେ ଜୀବିତ ରହିବାକୁ ଦିଅ।
94 ମୁଁ ତୁମ୍ଭର, ତେଣୁ ମୋତେ ରକ୍ଷା କର।
କାରଣ ମୁଁ ତୁମ୍ଭର ନିର୍ଦ୍ଦେଶସବୁର ଅନ୍ୱେଷଣ କରିଅଛ।
95 ଦୁଷ୍ଟ ଲୋକମାନେ ମୋତେ ଧ୍ୱଂସ କରିବାକୁ ଅପେକ୍ଷା କରୁଛନ୍ତି,
କିନ୍ତୁ ମୁଁ ତୁମ୍ଭର ବାକ୍ୟ ବିଷୟରେ ଭାବିବି।
96 ମୁଁ ଦେଖିଅଛି ଯେ, ସବୁ ଜିନିଷର ତା’ର ସୀମା ରହିଅଛି,
ତୁମ୍ଭର ବ୍ୟବସ୍ଥା ଛଡ଼ା।
27 ଯିରିମିୟଙ୍କ ମୁଖନିଃସୃତ ବାକ୍ୟ ରୂପକ ଯେଉଁ ପୁସ୍ତକରେ ଲେଖିଥିଲେ, ରାଜା ତାକୁ ଦଗ୍ଧ କଲାପରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। ଯଥା:
28 “ହେ ଯିରିମିୟ, ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପୁସ୍ତକ ଲିଖିତ ସମସ୍ତ ବାକ୍ୟ ତୁମ୍ଭେ ଆଉ ଖଣ୍ଡେ ପୁସ୍ତକ ନେଇ ପୁନର୍ବାର ଲେଖ। 29 ପୁଣି ଯିହୁଦାର ରାଜା ଯିହୋୟାକୀମ୍ଙ୍କୁ ତୁମ୍ଭେ ଏହା କହିବ, ‘ସଦାପ୍ରଭୁ ଏହା କହନ୍ତି, “ବାବିଲର ରାଜା ନିଶ୍ଚୟ ଆସିବ ଓ ଏହି ଦେଶ ନଷ୍ଟ କରିବ। ଆଉ ଏହାକୁ ତାହାକୁ ମନୁଷ୍ୟ ଓ ପଶୁଶୂନ୍ୟ କରିବ। ଏପରି କଥା ସେଥିରେ ଅଛି? ଏଥି ସକାଶେ ତୁମ୍ଭେ ଏହି ପୁସ୍ତକ ଦଗ୍ଧ କରିଅଛ।” 30 ଏଣୁ ଯିହୁଦାର ରାଜା ଯିହୋୟାକୀମ୍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ବଂଶଧର ରହିବେ ନାହିଁ। ଆଉ ତାହାର ମୃତ ଶରୀରକୁ ଦିନ ବେଳେ ଖରାରେ ଓ ରାତ୍ରି ବେଳା କାକରରେ ପକାଯିବ। 31 ପୁଣି ଆମ୍ଭେ ରାଜା ଯିହୋୟାକୀମ୍କୁ, ତାହାର ବଂଶଧରକୁ ଓ ତାହାର ସମସ୍ତ ଦାସଙ୍କୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା। ଆଉ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଯେଉଁସବୁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ଉପରେ, ଯିରୁଶାଲମ ନିବାସୀମାନଙ୍କ ଉପରେ ଓ ଯିହୁଦାର ଲୋକମାନଙ୍କ ଉପରେ ଘଟାଇବା। କାରଣ ସେମାନେ ଆମ୍ଭ କଥା ଶୁଣିଲେ ନାହିଁ।”’
32 ତା’ପରେ ଯିରିମିୟ ଆଉ ଖଣ୍ଡେ ନଳାକାର ପୁସ୍ତକ ନେଇ ନେରିୟର ପୁତ୍ର ବାରୂକକୁ ଦେଲେ। ଯିହୋୟାକୀମ୍ ଯେଉଁ ନଳାକାର ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲେ, ସେହି ନଳାକାର ପୁସ୍ତକ ଲିଖିତ ସମସ୍ତ ବାକ୍ୟ ଯିରିମିୟଙ୍କ ମୁଖରୁ ଶୁଣି ପୁଣି ସେହି ନଳାକାର ପୁସ୍ତକରେ ଲେଖିଲା। ଆଉ ମଧ୍ୟ ଅନେକ ସେହି ପ୍ରକାର କଥା ଏହି ଦ୍ୱିତୀୟ ନଳାକାର ପୁସ୍ତକରେ ଯୋଗ କରାଇଲେ।
ଯୀଶୁ ପିତରଙ୍କ ଶାଶୁକୁ ସୁସ୍ଥ କଲେ(A)
38 ଯୀଶୁ ସମାଜଗୃହ ଛାଡ଼ି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା। ସେମାନେ ଯୀଶୁଙ୍କୁ, ତାହାଙ୍କୁ ସାହାଯ୍ୟ କରିବା ପାଇଁ କହିଲେ। 39 ଯୀଶୁ ତାହାଙ୍କର ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ। ତାହାଙ୍କର ଜ୍ୱର ଛାଡ଼ିଗଲା। ତା’ପରେ ସେ ଉଠି ସେମାନଙ୍କର ସେବାରେ ଲାଗିପଡ଼ିଲେ।
ଯୀଶୁ ଅନେକ ଲୋକଙ୍କୁ ସୁସ୍ଥ କଲେ
40 ସୂର୍ଯ୍ୟ ଅସ୍ତ ହୋଇଯିବା ପରେ ଲୋକମାନେ ସେମାନଙ୍କର ରୋଗୀ ଲୋକମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ସେମାନଙ୍କଠାରେ ବିଭିନ୍ନ ପ୍ରକାରର ରୋଗ ଥିଲା। ଯୀଶୁ ନିଜ ହାତ ରୋଗୀମାନଙ୍କ ଉପରେ ରଖି ସେମାନଙ୍କୁ ସୁସ୍ଥ କରିଦେଲେ। 41 ଆଉ ମଧ୍ୟ ସେମାନଙ୍କ ମଧ୍ୟରେ ଥିବା ଅନେକଙ୍କ ଭିତରୁ ଦୁଷ୍ଟାତ୍ମାମାନେ ବାହାରି ଆସିଲେ। ଦୁଷ୍ଟାତ୍ମାମାନେ ଚିତ୍କାର କରୁ ଥିଲେ, “ତୁମ୍ଭେ ପରମେଶ୍ୱରଙ୍କର ପୁତ୍ର।” କିନ୍ତୁ ଯୀଶୁ ଦୁଷ୍ଟାତ୍ମାମାନଙ୍କୁ ଚୁପ୍ ରହିବା ପାଇଁ କଠୋର ଆଜ୍ଞା ଦେଲେ। କାରଣ ସେହି ଦୁଷ୍ଟାତ୍ମାମାନେ ଜାଣିଥିଲେ ଯେ ଯୀଶୁ ହେଉଛନ୍ତି ସ୍ୱୟଂ ଖ୍ରୀଷ୍ଟ।
ଅନ୍ୟ ନଗରଗୁଡ଼ିକୁ ଯୀଶୁଙ୍କ ଯାତ୍ରା(B)
42 ଯୀଶୁ ଏକାକୀ ରହିବା ଉଦ୍ଦେଶ୍ୟରେ ତା’ ପରଦିନ ସକାଳେ ସେ ସ୍ଥାନ ଛାଡ଼ି ଅନ୍ୟତ୍ର ଗ୍ଭଲିଗଲେ। କିନ୍ତୁ ଲୋକମାନେ ତାହାଙ୍କୁ ଖୋଜିଲେ। ଖୋଜି ଖୋଜି ଶେଷରେ ସେମାନେ ଯୀଶୁ ଯେଉଁଠାରେ ଥିଲେ, ସେଠାରେ ପହଞ୍ଚିଗଲେ। ଯୀଶୁ ସେମାନଙ୍କୁ ଛାଡ଼ି କରି କୁଆଡ଼େ ନ ଯା’ନ୍ତୁ ବୋଲି ସେମାନେ ଗ୍ଭହୁଁଥିଲେ। ତେଣୁ ସେମାନେ ଯାଶୁଙ୍କୁ ଅଟକେଇବାକୁ ଚେଷ୍ଟା କଲେ। 43 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ମୋତେ ଅନ୍ୟ ନଗରମାନଙ୍କରେ ମଧ୍ୟ ପ୍ରଗ୍ଭର କରିବାକୁ ପଡ଼ିବ। କାରଣ ମୋତେ ଏଥିପାଇଁ ପଠାଯାଇଛି।”
44 ଏହିଭଳି ଭାବରେ ଯୀଶୁ ଯିହୂଦାରେ ବିଭିନ୍ନ ସମାଜଗୃହମାନଙ୍କରେ ଉପଦେଶ ପ୍ରଗ୍ଭର କରିବାକୁ ଲାଗିଲେ।
2010 by World Bible Translation Center